ଫୁରସତ |

ଚନ୍ଦ୍ରୟାନ-୨ ପ୍ରସ୍ତୁତି ଜୋର୍‌ଦାର

ଚନ୍ଦ୍ରୟାନ-୨ ପ୍ରସ୍ତୁତି ଜୋର୍‌ଦାର

ହାଇଦ୍ରାବାଦ:
ଚନ୍ଦ୍ରକୁ ଦ୍ୱିତୀୟ ଅଭିଯାନ ପାଇଁ ଭାରତ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ‘ଚନ୍ଦ୍ରୟାନ-୨’ର ପ୍ରସ୍ତୁତିକାର୍ଯ୍ୟ ଜୋରସୋରରେ ଚଳାଇଛି। ଚନ୍ଦ୍ରର ଅନେକ ତଥ୍ୟ ଉନ୍ମୋଚନ କରିବାକୁ ଯାଉଥିବା ଏହି ମହକାଶ ଯାନର ଲ୍ୟାଣ୍ଡର୍‌ ଏବଂ ରୋଭର୍‌ ପରୀକ୍ଷଣ କରିବାରେ ଲାଗିଛନ୍ତି ଇସ୍ରୋ ବୈଜ୍ଞାନିକମାନେ। ଚନ୍ଦ୍ରଯାନ-୨କୁ ଜିଏସ୍‌ଏଲ୍‌ଭି-ଏମ୍‌କେ ରକେଟ୍‌ ଜରିଆରେ ଉତ୍‌କ୍ଷେପଣ କରାଯିବ। ଆସନ୍ତା ମାର୍ଚ୍ଚରେ ଯାତ୍ରାରମ୍ଭ କରିବାକୁ ଯାଉଥିବା ଚନ୍ଦ୍ରୟାନ-୨ ଅଭିଯାନର ଚାହିଦା ଅନୁଯାୟୀ ଅନେକ ଉନ୍ନତ ସ୍ବଦେଶୀ କୌଶଳ ବ୍ୟବସ୍ଥା କରାଯାଇଛି। ଫଳରେ ଏହା ବୈଜ୍ଞାନିକଙ୍କୁ ଆଶାନୁରୂପ ଫଳ ପ୍ରଦାନ କରିପାରିବ।
୨୦୦୮ରେ ଭାରତ ଚନ୍ଦ୍ର ଅଭିମୁଖେ ନିଜର ପ୍ରଥମ ଅଭିଯାନ ଆରମ୍ଭ କରିଥିଲା। ବର୍ତ୍ତମାନ ଇସ୍ରୋ ଚନ୍ଦ୍ରୟାନ-୨ ଉତ୍‌କ୍ଷେପଣ କରିବାକୁ ଯାଉଛି। ୯ ବର୍ଷ ପୂର୍ବେ ଉତ୍‌କ୍ଷେପଣ ହୋଇଥିବା ଚନ୍ଦ୍ରୟାନ-୧ର ଏହା ହେଉଛି ଉନ୍ନତ ସଂସ୍କରଣ। ଏହି ମହାକାଶଯାନ ହେଉଛି ଅର୍ବିଟର, ଲ୍ୟାଣ୍ଡର ଏବଂ ରୋଭର୍‌ର ଏକ ମିଶ୍ରିତ ମଡେଲ। ଚନ୍ଦ୍ରୟାନ-୧ର ଲ୍ୟାଣ୍ଡର ଅନିୟନ୍ତ୍ରିତ ଥିଲା। କିନ୍ତୁ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ଅତି ନିୟନ୍ତ୍ରିତ ତଥା ସୁବ୍ୟବସ୍ଥିତ ଢଙ୍ଗରେ କାର୍ଯ୍ୟ କରିବ। ବର୍ତ୍ତମାନ ଅର୍ବିଟର, ଲ୍ୟାଣ୍ଡର ଉପରେ ପରୀକ୍ଷଣ ଚାଲିଛି। ବିଭିନ୍ନ ପାଟର୍‌ସକୁ ଏକତ୍ର କରି ଚନ୍ଦ୍ରଯାନକୁ ପ୍ରସ୍ତୁତ କରାଯାଉଛି। ପ୍ରସ୍ତୁତି ପର୍ଯ୍ୟାୟ ଜୋରସୋର୍‌ରେ ଚାଲିଛି। ଆସନ୍ତାବର୍ଷ ଆରମ୍ଭରେ ଏହାର ଉତ୍‌କ୍ଷେପଣ କରିବାର ଲକ୍ଷ୍ୟ ରଖାଯାଇଛି ବୋଲି ଇସ୍ରୋ ଅଧ୍ୟକ୍ଷ ଏ.ଏସ୍‌. କିରଣକୁମାର ରେଡ୍ଡୀ ସୂଚନା ଦେଇଛନ୍ତି। ଚନ୍ଦ୍ରପୃଷ୍ଠରେ ଲ୍ୟାଣ୍ଡର ଅବତରଣ କରିବା ପରେ ତାହା ମଧ୍ୟରୁ ରୋଭର୍‌ ବାହାରି ଆସିବ, ବିଭିନ୍ନ ବିଷୟରେ ଅନୁଧ୍ୟାନ କରିବ। ଏହିସବୁ କାର୍ଯ୍ୟକଳାପ ରେଡିଓ ଯୋଗାଯୋଗ ମାଧ୍ୟମରେ ଇସ୍ରୋର ହସ୍ତଗତ ହେବ ବୋଲି କିରଣକୁମାର କହିଛନ୍ତି। ଏହି ଅଭିଯାନ ଭାରତର ନିଜସ୍ବ ବୋଲି କିରଣ କୁମାର କହିଛନ୍ତି।

All Right Reserved By

Model This Week

Model This Week

ଫୁରସତ |

ହସ୍ପିଟାଲରେ ଜର୍ଜ ଏଚ୍‌.ଡବ୍ଲ୍ୟୁ. ବୁଶ

ହସ୍ପିଟାଲରେ ଜର୍ଜ ଏଚ୍‌.ଡବ୍ଲ୍ୟୁ. ବୁଶ

ହ୍ୟୁଷ୍ଟନ୍‌: ସ୍ତ୍ରୀ ଆରପାରିକୁ ଯିବାର କିଛିଦିନ ବିତିଛି କି ନାହିଁ ଏବେ ହସ୍ପିଟାଲରେ ଶଯ୍ୟାଶାୟୀ ହୋଇଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜର୍ଜ ଏଚ୍‌.ଡବ୍ଲ୍ୟୁ. ବୁଶ୍‌। ସଂକ୍ରମଣଜନିତ ରୋଗରେ ସେ ପୀଡ଼ିତ ଅଛନ୍ତି।

ବୟସର ଅପରାହ୍ନରେ ବି ସାଥୀ ଲୋଡ଼ା

ବୟସର ଅପରାହ୍ନରେ ବି ସାଥୀ ଲୋଡ଼ା

କଲିକତା: ନିଃସଙ୍ଗ ଜୀବନ ଅନେକ ଯନ୍ତ୍ରଣାଦାୟକ। ଏହା କେବଳ ମାନସିକ ସ୍ତରରେ ବ୍ୟକ୍ତିକୁ ଦୁଃଖ ଦିଏ ନାହିଁ, ଅନେକ ରୋଗକୁ ମଧ୍ୟ ଡାକିଆଣେ। ତେଣୁ ସୁସ୍ଥ ଓ ସୁଖମୟ ଜୀବନ ପାଇଁ ସାଥୀଟିଏ ଜରୁରୀ।

କାଳିଦାସଙ୍କ ଅଭିଜ୍ଞାନ ଶାକୁନ୍ତଳମ୍‌ ସତ୍ୟାସତ୍ୟ ସମ୍ପର୍କରେ ମିଳିବ ତଥ୍ୟ

କାଳିଦାସଙ୍କ ଅଭିଜ୍ଞାନ ଶାକୁନ୍ତଳମ୍‌ ସତ୍ୟାସତ୍ୟ ସମ୍ପର୍କରେ ମିଳିବ ତଥ୍ୟ

ଡେରାଡୁନ୍‌, ୨୪।୪ : ମହାକବି କାଳିଦାସଙ୍କ ଦ୍ୱାରା ରଚିତ ବିଶ୍ୱ ବିଖ୍ୟାତ ନାଟକ ଅଭିଜ୍ଞାନ ଶାକୁନ୍ତଳମ୍‌ର ସତ୍ୟାସତ୍ୟ ନେଇ ଏବେ ତଥ୍ୟ ମିଳିପାରିବାର ଆଶା ରହିଛି। ନାଟକରେ ବର୍ଣ୍ଣନା କରାଯାଇଥିବା ଉତ୍ତରଖଣ୍ଡ ଗଢ଼ଓ୍ବାଲ ଅଞ୍ଚଳର ଡେରଡୁନ୍‌ ନିକଟରେ ଥିବା କୋଟଦ୍‌ବାରସ୍ଥିତ କଣ୍ବାଶ୍ରମ ଅଞ୍ଚଳରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗକୁ ଖୋଦନ କାର୍ଯ୍ୟ ପାଇଁ ଅନୁମତି ମିଳିଛି। ଏଠାରେ ମାଳିନୀ ନଦୀ ତଟରେ କଣ୍ବାଶ୍ରମ ନାମକ ଏକ ଅଞ୍ଚଳ ରହିଛି। ତେବେ ଏଠାରେ ପୁରାତନ ଆଶ୍ରମ ଭଳି କୌଣସି ଭଗ୍ନାବଶେଷ ନାହିଁ। ହୁଏତ ଏହା ମାଟିତଳେ ପୋତି ହୋଇ ରହିଛି।

କେଟ୍‌-ଓ୍ବିଲିୟମ୍‌ଙ୍କ କୋଳରେ ୩ୟ ସନ୍ତାନ

କେଟ୍‌-ଓ୍ବିଲିୟମ୍‌ଙ୍କ କୋଳରେ ୩ୟ ସନ୍ତାନ

ଲଣ୍ଡନ: ବ୍ରିଟେନ ରାଜ ପରିବାରରେ ଖୁସିର ଲହରି। ପ୍ରିନ୍ସ ଓ୍ବିଲିୟମ୍‌ ଏବଂ ତାଙ୍କ ଅର୍ଦ୍ଧାଙ୍ଗିନୀ କେଟ୍‌ ମିଡିଲ୍‌ଟନ୍‌ ପୁଣି ପୁତ୍ର ସନ୍ତାନ ଲାଭ କରିଛନ୍ତି। ସୋମବାର ଡଚେସ୍‌ ଅଫ୍‌ କ୍ୟାମ୍ବ୍ରିଜ୍‌ ତୃତୀୟ ସନ୍ତାନକୁ ଜନ୍ମ ଦେଇଥିବା କେନ୍‌ସିଙ୍ଗ୍‌ଟନ୍‌ ପ୍ୟାଲେସ୍‌ ପକ୍ଷରୁ କୁହାଯାଇଛି। ନୂଆ ପ୍ରିନ୍ସଙ୍କ ଓଜନ ୩.୮୨ କେଜି। ଶିଶୁପୁତ୍ରର ଜନ୍ମବେଳେ ୩୫ ବର୍ଷୀୟ ଓ୍ବିଲିୟମ୍‌ ସେଠାରେ ଉପସ୍ଥିତ ଥିଲେ।

ବିଷ ବଳୟ ଆମ ରୋଷେଇଘର

ବିଷ ବଳୟ ଆମ ରୋଷେଇଘର

ରୋଷେଇଘର ଆମ ପାଇଁ ଏକ ଅତି ପବିତ୍ର ସ୍ଥାନ। ଧନଦାତ୍ରୀ ଦେବୀ ଲକ୍ଷ୍ମୀ ଏଥିମଧ୍ୟରେ ଅବସ୍ଥାନ କରନ୍ତି ବୋଲି ଆମର ବିଶ୍ୱାସ। ତେଣୁ ଆମେ ଏହାକୁ ଯଥାସମ୍ଭବ ସଫାସୁତରା ରଖୁ। ଭିନ୍ନ ଦୃଷ୍ଟିରେ ଦେଖିଲେ ସେଠାରେ ଆମ ଖାଦ୍ୟ ପ୍ରସ୍ତୁତ କରାଯାଉଥିବାରୁ ଏହା ଏକାନ୍ତ ଆବଶ୍ୟକ। କିନ୍ତୁ ଏହି ଘର ଭିତରର ଆବଦ୍ଧ ବାୟୁ ଅତ୍ୟନ୍ତ ଦୂଷିତ। କାରଣ ଏବେ ବି ଆମ ଦେଶର ଅଧିକାଂଶ ରୋଷେଇରେ ବ୍ୟବହୃତ ହେଉଛି କାଠ, କୋଇଲା ଓ ଘଷି ଭଳି ଇନ୍ଧନ, ଯହିଁରୁ ନିର୍ଗତ ହୁଏ ବହୁ ବିଷାକ୍ତ ବାଷ୍ପ, ଧୂଆଁ ଓ ଧୂଳି ।

ମାଟିତଳେ ପୋତି ହୋଇରହିଥିବା ଲୋକଙ୍କ ସମ୍ପର୍କରେ ସୂଚନା ଦେବ ସେନସର୍‌

ମାଟିତଳେ ପୋତି ହୋଇରହିଥିବା ଲୋକଙ୍କ ସମ୍ପର୍କରେ ସୂଚନା ଦେବ ସେନସର୍‌

ଲଣ୍ଡନ, ୨୩।୪ : ଭୂମିକମ୍ପ କିମ୍ବା କୌଣସି ଦୁର୍ଘଟଣାରେ ମାଟିତଳେ ପୋତି ହୋଇ ରହିଥିବା ଲୋକଙ୍କ ସମ୍ପର୍କରେ ଏବେ ସହଜରେ ସୂଚନା ମିଳିପାରିବ। ଗବେଷକ ଏକ ସ୍ବତନ୍ତ୍ର ଧରଣର ସେନସର୍‌ ବାହାର କରିଛନ୍ତି। ଏହା ସହଜରେ ମାଟି ତଳେ ଥିବା ଜୀବଜନ୍ତୁ ଅଥବା ମଣିଷଙ୍କ ନିକଟକୁ ଏକ ପ୍ରକାର ତରଙ୍ଗ ପ୍ରେରଣ କରିବ। ସେମାନଙ୍କ ଶରୀରରେ ବାଜି ଏହି ତରଙ୍ଗ ସେନସରକୁ ଫେରିବ।

ବଢ଼ୁଛି ବରିଷ୍ଠ ନାଗରିକଙ୍କ ଆୟ

ବଢ଼ୁଛି ବରିଷ୍ଠ ନାଗରିକଙ୍କ ଆୟ

ନୂଆଦିଲ୍ଲୀ,୨୩।୪: ବୟସର ଅପରାହ୍ନରେ ଲୋକମାନେ ପିଲାଙ୍କ ପାଇଁ ବୋଝ ପାଲଟିଯାଆନ୍ତି ବୋଲି ସାଧାରଣରେ କୁହାଯାଏ। ଆୟ ନ ଥିବାରୁ ଅନେକ ବୟସ୍କ ବ୍ୟକ୍ତି ଯନ୍ତ୍ରଣାରେ ଦିନ କାଟନ୍ତି। କିନ୍ତୁ ସଦ୍ୟ ଏକ ରିପୋର୍ଟ ଏହି ଧାରଣାକୁ ଭୁଲ୍‌ ପ୍ରମାଣ କରିଦେଇଛି। ଭାରତରେ ବରିଷ୍ଠ ନାଗରିକଙ୍କ ଆର୍ଥିକ ସ୍ଥିତି ସୁଧୁରିବାରେ ଲାଗିଛି। ଏମାନେ ଆୟ କରିବା ସହ ଦେଶର ପ୍ରମୁଖ ଗ୍ରାହକ ଗୋଷ୍ଠୀରେ ସାମିଲ ହୋଇଛନ୍ତି ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେବେ ବୃଦ୍ଧାବସ୍ଥାରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଉଥିବାରୁ ଏହି ବାବଦକୁ ଅଧିକ ଖର୍ଚ୍ଚ କରୁଛନ୍ତି।

ବରବେଶରେ ବାନ୍ଧବୀଙ୍କୁ ବିବାହ କଲେ ଯୁବତୀ

ବରବେଶରେ ବାନ୍ଧବୀଙ୍କୁ ବିବାହ କଲେ ଯୁବତୀ

ନୂଆଦିଲ୍ଲୀ, ୨୩।୪ : ଅଗ୍ରା ଏତ୍ମାଦୌଲା ଥାନା ଅଞ୍ଚଳରେ ଏକ ସାମୁହିକ ବିବାହ ଉତ୍ସବରେ ଜଣେ ଯୁବତୀ ବର ବେଶରେ ତାଙ୍କ ବାନ୍ଧବୀଙ୍କୁ ବିବାହ କରିଛନ୍ତି। ପରେ ଏସମ୍ପର୍କରେ ପରିବାର ଲୋକ ଜାଣିବାରୁ ପୋଲିସର ସହାୟତା ଲୋଡିଛନ୍ତି। ଦୁଇ ବାନ୍ଧବୀଙ୍କ ଦୀର୍ଘଦିନ ଧରି ସମଲିଙ୍ଗୀ ସମ୍ପର୍କ ରହିଥିଲା। ତେବେ ଏହାକୁ କିପରି ବିବାହରେ ପରିଣତ କରିବେ ସେନେଇ ଯୋଜନା ପ୍ରସ୍ତୁତ କରିଥିଲେ।

ପ୍ରାଣୀଙ୍କ ଭୂକମ୍ପ ସୂଚନା ନେଇ ଦ୍ୱିମତ

ପ୍ରାଣୀଙ୍କ ଭୂକମ୍ପ ସୂଚନା ନେଇ ଦ୍ୱିମତ

ଲଣ୍ଡନ,୨୩ା୪: ଭୂକମ୍ପର କିଛି ସମୟ ପୂର୍ବରୁ କୁକୁର, ବିରାଡି ଏପରି କି ଗୋରୁ ଗାଈ ଅସ୍ବାଭାବିକ ଆଚରଣ ପ୍ରଦର୍ଶନ କରନ୍ତି ବୋଲି ଦୀର୍ଘଦିନରୁ ବିଶ୍ୱାସ କରାଯାଇ ଆସୁଛି। କିନ୍ତୁ ଏହା ପ୍ରମାଣସିଦ୍ଧ ନୁହେଁ ବୋଲି ସଦ୍ୟ କରାଯାଇଥିବା ଏକ ଅଧ୍ୟୟନରୁ ଜାଣିବାକୁ ମିଳିଛି। ଏହି ଅଧ୍ୟୟନ ‘ବୁଲେଟିନ୍‌ ଅଫ୍‌ ଦି ସିସ୍‌ମୋଲୋଜିକାଲ୍‌ ସୋସାଇଟି ଅଫ୍‌ ଆମେରିକା’ ଜର୍ନାଲ୍‌ରେ ପ୍ରକାଶ ପାଇଛି।

ଉଦ୍ଭିଦରୁ ଇନ୍ଧନ

ଉଦ୍ଭିଦରୁ ଇନ୍ଧନ

ପ୍ରତିଦିନ ପୃଥିବୀରେ ୯,୫୦,୦୦,୦୦୦ ବ୍ୟାରେଲ(ଏକ ବ୍ୟାରେଲ ୨୦୦ ଲିଟର) ପେଟ୍ରୋଲିୟମ ତୈଳ ଇନ୍ଧନ ହିସାବରେ ବ୍ୟବହୃତ ହେଉଅଛି। ଦୈନିକ ହାରାହାରି ମୁଣ୍ଡପିଛା ତିନିଲିଟର। ପେଟ୍ରୋଲିୟମ ଲାଟିନ ଶବ୍ଦ ପେଟ୍ରା (ପଥର) ଏବଂ ଓଲିୟମ (ତେଲ)ରୁ ଆସିଅଛି।

ମାର୍ଟିନା ମୁନ୍‌ ମିଶନ

ମାର୍ଟିନା ମୁନ୍‌ ମିଶନ

ମହାକାଶବିଜ୍ଞାନ କ୍ଷେତ୍ରରେ ନୂଆ ତଥ୍ୟ ଜାଣିବାକୁ ବିଭିନ୍ନ ଦେଶର ମହାକାଶବିଜ୍ଞାନୀମାନେ ଚେଷ୍ଟା ଚଳାଇଛନ୍ତି। ବିଶେଷଭାବରେ ମଙ୍ଗଳ ଗ୍ରହ ସମ୍ପର୍କରେ ରୋଚକ ତଥ୍ୟ ଜାଣିବାକୁ ଅନେକ ଦେଶ ଅଧିକ ଆଗ୍ରହ ପ୍ରକାଶ କରୁଛନ୍ତି। ଏଠାରେ ଜୀବସତ୍ତା ଥିଲା କି ନାହିଁ ତାହା ଜାଣିବାକୁ ଉଦ୍ୟମ ଜାରି ରହିଛି। ଏଥିପାଇଁ ଜାପାନର ମହାକାଶବିଜ୍ଞାନୀମାନେ ଆରମ୍ଭ କରିବାକୁ ଯାଉଛନ୍ତି ‘ମାର୍ଟିନା ମୁନ୍‌ ମିଶନ’।

ଫର୍ନିଚର ଡିଜାଇନର ରୋବୋ

ଫର୍ନିଚର ଡିଜାଇନର ରୋବୋ

ରୋବୋର କାର୍ଯ୍ୟ ତାଲିକାରେ ଆଉ ଏକ କଥାକୁ ନିକଟରେ ସାମିଲ କରାଯାଇଛି। ବେଶ୍‌ କିଛି ବର୍ଷ ପ୍ରୟାସ କରିବା ପରେ ଏଥିରେ ସଫଳ ହୋଇଛନ୍ତି ସିଙ୍ଗାପୁରର ବୈଜ୍ଞାନିକମାନେ। ସିଙ୍ଗାପୁରସ୍ଥିତ କଣ୍ଟ୍ରୋଲ ରୋବୋଟିକ୍‌ ଇଣ୍ଟେଲିଜେନ୍ସ ଗ୍ରୁପ୍‌ (ସିଆରଆଇଜି)ର ବୈଜ୍ଞାନିକମାନେ ଏଭଳି ଏକ ରୋବୋ ପ୍ରସ୍ତୁତ କରିଛନ୍ତି, ଯାହା କେତେକ ଫର୍ନିଚର୍‌ର ଡିଜାଇନ କରିପାରିବ।