ରାଜ୍ୟ |

‘ନବୀନ ପଟ୍ଟନାୟକ’ ପୁସ୍ତକ ଉପରେ ଦିଲ୍ଲୀରେ ବିତର୍କ

‘ନବୀନ ପଟ୍ଟନାୟକ’  ପୁସ୍ତକ ଉପରେ ଦିଲ୍ଲୀରେ ବିତର୍କ
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବରିଷ୍ଠ ଖବରଦାତା ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ’ ଉପରେ ବୁଧବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପୂର୍ବତନ ଏମ୍‌ପି ବୈଜୟନ୍ତ ପଣ୍ଡା ଉପସ୍ଥିତ ଥିଲେ। ସେ କହିଛନ୍ତି ଯେ, କୌଣସି ପଦବୀ ହାସଲ ଲକ୍ଷ୍ୟରେ ରାଜନୀତି କରିବା ତାଙ୍କର ଉଦ୍ଦେଶ୍ୟ ନୁହେଁ। ସେଭଳି ରାଜନୀତିକୁ ସେ ପସନ୍ଦ ମଧ୍ୟ କରନ୍ତି ନାହିଁ। ସେ କେବେ ପଦପଦବୀରେ ରହିନାହାନ୍ତି। ଅବଶ୍ୟ ପ୍ରାରମ୍ଭିକ ପର୍ଯ୍ୟାୟରେ ସେ ଦଳର ଏନ୍‌ଡିଏ ସଂଯୋଜକ ଓ ୭ ବର୍ଷ ପାଇଁ ରାଜ୍ୟସଭାରେ ଦଳର ନେତା ଭାବେ କାର୍ଯ୍ୟ କରିଥିଲେ। କିନ୍ତୁ ପଦପଦବୀ ହାସଲ ପାଇଁ ରାଜନୀତି କରିବା ତାଙ୍କର ଉଦ୍ଦେଶ୍ୟ ବା ଲକ୍ଷ୍ୟ ନୁହେଁ ବୋଲି ସେ କହିଛନ୍ତି। 
ଅଫିସରମାନେ ରାଜନୈତିକ ଦଳ ପରିଚାଳନା କରିବାକୁ  କାହିଁକି ବିରୋଧ କରୁଛନ୍ତି ବୋଲି ପ୍ରଶ୍ନର ଉତ୍ତରରେ  ବୈଜୟନ୍ତ  କହିଥିଲେ, ଭାରତୀୟ ଗଣତନ୍ତ୍ରରେ ଜଣେ ଅବସରପ୍ରାପ୍ତ ସରକାରୀ ଅଧିକାରୀ ଏପରି କରିପାରିବେ। ପ୍ୟାରୀ ମହାପାତ୍ର ଚାକିରିରୁ ଅବସର ନେଇ ରାଜନୀତି କରୁଥିଲେ। କିନ୍ତୁ ତାଙ୍କର ନିୟନ୍ତ୍ରଣ ଦଳୀୟ ବ୍ୟାପାରରେ ଥିଲାବେଳେ ପ୍ରଶାସନିକ କାର୍ଯ୍ୟରେ ଅଧିକ ପ୍ରଭାବ ରହୁ ନ ଥିଲା। କିନ୍ତୁ ଏବେ ସରକାରୀ ଚାକିରିରେ ଥିବା ଜଣେ ଆଇଏଏସ୍‌ ଉଭୟ ଦଳ ଓ ପ୍ରଶାସନିକ କଳିକୁ ନିୟନ୍ତ୍ରଣ କରୁଛନ୍ତି। ଆଉ ସେହି ଆଇଏଏସ୍‌ କାହା ପ୍ରତି ଉତ୍ତରଦାୟୀ ମଧ୍ୟ ନୁହନ୍ତି। ଏବେ ପ୍ରଶାସନିକ ଅଫିସରମାନେ ଦଳର ପାଣ୍ଠି ସଂଗ୍ରହ କରୁଛନ୍ତି। ଦଳୀୟ ଟିକେଟ ବାଣ୍ଟୁଛନ୍ତି ବୋଲି ମଧ୍ୟ ସେ କହିଛନ୍ତି।
All Right Reserved By

ରାଜ୍ୟ |

 ସାକ୍ଷୀଗୋପାଳ ମନ୍ଦିରରେ କାର୍ତ୍ତିକ ନୀତି: ନଟବର ବେଶରେ ଦର୍ଶନ ଦେଲେ ସାକ୍ଷୀଗୋପାଳ ଠାକୁର

ସାକ୍ଷୀଗୋପାଳ ମନ୍ଦିରରେ କାର୍ତ୍ତିକ ନୀତି: ନଟବର ବେଶରେ ଦର୍ଶନ ଦେଲେ ସାକ୍ଷୀଗୋପାଳ ଠାକୁର

ସାକ୍ଷୀଗୋପାଳ,୨୦।୧୦(ଡି.ଏନ୍‌.ଏ.): ପରମ୍ପରା କ୍ରମେ ଆଶ୍ବିନ ଶୁକ୍ଳ ଏକାଦଶୀ ଶନିବାର ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ଏହି ଆବସରେ ସାକ୍ଷୀଗୋପାଳ ଠାକୁରଙ୍କୁ ନଟବର ବେଶରେ ସଜ୍ଜିତ କରାଯାଇଛି। 

ବାତ୍ୟା ତିତ୍‌ଲି, ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଧର୍ମେନ୍ଦ୍ର ପ୍ରଧାନ

ବାତ୍ୟା ତିତ୍‌ଲି, ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ବାତ୍ୟା ତିତ୍‌ଲି ଓ ଏହାର ପରବର୍ତ୍ତୀ ବନ୍ୟା ପ୍ରଭାବରେ କ୍ଷୟକ୍ଷତି ହୋଇଥିବା ଅଞ୍ଚଳକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗସ୍ତକରି ଲୋକଙ୍କ ସହ ଆଲୋଚନା କରିଛନ୍ତି। ଏ ନେଇ ସେ ଏକ ଭିଡ଼ିଓ ମଧ୍ୟ ଜାରି କରିଛନ୍ତି।

୫୧ ବର୍ଷରେ ପହଞ୍ଚତ୍ଛି ଅସ୍ତରଙ୍ଗ ଦୁର୍ଗାପୂଜା

୫୧ ବର୍ଷରେ ପହଞ୍ଚତ୍ଛି ଅସ୍ତରଙ୍ଗ ଦୁର୍ଗାପୂଜା

କାକଟପୁର, ୨୦।୧୦(ଡି.ଏନ୍‌.ଏ.): ଅସ୍ତରଙ୍ଗ ବଜାରଠାରେ ଦୁର୍ଗା କ୍ଲବ ପକ୍ଷରୁ ଷଷ୍ଠୀ ତିଥିଠାରୁ ଆରମ୍ଭ  ହୋଇଛି ଦୁର୍ଗାପୂଜା।  ଦୁର୍ଗା କ୍ଲବ ପକ୍ଷରୁ  ୫୧ ବର୍ଷ  ଧରି ଏଠାରେ ମୃଣ୍ମୟୀ ମୂର୍ତ୍ତିଙ୍କୁ ଭକ୍ତି ଓ ନିଷ୍ଠାର ସହିତ ପୂଜା କରାଯାଇ ଆସୁଛି ବୋଲି କହିଛନ୍ତି କ୍ଲବର ସମ୍ପାଦକ ଆଇନଜୀବୀ ଦିବ୍ୟଦର୍ଶୀ ବିଶ୍ୱାଳ।

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ପୁରୀ ଅଫିସ, ୨୦।୧୦: ଶନିବାର ଆଶ୍ୱିନ ଶୁକ୍ଳ ଏକାଦଶୀ ତିଥିରୁ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ରତ୍ନ ସିଂହାସନରେ ମହାପ୍ରଭୁ ରାଇ ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଠାକୁରଙ୍କ ଏହି ମହାର୍ଗ ବେଶ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ପ୍ରତ୍ୟହ ଅନୁଷ୍ଠିତ ହେବ। ଚଳିତବର୍ଷ ପଞ୍ଚକ ପାଞ୍ଚ ଦିନ ହେବ। କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ପଞ୍ଚକ ବେଶ ହେବ। ପଞ୍ଚକରେ ଭକ୍ତମାନେ ଦାରୁଦିଅଁଙ୍କ ୫ ବେଶ ଦର୍ଶନ କରିବାର ସୁଯୋଗ ପାଇବେ। 

୨୫ରୁ କାର୍ତ୍ତିକ ବ୍ରତ

୨୫ରୁ କାର୍ତ୍ତିକ ବ୍ରତ

ପୁରୀ ଅଫିସ, ୨୦।୧୦: ଆସନ୍ତା ୨୫ ତାରିଖରୁ ଆରମ୍ଭ ହେଉଛି ଧର୍ମମାସ ଅର୍ଥାତ୍‌ ହବିଷ ମାସ କାର୍ତ୍ତିକ। ଏହି ବ୍ରତ ପାଳନ ପାଇଁ ଶ୍ରୀକ୍ଷେତ୍ରକୁ ହବିଷିଆଳିଙ୍କ ସୁଅ ଛୁଟିବ। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ହବିଷିଆଳି ଶ୍ରୀକ୍ଷେତ୍ରରେ ପହଞ୍ଚିବେ। ପ୍ରାତଃରୁ ମାର୍କଣ୍ଡ, ଶ୍ୱେତଗଙ୍ଗା, ନରେନ୍ଦ୍ର, ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଓ ମହୋଦଧି ଆଦିରେ ସ୍ନାନ କରି ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରିବେ। 

ରାବଣ ପୋଡି ଉତ୍ସବ

ରାବଣ ପୋଡି ଉତ୍ସବ

ଭୁବନେଶ୍ୱର,୧୯।୧୦: ସରିଛି ପାର୍ବଣର ଋତୁ। ଅଧର୍ମ ଉପରେ ଧର୍ମର ବିଜୟକୁ ନେଇ ମହାମାୟା ଧରାବତରଣ କରିଥିଲେ। ଶୁକ୍ରବାର ବିଜୟା ଦଶମୀ ଅବସରରେ ପରାକ୍ରମୀ ରାବଣର ପୁତ୍ତଳିକା ଦାହ କରି ମେଲାଣି ନେଇଛନ୍ତି ଯୋଗମାୟା।

ଦୁଇ ବନ୍ଧୁକ ବେପାରୀ ଗିରଫ

ଦୁଇ ବନ୍ଧୁକ ବେପାରୀ ଗିରଫ

ଭୁବନେଶ୍ୱର,୧୯।୧୦- ଭୁବନେଶ୍ୱର ନିକଟସ୍ଥ ତମାଣ୍ଡୋ ଅଞ୍ଚଳରୁ ଶୁକ୍ରବାର ଦୁଇ ବନ୍ଧୁକ ବେପାରୀ ଗିରଫ ହୋଇଥିବା ଜଣାପଡିଛି । ଖବର ଅନୁଯାୟୀ, କୌଣସି ସୂତ୍ରରୁ କ୍ୟୁଏଟି ଖବର ପାଇ ତମାଣ୍ଡୋରେ ଥିବା ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।

ବିଭିନ୍ନ ପୂଜାମଣ୍ଡପ ବୁଲି ଦେଖିଲେ ଅର୍ଥମନ୍ତ୍ରୀ

ବିଭିନ୍ନ ପୂଜାମଣ୍ଡପ ବୁଲି ଦେଖିଲେ ଅର୍ଥମନ୍ତ୍ରୀ

ବାଲିଅନ୍ତା,୧୯।୧୦- ମା’ ଦୁର୍ଗାପୂଜାଙ୍କ ମହାଦଶମୀ ଅବସରରେ ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ଶଶିଭୂଷଣ ବେହେରା ଶୁକ୍ରବାର ବାଲିଅନ୍ତା ବ୍ଲକ ଅଞ୍ଚଳକୁ ଆସି ବିଭିନ୍ନ ପୂଜାମଣ୍ଡପ ବୁଲି ଦେଖିଥିଲେ।

ବିଜୟାଦଶମୀରେ କ୍ଷତ୍ରୀୟଙ୍କ ଖଣ୍ଡା ଶୋଭାଯାତ୍ରା

ବିଜୟାଦଶମୀରେ କ୍ଷତ୍ରୀୟଙ୍କ ଖଣ୍ଡା ଶୋଭାଯାତ୍ରା

କଣ୍ଟାପଡା,୧୯।୧୦(ଡି.ଏନ୍‌.ଏ.)- ରାଜ୍ୟ ସାରା ଦଶହରା ପର୍ବ ମହାସମାରୋହରେ ପାଳିିତ ହେଉଥିବା ବେଳେ କଣ୍ଟାପଡାର ଗୋବିନ୍ଦପୁର ଅଞ୍ଚଳରେ ନିଆରା ପର୍ବ ଆୟୋଜନ ହେଉଥିବା ଦେଖାଯାଇଛି । ଶୁକ୍ରବାର ବିଜୟାଦଶମୀ ଅବସରରେ ଉକ୍ତ ଗ୍ରାମରେ କ୍ଷତ୍ରୀୟମାନଙ୍କ ପାରମ୍ପରିକ ଖଣ୍ଡା ଶୋଭାଯାତ୍ରା  ଅନୁଷ୍ଠିତ ହୋଇଯାଇଛି। 

ବୋଲଗଡରେ ନିଆରା ଦଶହରା: କନକଦୁର୍ଗାଙ୍କ ଆଖିରେ ବନ୍ଧା ହେବ ଅନ୍ଧପୁଟୁଳି, ମୁସଲମାନ ଦଳବେହେରା ଦେବେ ହୋମରେ ଘୃତାହୁତି

ବୋଲଗଡରେ ନିଆରା ଦଶହରା: କନକଦୁର୍ଗାଙ୍କ ଆଖିରେ ବନ୍ଧା ହେବ ଅନ୍ଧପୁଟୁଳି, ମୁସଲମାନ ଦଳବେହେରା ଦେବେ ହୋମରେ ଘୃତାହୁତି

ଖୋର୍ଦ୍ଧା ଅଫିସ,୧୯ା୧୦:ଖୋର୍ଦ୍ଧାର ବୋଲଗଡ ବ୍ଲକର ମାଣିକାଗୋଡା ଗଁାରେ ହିନ୍ଦୁ ମୁସଲମାନ ମିଳିମିଶି ନିଆରା ଢଙ୍ଗରେ ପାଳନ କରାଯାଏ ଦଶହରା ପର୍ବ । ଉକ୍ତ ଗାଁର ଥିବା ମା’ କନକଦୁର୍ଗାଙ୍କ ଆରମ୍ଭ ହୋଇଥିବା ଆଶ୍ୱିନ ଶୁକ୍ଳପକ୍ଷ ସପ୍ତମୀରୁ ଅନ୍ଧପୁଟୁଳି ଖୋଲିବା ପରେ ମହାଦଶମୀରେ ପୁଣି ମା’ଙ୍କ ଆଖିରେ ବନ୍ଧା ହେବ  ।

ବୀରମହାରାଜପୁରରେ ପାର୍ବଣର ମହକ: ମନମୋହୁଛି ଲୋକନୃତ୍ୟ

ବୀରମହାରାଜପୁରରେ ପାର୍ବଣର ମହକ: ମନମୋହୁଛି ଲୋକନୃତ୍ୟ

ବୀରମହାରାଜପୁର,୧୯।୧୦(ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ପୂର୍ବ ବର୍ଷ ଭଳି ଏଥର ମଧ୍ୟ ୩ଟି ପୂଜା କମିଟି ଆନୁକୂଲ୍ୟରେ ସାର୍ବଜନୀନ ଦୁର୍ଗାପୂଜା ଆୟୋଜନ କରାଯାଇଛି। ଉଫୁଲାସ୍ଥିତ ଶୈଲସୂତା କ୍ଲବ ପୂଜା କମିଟି ପକ୍ଷରୁ ପାଳିତ ହୋଇଆସୁଥିବା ଶାରଦୀୟ ପୂଜା ଉତ୍ସବ ସର୍ବପୁରାତନ ହୋଇଥିବା ବେଳେ ମୁଖ୍ୟବସ୍ତିର ତ୍ରିବେଣୀଛକ ଦୁର୍ଗାପୂଜା ୨୧ବର୍ଷରେ ପହଞ୍ଚିଛି।

ଆଦିବାସୀଙ୍କ ନିଆରା ପରମ୍ପରା : ୨୦ରୁ ଊର୍ଦ୍ଧ୍ୱ ଲାଠି ପୂଜା ପାଇଲେ

ଆଦିବାସୀଙ୍କ ନିଆରା ପରମ୍ପରା : ୨୦ରୁ ଊର୍ଦ୍ଧ୍ୱ ଲାଠି ପୂଜା ପାଇଲେ

କୋରାପୁଟ,୧୯।୧୦(ସ୍ବ.ପ୍ର)-କେଉଁ ଆବାହାନକାଳୁ ଜୟପୁର ମହାରାଜାଙ୍କ ଉଧ୍ୟମରେ ଆଦିବାସୀମାନେ ଲାଠିଯାତ୍ରା ପାଳନ କରିଆସୁଥିବା ନଜିର ରହିଛି । ଦଶହରା ଅବସରରେ କୋରାପୁଟଠାରେ ଆଦିବାସୀମାନଙ୍କ ନିଆରା ପରମ୍ପରା ସ୍ବରୂପ ଲାଠି ଶୋଭାଯାତ୍ର ପାଳନ ହୋଇଥାଏ । ଏଠାରେ ଲାଠିକୁ ଦେବୀଦେବାଭାବେ ସେମାନେ ପୂଜା କରିଥାନ୍ତି ।