ଖେଳ |

ପଦାର୍ପଣ ଟେଷ୍ଟରେ ଆହତ ଶାର୍ଦ୍ଦୁଳ

ପଦାର୍ପଣ ଟେଷ୍ଟରେ ଆହତ ଶାର୍ଦ୍ଦୁଳ
ହାଇଦ୍ରାବାଦ୍‌,୧୨।୧୦- ସ୍ଥାନୀୟ ରାଜୀବ ଗାନ୍ଧୀ ଗ୍ରାଉଣ୍ଡଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ୨ୟ ଟେଷ୍ଟ ମ୍ୟାଚ୍‌ରେ ପେସର ଶାର୍ଦ୍ଦୁଳ ଠାକୁର ପଦାର୍ପଣ କରିଛନ୍ତି।  ମାତ୍ର ଆହତ ସମସ୍ୟା ଯୋଗୁ ଚଳିତ ଟେଷ୍ଟରୁ ବାଦ୍‌ ପଡ଼ିପାରନ୍ତି। ସେ ପଦାର୍ପଣ ଟେଷ୍ଟରେ ମାତ୍ର ୧.୪ ଓଭର ବୋଲିଂ କରିବାକୁ ସକ୍ଷମ ହୋଇଥିଲେ। ସେ ୨ୟ ଓଭର ବୋଲିଂ କରୁଥିବାବେଳେ ତାଙ୍କ ମାଂସପେଶୀରେ ଆଘାତ ଲଗିଥିଲା। ଏଥିଯୋଗୁ ଫିଜିଓ ପାଟ୍ରିକ ଫର୍ହାର୍ଟ ଗ୍ରାଉଣ୍ଡରେ ଉପଚାର କରିବା ପରେ ମଧ୍ୟ ଠାକୁରଙ୍କୁ ଫିଲ୍ଡ ଛାଡ଼ିବାକୁ ପଡ଼ିଥିଲା। ତାଙ୍କ ଓଭର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପୂରଣ କରିଥିଲେ। ତେବେ ସେ ଚଳିତ ମ୍ୟାଚ୍‌ରେ ଆଉ ବୋଲିଂ କରିପାରିବେ କି ନାହିଁ ସେ ସମ୍ପର୍କରେ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ୨୬ ବର୍ଷୀୟ ପେସରଙ୍କ ସହ ଏହା ଦ୍ୱିତୀୟ ଘଟଣା। ଗତ ସେପ୍ଟେମ୍ବର ଖେଳାଯାଇଥିବା ଏସିଆ କପ୍‌ ବେଳେ ଅଣ୍ଟା ଜନିତ ସମସ୍ୟା ଯୋଗୁ ଦଳରୁ ବାଦ୍‌ ପଡ଼ିଥିଲେ। କିନ୍ତୁ ତୁରନ୍ତ ଫିଟ୍‌ ହେବା ସହ ବିଜୟ ହଜାରେ ଟ୍ରଫିରେ ମୁମ୍ବାଇ ପକ୍ଷରୁ ଖେଳିଥିଲେ। ଉଲ୍ଲେଖଥାଉ କି, ୨୦୧୬ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରେ ଠାକୁରଙ୍କୁ ଭାରତୀୟ ଦଳରେ ସ୍ଥାନ ମିଳିଥିଲା। ମାତ୍ର ସେ ଚୂଡ଼ାନ୍ତ ଏକାଦଶରେ ଖେଳିବାକୁ ସୁଯୋଗ ପାଇ ନ ଥିଲେ। 
All Right Reserved By

ଖେଳ |

‘ରାୟୁଡୁ ୪ର୍ଥ କ୍ରମରେ ବ୍ୟାଟିଂ କଲେ ମଧ୍ୟକ୍ରମର ଅବସ୍ଥା ସୁଧିରିପାରିବ’

‘ରାୟୁଡୁ ୪ର୍ଥ କ୍ରମରେ ବ୍ୟାଟିଂ କଲେ ମଧ୍ୟକ୍ରମର ଅବସ୍ଥା ସୁଧିରିପାରିବ’

ଗୁଆହାଟି,୨୦।୧୦- ବରିଷ୍ଠ ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ଦଳର ୪ର୍ଥ କ୍ରମରେ ସ୍ଥାନ ପକ୍କା କଲେ ମଧ୍ୟକ୍ରମର ଅବସ୍ଥା ସୁଧିରି ପାରିବ ବୋଲି ଭାରତୀୟ ଅଧିନାୟକ ବିରାଟ କୋହଲି ଶନିବାର କହିଛନ୍ତି। 

ଦିନିକିଆରେ ପଦାର୍ପଣ କରିବେ ପନ୍ତ

ଦିନିକିଆରେ ପଦାର୍ପଣ କରିବେ ପନ୍ତ

ଗୁଆହାଟି,୨୦।୧୦- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ପ୍ରଥମ ଦିନିକିଆ ଲାଗି ଶନିବାର ୧୨ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ୨୦ ବର୍ଷୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଶଭ ପନ୍ତ ଏଥିରେ ସ୍ଥାନ ମିଳିଛି। 

ମହିଳା କରନୀ ସେନା ମୁଖ୍ୟ ଜାଡେଜାଙ୍କ ପତ୍ନୀ

ମହିଳା କରନୀ ସେନା ମୁଖ୍ୟ ଜାଡେଜାଙ୍କ ପତ୍ନୀ

ରାଜକୋଟ,୨୦।୧୦- କ୍ଷେତ୍ରୀୟ ରାଜପୁତ ସମୁଦାୟ କରନି ସେନା ନିର୍ଦ୍ଧିଷ୍ଟ ଭାବେ ଗୁଜରାଟ ଓ ରାଜସ୍ଥାନରେ ସକ୍ରିୟ ଅଛନ୍ତି। ଏହି ଗ୍ରୁପ ଗତବର୍ଷ ରିଲିଜ୍‌ ହୋଇଥିବା ଫିଲ୍ମ ‘ପଦ୍ମାବତ’କୁ ସର୍ବଭାରତୀୟ ସ୍ତରରେ କଡ଼ା ବିରୋଧ କରିଥିଲେ। 

ଡେନମାର୍କ ଓପନ: ସେମିରେ ସାଇନା, କିଡାମ୍ବି

ଡେନମାର୍କ ଓପନ: ସେମିରେ ସାଇନା, କିଡାମ୍ବି

ଓଡେନ୍‌ସେ(ଡେନମାର୍କ),୨୦।୧୦(ପି.ଟି.)- ଭାରତୀୟ ଷ୍ଟାର ଶଟଲର ସାଇନା ନେହ୍ବାଲ ଓ କିଡାମ୍ବି ଶ୍ରୀକାନ୍ତ ଏଠାରେ ଚାଲିଥିବା ଡେନମାର୍କ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ସେମିଫାଇନାଲରେ ପ୍ରବେଶ କରିଛନ୍ତି। 

ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଡିକକ୍‌

ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଡିକକ୍‌

ମୁମ୍ବାଇ,୨୦।୧୦- ଦକ୍ଷିଣ ଆଫ୍ରିକା ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡି କକ୍‌ ନିଲାମ ପ୍ରକ୍ରିୟା ପୂର୍ବରୁ ପ୍ରଥମ ଖେଳାଳି ଭାବେ ଦଳ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଡି କକ୍‌ଙ୍କୁ ଗତ ଅକଶନରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗଲୋର (ଆର୍‌ସିବି) ଦଳ ୨.୮ କୋଟି ଟଙ୍କାର କିଣିଥିଲା।

ପ୍ରବୀଣ କୁମାରଙ୍କ ଅବସର

ପ୍ରବୀଣ କୁମାରଙ୍କ ଅବସର

ଲକ୍ଷ୍ନୌ,୨୦।୧୦- ଭେଟେରାନ ପେସର ପ୍ରବୀଣ କୁମାର ଶନିବାର ସମସ୍ତ ପ୍ରକାର କ୍ରିକେଟରୁ ଅବସର ନେଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିବାର ଦୀର୍ଘ ୧୧ ବର୍ଷ ପରେ ସେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। 

ଆବୁଧାବି ଟେଷ୍ଟ ଜିତିଲା ପାକିସ୍ତାନ

ଆବୁଧାବି ଟେଷ୍ଟ ଜିତିଲା ପାକିସ୍ତାନ

ଆବୁଧାବି,୧୯।୧୦- ପେସର ମହମ୍ମଦ ଆବାସଙ୍କ ଘାତକ ବୋଲିଂ ଆଗରେ ଅଷ୍ଟ୍ରେଲିଆ ବ୍ୟାଟିଂ ଲାଇନ୍‌ ଅଫ୍‌ ଛତ୍ରଭଙ୍ଗ ଦେଇଛି। ଆବାସ ଏହି ମ୍ୟାଚ୍‌ର ଉଭୟ ଇନିଂସ୍‌ରେ ୫ ଉଇକେଟ ପାଇଛନ୍ତି। 

ସଚିନଙ୍କୁ ଚକିତ କଲେ ଲାରା

ସଚିନଙ୍କୁ ଚକିତ କଲେ ଲାରା

ମୁମ୍ବାଇ,୧୯।୧୦- କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ଓ୍ବେଷ୍ଟଇଣ୍ଡିଜ୍‌ ପୂର୍ବତନ ଅଧିନାୟକ ବ୍ରାୟନ ଲାରା ଚକିତ କରି ଦେଇଛନ୍ତି। ଲାରା ଶୁକ୍ରବାର ହଠାତ ମୁମ୍ବାଇ ଗସ୍ତ କରିବା ସହ ସଚିନଙ୍କୁ ଭେଟିଛନ୍ତି। 

ଅନ୍ତର୍ଜାତୀୟ କ୍ରିକେଟର ବୁକି ପ୍ରାୟତଃ ଭାରତୀୟ

ଅନ୍ତର୍ଜାତୀୟ କ୍ରିକେଟର ବୁକି ପ୍ରାୟତଃ ଭାରତୀୟ

ନୂଆଦିଲ୍ଲୀ,୧୯।୧୦- ଅନ୍ତର୍ଜାତୀୟ କ୍ରିକେଟର ବୁକିମାନେ ପ୍ରାୟତଃ ଭାରତୀୟ ବୋଲି ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି)ର ଜଣେ ବରିଷ୍ଠ କର୍ମକର୍ତ୍ତା କହିଛନ୍ତି। 

ମେଡିକାଲରେ ସର୍ଫରାଜ

ମେଡିକାଲରେ ସର୍ଫରାଜ

ଆବୁଧାବି,୧୯।୧୦- ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ୨ୟ ଟେଷ୍ଟରେ ପାକିସ୍ତାନ ଅଧିନାୟକ ଅହମ୍ମଦ ସର୍ଫାରାଜ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ମ୍ୟାଚ୍‌ର ୩ୟ ଦିବସରେ ତାଙ୍କ ମୁଣ୍ଡରେ ବଲ ବାଜିଥିଲା। 

ପାକିସ୍ତାନ ଗସ୍ତରୁ ଗୁପଟିଲ ବାଦ୍‌

ପାକିସ୍ତାନ ଗସ୍ତରୁ ଗୁପଟିଲ ବାଦ୍‌

ଅକ୍‌ଲାଣ୍ଡ,୧୯।୧୦- ପାକିସ୍ତାନ ବିପକ୍ଷରେ ୟୁଏଇଠାରେ ହେବାକୁ ଥିବା ଦିନିକିଆ ସିରିଜ୍‌ରୁ ନ୍ୟୁଜିଲାଣ୍ଡର ଓପନର ମାର୍ଟିନ ଗୁପଟିଲ ବାଦ୍‌ ପଡ଼ିଛନ୍ତି। ପ୍ଲଙ୍କେଟ ଶିଲ୍ଡ ଘରୋଇ ପ୍ରତିଯୋଗିତାରେ ଖେଳୁଥିବାବେଳେ ତାଙ୍କ ମାଂସପେଶୀ ଟାଣି ହୋଇଯାଇଥିଲା।

ଲିଓନଙ୍କ ନାମରେ ବିରଳ ରେକର୍ଡ

ଲିଓନଙ୍କ ନାମରେ ବିରଳ ରେକର୍ଡ

ଆବୁଧାବି,୧୯।୧୦- ଅଷ୍ଟ୍ରେଲିଆ ସ୍ପିନର ନାଥନ ଲିଓନ ଶୁକ୍ରବାର ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସ୍ଥାନୀୟ ଶେଖ ଜାୟେଦ ଷ୍ଟାଡିୟମଠାରେ ଚାଲିଥିବା ପାକିସ୍ତାନ ବିପକ୍ଷ ୨ୟ ଟେଷ୍ଟରେ ସେ ବିନା ନୋ ବଲ ପକାଇ ୨୦ ହଜାର ବଲ ପକାଇଛନ୍ତି।