ରାଜ୍ୟ |

ଅନ୍ୟ କେଉଁ ଦଳକୁ ଯିବିନି, ସାରା ଜୀବନ ବିଜୁ ନାରା ନେଇ ରହିବି: ଦାମ

ଅନ୍ୟ କେଉଁ ଦଳକୁ ଯିବିନି, ସାରା ଜୀବନ ବିଜୁ ନାରା ନେଇ ରହିବି: ଦାମ
ଭୁବନେଶ୍ୱର,୧୩।୯(ବ୍ୟୁରୋ): ପାରାଦୀପ ବିଧାୟକ ଡା. ଦାମୋଦର ରାଉତଙ୍କୁ ବିଜେଡିରୁ ବହିଷ୍କୃତ କରାଯିବା ପରେ ଓଡ଼ିଶାର ରାଜନୈତିକ ପାଣିପାଗ ଉଷ୍ମ ହୋଇ ଉଠିଛି। ସେ କେଉଁ ଦଳକୁ ଯିବେ ତାହାକୁ ନେଇ ଅଙ୍କ କଷା ଯାଉଥିବା ବେଳେ ଦାମ ଏହା ଉପରେ ବିରାମ ଲଗାଇଛନ୍ତି।  ସେ କେଉଁଆଡେ ଯିବେ ନାହିଁ। ବରଂ ସାରା ଜୀବନ ବିଜୁ ନାରା ନେଇ ରହିବେ ବୋଲି ସ୍ପଷ୍ଟ କରିଛନ୍ତି।

ଦଳରୁ ବହିଷ୍କାର ହେବା ପରେ ଦାମଙ୍କ ନିକଟକୁ ଶୁଭେଚ୍ଛୁମାନଙ୍କ ସୁଅ ଛୁଟିଛି। ଏହି କ୍ରମରେ ଗୁରୁବାର ପୂର୍ବାହ୍ନରେ ବିଜେଡିରୁ ବିଦା ହୋଇଥିବା ପୂର୍ବତନ ଏମ୍‌ପି ବୈଜୟନ୍ତ ପଣ୍ଡା ତାଙ୍କୁ ସାକ୍ଷାତ କରିଥିଲେ। ତେବେ ଏହା ସୌଜନ୍ୟମୂଳକ ସାକ୍ଷାତ ବୋଲି ଦାମ କହିଛନ୍ତି। ରାଜନୈତିକ ବିଷୟରେ ଉଭୟଙ୍କ ମଧ୍ୟରେ କୌଣସି ଆଲୋଚନା ହୋଇ ନ ଥିବା ସେ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, କଂଗ୍ରେସ ଅଥବା ଭାଜପା କେଉଁଟିରେ ଯୋଗ ଦେବେ ନାହିଁ। ପାରାଦୀପ ଲୋକେ ଚାହୁଁଥିବା ଯାଏ ସେ ନିର୍ବାଚନରେ ଲଢ଼ୁଥିବେ ବୋଲି କହିଛନ୍ତି। ଅପରପକ୍ଷେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖି କହିଛନ୍ତି ଯେ, ଦଳ ବିରୋଧି କାର୍ଯ୍ୟକଳାପ ଯୋଗୁ ତାଙ୍କୁ ବହିଷ୍କାର କରାଯାଇଛି।  

ସୂଚନାଯୋଗ୍ୟ, କିଛିଦିନ ଧରି ଗଣମାଧ୍ୟମରେ ଦାମ ବିବୃତି ରଖି ଦଳୀୟ ନେତା, ମନ୍ତ୍ରୀ ଏବଂ ସରକାରୀ କଳକୁ ହରଡ଼ଘଣାରେ ପକାଉଥିଲେ। ସବୁବେଳେ ନିଜର ବିବାଦୀୟ ମନ୍ତବ୍ୟ ଦେଉଥିବା ଦାମଙ୍କୁ ବୁଧବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳରୁ ବହିଷ୍କାର କରିଥିଲେ।

All Right Reserved By

ରାଜ୍ୟ |

ଅପହଞ୍ଚ ଅଞ୍ଚଳରେ ମିଳିବ ପ୍ରତ୍ୟକ୍ଷ ସ୍ବାସ୍ଥ୍ୟସେବା: ୨୩ ଜିଲାରେ ପ୍ରତିଷ୍ଠା ହେବ ୧୦୨ ଡିଜିଟାଲ ଡିସ୍‌ପେନ୍‌ସାରି

ଅପହଞ୍ଚ ଅଞ୍ଚଳରେ ମିଳିବ ପ୍ରତ୍ୟକ୍ଷ ସ୍ବାସ୍ଥ୍ୟସେବା: ୨୩ ଜିଲାରେ ପ୍ରତିଷ୍ଠା ହେବ ୧୦୨ ଡିଜିଟାଲ ଡିସ୍‌ପେନ୍‌ସାରି

ଭୁବନେଶ୍ୱର, ୨୨।୧(ବ୍ୟୁରୋ)- ରାଜ୍ୟର ଦୁର୍ଗମ ତଥା ଅପହଞ୍ଚ ଅଞ୍ଚଳଗୁଡ଼ିକରେ ଜନସାଧାରଣ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଗମନାଗମନ ସମସ୍ୟା ଯୋଗୁ ସେମାନେ ଡାକ୍ତରଖାନାରେ ପହଞ୍ଚତ୍ପାରୁ ନାହାନ୍ତି। ତେଣୁ ସେସବୁ ଅଞ୍ଚଳରେ ଲୋକଙ୍କୁ ଏମ୍‌ବିବିଏସ୍‌ ଡାକ୍ତରଙ୍କ ଦ୍ୱାରା ପ୍ରତ୍ୟକ୍ଷଭାବେ ପ୍ରାଥମିକ ସ୍ବାସ୍ଥ୍ୟସେବା ପ୍ରଦାନ ପାଇଁ ରାଜ୍ୟ ସରକାର ଆଧୁନିକ ଜ୍ଞାନକୌଶଳ ଜରିଆରେ ‘ଡିଜିଟାଲ ଡିସ୍‌ପେନ୍‌ସାରୀ’ ବ୍ୟବସ୍ଥା ଆରମ୍ଭ କରିଛନ୍ତି।

ପୋଷା କୁକୁରଙ୍କୁ ନିଶା ଦେଇ ଗାଈ ଚୋରି କରିନେଲେ

ପୋଷା କୁକୁରଙ୍କୁ ନିଶା ଦେଇ ଗାଈ ଚୋରି କରିନେଲେ

ଭୁବନେଶ୍ୱର, ୨୨ା୧(ବ୍ୟୁରୋ)- ପୋଷା କୁକୁରଙ୍କୁ ଖାଦ୍ୟରେ ନିଶା ଦେଇ ଗୁହାଳରୁ ଗାଈ ଗୋରିକରିନେଲେ ଦୁର୍ବୃତ୍ତ। ଏଭଳି ଏକ ଘଟଣା ଘଟିଛି ମଞ୍ଚେଶ୍ୱର ଥାନା ଅଧୀନ ବରିମୁଣ୍ଡ ଅଞ୍ଚଳରେ। ଗାଈ ମାଲିକ ସନ୍ତୋଷ ନାୟକ ଏ ନେଇ ଥାନାରେ ଅଭିଯୋଗ କରିଛନ୍ତି।

ବିପଜ୍ଜନକ ଅବସ୍ଥାରେ ମନ୍ଦାକିନୀ ନଦୀ ସେତୁ

ବିପଜ୍ଜନକ ଅବସ୍ଥାରେ ମନ୍ଦାକିନୀ ନଦୀ ସେତୁ

ନିରାକାରପୁର,୨୨ା୧(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟରେ ୧୬ ନଂ ଜାତୀୟ ରାଜପଥସ୍ଥିତ  ମନ୍ଦାକିନୀ ନଦୀ ଉପରେ ଥିବା ସେତୁଟି ସମ୍ପ୍ରତି ବିପଜ୍ଜନକ ଅବସ୍ଥାରେ ଥିବା ଅଭିଯୋଗ ହେଉଛି। ଏହି ବ୍ରିଜ୍‌ଟି ଉପରେ ଦୈନିକ ସାଧାରଣ ଲୋକେ, ହଜାର ହଜାର ଯାନବାହନ, ଜିନିଷ ବୋଝେଇ ଗାଡ଼ି, ବସ୍‌ ଇତ୍ୟାଦି ଯାତାୟାତ କରୁଛନ୍ତି। ତେବେ ରକ୍ଷଣାବେକ୍ଷଣ ଅଭାବରୁ ବ୍ରିଜ୍‌ ମଝିରେ ପିଚୁ ଉଠି ଖାଲ ହୋଇଯାଇଛି।

ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ, ୪ ଚୋରା ମଦ ବେପାରୀ ଗିରଫ

ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ, ୪ ଚୋରା ମଦ ବେପାରୀ ଗିରଫ

ବସ୍ତା, ୨୨।୧(ସ୍ବ.ପ୍ର.)-ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨୬ ଲିଟର ମଦ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି।

‘ଆମକୁ ନିଯୁକ୍ତି ସୁଯୋଗ ମିଳୁ’

‘ଆମକୁ ନିଯୁକ୍ତି ସୁଯୋଗ ମିଳୁ’

ଯୋଡ଼ା,୨୨।୧(ଡି.ଏନ.ଏ.): ଅଖିଳ ଭାରତୀୟ କ୍ରାନ୍ତିକାରୀ ଆଦିବାସୀ ମହାସଭା ପକ୍ଷରୁ ମଙ୍ଗଳବାର ଯୋଡା ବିଡିଓଙ୍କୁ ୧୪ ଦଫା ସମ୍ବଳିତ ଦାବିପତ୍ର ଦିଆଯାଇଛି। ଯୋଡ଼ା ବ୍ଲକର କାରାଖେଣ୍ଡରା, ଉଲିବୁରୁ, ଦେଓଝର, ଅଁସେଇକଳା, କଣ୍ଡରା, ଠାକୁରାଣୀ ଗ୍ରାମର ଶତାଧିକ ମହିଳାପୁରୁଷ ୨୦ କି.ମି. ରାସ୍ତା ପାଦରେ ଚାଲି ଦାବିପତ୍ର ଦେବାକୁ ଯାଇଥିଲେ। କାରଖାନା ଓ ଖଣିରେ ବହୁଳ ମେଶିନ୍‌ ପ୍ରଚଳିତ ହେଉଛି।

ବଙ୍ଗରଦୁଆ ଘାଟି ତଳକୁ ଟ୍ରକ ଖସିବା ଘଟଣା: ମୃତକ ସଂଖ୍ୟା ୧୦ କୁ ବୃଦ୍ଧି

ବଙ୍ଗରଦୁଆ ଘାଟି ତଳକୁ ଟ୍ରକ ଖସିବା ଘଟଣା: ମୃତକ ସଂଖ୍ୟା ୧୦ କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୨।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ବଙ୍ଗରଦୁଆ ଘାଟିରେ ମଙ୍ଗଳବାର ପୂର୍ବାହ୍ନ ୧୦ ଟାରେ ଲୋକ ନେଇ ଯାଉଥିବା ଏକ ମିନିଟ୍ରକ ଦୁର୍ଘଟଣା ଘଟଣାରେ ବ୍ରହ୍ମପୁର ବଡ଼ ମେଡିକାଲରେ  ୪ ଜଣଙ୍କ  ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ସବୁ ଗାଁରେ ପହଞ୍ଚିଲା ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ: ୩୧୪ ଦିନରେ ୬୨,୮୫୭ ପ୍ରକଳ୍ପ ପାଇଁ ୧୫୫୪ କୋଟି ମଞ୍ଜୁର କରିଛନ୍ତି ରାଜ୍ୟ ସରକାର

ସବୁ ଗାଁରେ ପହଞ୍ଚିଲା ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ: ୩୧୪ ଦିନରେ ୬୨,୮୫୭ ପ୍ରକଳ୍ପ ପାଇଁ ୧୫୫୪ କୋଟି ମଞ୍ଜୁର କରିଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ମଙ୍ଗଳବାର ସବୁ ପଞ୍ଚାୟତ ଓ ସବୁ ବ୍ଲକରେ ପହଞ୍ଚି ଓଡ଼ିଶାର ଗ୍ରାମାଞ୍ଚଳ ବିକାଶରେ ଏକ ନୂଆ ଇତିହାସ ସୃଷ୍ଟି କରିଛି। ୨୦୧୮ ମାର୍ଚ୍ଚ ୫ ତାରିଖରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ପ୍ରାୟ ୩୧୪ ଦିନରେ ରାଜ୍ୟର ୩୧୪ ବ୍ଲକ ୬୭୯୮ ପଞ୍ଚାୟତରେ ପହଞ୍ଚିପାରିଛି। ଏଥିସହ ମୋଟ ୬୨୮୫୭ ପ୍ରକଳ୍ପ ପାଇଁ ୧୫୫୪.୪୧ କୋଟି ଟଙ୍କା ରାଜ୍ୟ ସରକାର ମଞ୍ଜୁର କରିଛନ୍ତି। 

ରାସ୍ତାକଡରୁ ନବଜାତ ଶିଶୁପୁତ୍ର ଉଦ୍ଧାର: ଚାଇଲ୍ଡ ଲାଇନ ପକ୍ଷରୁ ତଦନ୍ତ ଆରମ୍ଭ

ରାସ୍ତାକଡରୁ ନବଜାତ ଶିଶୁପୁତ୍ର ଉଦ୍ଧାର: ଚାଇଲ୍ଡ ଲାଇନ ପକ୍ଷରୁ ତଦନ୍ତ ଆରମ୍ଭ

ଖୋର୍ଦ୍ଧା ଅଫିସ,୨୨।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ତିରିମଲ୍ଲ ବାଜପୁର ରାସ୍ତା କଡ଼ରୁ ମଙ୍ଗଳବାର  ଏକ ନବଜାତ ଶିଶୁ ଉଦ୍ଧାର ହୋଇଛି । ତିରିମଲ୍ଲ  କ୍ରଶର ନିକଟସ୍ଥ ଏକ ବୁଦାମୂଳରେ ଶିଶୁଟି ପଡ଼ି ରହିଥିଲା ।

ରେମୁଣା ବ୍ଲକ ବିଜେଡି ସଭାପତି ହେଲେ ଗୋପୀନାଥ ସେନାପତି

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ପୂର୍ବ ଘୋଷିତ ସମସ୍ତ ଆଦେଶନାମାକୁ ବାଦ୍‌ ଦେଇ ମଙ୍ଗଳବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଜିଲା ରେମୁଣା ବ୍ଲକ ବିଜେଡି ସଭାପତି ଭାବେ ଗୋପୀନାଥ ସେନାପତି ଓ କାର୍ଯ୍ୟକାରୀ ସଭାପତି ଭାବେ ଦିଲ୍ଲୀପ କୁମାର ନାୟକଙ୍କୁ ନିଯୁକ୍ତ ଦେଇଛନ୍ତି। ଏ ନେଇ ଦଳର ରାଜ୍ୟ ସମ୍ପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି। 

 ଭଣ୍ଡାରିପୋଖରୀ ଉଚ୍ଚ ବିଦ୍ୟାଳୟରେ ସୁବର୍ଣ୍ଣ ଜୟନ୍ତୀ ସମାରୋହକୁ ଉଦ୍‌ଘାଟନ କଲେ ରାଜ୍ୟପାଳ

ଭଣ୍ଡାରିପୋଖରୀ ଉଚ୍ଚ ବିଦ୍ୟାଳୟରେ ସୁବର୍ଣ୍ଣ ଜୟନ୍ତୀ ସମାରୋହକୁ ଉଦ୍‌ଘାଟନ କଲେ ରାଜ୍ୟପାଳ

ଭଣ୍ଡାରିପୋଖରୀ, ୨୨।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପୂରାତନ ଛାତ୍ରୀଛାତ୍ରଙ୍କ ପକ୍ଷରୁ ସୁବର୍ଣ୍ଣ ଜୟନ୍ତୀ ସମାରୋହ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। 

 ବଙ୍ଗରଦୁଆ ଘାଟିରୁ  ଟ୍ରକ ଖସିବା ଘଟଣା: ୨ ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଙ୍ଗରଦୁଆ ଘାଟିରୁ ଟ୍ରକ ଖସିବା ଘଟଣା: ୨ ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର/ଦାରିଙ୍ଗବାଡ଼ି,୨୨।୧(  ବ୍ୟୁରୋ /ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ବଙ୍ଗରଦୁଆ ଘାଟିରେ ମଙ୍ଗଳବାର ପୂର୍ବାହ୍ନ ୧୦ ଟାରେ ଲୋକ ନେଇ ଯାଉଥିବା ଏକ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କରାଯାଇଛି। 

ବଙ୍ଗରଦୁଆ ଘାଟିରେ ୪୦ ଫୁଟ ତଳକୁ ଟ୍ରକ ଖସିବା ଘଟଣା: କ୍ଷତିପୂରଣ ପାଇଁ ସ୍ଥାନୀୟ ଲୋକଙ୍କ ଦାବି

ବଙ୍ଗରଦୁଆ ଘାଟିରେ ୪୦ ଫୁଟ ତଳକୁ ଟ୍ରକ ଖସିବା ଘଟଣା: କ୍ଷତିପୂରଣ ପାଇଁ ସ୍ଥାନୀୟ ଲୋକଙ୍କ ଦାବି

ଦାରିଙ୍ଗବାଡ଼ି,୨୨।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ବଙ୍ଗରଦୁଆ ଘାଟିରେ ମଙ୍ଗଳବାର ପୂର୍ବାହ୍ନ ୧୦ ଟାରେ ଲୋକ ନେଇ ଯାଉଥିବା ଏକ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।