ରାଜ୍ୟ | ବ୍ରହ୍ମପୁର

ପାଣି ସୁଅରେ ଭାସିଗଲା ଘର, ୬ ନିଖୋଜ

ପାଣି ସୁଅରେ ଭାସିଗଲା ଘର, ୬ ନିଖୋଜ
ସୋରଡା,୧୧।୧୦(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦାରିଙ୍ଗବାଡି ଜାତୀୟ ରାଜପଥ ଗାଜଲବାଡି ନିକଟ ଅଡାଙ୍ଗି ନାଳ ପାର୍ଶ୍ୱରେ ରହୁଥିବା ୨ଟି ପରିବାରର ୬ଜଣ ସଦସ୍ୟଙ୍କର ପତ୍ତା ମିଳୁନାହିଁ। ନାଳରେ ପ୍ରବଳ ଜୋରରେ ପାଣି ଆସିବାରୁ ସ୍ରୋତରେ ଘର ସହ ଭାସି ଯାଇଥିବା ଅନୁମାନ କରାଯାଉଛି। ସୋରଡା-ଭଞ୍ଜନଗର ରାସ୍ତା ଲାଠିପଡା ନିକଟରେ ଏକ ବଡ ପୋଖରୀର ବନ୍ଧ ଭୁଷୁଡିବା ଫଳରେ ରାସ୍ତା ଉପରେ ମାଟି ଓ ପାଣି ଜମି ଯିବାରୁ ଯାତାୟତ ଠପ୍‌ ହୋଇ ଯାଇଛି। ସୋରଡା-ଆସିକା ରାସ୍ତାର ପୁଡୁଗେଶ୍ୱର ମନ୍ଦିର ନିକଟରେ ଜରଉ ନଦୀ ଜଳ ରାସ୍ତା ଉପରେ ପ୍ରବାହିତ ହେଉଥିବାରୁ ଯାତାୟାତ ଠପ୍‌ ହୋଇଯାଇଛି। ସୋରଡା-ବଡଗଡ ରାସ୍ତାର ଖାରିଗୁଡା ପୋଲ ଉପରେ ପାଣି ପ୍ରବାହିତ ହେଉଥିବାରୁ ସୋରଡାରୁ  ବଡଗଡକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଋଷିକୂଲ୍ୟା ନଦୀରେ ଜଳପତ୍ତନ ବୃଦ୍ଧି ଯୋଗୁ ନଦୀ ପାର୍ଶ୍ୱରେ ଥିବା ସୋରଡା ଅନୁସୂଚିତ ଜାତି ସାହିର ପ୍ରାୟ ୪୦ରୁ ଉର୍ଦ୍ଧ୍ୱ ପରିବାରଙ୍କୁ ଏନ୍‌ଏସି ପକ୍ଷରୁ ସ୍ଥାନାନ୍ତର କରାଯାଇଛି।
All Right Reserved By

ରାଜ୍ୟ | ବ୍ରହ୍ମପୁର

 ଅଜଣା ରୋଗରେ ଆକ୍ରାନ୍ତ ଯଦୁ ହରପାଲ, ସହାୟତାର ହାତ ବଢାଇଲେ ପଞ୍ଚାୟତ ସମିତି ଅଧ୍ୟକ୍ଷ

ଅଜଣା ରୋଗରେ ଆକ୍ରାନ୍ତ ଯଦୁ ହରପାଲ, ସହାୟତାର ହାତ ବଢାଇଲେ ପଞ୍ଚାୟତ ସମିତି ଅଧ୍ୟକ୍ଷ

ଗୁଡ଼ଭେଲା,୧୧ା୧୨(ଡ଼ି.ଏନ.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଅନ୍ତର୍ଗତ ତାଣ୍ଡିଗାଁ ଗ୍ରାମର ୨୨ବର୍ଷିୟ ଯଦୁ ହରପାଲ ପ୍ରାୟ ଆଠ ମାସ ହେଲା  ଅଜଣା ରୋଗରେ ଆକ୍ରାନ୍ତ ହୋଇ ଅର୍ଥ ଅଭାବରୁ ଘରେ ପଡି ରହିଛନ୍ତି। ଖବର ଜାଣିବା ପରେ ମଧ୍ୟାହ୍ନରେ  ଗୁଡଭେଲା ପଞ୍ଚାୟତ ସମିତି ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ଦୋରା ଯଦୁଙ୍କ ଘରେ ପହଞ୍ଚତ୍ ସମବେଦନା ଜଣାଇବା ସହ ସହାୟତାର ହାତ ବଢାଇଛନ୍ତି ।     

 ସୋଲଗଡିଆ ଗ୍ରାମରେ ଭୟାବହ ଅଗ୍ନିକାଣ୍,  ଲକ୍ଷାଧିକ ଟଙ୍କାର ସମ୍ପତ୍ତିି  ପୋଡିଗଲା

ସୋଲଗଡିଆ ଗ୍ରାମରେ ଭୟାବହ ଅଗ୍ନିକାଣ୍, ଲକ୍ଷାଧିକ ଟଙ୍କାର ସମ୍ପତ୍ତିି ପୋଡିଗଲା

କପ୍ତିପଦା:୧୧ା୧୨(ଡ଼ି.ଏନ୍‌.ଏ)- କପ୍ତିପଦା ବ୍ଲକ୍‌ ଅଧିନ ଶାଳଚୁଆ ପଞ୍ଚାୟତ ସୋଲଗଡିଆ ଗ୍ରାମରେ ମଙ୍ଗଳବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟି ଯାଇଛି ।  ଏହି ଅଗ୍ନିକାଣ୍ଡରେ ଉକ୍ତ ଗ୍ରାମର ପ୍ରମୋଦ ବିଶ୍ୱାଳଙ୍କର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ପୋଡି ପାଉଁଶ ହୋଇ ଯାଇଛି।   ଖବର ପାଇ କପ୍ତିପଦା ଦଳକଳବାହିନୀର ଦୁଇଟି ଗାଡି ଘଟଣାସ୍ଥଳରେ ପହଞ୍ଚି  ନିଆଁକୁ ଆୟତ୍ତ କରିଛନ୍ତି । 

ବାଲେଶ୍ୱରରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର, ବିଭିନ୍ନ କାର୍ଯ୍ୟର ସମୀକ୍ଷା କଲେ

ବାଲେଶ୍ୱରରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର, ବିଭିନ୍ନ କାର୍ଯ୍ୟର ସମୀକ୍ଷା କଲେ

ବାଲେଶ୍ୱର ଅଫିସ, ୧୧।୧୨-କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ମହେନ୍ଦ୍ର କୁମାର ମଲ୍ଲିକ ମଙ୍ଗଳବାର ବାଲେଶ୍ୱର ଗସ୍ତରେ ଆସି ପୂର୍ବାହ୍ନ ୧୧ଟାରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଜିଲାର ରାଜସ୍ବ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ସହିତ ନିର୍ବାଚନ ପ୍ରସ୍ତୁତି, ଭୋଟର ପରିଚୟପତ୍ର ପ୍ରଦାନ, ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତିଠାରୁ ଆରମ୍ଭ କରି ସ୍ବଳ୍ପ ସଞ୍ଚୟ କାର୍ଯ୍ୟକ୍ରମ ଆଦି ସମୀକ୍ଷା କରାଯାଇଥିଲା । 

ଭଞ୍ଜନଗର ନିର୍ବାଚନମଣ୍ଡଳୀରେ ବିଜେଡିର ମିଶ୍ରଣପର୍ବ

ଭଞ୍ଜନଗର ନିର୍ବାଚନମଣ୍ଡଳୀରେ ବିଜେଡିର ମିଶ୍ରଣପର୍ବ

ଭଞ୍ଜନଗର,୧୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା  ଭଞ୍ଜନଗର ନିର୍ବାଚନମଣ୍ଡଳୀ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ମଙ୍ଗଳବାର ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି।

ଲୁକ୍କାୟିତ ପ୍ରତିଭାଙ୍କୁ ଲୋକଲୋଚନକୁ ଆଣିବ ମୁଁ ବି ଚାମ୍ପିୟାନ୍‌

ଲୁକ୍କାୟିତ ପ୍ରତିଭାଙ୍କୁ ଲୋକଲୋଚନକୁ ଆଣିବ ମୁଁ ବି ଚାମ୍ପିୟାନ୍‌

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ମୁଁ ବି ଚାମ୍ପିୟାନ୍‌ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ନନ୍ଦିନୀପଲ୍ଲୀ ମୁଣ୍ଡାସାହି ବସ୍ତିରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ସାମାଜିକ ସଂଗଠନ ୟୁଥ୍‌ ଫର୍‌ ଭଲ୍ୟୁଣ୍ଟାରୀ ଓ୍ବାର୍କ ଓ ପିପିଏଲ୍‌ ନ୍ୟୁଜ୍‌ର ମିଳିତ ସହଯୋଗରେ ଏହା ଅନୁଷ୍ଠିତ ହୋଇଛି। 

‘ଆମ ଗାଁ, ଆମ ବିକାଶ’ କାର୍ଯ୍ୟକ୍ରମ: ୨୩.୭୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

‘ଆମ ଗାଁ, ଆମ ବିକାଶ’ କାର୍ଯ୍ୟକ୍ରମ: ୨୩.୭୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୧।୧୨(ବ୍ୟୁରୋ): ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୪ ଜିଲାର ୫ଟି ବ୍ଲକ ପାଇଁ ୨୩.୭୨ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁର କରିଛନ୍ତି।

୧୭ରେ କୋସଲ ମହାବନ୍ଦ, ଚା’ ଖଟିରୁ ଜନ ଜାଗରଣ

୧୭ରେ କୋସଲ ମହାବନ୍ଦ, ଚା’ ଖଟିରୁ ଜନ ଜାଗରଣ

ବରଗଡ଼ ଅଫିସ୍‌,୧୧।୧୨: ସ୍ବତନ୍ତ୍ର କୋସଲ ପ୍ରଦେଶ ଗଠନ ଦାବିନେଇ ଆସନ୍ତା ୧୭ତାରିଖ କୋସଲ ରାଜ୍ୟ ସମନ୍ବୟ ସମିତି ପକ୍ଷରୁ କୋସଲ ମହାବନ୍ଦ ଡାକରା ଦିଆଯାଇଛି।

ଓକିଲଙ୍କ ଆନ୍ଦୋଳନକୁ ମହିଳାଙ୍କ ସମର୍ଥନ

ଓକିଲଙ୍କ ଆନ୍ଦୋଳନକୁ ମହିଳାଙ୍କ ସମର୍ଥନ

ବରଗଡ଼ ଅଫିସ୍‌,୧୧।୧୨: ପଶ୍ଚିମ ଓଡ଼ିଶାର ଯେକୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ସ୍ଥାପନ ନେଇ ଆନ୍ଦୋଳନ ଜୋର୍‌ ଧରି ବସିଛି। ବରଗଡ଼ ଜିଲା ଓକିଲ ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନ ସହିତ ସ୍ଥାନୀୟ କୋର୍ଟ ସମ୍ମୁଖରେ ଗଣଧାରଣା ଦେଇଛି। 

୧୭ରେ କୋସଲ ମହାବନ୍ଦ:ଚା’ ଖଟିରୁ ଜନଜାଗରଣ

୧୭ରେ କୋସଲ ମହାବନ୍ଦ:ଚା’ ଖଟିରୁ ଜନଜାଗରଣ

ବରଗଡ଼ ଅଫିସ୍‌,୧୧।୧୨: ସ୍ବତନ୍ତ୍ର କୋସଲ ପ୍ରଦେଶ ଗଠନ ଦାବି ନେଇ ଆସନ୍ତା ୧୭ରେ କୋସଲ ରାଜ୍ୟ ସମନ୍ବୟ ସମିତି କୋସଲ ମହାବନ୍ଦ ଡାକରା ଦେଇଛି। ପୂର୍ବବର୍ଷ ଭଳି ଏଥର ମଧ୍ୟ ମହାବନ୍ଦକୁ ସଫଳ କରିବା ପାଇଁ ସମିତି ପକ୍ଷରୁ ପ୍ରସ୍ତୁତି ଚାଲିଛି। 

ଦାବି ମାନିଲେନି ସରକାର, ରାଜରାସ୍ତାରେ କ୍ୟାନସର ପୀଡ଼ିତ

ଦାବି ମାନିଲେନି ସରକାର, ରାଜରାସ୍ତାରେ କ୍ୟାନସର ପୀଡ଼ିତ

ବରଗଡ଼ ଅଫିସ୍‌,୧୧।୧୨: ବରଗଡ଼ ଜିଲାରେ କ୍ୟାନସର ହସପିଟାଲ ଦାବି ନେଇ ଆନ୍ଦୋଳନ ଜୋର ଧରିଛି। ଏହି କ୍ରମରେ ୟୁନାଇଟେଡ୍‌ ଫୋରମ ଫର୍‌ କ୍ୟାନସର ହସପିଟାଲ ପକ୍ଷରୁ ମଙ୍ଗଳବାର ସକାଳ ୧୦ଟାରୁ ବରଗଡ଼ ସହର ଉପକଣ୍ଠ ଟୋଲଗେଟ୍‌ଠାରେ ୫ ଘଣ୍ଟିଆ ଚକାଜାମ୍‌ ଆନ୍ଦୋଳନ ଆରମ୍ଭ ହୋଇଛି।

ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଝରିଗାଁ ଲ୍ୟାମ୍ପ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢାଉ

ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଝରିଗାଁ ଲ୍ୟାମ୍ପ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢାଉ

ନବରଙ୍ଗପୁର/ଝରିଗାଁ,୧୧।୧୨(ବି.ପ୍ର./ସ୍ବ.ପ୍ର.)- ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ନବରଙ୍ଗପୁର ଜିଲା ଝରିଗାଁ ଲ୍ୟାମ୍ପ୍ସ ସମ୍ପାଦକ ଗୟା ନାରାୟଣ ମାଟିଆଙ୍କ ଘର ସମେତ ୮ଟି ସ୍ଥାନରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ଚଢାଉ ଜାରି ରହିଛି ା

ସାନିଟାରି ନାପ୍‌କିନ ତିଆରି ପାଇଁ ସ୍ବତନ୍ତ୍ର ମେଶିନ

ସାନିଟାରି ନାପ୍‌କିନ ତିଆରି ପାଇଁ ସ୍ବତନ୍ତ୍ର ମେଶିନ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ)-ପରିଚୟ ଫାଉଣ୍ଡେଶନ ଏବଂ ଭୁବନେଶ୍ୱର ଲେଡିଜ୍‌ ସର୍କଲ-୧୨ର ମିଳିତ ପ୍ରୟାସରେ ପ୍ରସ୍ତୁତ ଏକ ସାନିଟାରି ନାପକିନ୍‌ ମ୍ୟାନୁଫାକ୍ଚରିଂ ୟୁନିଟ୍‌ ସୋମବାର ସ୍ଥାନୀୟ ଏକ ହୋଟେଲରେ ଲୋକାର୍ପିତ ହୋଇଯାଇଛି। ଗ୍ରାମାଞ୍ଚଳ ମହିଳାମାନଙ୍କୁ କମ୍‌ ଦାମ୍‌ରେ ସାନିଟାରି ନାପକିନ୍‌ ଯୋଗାଇବା ଉଦ୍ଦେଶ୍ୟରେ ପ୍ରସ୍ତୁତ ଏହି ମେଶିନ୍‌ ଆଗାମୀ ଦିନରେ କଲ୍ୟାଣପୁର ଅଞ୍ଚଳରେ ପ୍ରତିଷ୍ଠା ହେବ। କେବଳ ମହିଳାଙ୍କ ଦ୍ୱାରା ଚାଲିବାକୁ ଥିବା ଏହି ୟୁନିଟ୍‌ ମହିଳାମାନଙ୍କ ଋତୁସ୍ରାବଜନିତ ସ୍ବଚ୍ଛତା ଓ ସ୍ବାସ୍ଥ୍ୟରକ୍ଷା ଦିଗରେ ପ୍ରମୁଖ ଭୂମିକା ଗ୍ରହଣ କରିବ।