ମେଟ୍ରୋ |

ଗୋପବନ୍ଧୁଙ୍କ ଜନ୍ମପୀଠରେ ସାଇକେଲ ଶୋଭାଯାତ୍ରୀଙ୍କୁ ସମ୍ବର୍ଦ୍ଧନା

ଗୋପବନ୍ଧୁଙ୍କ ଜନ୍ମପୀଠରେ ସାଇକେଲ ଶୋଭାଯାତ୍ରୀଙ୍କୁ ସମ୍ବର୍ଦ୍ଧନା
ସାକ୍ଷୀଗୋପାଳ, ୧୪।୯(ଡି.ଏନ୍‌.ଏ): ମଦମୁକ୍ତ ଓଡ଼ିଶା ଗଠନ, ମା’ ମାଟି ଓ ମାତୃଭାଷାର ସୁରକ୍ଷା ସଚେତନତା ବାର୍ତ୍ତାନେଇ ବାଲେଶ୍ବର ଜିଲାର ବାଲିଆପାଳ ବାଘାଯତୀନ ସ୍ମୃତି ପରିଷଦରୁ ସାଇକେଲ ଯୋଗେ ଆସିଥିବା ଯାତ୍ରୀମାନଙ୍କୁ ଗୋପବନ୍ଧୁଙ୍କ ଜନ୍ମପୀଠ ସୁଆଣ୍ଡୋ ଗ୍ରାମରେ ସ୍ବାଗତ କରାଯାଇଛି। ଗୋପବନ୍ଧୁ ସ୍ମୃତି ପରିଷଦର ସଭାପତି ଧୀରେନ୍ଦ୍ର ନାଥ ଦାସ ବାଘାଯତୀନ ସ୍ମୃତି ପରିଷଦର ସଭାପତି ଅରବିନ୍ଦ ବେହେରାଙ୍କୁ ଉତରୀୟ, ଗୋପବନ୍ଧୁଙ୍କ ଫଟୋ ଓ କାରା କବିତା ବହି ପ୍ରଦାନ କରିଥିଲେ। ସେମାନେ ଷଠୀଘରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସ୍ମୃତିଚାରଣ କରିଥିଲେ। ଗତ ୧୦ ତାରିଖରୁ ବାହାରିଥିବା ଏହି ଶୋଭାଯାତ୍ରାରେ ୮୦ ଜଣ ସାଇକେଲ ଆରୋହୀ ସାମିଲ ହୋଇଛନ୍ତି। ଶୁକ୍ରବାର ସେମାନେ ଅନ୍ୟତମ ସ୍ବାଧୀନତା ସଂଗ୍ରାମୀ ବକ୍ସି ଜଗନ୍ଧୁଙ୍କ ଜନ୍ମପୀଠ ବ୍ରହ୍ମଗିରି ବ୍ଲକର ଗଡ଼ରୋଡ଼ଙ୍ଗ ଅଭିମୁଖେ ଯାତ୍ରା କରିଥିବା ଜଣାପଡ଼ିଛି। ଗତ ଚାରିବର୍ଷ ଧରି ଏହି ଅନୁଷ୍ଠାନ ଓଡ଼ିଶାର ବିଭିନ୍ନ ସ୍ବାଧୀନତା ସଂଗ୍ରାମୀଙ୍କ ପୀଠ ସତ୍ୟବାଦୀ, ଇଞ୍ଚୁଡି, ଇରମ, ତୁଡିଗାଡିଆ ଓ କୁସୁମିତା ଆଦି ସ୍ମୃତିପୀଠ ଗୁଡିକରେ ସଚେତନତା କାର୍ଯ୍ୟକ୍ରମ କରିଥିବା ସଭାପତି ବେହେରା କହିଛନ୍ତି।
All Right Reserved By

ମେଟ୍ରୋ |

ନିର୍ବାଚନ ପାଇଁ ଅବକାରୀ ବିଭାଗର ଚଢାଉ :୪୧ ଦିନରେ ୧୮୬ ଗିରଫ

ନିର୍ବାଚନ ପାଇଁ ଅବକାରୀ ବିଭାଗର ଚଢାଉ :୪୧ ଦିନରେ ୧୮୬ ଗିରଫ

କଟକ ଅଫିସ, ୨୦ା୪- ଚଳିତ ନିର୍ବାଚନକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ କଟକରେ ବେଆଇନ ନିଶା କାରବାରକୁ ରୋକିବା ପାଇଁ ସ୍ବତନ୍ତ୍ର ଅପରେଶନ ଚାଲୁ ରହିଛି। ଗତ ମାର୍ଚ୍ଚ ୧୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଅପରେଶନର ଶୁକ୍ରବାର ସୁଦ୍ଧା ୨୦୪ଟି ମାମଲା ରୁଜୁ କରାଯାଇଥିବାବେଳେ ୧୮୬ ଜଣଙ୍କୁ ଗିରଫ କରାଯାଇଛି

ବିଜେଡି ଶ୍ରମିକ ସେଲ୍‌ର ରାଜ୍ୟ ସମ୍ପାଦକ ହେଲେ ଗଦାଧର ମଲ୍ଲିକ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିଜୁ ଜନତା ଦଳ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଶନିବାର ବିଜେଡି ଶ୍ରମିକ ସେଲ୍‌ର ରାଜ୍ୟ ସମ୍ପାଦକ ଭାବେ ଗଦାଧର ମଲ୍ଲିକଙ୍କୁ ନିଯୁକ୍ତି ଦେଇଛନ୍ତି। 

ରାଜ୍ୟ ସାଂଗଠନିକ ସମ୍ପାଦକ ହେଲେ କମଳାକାନ୍ତ ମହାପାତ୍ର

ରାଜ୍ୟ ସାଂଗଠନିକ ସମ୍ପାଦକ ହେଲେ କମଳାକାନ୍ତ ମହାପାତ୍ର

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ ସାଂଗଠନିକ ସମ୍ପାଦକ ଭାବେ କମଳାକାନ୍ତ ମହାପାତ୍ରଙ୍କୁ ଶନିବାର ନିଯୁକ୍ତି ଦେଇଛନ୍ତି। 

ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଦୀର୍ଘ ଦିନ ଧରି ଲୋକଙ୍କ ପାଇଁ କାମ କରିଛନ୍ତି।

କାଳବୈଶାଖୀ ବଜ୍ରପାତରେ ୨ ଆହତ

କାଳବୈଶାଖୀ ବଜ୍ରପାତରେ ୨ ଆହତ

ଖୋର୍ଦ୍ଧା ଅଫିସ,୨୦।୪: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଜଙ୍କିଆ ଥାନା ସିକୋ ଫାଣ୍ଡି ଅନ୍ତର୍ଗତ ହଜ ଗ୍ରାମର ଗୋଡିସାହିରେ ଶୁକ୍ରବାର ରାତିରେ କାଳବୈଶାଖୀ ବର୍ଷା ସହିତ ପବନ ଓ ବଜ୍ରପାତ ଘଟିଛି। 

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକ

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। 

ନୀଳଚକ୍ର ଉପରେ ଚଢ଼ିଗଲେ ଯୁବକ

ନୀଳଚକ୍ର ଉପରେ ଚଢ଼ିଗଲେ ଯୁବକ

ପୁରୀ ଅଫିସ,୨୦।୪:ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନ ଉଠୁଥିବା ବେଳେ ଶନିବାର ପୁଣି ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ଶ୍ରୀମନ୍ଦିର ଚୂଡ଼ାକୁ ଚଢ଼ିଯିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। 

ଚୋରା ବନ୍ଧୁକ ରଖିବା ମାମଲା:  ରଞ୍ଜିତା, ଆଲୋକଙ୍କ ଜାମିନ ଆବେଦନ ଖାରଜ

ଚୋରା ବନ୍ଧୁକ ରଖିବା ମାମଲା: ରଞ୍ଜିତା, ଆଲୋକଙ୍କ ଜାମିନ ଆବେଦନ ଖାରଜ

କଟକ ଅଫିସ,୨୦।୪: ଚୋରା ବନ୍ଧୁକ ରଖି ପୋଲିସ ହାତରେ ଗିରଫ ହୋଇଥିବା ସିଏମ୍‌ସିର ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ ଓ ତାଙ୍କ ସହଯୋଗୀ ଆଲୋକ ପୃଷ୍ଟିଙ୍କ ଜାମିନ ଆବେଦନ ଖାରଜ ହୋଇଛି। 

ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା:  ରାଜ୍ୟ ସରକାରଙ୍କୁ ନୋଟିସ

ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୨୦।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜନିତ ସ୍କୁଲ ଛୁଟି ଘୋଷଣାକୁ ନେଇ ହାଇକୋର୍ଟରେ ଆଡଭୋକେଟ ଶିବନାରାୟଣ ବିଶ୍ୱାଳଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। 

ଭାଜପାର ବିଜୟ ସଂକଳ୍ପ ସମାବେଶ:  କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରୁ ନ ଥିବା ରାଜ୍ୟ ସରକାରଙ୍କୁ ହଟାଅ; ରାଜନାଥ

ଭାଜପାର ବିଜୟ ସଂକଳ୍ପ ସମାବେଶ: କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରୁ ନ ଥିବା ରାଜ୍ୟ ସରକାରଙ୍କୁ ହଟାଅ; ରାଜନାଥ

କଟକ ସଦର, ୨୦।୪ (ଡି.ଏନ୍‌.ଏ.): କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରିପାରୁ ନ ଥିବା ରାଜ୍ୟ ସରକାର ଓଡ଼ିଶାର ପ୍ରଗତିରେ ମୁଖ୍ୟ ପ୍ରତିବନ୍ଧକ ସାଜିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନରେ ଅପାରଗ ରାଜ୍ୟ ସରକାରକୁ ହଟାଇ ଭାଜପାକୁ କ୍ଷମତାସୀନ କରିବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି।

ଖସିଲା ପାରଦ, ତାତିରୁ ତ୍ରାହି

ଖସିଲା ପାରଦ, ତାତିରୁ ତ୍ରାହି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ ୪୦ ଡିଗ୍ରୀରୁ କମ୍‌ ତାପମାତ୍ରା ରହିଛି। 

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍‌ ଇଣ୍ଡିଆ(କେସିଆଇ)ର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ହୋଇଛନ୍ତି। 


Model This Week

କ୍ରିଷ୍ଣା
Why Dharitri