ଅପରାଧ | ବ୍ରହ୍ମପୁର

ଜେଲରୁ ଫେରାର୍‌ ଅପରାଧୀ ଗିରଫ, ୨ ବନ୍ଧୁକ ଜବତ

ଜେଲରୁ ଫେରାର୍‌ ଅପରାଧୀ ଗିରଫ, ୨ ବନ୍ଧୁକ ଜବତ
ଭଞ୍ଜନଗର,୯।୧୦(ଡି.ଏନ୍‌.ଏ.)- ଭଞ୍ଜନଗର ପୋଲିସ ମଙ୍ଗଳବାର ଅପରାହ୍ନରେ ଭଞ୍ଜନଗର ଜେଲ୍‌ରୁ ଫେରାର୍‌ ଥିବା ଅଭିଯୁକ୍ତ ବାବୁ ନାୟକଙ୍କୁ ଗିରଫ କରିଛି। ପୋଲିସ ବାବୁଙ୍କଠାରୁ ୨ଟି ମାଉଜର ଜବତ କରାଯାଇଛି। ବାବୁଙ୍କ ସହ ଥିବା ଆଉ ଜଣେ ଅଭିଯୁକ୍ତ ବଳିଆ ନାୟକଙ୍କୁ ମଧ୍ୟ ଗିରଫ କରାଯାଇଛି। ଗିରଫ ପୂର୍ବରୁ ଉଭୟେ ଦୁର୍ଘଟଣାରେ ଆହତ ହୋଇଥିବା ଯୋଗୁ ସେମାନଙ୍କୁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
All Right Reserved By

ଅପରାଧ | ବ୍ରହ୍ମପୁର

ରାଜନଅର ଛକ ଗୁଳିକାଣ୍ଡ ଘଟଣା:  ଆଉ ୩ ଗିରଫ

ରାଜନଅର ଛକ ଗୁଳିକାଣ୍ଡ ଘଟଣା: ଆଉ ୩ ଗିରଫ

ଜୟପୁର,୨୦ା୧୦(ନି.ପ୍ର.)-କୋରାପୁଟ ଜିଲା ଜୟପୁର ସହରର ରାଜନଅର ଛକରେ ଗତ ୨୫ତାରିଖରେ ସ୍ପଷ୍ଟ ଦିବାଲୋକରେ ଗୁଳିକାଣ୍ଡ ଘଟଣାରେ ପୋଲିସ ମୁଖ୍ୟ ଅପରାଧୀ ବିକାଶ ପାତ୍ରଙ୍କୁ ଧରିବାରେ ବିଫଳ ହୋଇଥିବାବେଳେ ଶନିବାର ଆଉ ୩ଜଣ ସହଯୋଗୀଙ୍କୁ ଗିରଫ କରିଛି। ସେମାନେ ହେଲେ ଗଡିଆ ଧୋବା ସାହିର ସନ୍ତୋଷ  ନାୟକ ଓରଫ ମୁନା (୨୫), ପୂର୍ଣ୍ଣଚନ୍ଦ୍ର ନାୟକ (୨୭) ସୁରି ନାୟକ ଓରଫ ସୁରି (୩୨)। ଏମାନଙ୍କୁ ପୋଲିସ ଭୁବନେଶ୍ୱରରୁ ଗିରଫ କରିଥିବା ଜଣାଯାଇଛି ା ଟାଉନ ପୋଲିସ ୨ଟି ପର୍ଯ୍ୟାୟରେ ମୋଟ ୬ଜଣଙ୍କୁ ଗିରଫ କରିସାରିଲାଣି। ବିକାଶଙ୍କୁ ଧରିବା ପାଇଁ ୨ଟିମ ଗଠନ କରାଯାଇ ବାହାର ରାଜ୍ୟକୁ ପଠାଯାଇଥିବା  ଥାନା ଅଧିକାରୀ ବାଲେଶ୍ୱର ଗିଧି ସୂଚନା ଦେଇଛନ୍ତି।

ସ୍ତ୍ରୀଙ୍କ ଆତ୍ମହତ୍ୟା ଘଟଣା: ସ୍ବାମୀ ଗିରଫ

ସ୍ତ୍ରୀଙ୍କ ଆତ୍ମହତ୍ୟା ଘଟଣା: ସ୍ବାମୀ ଗିରଫ

ଯାଜପୁର ରୋଡ, ୨୦।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଯାଜପୁର ରୋଡ଼ ଥାନା ଅନ୍ତର୍ଗତ ରାଛିପୁର ଗ୍ରାମରେ ସ୍ତ୍ରୀଙ୍କ ହତ୍ୟା ଅଭିଯୋଗରେ ସ୍ବାମୀ ସମୀର ରାଉତଙ୍କୁ ପୋଲିସ ଶନିବାର ଗିରଫ କରିଛି। 

ଯୁବକଙ୍କୁ ଟାଙ୍ଗିଆରେ ହାଣି ନିର୍ମମ ହତ୍ୟା

ଯୁବକଙ୍କୁ ଟାଙ୍ଗିଆରେ ହାଣି ନିର୍ମମ ହତ୍ୟା

ପରଜଙ୍ଗ,୨୦।୧୦: ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ନୂଆ କୁଆଳୋ ଗ୍ରାମରେ ଶୁକ୍ରବାର ସାରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ନିର୍ମମ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ ଚନ୍ଦନ ବେହେରା।

ପ୍ରେମ ବ୍ୟାପାରରୁ  ହତ୍ୟା ସନ୍ଦେହ, ଯୁବକଙ୍କ ମୃତଦେହ ଉଦ୍ଧାର

ପ୍ରେମ ବ୍ୟାପାରରୁ ହତ୍ୟା ସନ୍ଦେହ, ଯୁବକଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ,୨୦।୧୦: ଗଞ୍ଜାମ ଜିଲା ଗୋଷାଣୀନୂଆଗାଁ ଥାନାଞ୍ଚଳ ହଳଦିଆପଦର ରେଲୱେ ଫ୍ଲାଏଓଭର ବ୍ରିଜ ନିକଟରେ ଥିବା ଏକ ନାଳରୁ ଶୁକ୍ରବାର ପୋଲିସ ଏକ ମୃତଦେହ ଉଦ୍ଧାର କରିଛି। ମୃତକହେଲେ ବଡବଜାର ଥାନା ଅଧୀନ ଧାନମେରା ସାହିର ସୋନୁ ଘଡେଇ ଓରଫ ଯଦୁ ।

ଦୁଇ ବନ୍ଧୁକ ବେପାରୀ ଗିରଫ

ଦୁଇ ବନ୍ଧୁକ ବେପାରୀ ଗିରଫ

ଭୁବନେଶ୍ୱର,୧୯।୧୦- ଭୁବନେଶ୍ୱର ନିକଟସ୍ଥ ତମାଣ୍ଡୋ ଅଞ୍ଚଳରୁ ଶୁକ୍ରବାର ଦୁଇ ବନ୍ଧୁକ ବେପାରୀ ଗିରଫ ହୋଇଥିବା ଜଣାପଡିଛି । ଖବର ଅନୁଯାୟୀ, କୌଣସି ସୂତ୍ରରୁ କ୍ୟୁଏଟି ଖବର ପାଇ ତମାଣ୍ଡୋରେ ଥିବା ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।

ସ୍ବାମୀ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ସ୍ବାମୀ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ତେଲକୋଇ,୧୯।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ଓରିଆ ପଞ୍ଚାୟତ ଧନୁର୍ଯୟପୁର ଜୁଆଙ୍ଗ ବସ୍ତିରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଘରୋଇ କଳିକୁ କେନ୍ଦ୍ରକରି ସ୍ବାମୀ ସୁକୁରା ଜୁଆଙ୍ଗ(୩୮)ଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁବାରୀ(୩୫)ଙ୍କ ମୃତ୍ୟୁ ଘଟିଛି। 

୨ ଗୋଷ୍ଠୀ ମୁହାଁମୁହିଁ, ୨ ଆହତ

୨ ଗୋଷ୍ଠୀ ମୁହାଁମୁହିଁ, ୨ ଆହତ

ଭଞ୍ଜନଗର,୧୯।୧୦(ଡି.ଏନ୍‌.ଏ.): ଭଞ୍ଜନଗର ଅଗ୍ନିଶମ କେନ୍ଦ୍ର ନିକଟରେ ଗୁରୁବାର ରାତିରେ କୌଣସି କାରଣକୁ ନେଇ ଗୋଟିଏ ଗୋଷ୍ଠୀର ଯୁବକମାନେ ଜଣେ ଯୁବକଙ୍କୁ ଆକ୍ରମଣ  କରିଥିଲେ।

୨୪ଦିନ ପରେ ଲୁଟ୍‌ର ସୁରାକ ପାଇଲା ପୋଲିସ

୨୪ଦିନ ପରେ ଲୁଟ୍‌ର ସୁରାକ ପାଇଲା ପୋଲିସ

ଭଦ୍ରକ ଅଫିସ, ୧୯।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଜଳଙ୍ଗା  କୂଆପଡ଼ା ନିକଟରୁ ଗତ ୨୪ତାରିଖରେ ୩୦ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଏହି ଘଟଣାରେ ବ୍ୟବହୃତ ହୋଇଥିବା କଳା ପଲସର ଗାଡିକୁ ପୋଲିସ ଗୁରୁବାର ସନ୍ଧ୍ୟାରେ ଦଇସିଂର ଭାସ୍କର ସାହୁଙ୍କ ଛଣ  ଗଦା ଭିତରୁ ଜବତ  କରିଛି l 

ଫେକ୍‌ ଆଇଡିରେ ଅଶ୍ଳୀଳ ଭିଡିଓ ସେୟାର କରି ଯୁବକ ଗିରଫ

ଫେକ୍‌ ଆଇଡିରେ ଅଶ୍ଳୀଳ ଭିଡିଓ ସେୟାର କରି ଯୁବକ ଗିରଫ

କଟକ ଅଫିସ,୧୮।୧୦- ହାଟ୍ସଆପରେ ଫେକ ଆଇଡି ବନାଇ ଅଶ୍ଲୀଳ ଭିଡିଓ ସେୟାର କରିଥିବାରୁ ଗୁରୁବାର ଓଡ଼ିଶା କ୍ରାଇମବାଞ୍ଚ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଜଟଣୀ ଅଞ୍ଚଳର ପଓ୍ବନ ଅଗ୍ରଓ୍ବାଲ । 

ପିକଅପ ଭ୍ୟାନରୁ ୧୦ ଗୋରୁ ଉଦ୍ଧାର,ଗୋଶାଳା ପଠାଇଲା ପୋଲିସ

ପିକଅପ ଭ୍ୟାନରୁ ୧୦ ଗୋରୁ ଉଦ୍ଧାର,ଗୋଶାଳା ପଠାଇଲା ପୋଲିସ

କଣ୍ଟାପଡା,୧୮।୧୦(ଡି.ଏନ୍‌.ଏ.)- ଦୟନୀୟ ଅବସ୍ଥାରେ ଏକ ପିକଅପ ଭ୍ୟାନରେ ନିଆଯାଉଥିବା ୧୦ଟି ଗୋରୁଙ୍କୁ ଓଲଟପୁର ପୋଲିସ ଉଦ୍ଧାର କରି ଗୋଶାଳାକୁ ପଠାଇଥିବା ଜଣାପଡିଛି। ଗୋଚାଲାଣରେ ବ୍ୟବହୃତ ଓଆର ୦୨ ଏଏନ୍‌ ୨୬୯୭ ପିକଅପ ଭ୍ୟାନକୁ ପୋଲିସ ଜବତ କରିଥିବାବେଳେ ଏହାର ଡ୍ରାଇଭର ଓ ଅନ୍ୟ ଅଭିଯୁକ୍ତମାନେ ଫେରାର ଅଛନ୍ତି। 

କୋଣାର୍କରେ  ଯୁବତୀଙ୍କୁ ଗଣବଳାତ୍କାର ଘଟଣା:  ପୀଡ଼ିତାଙ୍କୁ ଭେଟିଲେ ଭାଜପା, କଂଗ୍ରେସ ମହିଳା ଦଳ

କୋଣାର୍କରେ ଯୁବତୀଙ୍କୁ ଗଣବଳାତ୍କାର ଘଟଣା: ପୀଡ଼ିତାଙ୍କୁ ଭେଟିଲେ ଭାଜପା, କଂଗ୍ରେସ ମହିଳା ଦଳ

ପୁରୀ ଅଫିସ,୧୮ା୧୦: କୋଣାର୍କରେ ଘଟିଥିବା ଗତ ବୁଧବାର ଲଜ୍ଜା ଘଟଣାରେ ବନ୍ଦ କୋଠରିରୁ ଉଦ୍ଧାର ହୋଇଥିବା ଯୁବତୀଙ୍କୁ ଗୁରୁବାର ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ମହିଳା କଂଗ୍ରେସ ଓ ଭାଜପା ମହିଳା ମୋର୍ଚ୍ଚାର ଏକ ପ୍ରତିନିଧି ଦଳ ପୀଡ଼ିତାଙ୍କ ସହ ମିଶି ଆଲୋଚନା କରିଥିଲେ। ଭାଜପା ମହିଳା ମୋର୍ଚ୍ଚା ସଭାପତି ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ଆସିଥିବା ୫ଜଣିଆ ପ୍ରତିନିଧି ଦଳ ପୀଡ଼ିତାଙ୍କୁ ମିଶି ଘଟଣା ସମ୍ପର୍କରେ ବୁଝିଥିଲେ।

ଜୟପୁର ରଥ ପଡ଼ିଆ ଛକ ଗୁଳିକାଣ୍ଡ ମାମଲା:  ଆଉ ୩ ଗିରଫ

ଜୟପୁର ରଥ ପଡ଼ିଆ ଛକ ଗୁଳିକାଣ୍ଡ ମାମଲା: ଆଉ ୩ ଗିରଫ

ଜୟପୁର, ୧୮।୧୦ (ଡ଼ି.ଏନ.ଏ)-  ଜୟପୁର ରଥ ପଡ଼ିିଆ ଛକ ଗୁଳିକାଣ୍ଡ ମାମଲାରେ ୩ ଜଣଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ। ଅଭିଯୁକ୍ତମାନେ ହେଲେ ସ୍ଥାନୀୟ ଗୋଡ଼ିଆ ଧୋବା ସାହିର ସନ୍ତୋଷ ନାୟକ ଓରଫ ମୁନା, ସୁରି ନାୟକ, ପୂର୍ଣ୍ଣଚନ୍ଦ୍ର ନାୟକ । ୩ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ପୋଲିସ ଗିରଫ କରିଛି । ଏହି ମାମଲାରେ ପୂର୍ବରୁ ୩ ଜଣ ଗିରଫ ହୋଇଥିଲେ । କିନ୍ତୁ ମୁଖ୍ୟ ଅଭିଯୁକ୍ତ ବିକାଶ ପାତ୍ର ବର୍ତ୍ତମାନ ସୁଧା ଫେରାର ଅଛନ୍ତି।