ରାଜ୍ୟ | ସମ୍ବଲପୁର

ଯୁବତୀଙ୍କୁ ଗଣବଳାତ୍କାର ଘଟଣାରେ ୫ ଯୁବକ ଗିରଫ, କୋର୍ଟ ଚାଲାଣ

ଯୁବତୀଙ୍କୁ ଗଣବଳାତ୍କାର ଘଟଣାରେ ୫ ଯୁବକ ଗିରଫ, କୋର୍ଟ ଚାଲାଣ
ଲହୁଣୀପଡା, ୧୧।୧୦ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡ କେ.ବଲାଙ୍ଗ ଥାନା ଅନ୍ତର୍ଗତ କାଲକାଟୁ ଜଙ୍ଗଲରେ ଘଟିଥିବା ଯୁବତୀ ଗଣବଳାତ୍କାର ଘଟଣାରେ ଗୁରୁବାର ପୋଲିସ ୫ ଯୁବକଙ୍କୁ ଗିରଫ କରିଛି। ସେମାନଙ୍କୁ ମଧ୍ୟାହ୍ନରେ ବଣାଇ କୋର୍ଟକୁ ଚାଲାଣ କରାଯାଇଛି। ଯୁବକମାନେ ହେଲେ ରେଞ୍ଜଡା ଗ୍ରାମର ଧନସେନ ସିଂ (୨୪), ଶଙ୍କର ସିଂ (୨୧), ସହଦେବ ସିଂ (୨୩), ରବୀନ୍ଦ୍ର ସିଂ (୨୨) ଏବଂ ସ୍ବୟମ୍ବା ଗ୍ରାମର ଉମେଶ ସିଂ (୨୪)। ସେମାନଙ୍କ ବ୍ୟବହୃତ ବାଇକ୍‌କୁ ମଧ୍ୟ ପୋଲିସ ଜବତ କରିଛି।
  ପୋଲିସ ସୂତ୍ରରୁ ପ୍ରକାଶ ଯେ, ମୋଟୁହନୁମାନ ଗ୍ରାମର ଜନୈକା ଯୁବତୀ ନିଜ ମାମୁଁ ପୁଅ ଭାଇଙ୍କ ସହିତ ଏକ ଶୁଦ୍ଧିକ୍ରିୟାରେ ଯୋଗଦେବା ପାଇଁ ରେଞ୍ଜଡା ଗ୍ରାମକୁ ଯାଇଥିଲେ। ସେମାନେ ସୋମବାର ରାତି ପ୍ରାୟ ସାଢ଼େ ୮ଟାବେଳେ ବାଇକ୍‌ରେ ଫେରୁଥିଲେ। କାଲକାଟୁ ଜଙ୍ଗଲ ରାସ୍ତାରେ ବାଇକ୍‌ ଓଡି ୧୪ ଜେ-୭୩୭୦ ଯୋଗେ ତିନି ଜଣ ଯୁବକ ଆସି ଗାଡିକୁ ଅଟକାଇ ଥିଲେ। ମାମୁଁ ପୁଅ ଭାଇ ଗାଡି ଅଟକାଇବା ପରେ ଯୁବକମାନେ ତାଙ୍କୁ ନିସ୍ତୁକ ମାଡ ମାରିଥିଲେ। ସେ ପ୍ରାଣ ବିକଳରେ ଜଙ୍ଗଲ ଭିତରକୁ ଦୌଡି ପଳାଇଥିଲେ। ଫଳରେ ତିନି ଜଣ ଯୁବକଙ୍କ ମଧ୍ୟରୁ ଦୁଇଜଣ ଯୁବତୀଙ୍କୁ ଜଙ୍ଗଲ ଭିତରକୁ ଟେକି ନେଇ ବଳାତ୍କାର କରିଥିଲେ। ଅନ୍ୟ ଯୁବକ ଜଣକ ଚାଲିଯାଇ ବାଇକ ଯୋଗେ ଆଉ ଦୁଇଜଣ ଯୁବକଙ୍କୁ ବସାଇ ଆଣିଥିଲେ। ପାଞ୍ଚ ଜଣ ଯାକ ଯୁବକ ଯୁବତୀଙ୍କୁ ବଳାତ୍କାର କରି ଚାଲିଯାଇଥିଲେ। ଯୁବତୀଙ୍କ ଭାଇ ଦୂରରେ ଜଙ୍ଗଲ ଭିତରେ ଲୁଚି ସବୁ ଘଟଣା ଦେଖୁଥିଲେ। ଯୁବକମାନେ ଚାଲିଗଲା ପରେ ଭାଇଭଉଣୀ ବାଇକ୍‌ରେ ମୋଟୁହନୁମାନ ଗ୍ରାମକୁ ଯାଇଥିଲେ। ଘର ଲୋକଙ୍କ ସହ ଆଲୋଚନା କରି ମଙ୍ଗଳବାର ଘଟଣା ସମ୍ପର୍କରେ କେ.ବଲାଙ୍ଗ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରି ଯୁବତୀଙ୍କ ଡାକ୍ତରୀମାଇନା କରିଥିଲା। ତଦନ୍ତ ଚଳାଇ ଅଭିଯୁକ୍ତମାନଙ୍କୁ ଠାବ କରିଥିଲା।
All Right Reserved By

ରାଜ୍ୟ | ସମ୍ବଲପୁର

‘ନିର୍ବାଚନ ଜିତିବା ପାଇଁ କାମ ହିଁ ଯଥେଷ୍ଟ’

‘ନିର୍ବାଚନ ଜିତିବା ପାଇଁ କାମ ହିଁ ଯଥେଷ୍ଟ’

ଭୁବନେଶ୍ୱର,୨୩।୨(ବ୍ୟୁରୋ)- ନିର୍ବାଚନ ଜିତିବା ପାଇଁ ଆମ କାମ ହିଁ ଯଥେଷ୍ଟ। ୨୦ ବର୍ଷ ମଧ୍ୟରେ  ରାଜ୍ୟର ୮୦ ଲକ୍ଷ ଲୋକ ଦାରିଦ୍ର୍ୟ ସୀମା ରେଖା(ବିପିଏଲ୍‌) ଉପରକୁ ଉଠିପାରିଛନ୍ତି। 

ପ୍ରଚଣ୍ଡ ତାତି, ପାରଦ ୩୯ ଡିଗ୍ରୀ ଟପିଲା: ୨୪ରୁ ବର୍ଷା

ପ୍ରଚଣ୍ଡ ତାତି, ପାରଦ ୩୯ ଡିଗ୍ରୀ ଟପିଲା: ୨୪ରୁ ବର୍ଷା

ଭୁବନେଶ୍ୱର,୨୩ା୨(ବ୍ୟୁରୋ)- ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ଫେବୃୟାରୀ ଅଧା ବେଳକୁ ପରିସ୍ଥିତି ସଙ୍ଗୀନ ହେଲାଣି। ପାରଦ ୪୦ ଡିଗ୍ରୀ ପାଖକୁ ଆସିଲାଣି। 

୫ ବର୍ଷର ହାତୀ ଛୁଆ ମୃତ

୫ ବର୍ଷର ହାତୀ ଛୁଆ ମୃତ

ବାରିପଦା ଅଫିସ,୨୩।୨- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଦିନକୁ ଦିନ ହାତୀ  ମୃତ୍ୟୁ ବଢ଼ିବାରେ ଲାଗିଛି। ହେଲେ ବନ ବିଭାଗ ପକ୍ଷରୁ ହାତୀ ମୃତ୍ୟୁ ରୋକିବା ଲାଗି କୌଣସି ପ୍ରକାର ବ୍ୟବସ୍ଥା କରାଯାଉ ନାହିଁ।  

ବିଦ୍ୟୁତ ସଂଯୋଗ ନ ହେବାରୁ ମିଳୁନି ପାଣି :ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଘେରିଲେ ମହିଳା

ବିଦ୍ୟୁତ ସଂଯୋଗ ନ ହେବାରୁ ମିଳୁନି ପାଣି :ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଘେରିଲେ ମହିଳା

ବାରିପଦା ଅଫିସ,୨୩।୨- ବାରିପଦା ପୌରପରିଷଦ ଅଧୀନରେ ଥିବା ୫ଟି ୱାର୍ଡରେ ଦୀର୍ଘ ୧୪ମାସ ହେବ ପାଣି ପମ୍ପ ହାଉସ ନିର୍ମାଣ ହୋଇଛି। ହେଲେ ଆଜି ପର୍ଯ୍ୟନ୍ତ ପାଣି ପମ୍ପକୁ ବିଦ୍ୟୁତ ସଂଯୋଗ କରାଯାଇ ନ ଥିବାରୁ ଲୋକମାନେ ପାଣି ପାଇଁ ଡହଳ ବିକଳ ହେଉଛନ୍ତି। 

ବାତ୍ୟା କ୍ଷତିଗ୍ରସ୍ତ ଦିବ୍ୟାଙ୍ଗଙ୍କ ଉଚିତ ଥଇଥାନ ପାଇଁ ଦାବି

ବାତ୍ୟା କ୍ଷତିଗ୍ରସ୍ତ ଦିବ୍ୟାଙ୍ଗଙ୍କ ଉଚିତ ଥଇଥାନ ପାଇଁ ଦାବି

ପାରଳାଖେମୁଣ୍ଡି, ୨୩ା୨(ସ୍ବ.ପ୍ର.):ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ହୋମ୍‌ଗାର୍ଡ ପଡିଆରେ ଶନିବାର ସାମର୍ଥ ଅନୁଷ୍ଠାନ ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ ତିତ୍‌ଲି ବାତ୍ୟା କ୍ଷତିଗ୍ରସ୍ତ ଦିବ୍ୟାଙ୍ଗମାନଙ୍କ ଉଚିତ ଥଇଥାନ ପାଇଁ ଦାବି କରାଯାଇଛି ା 

 ଲକ୍ଷାଧିକ ଟଙ୍କାର ସୁନାଅଳଙ୍କାର ଲୁଟ୍‌

ଲକ୍ଷାଧିକ ଟଙ୍କାର ସୁନାଅଳଙ୍କାର ଲୁଟ୍‌

ଚଣ୍ଡିଖୋଲ, ୨୩।୨(ଡି.ଏନ.ଏ): ଯାଜପୁର ଜିଲା ଚଣ୍ଡିଖୋଲ ନିକଟରୁ ଶନିବାର ଲକ୍ଷାଧିକ ଟଙ୍କାର ଲୁଟ୍‌ ହୋଇଛି।

  ବିଷ ପିଇ,୨ମୃତ

ବିଷ ପିଇ,୨ମୃତ

ବ୍ରହ୍ମପୁର ଅଫିସ,୨୩।୨:  ବ୍ର୍ରହ୍ମପୁର ବଡ ମେଡିକାଲରେ ବିଷ ପ୍ରକ୍ରିୟାରେ  ୨ଜଣଙ୍କ ମୃତ୍ୟୁ ହୋଇଛି। 

ମଦପାଇଁ ଟଙ୍କା ନ ଦେବାରୁ ଜେଜେଙ୍କୁ ହତ୍ୟାକଲେ ନାତି

ମଦପାଇଁ ଟଙ୍କା ନ ଦେବାରୁ ଜେଜେଙ୍କୁ ହତ୍ୟାକଲେ ନାତି

ଆନନ୍ଦପୁର,୨୩।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା କୋଳିମାଟି ଗାଁର ବିଶ୍ୱକର୍ମାସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। 

ବନିପାଟ ଗ୍ରାମର ରଞ୍ଜନ ପରିଡ଼ା ହତ୍ୟା ମାମଲା: ୩ୟ ଅଭିଯୁକ୍ତଙ୍କୁ ଗିରଫ ଦାବିରେ କୁଜଙ୍ଗ ଥାନା ଘେରାଉ

ବନିପାଟ ଗ୍ରାମର ରଞ୍ଜନ ପରିଡ଼ା ହତ୍ୟା ମାମଲା: ୩ୟ ଅଭିଯୁକ୍ତଙ୍କୁ ଗିରଫ ଦାବିରେ କୁଜଙ୍ଗ ଥାନା ଘେରାଉ

କୁଜଙ୍ଗ,୨୩।୨(ସ୍ବ.ପ୍ର.): କୁଜଙ୍ଗ ଥାନା ଅନ୍ତର୍ଗତ ବନିପାଟ ଗ୍ରାମର ରଞ୍ଜନ ପରିଡ଼ାଙ୍କୁ ଗତ ଜାନୁୟାରୀ ୨ ତାରିଖରେ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ଜଣଙ୍କ ମଧ୍ୟରୁ  ଦେବାଶିଷ ରାଉତ ଓ ହିରଣ୍ୟ ରାଉତଙ୍କୁ ଗିରଫ କରାଯାଇଛି। ମାତ୍ର ଅନ୍ୟତମ ଅଭିଯୁକ୍ତ ପୁରସ୍ତମ ରାଉତ ଫେରାର ଅଛନ୍ତି।

ଭୋଗରାଇ ବ୍ଲକରେ କଂଗ୍ରେସ-ବିଜେଡି ମୁହାଁମୁହିଁ, ପୋଲିସ ନାକେଦମ

ଭୋଗରାଇ ବ୍ଲକରେ କଂଗ୍ରେସ-ବିଜେଡି ମୁହାଁମୁହିଁ, ପୋଲିସ ନାକେଦମ

ଭୋଗରାଇ,୨୩।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ପରିସର ଶନିବାର ଉତ୍ତେଜନାପୂର୍ଣ୍ଣ ରହିଛି। ଉଭୟ କଂଗ୍ରେସ ଓ ବିଜେଡି ପରସ୍ପର ମୁହାଁମୁହିଁ ହୋଇଛନ୍ତି। ଭୋଗରାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ ମଧ୍ୟ ଉଭୟ ଦଳର କର୍ମୀମାନେ ପରସ୍ପର ବିରୋଧୀ ସ୍ଲୋଗାନ ଦେବା ସହ ହୋହଲ୍ଲା କରୁଛନ୍ତି। 

ମାଲକାନଗିରିରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଗର୍ଭବତୀଙ୍କ ପରେ ଏବେ ଖଟିଆରେ ବୁହାହେଲେ ଗୁରୁତର ରୋଗୀ

ମାଲକାନଗିରିରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଗର୍ଭବତୀଙ୍କ ପରେ ଏବେ ଖଟିଆରେ ବୁହାହେଲେ ଗୁରୁତର ରୋଗୀ

ଚିତ୍ରକୋଣ୍ଡା,୨୩।୨(ଡି.ଏନ୍‌.ଏ.): ରାଜ୍ୟ ସରକାର ଗରିବ ଲୋକଙ୍କ ନିକଟରେ ସ୍ବାସ୍ଥ୍ୟସେବା ପହଞ୍ଚାଇବା ଲାଗି ବିଭିନ୍ନ ବ୍ୟବସ୍ଥା କରୁଛନ୍ତି। ଗର୍ଭବତୀ ମହିଳାଙ୍କ ପାଇଁ ୧୦୨ ଓ ରୋଗୀଙ୍କ ପାଇଁ ୧୦୮ ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି। ମାତ୍ର ମାଲକାନଗିରି ଜିଲାରେ ଏଭଳି ସୁବିଧା ସାଧାରଣ ଲୋକଙ୍କ ନିକଟରେ ପହଞ୍ଚି ପାରୁନାହିଁ। 

 ଭଦ୍ରକ ଜିଲା ଚିକିତ୍ସାଳୟରେ ଖୋଲିଲା ସହାୟ ଯୋଜନା କେନ୍ଦ୍ର

ଭଦ୍ରକ ଜିଲା ଚିକିତ୍ସାଳୟରେ ଖୋଲିଲା ସହାୟ ଯୋଜନା କେନ୍ଦ୍ର

ଭଦ୍ରକ ଅଫିସ,୨୩।୨:  ଭଦ୍ରକ ଜିଲା ଚିକିତ୍ସାଳୟ ପରିସରରେ ଶନିବାର ସହାୟ ଯୋଜନା କେନ୍ଦ୍ରର ଶୁଭାରମ୍ଭ ହୋଇଛି।