ରାଜ୍ୟ |

ମ୍ୟାଲେରିଆ ନୋ ମୋର ସଂସ୍ଥାର ଏସିଆ ପାସିଫିକ୍‌ର ବରିଷ୍ଠ ନିର୍ଦ୍ଦେଶିକାଙ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ

ମ୍ୟାଲେରିଆ ନୋ ମୋର ସଂସ୍ଥାର ଏସିଆ ପାସିଫିକ୍‌ର ବରିଷ୍ଠ ନିର୍ଦ୍ଦେଶିକାଙ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ
ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): ମ୍ୟାଲେରିଆ ନୋ ମୋର ସଂସ୍ଥାର ଏସିଆ ପାସିଫିକ୍‌ର ବରିଷ୍ଠ ନିର୍ଦ୍ଦେଶିକା ଅଞ୍ଜଳୀ କାଉର ବୁଧବାର ସଚିବାଳୟଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ସାକ୍ଷାତ କରିଥିଲେ।  ଓଡ଼ିଶାରୁ ଆସନ୍ତା ୨୦୩୦ ସୁଦ୍ଧା ମ୍ୟାଲେରିଆ ନିରାକରଣ ଲକ୍ଷ୍ୟ ହାସଲ କରିବା ଦିଗରେ ତାଙ୍କ ସଂସ୍ଥା ଓଡ଼ିଶାର ଭେକ୍ଟର ବର୍ଣ୍ଣ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଏବଂ ଜାତୀୟ ମ୍ୟାଲେରିଆ ଗବେଷଣା ପ୍ରତିଷ୍ଠାନ ସହ ମିଶି ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଇଥିବା କାର୍ଯ୍ୟକ୍ରମଗୁଡ଼ିକୁ  ସଫଳ କରିବା ଉପରେ ସହଯୋଗ କରିବେ। ତେବେ ଓଡ଼ିଶାରେ ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ କରାଯାଇଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଦମନ’ର ସଫଳତା ବେଶ ପ୍ରସଂଶନୀୟ। ଓଡ଼ିଶାର ଏହି ଅଭିନବ କାର୍ଯ୍ୟକ୍ରମକୁ ଏକ ମଡ଼େଲ କାର୍ଯ୍ୟକ୍ରମ ଭାବେ ଦେଶର ଅନ୍ୟ ରାଜ୍ୟର ମ୍ୟାଲେରିଆ ପ୍ରବଣ ଅଞ୍ଚଳମାନଙ୍କରେ କାର୍ଯ୍ୟକାରୀ କରାଯାଇପାରିବ ସେ ଦିଗରେ ତାଙ୍କ ସଂସ୍ଥା ଉଦ୍ୟମ କରିବା ସହିତ ଆନ୍ତର୍ଜାତିକସ୍ତରରେ ଏହି କାର୍ଯ୍ୟକ୍ରମକୁ ପ୍ରଦର୍ଶିତ କରିବ ବୋଲି  କାଉର ମନ୍ତ୍ରୀଙ୍କୁ ଅବଗତ କରିଥିଲେ। ଉଲ୍ଲେଖଯୋଗ୍ୟ, ଦମନ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ହେବା ପରେ ଓଡ଼ିଶାରେ ଗତ ବର୍ଷ ତୁଳନାରେ ଚଳିତ ବର୍ଷ ମ୍ୟାଲେରିଆ ଆକ୍ରାନ୍ତ ହାର ପ୍ରାୟ ୮୫ ପ୍ରତିଶତ ଏବଂ ମ୍ୟାଲେରିଆ ଜନିତ ମୃତ୍ୟୁହାର ୯୫ ପ୍ରତିଶତରୁ ଅଧିକ ହ୍ରାସ ପାଇଛି। ମ୍ୟାଲେରିଆ ନିୟନ୍ତ୍ରଣ ଦିଗରେ ରାଜ୍ୟ ସରକାରଙ୍କ ତରଫରୁ ସେମାନଙ୍କୁ ସମସ୍ତ ପ୍ରକାର  ସହଯୋଗ ପ୍ରଦାନ କରାଯିବ ବୋଲି ଏହି ଅବସରରେ ମନ୍ତ୍ରୀ ଜେନା କହିଛନ୍ତି। 

All Right Reserved By

ରାଜ୍ୟ |

‘ନିର୍ବାଚନ ଜିତିବା ପାଇଁ କାମ ହିଁ ଯଥେଷ୍ଟ’

‘ନିର୍ବାଚନ ଜିତିବା ପାଇଁ କାମ ହିଁ ଯଥେଷ୍ଟ’

ଭୁବନେଶ୍ୱର,୨୩।୨(ବ୍ୟୁରୋ)- ନିର୍ବାଚନ ଜିତିବା ପାଇଁ ଆମ କାମ ହିଁ ଯଥେଷ୍ଟ। ୨୦ ବର୍ଷ ମଧ୍ୟରେ  ରାଜ୍ୟର ୮୦ ଲକ୍ଷ ଲୋକ ଦାରିଦ୍ର୍ୟ ସୀମା ରେଖା(ବିପିଏଲ୍‌) ଉପରକୁ ଉଠିପାରିଛନ୍ତି। 

ପ୍ରଚଣ୍ଡ ତାତି, ପାରଦ ୩୯ ଡିଗ୍ରୀ ଟପିଲା: ୨୪ରୁ ବର୍ଷା

ପ୍ରଚଣ୍ଡ ତାତି, ପାରଦ ୩୯ ଡିଗ୍ରୀ ଟପିଲା: ୨୪ରୁ ବର୍ଷା

ଭୁବନେଶ୍ୱର,୨୩ା୨(ବ୍ୟୁରୋ)- ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ଫେବୃୟାରୀ ଅଧା ବେଳକୁ ପରିସ୍ଥିତି ସଙ୍ଗୀନ ହେଲାଣି। ପାରଦ ୪୦ ଡିଗ୍ରୀ ପାଖକୁ ଆସିଲାଣି। 

୫ ବର୍ଷର ହାତୀ ଛୁଆ ମୃତ

୫ ବର୍ଷର ହାତୀ ଛୁଆ ମୃତ

ବାରିପଦା ଅଫିସ,୨୩।୨- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଦିନକୁ ଦିନ ହାତୀ  ମୃତ୍ୟୁ ବଢ଼ିବାରେ ଲାଗିଛି। ହେଲେ ବନ ବିଭାଗ ପକ୍ଷରୁ ହାତୀ ମୃତ୍ୟୁ ରୋକିବା ଲାଗି କୌଣସି ପ୍ରକାର ବ୍ୟବସ୍ଥା କରାଯାଉ ନାହିଁ।  

ବିଦ୍ୟୁତ ସଂଯୋଗ ନ ହେବାରୁ ମିଳୁନି ପାଣି :ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଘେରିଲେ ମହିଳା

ବିଦ୍ୟୁତ ସଂଯୋଗ ନ ହେବାରୁ ମିଳୁନି ପାଣି :ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଘେରିଲେ ମହିଳା

ବାରିପଦା ଅଫିସ,୨୩।୨- ବାରିପଦା ପୌରପରିଷଦ ଅଧୀନରେ ଥିବା ୫ଟି ୱାର୍ଡରେ ଦୀର୍ଘ ୧୪ମାସ ହେବ ପାଣି ପମ୍ପ ହାଉସ ନିର୍ମାଣ ହୋଇଛି। ହେଲେ ଆଜି ପର୍ଯ୍ୟନ୍ତ ପାଣି ପମ୍ପକୁ ବିଦ୍ୟୁତ ସଂଯୋଗ କରାଯାଇ ନ ଥିବାରୁ ଲୋକମାନେ ପାଣି ପାଇଁ ଡହଳ ବିକଳ ହେଉଛନ୍ତି। 

ବାତ୍ୟା କ୍ଷତିଗ୍ରସ୍ତ ଦିବ୍ୟାଙ୍ଗଙ୍କ ଉଚିତ ଥଇଥାନ ପାଇଁ ଦାବି

ବାତ୍ୟା କ୍ଷତିଗ୍ରସ୍ତ ଦିବ୍ୟାଙ୍ଗଙ୍କ ଉଚିତ ଥଇଥାନ ପାଇଁ ଦାବି

ପାରଳାଖେମୁଣ୍ଡି, ୨୩ା୨(ସ୍ବ.ପ୍ର.):ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ହୋମ୍‌ଗାର୍ଡ ପଡିଆରେ ଶନିବାର ସାମର୍ଥ ଅନୁଷ୍ଠାନ ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ ତିତ୍‌ଲି ବାତ୍ୟା କ୍ଷତିଗ୍ରସ୍ତ ଦିବ୍ୟାଙ୍ଗମାନଙ୍କ ଉଚିତ ଥଇଥାନ ପାଇଁ ଦାବି କରାଯାଇଛି ା 

 ଲକ୍ଷାଧିକ ଟଙ୍କାର ସୁନାଅଳଙ୍କାର ଲୁଟ୍‌

ଲକ୍ଷାଧିକ ଟଙ୍କାର ସୁନାଅଳଙ୍କାର ଲୁଟ୍‌

ଚଣ୍ଡିଖୋଲ, ୨୩।୨(ଡି.ଏନ.ଏ): ଯାଜପୁର ଜିଲା ଚଣ୍ଡିଖୋଲ ନିକଟରୁ ଶନିବାର ଲକ୍ଷାଧିକ ଟଙ୍କାର ଲୁଟ୍‌ ହୋଇଛି।

  ବିଷ ପିଇ,୨ମୃତ

ବିଷ ପିଇ,୨ମୃତ

ବ୍ରହ୍ମପୁର ଅଫିସ,୨୩।୨:  ବ୍ର୍ରହ୍ମପୁର ବଡ ମେଡିକାଲରେ ବିଷ ପ୍ରକ୍ରିୟାରେ  ୨ଜଣଙ୍କ ମୃତ୍ୟୁ ହୋଇଛି। 

ମଦପାଇଁ ଟଙ୍କା ନ ଦେବାରୁ ଜେଜେଙ୍କୁ ହତ୍ୟାକଲେ ନାତି

ମଦପାଇଁ ଟଙ୍କା ନ ଦେବାରୁ ଜେଜେଙ୍କୁ ହତ୍ୟାକଲେ ନାତି

ଆନନ୍ଦପୁର,୨୩।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା କୋଳିମାଟି ଗାଁର ବିଶ୍ୱକର୍ମାସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। 

ବନିପାଟ ଗ୍ରାମର ରଞ୍ଜନ ପରିଡ଼ା ହତ୍ୟା ମାମଲା: ୩ୟ ଅଭିଯୁକ୍ତଙ୍କୁ ଗିରଫ ଦାବିରେ କୁଜଙ୍ଗ ଥାନା ଘେରାଉ

ବନିପାଟ ଗ୍ରାମର ରଞ୍ଜନ ପରିଡ଼ା ହତ୍ୟା ମାମଲା: ୩ୟ ଅଭିଯୁକ୍ତଙ୍କୁ ଗିରଫ ଦାବିରେ କୁଜଙ୍ଗ ଥାନା ଘେରାଉ

କୁଜଙ୍ଗ,୨୩।୨(ସ୍ବ.ପ୍ର.): କୁଜଙ୍ଗ ଥାନା ଅନ୍ତର୍ଗତ ବନିପାଟ ଗ୍ରାମର ରଞ୍ଜନ ପରିଡ଼ାଙ୍କୁ ଗତ ଜାନୁୟାରୀ ୨ ତାରିଖରେ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ଜଣଙ୍କ ମଧ୍ୟରୁ  ଦେବାଶିଷ ରାଉତ ଓ ହିରଣ୍ୟ ରାଉତଙ୍କୁ ଗିରଫ କରାଯାଇଛି। ମାତ୍ର ଅନ୍ୟତମ ଅଭିଯୁକ୍ତ ପୁରସ୍ତମ ରାଉତ ଫେରାର ଅଛନ୍ତି।

ଭୋଗରାଇ ବ୍ଲକରେ କଂଗ୍ରେସ-ବିଜେଡି ମୁହାଁମୁହିଁ, ପୋଲିସ ନାକେଦମ

ଭୋଗରାଇ ବ୍ଲକରେ କଂଗ୍ରେସ-ବିଜେଡି ମୁହାଁମୁହିଁ, ପୋଲିସ ନାକେଦମ

ଭୋଗରାଇ,୨୩।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ପରିସର ଶନିବାର ଉତ୍ତେଜନାପୂର୍ଣ୍ଣ ରହିଛି। ଉଭୟ କଂଗ୍ରେସ ଓ ବିଜେଡି ପରସ୍ପର ମୁହାଁମୁହିଁ ହୋଇଛନ୍ତି। ଭୋଗରାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ ମଧ୍ୟ ଉଭୟ ଦଳର କର୍ମୀମାନେ ପରସ୍ପର ବିରୋଧୀ ସ୍ଲୋଗାନ ଦେବା ସହ ହୋହଲ୍ଲା କରୁଛନ୍ତି। 

ମାଲକାନଗିରିରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଗର୍ଭବତୀଙ୍କ ପରେ ଏବେ ଖଟିଆରେ ବୁହାହେଲେ ଗୁରୁତର ରୋଗୀ

ମାଲକାନଗିରିରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଗର୍ଭବତୀଙ୍କ ପରେ ଏବେ ଖଟିଆରେ ବୁହାହେଲେ ଗୁରୁତର ରୋଗୀ

ଚିତ୍ରକୋଣ୍ଡା,୨୩।୨(ଡି.ଏନ୍‌.ଏ.): ରାଜ୍ୟ ସରକାର ଗରିବ ଲୋକଙ୍କ ନିକଟରେ ସ୍ବାସ୍ଥ୍ୟସେବା ପହଞ୍ଚାଇବା ଲାଗି ବିଭିନ୍ନ ବ୍ୟବସ୍ଥା କରୁଛନ୍ତି। ଗର୍ଭବତୀ ମହିଳାଙ୍କ ପାଇଁ ୧୦୨ ଓ ରୋଗୀଙ୍କ ପାଇଁ ୧୦୮ ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି। ମାତ୍ର ମାଲକାନଗିରି ଜିଲାରେ ଏଭଳି ସୁବିଧା ସାଧାରଣ ଲୋକଙ୍କ ନିକଟରେ ପହଞ୍ଚି ପାରୁନାହିଁ। 

 ଭଦ୍ରକ ଜିଲା ଚିକିତ୍ସାଳୟରେ ଖୋଲିଲା ସହାୟ ଯୋଜନା କେନ୍ଦ୍ର

ଭଦ୍ରକ ଜିଲା ଚିକିତ୍ସାଳୟରେ ଖୋଲିଲା ସହାୟ ଯୋଜନା କେନ୍ଦ୍ର

ଭଦ୍ରକ ଅଫିସ,୨୩।୨:  ଭଦ୍ରକ ଜିଲା ଚିକିତ୍ସାଳୟ ପରିସରରେ ଶନିବାର ସହାୟ ଯୋଜନା କେନ୍ଦ୍ରର ଶୁଭାରମ୍ଭ ହୋଇଛି।