ଫୁରସତ |

ପିମ୍ପୁଡି ଶରୀରର ଆଣ୍ଟିବାୟୋଟିକ୍ସ୍‌ ମନୁଷ୍ୟ ପାଇଁ ଉପଯୋଗୀ

ପିମ୍ପୁଡି ଶରୀରର ଆଣ୍ଟିବାୟୋଟିକ୍ସ୍‌ ମନୁଷ୍ୟ ପାଇଁ ଉପଯୋଗୀ
ପିମ୍ପୁଡି ନିଜ ଶରୀରରେ ପ୍ରତିଷେଧକ ଶକ୍ତି ସୃଷ୍ଟି କରିବା ପାଇଁ ଏକ ପ୍ରକାର ଆଣ୍ଟିବାୟୋଟିକ୍ସ୍‌ ପ୍ରସ୍ତୁତ କରିଥାନ୍ତି। ଏହା ମନୁଷ୍ୟଠାରେ ଦେଖାଯାଉଥିବା କେତେକ ରୋଗର ନିଦାନ କ୍ଷେତ୍ରରେ  ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ।  ଏସମ୍ପର୍କରେ ଆମେରିକାରର ଉତ୍ତର କାରୋଲିନା ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ ହୋଇଛି। ସୋଲିନୋପିସିସ୍‌ ମୋଲେଷ୍ଟା ନାମକ ଏକ ପିମ୍ପୁଡି ପ୍ରଜାତି ଏକ ପ୍ରକାର ଆଣ୍ଟିବାୟୋଟିକ୍ସ୍‌  ପ୍ରସ୍ତୁତ କରିଥାନ୍ତି। ମନୁଷ୍ୟଠାରେ ଦେଖାଯାଉଥିବା କେତେକ କବକ ଜାତୀୟ ରୋଗର ନିଦାନ କ୍ଷେତ୍ରରେ ଏହି ଆଣ୍ଟିବାୟୋଟିକ୍ସ୍‌ର ବ୍ୟବହାର କରାଯାଇ ସଫଳତା ମିଳିଥିବା ଗବେଷକ କହିଛନ୍ତି। ଗବେଷକ ୨୦ଟି ପିମ୍ପୁଡି ପ୍ରଜାତି ଉପରେ ଦୀର୍ଘଦିନ ଧରି ପରୀକ୍ଷା ଚଳାଇଥିଲେ। ସେସବୁ ପ୍ରଜାତି ମଧ୍ୟରୁ ୧୨ଟିଠାରେ ସୃଷ୍ଟି ହେଉଥିବା ପ୍ରତିଷେଧକ ରାସାୟନିକ ପଦାର୍ଥ ପିମ୍ପୁଡିକୁ ବିଭିନ୍ନ ରୋଗରୁ ମୁକ୍ତି ପ୍ରଦାନ କରିଥାଏ। ଏବେ ମଧ୍ୟ ଆଫ୍ରିକାର ଘନ ଜଙ୍ଗଲ ମଧ୍ୟରେ ଥିବା ଜନଜାତି ଏଭଳି ପିମ୍ପୁଡିଙ୍କ ଦ୍ୱାରା ପ୍ରସ୍ତୁତ ହେଉଥିବା ଆଣ୍ଟିବାୟୋଟିକ୍ସକୁ ବ୍ୟବହାର କରିଥାନ୍ତି। ସେମାନେ ଏହି ପ୍ରଜାତିର ପିମ୍ପୁଡିକୁ କେତେକ ନିର୍ଦ୍ଦିଷ୍ଟ ରୋଗ ସମୟରେ ଖାଦ୍ୟ ଭାବେ ଗ୍ରହଣ କରିଥାନ୍ତି।  ପିମ୍ପୁଡି ମଧ୍ୟରେ ଥିବା ରାସାୟନିକ ପଦାର୍ଥ ଖାଦ୍ୟ ମାଧ୍ୟମରେ ଏହି ଜନଜାତିଙ୍କ ଶରୀରକୁ ଆସିଥାଏ। ଫଳରେ ସେମାନଙ୍କୁ ସହଜରେ ମିଳିମିଳା, କେତେକ କବକ ଜାତୀୟ ରୋଗ, ଶ୍ୱାସରୋଗ ଆଦି ସହଜରେ ହୋଇ ନ ଥାଏ।
All Right Reserved By

ଫୁରସତ |

 ମହିଳାଙ୍କ ଅନ୍ତଃବସ୍ତ୍ର ଚୋରି କରି ଯୁବକ ଗିରଫ

ମହିଳାଙ୍କ ଅନ୍ତଃବସ୍ତ୍ର ଚୋରି କରି ଯୁବକ ଗିରଫ

ଚାଇନାର ସାଂଘାଇରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ମହିଳାଙ୍କ ଅନ୍ତଃବସ୍ତ୍ର ଚୋରି କରି ଜଣେ ଯୁବକ ଗିରଫ ହୋଇଛନ୍ତି। ଗିରଫ ପରେ ନିଜ ଭୁଲ ମଧ୍ୟ ସ୍ବୀକାର କରିଛନ୍ତି ଯୁବକ।

ଯେଉଁଠି ଆଳତି ହେଲେ ମନ୍ଦିରକୁ ଆସନ୍ତି ଭାଲୁ

ଯେଉଁଠି ଆଳତି ହେଲେ ମନ୍ଦିରକୁ ଆସନ୍ତି ଭାଲୁ

ଛତିଶଗଡର ମହାସମୁନ୍ଦ୍‌ ଜିଲାରେ ଏମିତି ଏକ ମନ୍ଦିର ରହିଛି ଯେଉଁଠି ଆଳତି ଦେଖିବା ପାଇଁ ଭାଲୁମାନେ ଆସିଥାନ୍ତି। ଘୁଞ୍ଚାପାଲି ଗ୍ରାମରେ ରହିଛି ଚଣ୍ଡି ଦେବୀଙ୍କ ମନ୍ଦିର।

ପୂଜା ଶପିଂ

ପୂଜା ଶପିଂ

ଦଶହରା ପାଇଁ ଝଲସୁଛି ଦେବୀପୀଠ। ଗାଁରୁ ସହର ପର୍ଯ୍ୟନ୍ତ ବେଶ୍‌ ଚଳଚଞ୍ଚଳ। କେବଳ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ଦେଖିବାରେ ନୁହେଁ, ବରଂ ଶପିଂ ପାଇଁ ମାର୍କେଟରେ ମହିଳାମାନଙ୍କ ଭିଡ଼ ଜମିବାରେ ଲାଗିଛି। ଏହି ସମୟରେ ସାମାନ୍ୟ ଅସାବଧାନ ରହିଲେ ଠକାମିର ଶିକାର ହେବା ଆଶଙ୍କା ରହିଛି। ତେବେ ଏହି ସମୟରେ କି କି ସତର୍କତା ଅବଲମ୍ବନ କରିବେ ସେ ସମ୍ପର୍କରେ...

ପୃଥିବୀର ୫ ଦାମୀ ବହି

ପୃଥିବୀର ୫ ଦାମୀ ବହି

ପୃଥିବୀରେ ଅନେକ ପ୍ରକାର ପୁସ୍ତକ ରହିଛି। ତେବେ ଏଭଳି କିଛି ପୁସ୍ତକ ରହିଛି ଯାହା ଦାମୀ ତଥା ମୂଲ୍ୟବାନ। ଦି କୋଡେକ୍ସ ଲିସେଷ୍ଟର ବିଶ୍ୱର ସବୁଠାରୁ ଦାମିକା ବହି। 

ସୁନ୍ଦର ତ୍ୱଚା ପାଇଁ କୁକୁର ପରିସ୍ରା ପିଉଛନ୍ତି ଯୁବତୀ

ସୁନ୍ଦର ତ୍ୱଚା ପାଇଁ କୁକୁର ପରିସ୍ରା ପିଉଛନ୍ତି ଯୁବତୀ

ଝିଅମାନେ ସୁନ୍ଦର ଦିଶିବା ପାଇଁ ବିଭିନ୍ନ ପ୍ରସାଧନ ସାମଗ୍ରୀ ବ୍ୟବହାର କରିଥାନ୍ତି। ମାତ୍ର ସୁନ୍ଦର ଦେଖାଯିବା ପାଇଁ ଜଣେ ଯେ କୁକୁର ପରିସ୍ରା ପିଇବ, ତାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। 

ପଥର ମାରିଲେ ଜାଣିହୁଏ ଭୃଣର ଲିଙ୍ଗ

ପଥର ମାରିଲେ ଜାଣିହୁଏ ଭୃଣର ଲିଙ୍ଗ

ଭୃଣର ଲିଙ୍ଗ ନିରୂପଣ କରିବା ଅପରାଧ। ତେଣୁ ଭାରତରେ ଭୃଣର ଲିଙ୍ଗ ନିରୂପଣ କରିବାରେ ଲାଗିଛି ପ୍ରତିବନ୍ଧକ। ମାତ୍ର ଝାଡଖଣ୍ଡର ଲୋହରଦଗାରେ ଥିବା ଏକ ଛୋଟିଆ ଗାଁରେ ଦେଖିବାକୁ ମିଳେ ଏକ ଅଜବ ପରମ୍ପରା। 

କାହିଁକି ଜନ୍ମ ହୁଅନ୍ତି ୪ ହାତ, ୪ ଗୋଡ ଥିବା ଶିଶୁ

କାହିଁକି ଜନ୍ମ ହୁଅନ୍ତି ୪ ହାତ, ୪ ଗୋଡ ଥିବା ଶିଶୁ

ସାଧାରଣତଃ ୪ ହାତ ଓ ୪ ଗୋଡ଼ ଥିବା ସନ୍ତାନ ଜନ୍ମ ନେଲେ କେହି କେହି ଏହାକୁ ଅଶୁଭ ବୋଲି କହିଥାଆନ୍ତି ତ ପୁଣି କିଏ ଏହାକୁ ଶୁଭ ମାନି ଥାଆନ୍ତି। ହେଲେ ଏମିତି କାହିଁକି ହୁଏ, ତାହା ହୁଏତ ଅନେକେ ଜାଣି ନ ଥିବେ। 

ସୁଖଶାନ୍ତି ଆଣେ ସ୍ବସ୍ତିକ ଚିହ୍ନ

ସୁଖଶାନ୍ତି ଆଣେ ସ୍ବସ୍ତିକ ଚିହ୍ନ

ସ୍ବସ୍ତିକ ଚିହ୍ନର ରହିଛି ଅନେକ ଧାର୍ମିକ ମହତ୍ତ୍ୱ। ଯେକୌଣସି ମାଙ୍ଗଳିକ କାର୍ଯ୍ୟ ପୂର୍ବରୁ ଏହି ଚିହ୍ନର ବ୍ୟବହାର କରାଯାଇଥାଏ। 

ଯେଉଁ ମନ୍ଦିରକୁ ଗଲେ କେହି ଫେରନ୍ତି ନାହିଁ...

ଯେଉଁ ମନ୍ଦିରକୁ ଗଲେ କେହି ଫେରନ୍ତି ନାହିଁ...

ମନ୍ଦିର ଭିତରେ ‘ମୃତ୍ୟୁ’ ଏହା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବ। ଗ୍ରୀକ୍‌ରେ  ରହିଛି ଏପରି ଏକ ମନ୍ଦିର। ଯାହା ଭିତରକୁ ଗଲେ କେହି ଫେରନ୍ତି ନାହିଁ। 

ବଡ଼ ବନ୍ଧାକୋବି

ବଡ଼ ବନ୍ଧାକୋବି

ନ୍ୟୁୟର୍କ, ୟୋର୍କଶାୟର୍‌ ଏକ ଅଜବ ପ୍ରତିଯୋଗିତା ଆୟୋଜନ କରାଯାଇଥାଏ। ସେ ହେଉଛି ହାରୋଗେଟ୍‌ ଅଟମ୍‌ନ ଫ୍ଲାଓ୍ବାର ଶୋ’। ଏହା ବ୍ରିଟେନ୍‌ର ଏକ ଗର୍ଡେନିଂ ଇଭେଣ୍ଟ, ଯେଉଁଥିରେ ଆଗ୍ରହୀ କୃଷକମାନେ ନିଜ ଝାଳବୁହା ପରିଶ୍ରମରେ ଉତ୍ପାଦନ କରିଥିବା ବିରାଟକାୟ ପନିପରିବାକୁ ପ୍ରଦର୍ଶିତ କରିଥାଆନ୍ତି।

ବାପାଙ୍କ ସେବାରେ କୁନି ଝିଅ

ବାପାଙ୍କ ସେବାରେ କୁନି ଝିଅ

୬ ବର୍ଷର କୁନି ଝିଅ ଜିଆ ଜିଆ। ଯେଉଁ ବୟସରେ ସେ ବାପାଙ୍କ କାନ୍ଧରେ ବସି ଦୁନିଆ ଦେଖିବା କଥା, କଣ୍ଢେଇକୁ ସଜେଇ ଖେଳ ଖେଳିବା କଥା ସେହି ବୟସରେ ସେ ସାଜିଛି ପକ୍ଷାଘାତ ଗ୍ରସ୍ତ ବାପାଙ୍କ ସାହାରା। 

ଶାରଦୀୟ ପୂଜାରେ ଶୁଭଫଳ ପାଇବା ପାଇଁ

ଶାରଦୀୟ ପୂଜାରେ ଶୁଭଫଳ ପାଇବା ପାଇଁ

ଶାରଦୀୟ ପାର୍ବଣ ଅବସରରେ ବିଭିନ୍ନ ଶୁଭକାର୍ଯ୍ୟର ଶୁଭାରମ୍ଭ କରାଯାଇଥାଏ। ଏହା ଦ୍ୱାରା କାର୍ଯ୍ୟରେ କୌଣସି ବିଘ୍ନ ସୃଷ୍ଟି ହୋଇ ନ ଥାଏ ବୋଲି ବିଶ୍ୱାସ ରହିଛି। ତେବେ ଏହି ସମୟରେ କିଛି ବାସ୍ତୁ କାର୍ଯ୍ୟ କରିବା ଦ୍ୱାରା ଗୃହ ତଥା ବ୍ୟବସାୟ ଆଦିରେ ଶୁଭଫଳ ପ୍ରାପ୍ତି ହୋଇଥାଏ।