ରାଜ୍ୟ | ଅନଗୁଳ-ଢେଙ୍କାନାଳ

ସରକାରଙ୍କ ଉପରେ ବର୍ଷିଲେ ଦାମ

ସରକାରଙ୍କ ଉପରେ ବର୍ଷିଲେ ଦାମ
ଢେଙ୍କାନାଳ ଅଫିସ, ୧୨ା୧୦ଓଡ଼ିଶା ସୂଚନା ଅଧିକାର ଅଭିଯାନ ଏବଂ ଦିବ୍ୟଜ୍ୟୋତି କ୍ଲବର ମିଳିତ ଆନୁକୂଲ୍ୟରେ ଢେଙ୍କାନାଳ ରଥଗଡ଼ାରେ ଗୁରୁବାର ଭ୍ରଷ୍ଟାଚାର ଶାସନ ବିରୋଧରେ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇ ପୂର୍ବତନ ମନ୍ତ୍ରୀ ଡା. ଦାମୋଦର ରାଉତ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ପ୍ରବଳ ବର୍ଷିଥିଲେ। 
ସେ ନିଜ ଅଭିଭାଷଣରେ କହିଲେ, ସେ ଜଣେ ସାଧାରଣ ବ୍ୟକ୍ତି। କୌଣସି ଦଳରେ ନାହାନ୍ତି।  ରାଜ୍ୟବାସୀଙ୍କ ସ୍ବାର୍ଥ ପାଇଁ ତାଙ୍କ ଦୁଃଖଦ ଅନୁଭୂତିକୁ ସେ କହିବାକୁ ବାହାରିଛନ୍ତି। ଏହାର ବିଚାର ଓଡ଼ିଶାବାସୀ କରିବେ। ଏହି ଅବସରରେ ସେ ମୟୂରଭଞ୍ଜ ଜିଲାର ସାର ଦୁର୍ନୀତି, କଳାହାଣ୍ଡି ଜିଲାର ଉଦ୍ୟାନ କୃଷି ଉପନିର୍ଦ୍ଦେଶକଙ୍କ ଦ୍ୱାରା ୮ କୋଟି ଟଙ୍କା ଆତ୍ମସାତ, ଖଣି ଦୁର୍ନୀତି, କୁନ୍ଦୁଲି ପୀଡ଼ିତା, ବିଜୁ ଯୁବ ବାହିନୀରେ ଖର୍ଚ୍ଚ କରାଯାଉଥିବା ବିପୁଳ ଟଙ୍କା ଆଦି ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ। ଦୁର୍ନୀତି ବିରୋଧରେ ସ୍ବର ଉଠାଇ ସେ ମନ୍ତ୍ରୀ ପଦରୁ ବିଦା ହୋଇଥିବା କହିଥିଲେ। ୨୦୧୨ରେ ହୋଇଥିବା ଡାଲି ଦୁର୍ନୀତିରେ ସମ୍ପୃକ୍ତ ୩ଅଣ ଓଡ଼ିଆ ଅଫିସର ଏବେ ରାଜ୍ୟକୁ ଚଳାଉଛନ୍ତି। ବିଜୁବାବୁ ଓଡ଼ିଆ ଲୋକଙ୍କ ପାଇଁ ଭାବୁଥିଲେ, କିନ୍ତୁ ନବୀନ ବାବୁ ଏହାର ବିପରୀତ। ଏହି ଅବସରରେ ସେ ଆହୁରି ମଧ୍ୟ କହିଲେ, ନନ୍ଦିନୀ ଶତପଥୀ ମୁଖ୍ୟମନ୍ତ୍ରୀ ଥିବା ସମୟରେ ଦୁଇଜଣ ଆଇଏଏସ୍‌ ଅଫିସରଙ୍କ ନାମରେ ଅସଦାଚରଣ ଅଭିଯୋଗ ଆସିଥିଲା। ସେ ତୁରନ୍ତ ଉଭୟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ହେଲେ ଏବେକାର ସରକାର ଦୁର୍ନୀତିକୁ ପ୍ରଶ୍ରୟ ଦେଉଛି। କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ସେ କହିଲେ, ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଉଦ୍ୟମରେ କର୍ନାଟକ-ତାମିଲନାଡୁ ଜଳ ବିବାଦର ସମାଧାନ ହୋଇପାରିଥିଲା। ମହାନଦୀକୁ ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ବିବାଦ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକତରଫା ଭାବେ ଛତିଶଗଡ଼କୁ ସମର୍ଥନ କରୁଛନ୍ତି, ଯାହା ଓଡ଼ିଶା ପ୍ରତି ଅବହେଳା ବୋଲି ସେ ନିଜ ଅଭିଭାଷଣରେ କହିଥିଲେ।  
ରାଜ୍ୟ କଂଗ୍ରେସ ମୁଖପାତ୍ର ସତ୍ୟପ୍ରକାଶ ନାୟକ କହିଲେ, ଢେଙ୍କାନାଳ ଜିଲା କମଳାଙ୍ଗରେ ଜଳସେଚନର ସୁବିଧା ଲାଗି ଚାଷୀଙ୍କଠାରୁ ସରକାର ଚଞ୍ଚକତା କରି ଜମିନେଇ କମ୍ପାନୀ ହାତକୁ ଟେକିଦେଲେ। ଏବେ ଏହାର ଜବାବ ଦେବାର ସମୟ ଆସିଛି ବୋଲି ସେ ଆହ୍ବାନ ଦେଇଥିଲେ। ବରିଷ୍ଠ ସ୍ତମ୍ଭକାର ରବି ଦାସ କହିଲେ, ଜନସାଧାରଣ ସୂଚନା ଅଧିକାର ଆଇନର ଉପଯୋଗ କରି ଭ୍ରଷ୍ଟାଚାର ଓ ଦୁର୍ନୀତି ସମ୍ପର୍କରେ ଜାଣିବା ଜରୁରୀ। ଅଭିଯାନର ସଂଯୋଜକ ପ୍ରିୟବ୍ରତ ଗଡ଼ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଅଧିକାର ଅଭିଯାନ ଆବାହକ ପ୍ରଦୀପ ପ୍ରଧାନ, ରାଜ୍ୟ ଦୁର୍ନୀତି ବିରୋଧୀ ଅଭିଯାନ ମଞ୍ଚ ଆବାହକ ଆଇନଜୀବୀ ସୁଧୀର ମହାନ୍ତି ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ପ୍ରାରମ୍ଭରେ ଅତିଥିମାନେ ବାଜିଚୌକସ୍ଥିତ ଶହୀଦ ମିନାରରେ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।
All Right Reserved By

ରାଜ୍ୟ | ଅନଗୁଳ-ଢେଙ୍କାନାଳ

ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟର ଏଡିଏମ୍‌ଓ

ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟର ଏଡିଏମ୍‌ଓ

ଝାରସୁଗୁଡା ଅଫିସ,୧୮।୧୨: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଏଡିଏମ୍‌ଓ ଉଷାରାଣୀ ଦାଶ ମଙ୍ଗଳବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ବିଲ୍‌ ପାସ୍‌ କରାଇଦେବା ପାଇଁ ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି।

ହାଇକୋର୍ଟ ସ୍ଥାୟୀ ପ୍ରତିଷ୍ଠା ଦାବିରେ ନବରଙ୍ଗପୁର ଜିଲା ବନ୍ଦ ଡାକରା

ହାଇକୋର୍ଟ ସ୍ଥାୟୀ ପ୍ରତିଷ୍ଠା ଦାବିରେ ନବରଙ୍ଗପୁର ଜିଲା ବନ୍ଦ ଡାକରା

ଝରିଗାଁ, ୧୮।୧୨(ସ୍ବ.ପ୍ର)- ଅଭିଭକ୍ତ କୋରାପୁଟ ଜିଲାରେ ହାଇକୋର୍ଟ ସ୍ଥାୟୀ ପ୍ରତିଷ୍ଠା ଦାବି ନେଇ ନବରଙ୍ଗପୁର ଜିଲା ବନ୍ଦ ଡାକରା ଦିଆଯାଇଛି। ଝରିଗାଁ ବ୍ଲକ ସଦର ମହକୁମାଠାରେ ସ୍ଥାନୀୟ ଆଇନଜୀବୀମାନଙ୍କ ଦ୍ୱାରା ସମସ୍ତ ଦୋକାନ ବଜାର ବନ୍ଦ କରାଯାଇଛି।

ପାଚିଲା ଧାନ ଉପରେ ପେଥାଇ ମାଡ: ଚିନ୍ତାରେ ଚାଷୀ

ପାଚିଲା ଧାନ ଉପରେ ପେଥାଇ ମାଡ: ଚିନ୍ତାରେ ଚାଷୀ

ଛେଣ୍ଡିପଦା,୧୮।୧୨(ଡି.ଏନ.ଏ)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଦୁଇ ଦିନ ଧରି ପେଥାଇ ବାତ୍ୟା ପ୍ରଭାବରେ ଲଗାଣ ବର୍ଷା ଲାଗି ରହିଛି। ଦିନରାତି ଝିପିଝିପି ଲାଗି ରହିଛି। ଏହାଦ୍ୱାରା ସାଧାରଣ ଜୀବନ ଯାତ୍ରା ବାଧାପ୍ରାପ୍ତ ହୋଇଛି। ବିଶେଷ କରି ଏହି ବର୍ଷା ପ୍ରଭାବରେ ଚାଷୀକୁଳ କ୍ଷତିଗ୍ରସ୍ତ ହୋଇଛନ୍ତି। 

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ କୋରାପୁଟ ଜିଲା ବନ୍ଦ

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ କୋରାପୁଟ ଜିଲା ବନ୍ଦ

କୋରାପୁଟ, ୧୮।୧୨(ସ୍ବ.ପ୍ର): ଦୀର୍ଘ ୧୫ ଦିନ ହେବ କାର୍ଯ୍ୟ ବନ୍ଦ କରିଥିବା ଆଇନଜୀବୀମାନେ ମଙ୍ଗଳବାର ଅଭିଭକ୍ତ କୋରାପୁଟ ଜିଲା ବନ୍ଦ ଡାକରା ଦେଇଛନ୍ତି।

ପୁରୁଷ ହକି ବିଶ୍ୱକପ୍‌ର ସଫଳ ଆୟୋଜନକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ପୁରୁଷ ହକି ବିଶ୍ୱକପ୍‌ର ସଫଳ ଆୟୋଜନକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଓଡ଼ିଶା ସରକାର ସଫଳତାର ସହ ପୁରୁଷ ହକି ବିଶ୍ୱକପ୍‌କୁ ଆୟୋଜନ କରିଛନ୍ତି। ଏହି କାରଣରୁ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିବାରେ ଲାଗିଛି।

ହୃଦ୍‌ରୋଗ ପୀଡ଼ିତ ଶିଶୁଙ୍କୁ ଭେଟିଲେ ନବୀନ

ହୃଦ୍‌ରୋଗ ପୀଡ଼ିତ ଶିଶୁଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅହମ୍ମଦାବାଦସ୍ଥିତ ସତ୍ୟସାଇ ହାର୍ଟ ହସ୍ପିଟାଲରେ ସୋମବାର ହୃଦ୍‌ରୋଗ ପୀଡ଼ିତ ଶିଶୁଙ୍କୁ ଭେଟିଛନ୍ତି।

ରାଜ୍ୟରେ ୫ବର୍ଷରେ ମଲେଣି ୩୫୩ ହାତୀ

ରାଜ୍ୟରେ ୫ବର୍ଷରେ ମଲେଣି ୩୫୩ ହାତୀ

ଭଞ୍ଜନଗର,୧୮।୧୨(ଡି.ଏନ.ଏ.): ଗଞ୍ଜାମ ଜିଲାରେ ପୁଣି ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ରବିବାର ସକାଳେ ଦିଗପହଣ୍ଡି ରେଞ୍ଜରୁ ଏକ ଦନ୍ତାହାତୀର କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରାଯାଇଥିଲା। 

ସ୍ଥଳଭାଗ ଛୁଇଁଲା ପେଥାଇ: ଦକ୍ଷିଣ,ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା

ସ୍ଥଳଭାଗ ଛୁଇଁଲା ପେଥାଇ: ଦକ୍ଷିଣ,ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ପେଥାଇ’ ସୋମବାର ମଧ୍ୟାହ୍ନରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଦେଇ ସ୍ଥଳଭାଗ ଛୁଇଁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାତ୍ୟା ଦୁର୍ବଳ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

‘ତିତ୍‌ଲି’ ସହାୟତା ଦେଲା କେନ୍ଦ୍ର:ମିଳିଲା ୧୦୨୩  କୋଟି

‘ତିତ୍‌ଲି’ ସହାୟତା ଦେଲା କେନ୍ଦ୍ର:ମିଳିଲା ୧୦୨୩ କୋଟି

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ତିତ୍‌ଲି କ୍ଷୟକ୍ଷତି ଭରଣା ପାଇଁ କେନ୍ଦ୍ର ସରକାର ଜାତୀୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି(ଏନ୍‌ଡିଆର୍‌ଏଫ୍‌)ରୁ ଓଡ଼ିଶାକୁ ୧୦୨୩.୫୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ସରକାର ତିତ୍‌ଲିରେ ହୋଇଥିବା କ୍ଷୟକ୍ଷତି ଆକଳନ କରି ଭରଣା ପାଇଁ ୨୦୨୩.୨୩ କୋଟି ଟଙ୍କାର ସହାୟତା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। ମାତ୍ର କେନ୍ଦ୍ର ସରକାର ଏହାର ଅଧା ସହାୟତା ଅନୁମୋଦନ କରିଛନ୍ତି। 

ନିଖୋଜ ଇଞ୍ଜିନିୟରିଂ ଛାତ୍ରଙ୍କ ପତ୍ତା ମିଳୁନି

ନିଖୋଜ ଇଞ୍ଜିନିୟରିଂ ଛାତ୍ରଙ୍କ ପତ୍ତା ମିଳୁନି

ଘସିପୁରା/ଆନନ୍ଦପୁର, ୧୮।୧୨(ସ୍ବ.ପ୍ର.): ଆନନ୍ଦପୁର ବୈତରଣୀ ବ୍ୟାରେଜ ଘାଟରେ ରବିବାର ସେଲଫି ନେବା ବେଳେ ଗୋଡ଼ ଖସି ନିଖୋଜ ଥିବା ଇଞ୍ଜିନିୟରିଂ ଛାତ୍ରଙ୍କ କୌଣସି ପତ୍ତା ମିଳୁନି। ନିଖୋଜ ଘଟଣାକୁ ଦୁଇ ଦିନ ବିତି ଯାଇଥିଲେ ହେଁ ଆନନ୍ଦପୁର ଓ ଘସିପୁରା ଅଗ୍ନିଶମ କର୍ମଚାରୀଙ୍କ ଆପ୍ରାଣ ଉଦ୍ୟମ ସତ୍ତ୍ୱେ ଛାତ୍ରଙ୍କ ସନ୍ଧାନ ମିଳିପାରି ନାହିଁ। 

ଡାକ୍ତରଙ୍କ ସ୍ତ୍ରୀଙ୍କୁ ବୀଭତ୍ସ ହତ୍ୟା: ରେଲ୍‌ଓ୍ବେ କ୍ବାର୍ଟର୍ସରୁ ମୃତଦେହ ଉଦ୍ଧାର

ଡାକ୍ତରଙ୍କ ସ୍ତ୍ରୀଙ୍କୁ ବୀଭତ୍ସ ହତ୍ୟା: ରେଲ୍‌ଓ୍ବେ କ୍ବାର୍ଟର୍ସରୁ ମୃତଦେହ ଉଦ୍ଧାର

ପୁରୀ ଅଫିସ,୧୮ା୧୨:  ରେଲ୍‌ଓ୍ବେ କ୍ବାର୍ଟର୍ସରେ ଜଣେ ଡାକ୍ତରଙ୍କ ସ୍ତ୍ରୀଙ୍କୁ ସୋମବାର ମଧ୍ୟାହ୍ନରେ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଛି। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଅତ୍ୟଧିକ ରକ୍ତସ୍ରାବ ଯୋଗୁ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତା ହେଲେ ଡାକ୍ତର ସଞ୍ଜୀବ କୁମାର ସାହୁଙ୍କ ସ୍ତ୍ରୀ ସୁଜାତା ସାହୁ (୪୬)। 

ବର୍ଷା ସାଙ୍ଗକୁ କୋହଲା ପାଗ

ବର୍ଷା ସାଙ୍ଗକୁ କୋହଲା ପାଗ

କେନ୍ଦୁଝର, ୧୮ା୧୨(ସ୍ବ.ପ୍ର.): ସାମଦ୍ରିକ ଝଡ଼ ପେଥାଇର ପ୍ରଭାବରେ କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ କୋହଲା ପାଗ ରହିଛି। ଜନଜୀବନ ବ୍ୟତିବ୍ୟସ୍ତ ହୋଇ ପଡ଼ିଛି। ରବିବାର ରାତିରୁ ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ଆରମ୍ଭ ହୋଇଥିଲା। ସୋମବାର ତାହା ଜାରି ରହିଛି। ହଠାତ ବର୍ଷା ଓ କୋହଲା ପାଗ ଯୋଗୁଁ ରାସ୍ତା ଘାଟରେ ଲୋକଙ୍କ ଯାତାୟାତ କମିଛି। ଶୀତ ଅନୁଭୂତ ହେଉଛି।