ରାଜ୍ୟ | ବାଲେଶ୍ୱର

ମନ୍ତ୍ରୀ ବଦ୍ରି ପାତ୍ରଙ୍କ ନିରଞ୍ଜନ ଓ ସୌମ୍ୟଙ୍କୁ କଟାକ୍ଷ

ମନ୍ତ୍ରୀ ବଦ୍ରି ପାତ୍ରଙ୍କ ନିରଞ୍ଜନ ଓ ସୌମ୍ୟଙ୍କୁ କଟାକ୍ଷ

ଆନନ୍ଦପୁର,୮। ୧୧(ସନ୍ତୋଷ ରାଉତ)-କେନ୍ଦୁଝର ଜିଲ୍ଲା ବିଜେଡି ଦାୟିତ୍ୱରେ ଦୀର୍ଘ ବର୍ଷ ଧରି ରହିଛନ୍ତି ସମ୍ପ୍ରତି ଗଣଶିକ୍ଷା ବିଭାଗ ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର।  ମନ୍ତ୍ରୀ ପାତ୍ର ଘସିପୁରା ନିର୍ବାଚନ ମଣ୍ଡଳିର ବିଧାୟକ ଅଛନ୍ତି। ଏହି ନିର୍ବାଚନ ମଣ୍ଡଳିଟି ମଧ୍ୟ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳି।  ଦୀର୍ଘ ବର୍ଷ ହେବ ମନ୍ତ୍ରୀ ପାତ୍ର ବିଧାୟକ ହେବା ପରେ ଏଠାରେ ବିଜେଡି ଦଳ ବ୍ୟତୀତ ଆଉ କୌଣସି ରାଜନୈତିକ ଦଳ ନିଜର ସ୍ଥିତି ଜାହିରି କରିପାରିନାହାନ୍ତି। ଏହା ବିରୋଧି ଦଳ ପାଇଁ ମୁଖ୍ୟ ପ୍ରସଙ୍ଗ ପାଲଟିଛି। ଆଗକୁ ନିର୍ବାଚନ ଆସୁଛି। ଏବେ ଠାରୁ ବିରୋଧୀ ମନ୍ତ୍ରୀ ପାତ୍ରଙ୍କୁ ଘେରିବା ସହ ବିଜେଡିକୁ ଦୁର୍ବଳ କରାଇବାର ପ୍ରୟାସ ଆରମ୍ଭ ହୋଇଛି। ଏକାଧିକ ମାମଲାରେ ମନ୍ତ୍ରୀ ପାତ୍ରଙ୍କ ପୁଅ ଦେବାଶିଷ ପୋଲିସ ଦ୍ୱାରା ଗିରଫ ହୋଇଥିଲେ। ପୁନଶ୍ଚ ଆଉ ଏକ ଗଣ୍ଡଗୋଳ ମାମଲାରେ ଆଉ ଜଣେ ପୁଅ ଦେବପ୍ରିୟକୁ ଅଭିଯୁକ୍ତ ଭାବେ ଦର୍ଶାଯାଇଛି। ଏହାକୁ ନେଇ ରାଜନୀତି ଏବେ ଭିନ୍ନ ମୋଡ ନେଉଛି। ଯଦି ଦେବପ୍ରିୟଙ୍କ ବିରୁଦ୍ଧରେ ଅଭିଯୋଗ ସତ ହୋଇଥାଏ ତେବେ ମନ୍ତ୍ରୀ ପାତ୍ରଙ୍କ ପାଇଁ ବିପଦ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘଟଣା ମିଥ୍ୟା ହୋଇଥିଲେ ଏହା ପଛରେ କି ରହସ୍ୟ ରହିଛି ଏବଂ କାହାର ହାତ ଅଛି ତାହା ବିଚାର୍ଯ୍ୟ। ମନ୍ତ୍ରୀ ପାତ୍ରଙ୍କୁ ହଟାଇ ବିଜେଡିକୁ ଦୁର୍ବଳ କରିଦେବା ପାଇଁ ଏବେ ଷଡଯନ୍ତ୍ର ଆରମ୍ଭ ହୋଇଛି। ଏପରିସ୍ଥିତିରେ ମନ୍ତ୍ରୀ ପାତ୍ର ମୁହଁ ଖୋଲିଛନ୍ତି। ସିଧାସଳଖ ପିସିସି ମୁଖିଆ ନିରଞ୍ଜନ ପଟ୍ଟନାୟକ ଓ ତାଙ୍କ ଭାଇ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ କଟାକ୍ଷ କରିବା ସହିତ କଡା ସମାଲୋଚନା କରିଛନ୍ତି। ମନ୍ତ୍ରୀ ପାତ୍ର କହିଛନ୍ତି ଯେ, ଘସିପୁରା ନିର୍ବାଚନ ମଣ୍ଡଳିରେ ସ୍ବାଧୀନ ଭାବେ ଚଳିବା ଓ ବଞ୍ଚିିବା କଷ୍ଟକର ହୋଇପଡିଛି। ନିରଞ୍ଜନଙ୍କ ନିଷ୍ପତି ଓ ନିର୍ଦ୍ଦେଶରେ ଏତଲା ଲେଖାଯାଇଥାଏ। ତାଙ୍କ ଭାଇ ସୌମ୍ୟରଞ୍ଜନ ନିଜ ଚ୍ୟାନେଲ୍‌ ଓ ଖବରକାଗଜରେ ଏତଲାକୁ ନେଇ ପ୍ରଚାର ପ୍ରସାର କରିଥାନ୍ତି। ମନ୍ତ୍ରୀ ବଦ୍ରି ପାତ୍ର ଦୁଇଭାଇଙ୍କୁ ମହାପୁରୁଷ ଓ କଳାକାର ବୋଲି କହିବା ସହ ଉଭୟ ମିଛକୁ ସତ ଓ ସତକୁ ମିଛ କହିବାରେ ସିଦ୍ଧ ଅଟନ୍ତି ବୋଲି କହିଛନ୍ତି। ଏମାନଙ୍କର ସମ୍ପର୍କୀୟମାନେ ଦୀର୍ଘ ବର୍ଷ ହେବ ସମବାୟ ସମିତି ବିଭାଗରୁ ୧୪ ଏକର ଜମିପଟ୍ଟା ଦେଇ ୪୦ ଲକ୍ଷ ଟଙ୍କା ଋଣ ନେଇଥିଲେ। ଏହି ଋଣ ଅଦ୍ୟାବଧି ପରିଶୋଧ କରାଯାଇନି। ଋଣର ମୂଲ୍ୟ ଏବେ ୩ କୋଟି ୫୪ ଲକ୍ଷରେ ପହଞ୍ଚିଛି। ଏହା ରାଜ୍ୟର ଟପ୍‌ ୨୦ ଋଣ ତାଲିକାରେ ରହିଛି। ଉକ୍ତ ଋଣ ସୁରେନ୍ଦ୍ର ନାଥ ପଟ୍ଟନାୟକଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀଙ୍କ ନାମରେ ରହିଛି। ମନ୍ତ୍ରୀ ବଦ୍ରି ପାତ୍ର କହିଛନ୍ତି ଯେ ମୋର ପୋଲିସ ଉପରେ ବିଶ୍ୱାସ ରହିଛି। ପୋଲିସ ଠିକ୍‌ ଭାବରେ ତଦନ୍ତ କରିବ। 

All Right Reserved By

ରାଜ୍ୟ | ବାଲେଶ୍ୱର

 ରାହାନ୍ଦା: କୁକୁର  ଆକ୍ରମଣରେ ଗଲା ନାବାଳକଙ୍କ ଜୀବନ

ରାହାନ୍ଦା: କୁକୁର ଆକ୍ରମଣରେ ଗଲା ନାବାଳକଙ୍କ ଜୀବନ

ବାରିପଦା ଅଫିସ,୨୧।୧- କୁକର ପଲ ଆକ୍ରମଣରେ ଗଲା ନାବାଳକଙ୍କ ଜୀବନ। ଏପରି ହୃହୟ ବିଦାରକ ଘଟଣା ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଧୀନ ରାହାନ୍ଦା ଅଞ୍ଚଳରେ ସୋମବାର ଘଟିଛି। ମୃତକ ହେଲେ ବାଲିସୁଦୂରା ଗ୍ରାମର ଶରମା ମହାରଣାଙ୍କ ପୁଅ ରିଙ୍କୁ (୭)। ସେ ଏକୁଟିଆ ସ୍କୁଲ ଯାଉଥିବା ବେଳେ ଏପରି ଅଘଟଣର ସମ୍ମୁଖୀନ ହୋଇଥିବା ଜଣାଯାଇଛି।

ସୁବର୍ଣ୍ଣପୁର : ପ୍ରକାଶ ପାଇଲା ଚୂଡାନ୍ତ ଭୋଟର ତାଲିକା, ଅଛନ୍ତି ମୋଟ ୪ ଲକ୍ଷ ୫୦ ହଜାର ୭୯୫ ଭୋଟର

ସୁବର୍ଣ୍ଣପୁର : ପ୍ରକାଶ ପାଇଲା ଚୂଡାନ୍ତ ଭୋଟର ତାଲିକା, ଅଛନ୍ତି ମୋଟ ୪ ଲକ୍ଷ ୫୦ ହଜାର ୭୯୫ ଭୋଟର

 ସୋନପୁର,୨୧।୧(ନି.ପ୍ର.):ଭାରତର ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସୋମବାର ପ୍ରକାଶ ପାଇଛି ଚୂଡାନ୍ତ ଭୋଟର ତାଲିକା। ଏହିକ୍ରମରେ ସୁବର୍ଣ୍ଣପୁର ଜିଲାରେ ମଧ୍ୟ ତାଲିକା ପ୍ରକାଶ ପାଇଛି। ଏଥିରେ ସୁବର୍ଣ୍ଣପୁର ଜିଲାରେ ମୋଟ ୪ ଲକ୍ଷ ୫୦ ହଜାର ୭୯୫ ଭୋଟର ଅଛନ୍ତି। ୬୫-ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଲକ୍ଷ ୪୬ ହଜାର ୧୧ ଭୋଟର ଓ ୬୪-ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଲକ୍ଷ ୪ ହଜାର ୭୮୪ ଜଣ ଭୋଟର ରହିଛନ୍ତି। 

ଶାଳପତ୍ର ଉପରୁ ରୟାଲିଟି ଛାଡ଼ କଲେ ରାଜ୍ୟ ସରକାର, ଉପକୃତ ହେବେ ୨୫ ଲକ୍ଷ ଶ୍ରମିକ

ଶାଳପତ୍ର ଉପରୁ ରୟାଲିଟି ଛାଡ଼ କଲେ ରାଜ୍ୟ ସରକାର, ଉପକୃତ ହେବେ ୨୫ ଲକ୍ଷ ଶ୍ରମିକ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଶାଳ ପତ୍ର ଉପରୁ ରୟାଲିଟି ଛାଡ଼ କରିବାକୁ ଘୋଷଣା କରିଛନ୍ତି। ଫଳରେ ପୂର୍ବରୁ କୁଇଣ୍ଟାଲ ପିଛା ଦେଉଥିବା ୮୬ଟଙ୍କା ରୟାଲିଟି ଆଉ ଦେବାକୁ ପଡ଼ିବ ନାହିଁ। ମୁଖ୍ୟମନ୍ତ୍ରୀ ଏ ନେଇ ନିଷ୍ପତ୍ତି ନେବା ପରେ ଶାଳପତ୍ର ଶ୍ରମିକଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳିଯାଇଛି। 

କଜଳକଣା ନିକଟରେ ଓଲଟିଲା ବସ୍‌: ୨ ମୃତ, ୫ ଗୁରୁତର, ୧୫ରୁ ଊର୍ଦ୍ଧ୍ୱ ଆହତ

କଜଳକଣା ନିକଟରେ ଓଲଟିଲା ବସ୍‌: ୨ ମୃତ, ୫ ଗୁରୁତର, ୧୫ରୁ ଊର୍ଦ୍ଧ୍ୱ ଆହତ

ଚୌଦ୍ୱାର,୨୧।୧(ଡି.ଏନ୍‌.ଏ.): କଟକ ଚୌଦ୍ୱାରସ୍ଥିତ କଜଳକଣା ନିକଟରେ ସେମବାର ଏକ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ‘ନୀଳକଣ୍ଠ’ ନାମକ ଏହି ବସ୍‌ଟି ଅନୁଗୋଳରୁ କଟକ ଆସୁଥିବା ବେଳେ ଉକ୍ତ ସ୍ଥାନରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। 

ଜେଜେମା’ଙ୍କ ଦଶାହ ତୁଠରେ ନାତି ନିଖୋଜ ଘଟଣା: ୪ଦିନ ପରେ ପୋଖରୀରୁ ମୃତଦେହ ଉଦ୍ଧାର

ଜେଜେମା’ଙ୍କ ଦଶାହ ତୁଠରେ ନାତି ନିଖୋଜ ଘଟଣା: ୪ଦିନ ପରେ ପୋଖରୀରୁ ମୃତଦେହ ଉଦ୍ଧାର

ସାକ୍ଷୀଗୋପାଳ,୨୧।୧ (ଡି.ଏନ.ଏ.): ସତ୍ୟବାଦୀ ବଜାର ଉପକଣ୍ଠ କମାରସାହିରେ ସୋମବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଜେଜେମା’ଙ୍କ ଦଶାହ ତୁଠରେ ଗାଧୋଇବା ବେଳେ ଶୁକ୍ରବାରଠାରୁ ନାତି ସୁବାଶିଷ ମହାନ୍ତି ନିଖୋଜ ଥିଲେ। ସକାଳେ ମୃତଦେହ ପୋଖରୀରେ ଭାସୁଥିବା ଗ୍ରାମବାସୀ ଓ ପରିବାର ଲୋକେ ଦେଖି ଅଗ୍ନିିଶମ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିିଶମ କର୍ମଚାରୀ ମୃତଦେହ ଉଦ୍ଧାର କରିଛି। 

ମୁଣ୍ଡାଗୁଡ଼ା ନୂତନ ପ୍ରାଥମିକ ବିଦ୍ୟାଳୟ: ଖରାରେ ଗଛତଳେ ବର୍ଷାରେ ଟିଣ ଆଉଜା ଘରେ ପାଠପଢା

ମୁଣ୍ଡାଗୁଡ଼ା ନୂତନ ପ୍ରାଥମିକ ବିଦ୍ୟାଳୟ: ଖରାରେ ଗଛତଳେ ବର୍ଷାରେ ଟିଣ ଆଉଜା ଘରେ ପାଠପଢା

ନବରଙ୍ଗପୁର,୨୧।୧(ବି.ପ୍ର.): ପିଲାଙ୍କୁ ଶିକ୍ଷିତ କରିବାକୁ  ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ସେମାନଙ୍କୁ ଉପଯୁକ୍ତ ଶୈକ୍ଷିକ ବାତାବରଣ ଦେବା ପାଇଁ ଅନେକ ଟଙ୍କା ଖର୍ଚ୍ଚ କରୁଛନ୍ତି।  କିନ୍ତୁ ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମାଝିଗୁଡା ପଞ୍ଚାୟତର ମୁଣ୍ଡାଗୁଡା ନୂତନ ପ୍ରାଥମିକ ବିଦ୍ୟାଳୟ ଏଥିରେ ବ୍ୟତିକ୍ରମ। ଏଠାରେ ପିଲାଙ୍କ ପାଇଁ  ଶ୍ରେଣୀଗୃହ ନାହିଁ। ଖରାଦିନେ ଗଛତଳେ ଓ ବର୍ଷା ଦିନରେ ଟିଣ ଆଉଜା ହୋଇଥିବା ଏକ ଅସ୍ଥାୟୀ ଗୃହରେ ପିଲା ପାଠ ପଢନ୍ତି।  

ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ଭାଜପା ମହିଳା ମୋର୍ଚ୍ଚା କର୍ମୀଙ୍କୁ ଉଠାଇ ନେଲା ପୋଲିସ

ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ଭାଜପା ମହିଳା ମୋର୍ଚ୍ଚା କର୍ମୀଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ରାଜ୍ୟରେ ମହିଳାଙ୍କ ଉପରେ ଅତ୍ୟାଚାର ବଢ଼ିବାରେ ଲାଗିଛି। ନାରୀ ନିଯ୍ୟାତନା ଓ ବଳାତ୍କାର ଆଦି ଘଟଣା ରାଜ୍ୟରେ ବଢ଼ି ବଢ଼ି ଚାଲିଥିବାରୁ ଭାଜପା ମହିଳା ମୋର୍ଚ୍ଚାର କର୍ମୀମାନେ ଏହାକୁ ବିରୋଧ କରୁୁଛନ୍ତି। 

ହାତଗୋଡ଼ ବାନ୍ଧି ସ୍ବାମୀଙ୍କ ଯୌନାଙ୍ଗକୁ କାଟିଦେଲେ ସ୍ତ୍ରୀ

ହାତଗୋଡ଼ ବାନ୍ଧି ସ୍ବାମୀଙ୍କ ଯୌନାଙ୍ଗକୁ କାଟିଦେଲେ ସ୍ତ୍ରୀ

ନବରଙ୍ଗପୁର,୨୧।୧(ବି.ପ୍ର.): ପରକ୍ରୀୟା ପ୍ରୀତି ସନ୍ଦେହରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଯୌନାଙ୍ଗକୁ କାଟି ଦେଇଛନ୍ତି। ଏପରି ଅଭାବନୀୟ ଘଟଣା ଘଟିଛି ତେନ୍ତୁଳିଖୁଣ୍ଟି ଥାନା ଅଧୀନ ଉଦୟପୁର ଗ୍ରାମରେ।

କଂଗ୍ରେସ ଛାଡ଼ିଲେ ପ୍ରଣୟ ସାହୁ

କଂଗ୍ରେସ ଛାଡ଼ିଲେ ପ୍ରଣୟ ସାହୁ

ମଥୁରାନଗରୀ,୨୧।୧: ବରଗଡ଼ ଜିଲାର ବରିଷ୍ଠ କଂଗ୍ରେସ ନେତା ତଥା ଗତ ବିଜେପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥି ରହିଥିବା ପ୍ରଣୟ କୁମାର ସାହୁ ସୋମବାର ଦଳ ଛାଡ଼ିଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫାପତ୍ର ପ୍ରଦେଶ କଂଗ୍ରେସ ଓ ଜିଲା କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ତେବେ କେଉଁ ଦଳରେ ସେ ଯୋଗଦେବେ ସେ ନେଇ ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇ ନାହାନ୍ତି ।

ରାଜଧାନୀ ଏକ୍ସପ୍ରେସ୍‌ରେ ନିଆଁ

ରାଜଧାନୀ ଏକ୍ସପ୍ରେସ୍‌ରେ ନିଆଁ

ରାଉରକେଲା, ୨୧।୧:  ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ୍‌ରେ ସୋମବାର ନିଆଁ ଲାଗିଯାଇଛି। ରାଉରକେଲା ଷ୍ଟେଶନ ପୂର୍ବରୁ ତିଲ୍‌କା ନଗର ନିକଟରେ ଟ୍ରେନ୍‌ରେ ନିଆଁ ଲାଗିଯାଇଥିଲା। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଟ୍ରେନ୍‌ଟି ନୂଆଦିଲ୍ଲୀରୁ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଥିଲା। 

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା : ୫ ଲକ୍ଷ ଭୋଟର ବୃଦ୍ଧି

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା : ୫ ଲକ୍ଷ ଭୋଟର ବୃଦ୍ଧି

ଭୁବନେଶ୍ୱର,୨୧।୧(ବ୍ୟୁରୋ): ସୋମବାର ରାଜ୍ୟର  ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି।  ଏହି ତାଲିକାର ସଂଶୋଧନ କରାଯିବା ପରେ ୫ ଲକ୍ଷ ୩୯ ହଜାର ୪୫୪ ଭୋଟର ସଂଖ୍ୟା ବୃଦ୍ଧି ପାଇଛି । 

ବ୍ରଜ-ଖାରବେଳଙ୍କ ନୂଆ ସାମ୍ମୁଖ୍ୟ: ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ

ବ୍ରଜ-ଖାରବେଳଙ୍କ ନୂଆ ସାମ୍ମୁଖ୍ୟ: ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ଓଡ଼ିଶା ରାଜନୀତିରେ ଜନ୍ମ ନେଇଛି ନୂଆ ସାମ୍ମୁଖ୍ୟ। ବ୍ରଜ ତ୍ରିପାଠୀଙ୍କ ସମତା କ୍ରାନ୍ତି ଦଳ ଓ ଖାରବେଳ ସ୍ବାଇଁଙ୍କ ଉତ୍କଳ ଭାରତ ମିଳିତ ଭାବେ ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ ଗଠନ କରିବାକୁ ଘୋଷଣା କରିଛନ୍ତି।