

ସମ୍ବଲପୁର

ନକ୍ଆଉଟ ଫୁଟବଲ ଟୁର୍ନାମେଣ୍ଟ: ଧର୍ମଗଡ ଚାମ୍ପିୟନ
ସେରଗଡ଼,୧୮।୨(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ତୁଳାପଡାଠାରେ ପାଝରାଣୀ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଚାଲିଥିବା ନକଆଉଟ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦ୍ଯାପିତ ହୋଇଯାଇଛି। ଧର୍ମଗଡ ଓ ଜାମଖୁଣ୍ଟା ମଧ୍ୟରେ ଅନୁଷ୍ଠିତ ଫାଇନାଲ ଖେଳରେ ଧର୍ମଗଡ ୪-୨ ଗୋଲରେ ବିଜୟୀ ହୋଇ ଚାମ୍ପିୟନ ହୋଇଛି। ଚାମ୍ପିୟନ ଦଳକୁ ୮ ହଜାର ଟଙ୍କା ସହ ଟ୍ରଫି ଏବଂ ରନର୍ସଅପ୍ ଦଳକୁ ୬ ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ବୌଦ୍ଧ ଜିଲା ଗସ୍ତ
ବୌଦ୍ଧ,୧୮।୨(ସ୍ବ.ପ୍ର): କାଳିଆ ଯୋଜନା ଏକ ଯୁଗାନ୍ତକାରୀ ପଦକ୍ଷେପ । ଏହି ଯୋଜନାରେ ରାଜ୍ୟରେ ଜଣେ ହେଲେ ଯୋଗ୍ୟ ଚାଷୀ ଯେପରି ବଞ୍ଚତ୍ତ ହେବେ ନାହିଁ ସେଥିପ୍ରତି ଦୃଷ୍ଟି ଦିଆଯାଉଛି ।
ଓଡିଶା ଷ୍ଟାମ୍ପ ଭେଣ୍ଡର ମହାସଂଘର ଧାରଣା ସମାଧାନ ପାଇଁ ସରକାର ଦୃଷ୍ଟି ଦେବାକୁ ଦାବି
ରାଉରକେଲା ଅଫିସ,୧୮ା୨-ଓଡିଶା ଷ୍ଟାମ୍ପ ଭେଣ୍ଡର ମହାସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଧାରଣା ଆରମ୍ଭ ହୋଇଛି ା
‘ଶାସନ ପରିବର୍ତ୍ତନର ବାର୍ତ୍ତାବହ ସାଜିବେ କୃଷକ’
ରାଉରକେଲା ଅଫିସ,୧୮ା ୨-ବିଜେଡି ସରକାର କୃଷକଙ୍କ ସମସ୍ୟାର ସମାଧାନ ପାଇଁ କେବେ ଆଗ୍ରହ ପ୍ରକାଶ କରି ନାହଁାନ୍ତି। ଏଥିପାଇଁ ଶାସନ ପରିବର୍ତ୍ତନର ବାର୍ତ୍ତାବହ ସାଜିବେ ଓଡିଶା କୃଷକ। କୃଷକମାନେ ହେଲେ ସମାଜର ମେରୁଦଣ୍ଡ।
ବେଲପାହାଡ଼ ବନ୍ଦ
ବେଲପାହାଡ଼,୧୮ା୨(ଡ଼ି.ଏନ୍.ଏ): ଜମ୍ମୁକଶ୍ମୀର ପୁଲୱାମାଠାରେ ସଂଘଟିତ ଆତଙ୍କବାଦୀଙ୍କ ଆତ୍ମଘାତୀ ବିସ୍ଫୋରଣରେ ଭାରତର ୪୯ ଜଣ ଯବାନ ଶହୀଦ ହୋଇଛନ୍ତି ା

ବେଲପାହାଡ଼:୩ କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ ୪୭୫ ଛାତ୍ରୀଛାତ୍ର
ବେଲପାହାଡ଼,୧୮ା୨(ଡ଼ି.ଏନ୍.ଏ.): ଆସନ୍ତା ୨୨ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ା ଏଥିପାଇଁ ଝାରସୁଗୁଡ଼ା ଜିଲା ବେଲପାହାଡ଼ ସହରାଞ୍ଚଳସ୍ଥିତ ନୋଡ଼ାଲ କେନ୍ଦ୍ର ଗିରିଧରଲାଲ ଉଚ୍ଚ ବିଦ୍ୟାଳୟକୁ ପ୍ରଶ୍ନପତ୍ର ପହଞ୍ଚତ୍ ସାରିଛି ା ପ୍ରଶ୍ନପତ୍ରଗୁଡିକ କଡ଼ା ସୁରକ୍ଷା ମଧ୍ୟରେ ଷ୍ଟ୍ରଙ୍ଗରୁମରେ ରଖାଯାଇଛି ା

ଅବ୍ୟବସ୍ଥାରେ ଚାଲିଛି ଲିଫ୍ଟ ପଏଣ୍ଟ: ଉପୁଡି ପଡିଛି ଖୁଣ୍ଟ, ଟ୍ରାନ୍ସଫର୍ମର ମୁକୁଳା
ବିନିକା, ୧୮ା୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ ସାରଙ୍ଗପାଲି ଗାଁ। ଅଧିକାଂଶ ଆଦିବାସୀ ସମ୍ପ୍ରଦାୟର । ମୁଖ୍ୟ ଜୀବିକା ଧାନଚାଷ ା ଉଠାଜଳସେଚନ ପଏଣ୍ଟ ମାଧ୍ୟରେ ୮୦ହେକ୍ଟର ଜମିରେ ଚାଷ ହୋଇଥାଏ।

ପୁଲୱାମା ଶହୀଦଙ୍କୁ କ୍ୟାଣ୍ଡେଲ ଜାଳି ଶ୍ରଦ୍ଧାଞ୍ଜଳି
ଜମନକିରା, ୧୫। ୨ ( ଡି.ଏନ୍.ଏ) : ସମ୍ବଲପୁର ଜିଲା ଜମନକିରା ବ୍ଲକ୍ ସଦର ମହକୁମା ଦୁର୍ଗା ମଣ୍ଡପ ସମ୍ମୁଖରେ ପୁଲୱାମା ଶହୀଦଙ୍କ ପାଇଁ ଜମନକିରା ଗ୍ରାମ୍ୟ ଉନ୍ନୟନ କମିଟି ଓ ଗ୍ରାମବାସୀଙ୍କ ପକ୍ଷରୁ କ୍ୟାଣ୍ଡେଲ ଜାଳି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।

ଶହୀଦଙ୍କୁ ସମ୍ମାନ ଜଣାଇ ଦୋକାନ ବଜାର ବନ୍ଦ
ଚନ୍ଦାହାଣ୍ଡି, ୧୮।୨(ଡି.ଏନ.ଏ): ପୁଲଓ୍ବାମା ଆକ୍ରମଣରେ ଶହୀଦ ହୋଇଥିବା ଯବାନମାନଙ୍କ ଅମର ଆତ୍ମାକୁ ସମ୍ମାନ ଜଣାଇ ନବରଙ୍ଗପୁର ବଣିକ ସଂଘ ଦ୍ୱାରା ଦିଆଯାଇଥିବା ବନ୍ଦ ଡାକରାରେ ଚନ୍ଦାହାଣ୍ଡି ବ୍ଲକ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି।

ବ୍ରିଜ୍ ତଳକୁ ଠେଲି ନାବାଳକଙ୍କୁ ହତ୍ୟା, ୨ ଗିରଫ
ବରଗଡ଼ ଅଫିସ୍,୧୮ା୨:ବରଗଡ଼ ପୌର ପରିଷଦ ଅନ୍ତର୍ଗତ ୱାର୍ଡ଼ ନଂ-୯ ଭିଏସଏସ ନଗର ବିଶି କଲୋନୀର ଜଣେ ନାବାଳକ ଇନେଶ ତାଣ୍ଡି(୧୫)ଙ୍କୁ ସମ୍ବଲପୁର ଜିଲା ବୁର୍ଲା ପି.ସି ବ୍ରିଜ ତଳକୁ ଠେଲି ହତ୍ୟା କରାଯାଇଛି ।

ଶୀତ ଗଲାପରେ କମ୍ବଳ କଥା ମନେ ପଡୁଛି
ସମ୍ବଲପୁର,୧୮ା୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟର ବୃଦ୍ଧାବୃଦ୍ଧ, ବିଧବା, ଭିନ୍ନକ୍ଷମମାନଙ୍କୁ ମାସିକ ଭତ୍ତା ମିଳୁଛି। ୬୦ ବର୍ଷ ବୟସ ଭିତରେ ହିତାଧିକାରୀଙ୍କୁ ପୂର୍ବରୁ ୩୦୦ ଟଙ୍କା ମିଳୁଥିଲା। ଏବେ ଆଉ ୨ ଶହ ଟଙ୍କା ବଢିଛି।

ଅଙ୍ଗନୱାଡି କର୍ମୀ, ସହାୟିକା ସମାବେଶ: ପ୍ରେକ୍ଷାଳୟରେ ସିଟ୍ ମିଳିଲାନି
ସମ୍ବଲପୁର, ୧୮।୨ (ବ୍ୟୁରୋ)-ପଶ୍ଚିମ ଓଡିଶା ଅଙ୍ଗନୱାଡି କର୍ମୀ ଓ ସହାୟିକା ସଂଘର ସମାବେଶ (ମହାଯୋଟ) ତପସ୍ବିନୀ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି ।