

ରାଜ୍ୟ |

ରାଜଧାନୀରେ ବାଘ ଆତଙ୍କ: ବାଘ ଖୋଜା ଅଭିଯାନ ପାଇଁ ରାସ୍ତା ସିଲ୍, ଲୋକେ ହନ୍ତସନ୍ତ
ଭୁବନେଶ୍ୱର, ୧୯।୨(ବ୍ୟୁରୋ): ଭୁବନେଶ୍ୱର ପଳାଶପଲ୍ଲୀ ଅଞ୍ଚଳରେ ଏକ କଲରାପତରିଆ ବାଘ ବୁଲୁଛି। ଏହାକୁ ନେଇ ସୋମବାର ରାତିରୁ ଆରମ୍ଭ ହୋଇଛି ଅପରେଶନ। ବନ ବିଭାଗ ସହିତ ସିଆଇଏସ୍ଏଫ୍ କର୍ମଚାରୀଙ୍କୁ ଏହି କାର୍ଯ୍ୟରେ ନିୟୋଜିତ କରାଯାଇଛି।

ପୁଣି ମାଓବାଦୀଙ୍କ ଲାଲ୍ ବ୍ୟାନର୍: ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ
ଦାରିଙ୍ଗିବାଡି,୧୯।୨(ଡି.ଏନ.ଏ.):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ନିକଟ ୫୯ନଂ ଜାତୀୟ ରାଜପଥ ର ବୁଡାଗୁଡା ଛକରେ ଓଡିଶା ରାଜ୍ୟ କମିଟି ସିପିଆଇ (ମାଓବାଦୀ)ଙ୍କ ପକ୍ଷରୁ ଲାଲ ବ୍ୟାନର ସହ ପୋଷ୍ଟର ଲଗାଯାଇଛି।

ବଢ଼ିବ ତାତି
ଭୁବନେଶ୍ୱର,୧୯।୨(ବ୍ୟୁରୋ):ବର୍ଷା ଯୋଗୁ ଗତ ଦୁଇଦିନ ହେବ ରାଜ୍ୟରେ ଥଣ୍ଡା ପାଗ ରହିଥିଲା ।

୨୦ରେ ଆସିବେ ଯୋଗୀ
ଭୁବନେଶ୍ୱର, ୧୯।୨(ବ୍ୟୁରୋ):ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆସନ୍ତା ୨୦ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସକାଳ ୧୦ଟାରେ ଯୋଗୀ ରାୟପୁର ବିମାନବନ୍ଦରରେ ପହଞ୍ଚିବେ।

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ
ଯାଜପୁର ଅଫିସ,୧୯।୨:ଯାଜପୁର ଜିଲା ଦାନଗଦି ଓ ସୁକିନ୍ଦା ବ୍ଲକକୁ ନେଇ ଗଠିତ ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗତ ୩ ଦଶନ୍ଧି ହେଲା ଗୋଟିଏ ପରିବାର ସଦସ୍ୟ ନିର୍ବାଚିତ ହୋଇ ଆସୁଛନ୍ତି। ଶିଳ୍ପ ଓ ଖଣି ସମୃଦ୍ଧ ଏହି ନିର୍ବାଚନ ମଣ୍ଡଳୀରେ ଏଥର ପଟ ପରିବର୍ତ୍ତନ କିମ୍ବା ରାଜନୈତିକ ସମୀକରଣ ବଦଳିବାର ସମ୍ଭାବନା ରହିଥିବା ଚର୍ଚ୍ଚା ଜୋର ଧରିଛି।

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ
କଟକ ଅଫିସ, ୧୯।୨:କୋଣାର୍କ ସୂର୍ଯ୍ୟମନ୍ଦିର ସୁରକ୍ଷିତ। ମନ୍ଦିର ପ୍ରତି ସେଭଳି କୌଣସି ବିପଦ ନାହିଁ। ଏହିଭଳି କଥା ଆରମ୍ଭରୁ କହି ଆସୁଥିବା ଭାରତୀୟ ପ୍ରନତ୍ତାତ୍ତି୍ବକ ସର୍ବେକ୍ଷଣ (ଏଏସ୍ଆଇ) ସଂସ୍ଥା ଶେଷରେ ମାନିଛି ଯେ ମନ୍ଦିର ପ୍ରତି ବିପଦ ରହିଛି।

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ
ଯୋଡ଼ା, ୧୯।୨(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ବାଂଶପାଣି ରେଳ ସାଇଡିଂ ନିକଟ ଯୋଡ଼ା-ବାମେବାରୀ ରାସ୍ତା ପାର୍ଶ୍ୱରେ ଥିବା ଜଣେ ଅଭିଯୁକ୍ତଙ୍କ ଜମିରେ ଏକ ଶିଳ୍ପ ସଂସ୍ଥାର ଖଣିଜ ଗଛିତ ହେଉଛି।

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ
ଭଦ୍ରକ ଅଫିସ, ୧୯।୨ - ଭଦ୍ରକ ଜିଲା ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ପୁଣି ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ମୁଖ୍ୟ କାର୍ପଟଦାର ଫେରାର ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ, ମେଶିନ, ଏସେନ୍ସ ଓ ସିଲ୍ ମେଶିନ ପୋଲିସ ଜବତ କରିଛି।

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା
ଭଣ୍ଡାରିପୋଖରୀ, ୧୯।୨ (ଡି.ଏନ.ଏ.) - ଭଣ୍ଡାରିପୋଖରୀ ସଦରମହକୁମାଠାରେ ଥିବା ନଗୁଁଆ ପ୍ରାଥମିକ କୃଷି ସମବାୟ ସମିତିରେ ଧାନକିଣାରେ ଅନିୟମିତତା ପ୍ରତିବାଦରେ ଚାଷୀମାନେ ସୋମବାର ସମିତି କାର୍ଯ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ।

ପୋଲିସ ଏନକାଉଣ୍ଟରରେ ଜୁଲ ଗୁରୁତର
କେନ୍ଦ୍ରାପଡା ଅଫିସ, ୧୯।୨- କେନ୍ଦ୍ରାପଡା ଜିଲାର ଦୁର୍ଦ୍ଦାନ୍ତ ଅପରାଧୀ ଗଣେଷ ମଲ୍ଲିକ ଓରଫ ଜୁଲ (୩୦)ଙ୍କୁ ଜିଲା ପୋଲିସ ମଙ୍ଗଳବାର ଭୋର ୪ଟାରେ ଏନକାଉଣ୍ଟର କରିଛି ା ଜୁଲଙ୍କ ଡାହାଣ ଗୋଡର ଆଣ୍ଠୁ ତଳକୁ ଗୋଟିଏ ଗୁଳି ଲାଗିଛି।
ଅସ୍ବାସ୍ଥ୍ୟକର ପରିବେଶରେ ରନ୍ଧା ଯାଉଛି ମଧ୍ୟାହ୍ନ ଭୋଜନ
ବଡ଼ସାହି,୧୯ା୨(ସ୍ବ.ପ୍ର.)-ବିଭିନ୍ନ ସମୟରେ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ଛାତ୍ରୀଛାତ୍ରଙ୍କୁ ଆକୃଷ୍ଟ କରିବା ପାଇଁ ସ୍କୁଲ ପରିସରଭୁକ୍ତ ଅଞ୍ଚଳକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିବା ସହ ବିଦ୍ୟାଳୟର ସୌନ୍ଦର୍ଯ୍ୟକରଣ ବୃଦ୍ଧି, ଆବଶ୍ୟକ ଶ୍ରେଣୀଗୃହ ନିର୍ମାଣ, ବିଦ୍ୟାର୍ଥୀଙ୍କୁ ମାଗଣାରେ ପୋଷାକ ବଣ୍ଟନ ଠାରୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ ଆଦି ସରକାର ଯୋଗାଇ ଦେଉଛନ୍ତି। ମାତ୍ର ରୋଷେଇ ପାଇଁ ଉଦ୍ଦିଷ୍ଟ ଭିତ୍ତିଭୂମି ନ ଥିବାରୁ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକରେ ଥିବା ବିଭିନ୍ନ ସ୍କୁଲରେ ଅସ୍ବାସ୍ଥ୍ୟକର ପରିବେଶରେ ରୋଷେଇ କାର୍ଯ୍ୟ ଚାଲୁଅଛି।

ଖଇରା-ଫତେପୁର ରାସ୍ତା ଅବରୋଧ
ଖଇରା,୧୯।୨(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଖଇରା ଓ ଔପଦା ୨ବ୍ଲକକୁ ସଂଯୋଗ କରୁଥିବା ଖଇରା-ଫତେପୁର ରାସ୍ତାକୁ ନିର୍ମାଣ କରୁଥିବା ଠିକାଦାର ଗତ ୨ମାସ ହେଲା ରାସ୍ତାକୁ ଅସମ୍ପୂର୍ଣ୍ଣ ଅବସ୍ଥାରେ ଛାଡି ଚାଲିଯାଇଛନ୍ତି।