ରାଜ୍ୟ |

ରାଜଧାନୀର ବିଭିନ୍ନ ପିଏସ୍‌ୟୁ ସମ୍ମୁଖରେ ବିଜେଡିର ବିକ୍ଷୋଭ

ରାଜଧାନୀର ବିଭିନ୍ନ ପିଏସ୍‌ୟୁ ସମ୍ମୁଖରେ ବିଜେଡିର ବିକ୍ଷୋଭ

ଭୁବନେଶ୍ୱର,୮।୧୧(ବ୍ୟୁରୋ) -ଓଡ଼ିଶାରୁ ବିପୁଳ ଖଣିଜ ସମ୍ପଦ ଉତ୍ତୋଳନ କରି ମଧ୍ୟ କେନ୍ଦ୍ର ଅନୁରୂପ ନିଯୁକ୍ତି ସୁଯୋଗ ଯୁବକଯୁବତୀଙ୍କୁ ଯୋଗାଇ ନାହିଁ । କେନ୍ଦ୍ରରେ ନେତୃତ୍ୱାଧୀନ  ଭାଜପା ବର୍ଷକୁ ୨ କୋଟି ଚାକିରି ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲା। ସେହି ନ୍ୟାୟରେ ୪ ବର୍ଷ ୬ ମାସ ପରେ ୯ କୋଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବା କଥା। ପରିସଂଖ୍ୟାନ ଦୃଷ୍ଟିରୁ ପ୍ରାୟ ୩୬ ଲକ୍ଷ ଚାକିରୀ ଓଡ଼ିଶା ଭାଗରେ ପଡିବା କଥା। ହେଲେ ତାହା ଯୋଗାଇବାରେ କେନ୍ଦ୍ର ବିଫଳ ହୋଇଥିବା ଅଭିଯୋଗ କରିଛି ବିଜେଡି। ଏହାର ପ୍ରତିବାଦର ରାଜ୍ୟର କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନରଙ୍କ ଅଧୀନରେ ଆସୁଥିବା କେନ୍ଦ୍ର ସରକାରଙ୍କ ପିଏସ୍‌ୟୁ ସମ୍ମୁଖରେ ଦଳ ପକ୍ଷରୁ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। 

ଛାତ୍ର ଏବଂ ଯୁବ ବିଜେଡି ପକ୍ଷରୁ  ହୋଇଥିବା ଏହି ବିକ୍ଷୋଭରେ ଦଳର ଶତାଧିକ କର୍ମକର୍ତ୍ତା ଅଂଶଗ୍ରହଣ କରିଥିଲେ। ରାଜଧାନୀରେ ଆୟୋଜିତ ପ୍ରତିବାଦ ସଭାରେ ଯୋଗ ଦେଇ ବିଧାୟକ ସଞ୍ଜୟ ଦାସବର୍ମା କହିଛନ୍ତି ଯେ, ବିମୁଦ୍ରୀକରଣ ଯୋଗୁ ଦେଶ କୋଟି କୋଟି ନିଯୁକ୍ତି ସୁଯୋଗ ହରାଇଛି। ଓଡ଼ିଶାରେ ଶିଳ୍ପର ପ୍ରଗତି ପାଇଁ ଶିଳ୍ପ କରିଡ୍‌ରର ଆବଶ୍ୟକତା ରହିଛି। କିନ୍ତୁ କେନ୍ଦ୍ର ସରକାର ରାଜ୍ୟକୁ ତାହା ଯୋଗାଇ ପାରିନାହିଁ। ରାଜ୍ୟରେ ୩୦ରୁ ଊର୍ଦ୍ଧ୍ୱ କେନ୍ଦ୍ରୀୟ ପିଏସ୍‌ୟୁ ସଂସ୍ଥା ଥିଲାବେଳେ ଓଡ଼ିଆ ଯୁବକ ଯୁବତୀଙ୍କ ପାଇଁ ସେଥିରେ ନିଯୁକ୍ତି ସୁଯୋଗ ନାହିଁ । ସେହିପରି ବିଜେଡି ଛାତ୍ର-ଯୁବ ସଙ୍ଗଠନ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଡା ସମାଲୋଚନା କରାଯାଇଛି।  ଉତ୍ତର-ଭୁବନେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ସଙ୍ଗଠକ ଚିନ୍ମୟ ସାହୁ କହିଛନ୍ତି ଯେ, ବିଗତ ୪ ବର୍ଷରେ କେତେ ଓଡ଼ିଆଙ୍କୁ ବିଭିନ୍ନ କେନ୍ଦ୍ରୀୟ ସଂସ୍ଥାରେ ନିଯୁକ୍ତି ମିଳିଛି, ତାହାର ତାଲିକା କେନ୍ଦ୍ର ମନ୍ତ୍ରୀ ପ୍ରକାଶ କରିପାରିବେ କି।  ଯେଉଁ ପରିମାଣ ରାଜସ୍ବ ଓଡ଼ିଶାରୁ କେନ୍ଦ୍ର ନେଉଛି, ସେହି ଅନୁପାତରେ ବିଭିନ୍ନ ଯୋଜନାରେ ଅନୁଦାନ ଆସୁନାହିଁ କାହିଁକି ।  ଯେଉଁ ଦିନଠାରୁ ଏନ୍‌ଡିଏ ସରକାର ଆସିଛି, ରାଜ୍ୟ ସରକାରଙ୍କ ପ୍ରାୟ ୮ଟି ଯୋଜନାକୁ ବନ୍ଦ କରାଯାଇଛି। ଦୁଇ ଡର୍ଜନରୁ ଅଧିକ ଯୋଜନାରେ ଅନୁଦାନ ହ୍ରାସ ପାଇଛି। ରୋଜଗାର ମାଗୁଥିବା ଯୁବକଙ୍କୁ ପକୁଡି ବିକିବାକୁ କହି ଯୁବବର୍ଗଙ୍କୁ ଠକି ଥିବା ଚିନ୍ମୟ କହିଛନ୍ତି।

All Right Reserved By

ରାଜ୍ୟ |

ସୁବର୍ଣ୍ଣପୁର : ପ୍ରକାଶ ପାଇଲା ଚୂଡାନ୍ତ ଭୋଟର ତାଲିକା, ଅଛନ୍ତି ମୋଟ ୪ ଲକ୍ଷ ୫୦ ହଜାର ୭୯୫ ଭୋଟର

ସୁବର୍ଣ୍ଣପୁର : ପ୍ରକାଶ ପାଇଲା ଚୂଡାନ୍ତ ଭୋଟର ତାଲିକା, ଅଛନ୍ତି ମୋଟ ୪ ଲକ୍ଷ ୫୦ ହଜାର ୭୯୫ ଭୋଟର

 ସୋନପୁର,୨୧।୧(ନି.ପ୍ର.):ଭାରତର ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସୋମବାର ପ୍ରକାଶ ପାଇଛି ଚୂଡାନ୍ତ ଭୋଟର ତାଲିକା। ଏହିକ୍ରମରେ ସୁବର୍ଣ୍ଣପୁର ଜିଲାରେ ମଧ୍ୟ ତାଲିକା ପ୍ରକାଶ ପାଇଛି। ଏଥିରେ ସୁବର୍ଣ୍ଣପୁର ଜିଲାରେ ମୋଟ ୪ ଲକ୍ଷ ୫୦ ହଜାର ୭୯୫ ଭୋଟର ଅଛନ୍ତି। ୬୫-ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଲକ୍ଷ ୪୬ ହଜାର ୧୧ ଭୋଟର ଓ ୬୪-ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଲକ୍ଷ ୪ ହଜାର ୭୮୪ ଜଣ ଭୋଟର ରହିଛନ୍ତି। 

ଶାଳପତ୍ର ଉପରୁ ରୟାଲିଟି ଛାଡ଼ କଲେ ରାଜ୍ୟ ସରକାର, ଉପକୃତ ହେବେ ୨୫ ଲକ୍ଷ ଶ୍ରମିକ

ଶାଳପତ୍ର ଉପରୁ ରୟାଲିଟି ଛାଡ଼ କଲେ ରାଜ୍ୟ ସରକାର, ଉପକୃତ ହେବେ ୨୫ ଲକ୍ଷ ଶ୍ରମିକ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଶାଳ ପତ୍ର ଉପରୁ ରୟାଲିଟି ଛାଡ଼ କରିବାକୁ ଘୋଷଣା କରିଛନ୍ତି। ଫଳରେ ପୂର୍ବରୁ କୁଇଣ୍ଟାଲ ପିଛା ଦେଉଥିବା ୮୬ଟଙ୍କା ରୟାଲିଟି ଆଉ ଦେବାକୁ ପଡ଼ିବ ନାହିଁ। ମୁଖ୍ୟମନ୍ତ୍ରୀ ଏ ନେଇ ନିଷ୍ପତ୍ତି ନେବା ପରେ ଶାଳପତ୍ର ଶ୍ରମିକଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳିଯାଇଛି। 

କଜଳକଣା ନିକଟରେ ଓଲଟିଲା ବସ୍‌: ୨ ମୃତ, ୫ ଗୁରୁତର, ୧୫ରୁ ଊର୍ଦ୍ଧ୍ୱ ଆହତ

କଜଳକଣା ନିକଟରେ ଓଲଟିଲା ବସ୍‌: ୨ ମୃତ, ୫ ଗୁରୁତର, ୧୫ରୁ ଊର୍ଦ୍ଧ୍ୱ ଆହତ

ଚୌଦ୍ୱାର,୨୧।୧(ଡି.ଏନ୍‌.ଏ.): କଟକ ଚୌଦ୍ୱାରସ୍ଥିତ କଜଳକଣା ନିକଟରେ ସେମବାର ଏକ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ‘ନୀଳକଣ୍ଠ’ ନାମକ ଏହି ବସ୍‌ଟି ଅନୁଗୋଳରୁ କଟକ ଆସୁଥିବା ବେଳେ ଉକ୍ତ ସ୍ଥାନରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। 

ଜେଜେମା’ଙ୍କ ଦଶାହ ତୁଠରେ ନାତି ନିଖୋଜ ଘଟଣା: ୪ଦିନ ପରେ ପୋଖରୀରୁ ମୃତଦେହ ଉଦ୍ଧାର

ଜେଜେମା’ଙ୍କ ଦଶାହ ତୁଠରେ ନାତି ନିଖୋଜ ଘଟଣା: ୪ଦିନ ପରେ ପୋଖରୀରୁ ମୃତଦେହ ଉଦ୍ଧାର

ସାକ୍ଷୀଗୋପାଳ,୨୧।୧ (ଡି.ଏନ.ଏ.): ସତ୍ୟବାଦୀ ବଜାର ଉପକଣ୍ଠ କମାରସାହିରେ ସୋମବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଜେଜେମା’ଙ୍କ ଦଶାହ ତୁଠରେ ଗାଧୋଇବା ବେଳେ ଶୁକ୍ରବାରଠାରୁ ନାତି ସୁବାଶିଷ ମହାନ୍ତି ନିଖୋଜ ଥିଲେ। ସକାଳେ ମୃତଦେହ ପୋଖରୀରେ ଭାସୁଥିବା ଗ୍ରାମବାସୀ ଓ ପରିବାର ଲୋକେ ଦେଖି ଅଗ୍ନିିଶମ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିିଶମ କର୍ମଚାରୀ ମୃତଦେହ ଉଦ୍ଧାର କରିଛି। 

ମୁଣ୍ଡାଗୁଡ଼ା ନୂତନ ପ୍ରାଥମିକ ବିଦ୍ୟାଳୟ: ଖରାରେ ଗଛତଳେ ବର୍ଷାରେ ଟିଣ ଆଉଜା ଘରେ ପାଠପଢା

ମୁଣ୍ଡାଗୁଡ଼ା ନୂତନ ପ୍ରାଥମିକ ବିଦ୍ୟାଳୟ: ଖରାରେ ଗଛତଳେ ବର୍ଷାରେ ଟିଣ ଆଉଜା ଘରେ ପାଠପଢା

ନବରଙ୍ଗପୁର,୨୧।୧(ବି.ପ୍ର.): ପିଲାଙ୍କୁ ଶିକ୍ଷିତ କରିବାକୁ  ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ସେମାନଙ୍କୁ ଉପଯୁକ୍ତ ଶୈକ୍ଷିକ ବାତାବରଣ ଦେବା ପାଇଁ ଅନେକ ଟଙ୍କା ଖର୍ଚ୍ଚ କରୁଛନ୍ତି।  କିନ୍ତୁ ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମାଝିଗୁଡା ପଞ୍ଚାୟତର ମୁଣ୍ଡାଗୁଡା ନୂତନ ପ୍ରାଥମିକ ବିଦ୍ୟାଳୟ ଏଥିରେ ବ୍ୟତିକ୍ରମ। ଏଠାରେ ପିଲାଙ୍କ ପାଇଁ  ଶ୍ରେଣୀଗୃହ ନାହିଁ। ଖରାଦିନେ ଗଛତଳେ ଓ ବର୍ଷା ଦିନରେ ଟିଣ ଆଉଜା ହୋଇଥିବା ଏକ ଅସ୍ଥାୟୀ ଗୃହରେ ପିଲା ପାଠ ପଢନ୍ତି।  

ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ଭାଜପା ମହିଳା ମୋର୍ଚ୍ଚା କର୍ମୀଙ୍କୁ ଉଠାଇ ନେଲା ପୋଲିସ

ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ଭାଜପା ମହିଳା ମୋର୍ଚ୍ଚା କର୍ମୀଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ରାଜ୍ୟରେ ମହିଳାଙ୍କ ଉପରେ ଅତ୍ୟାଚାର ବଢ଼ିବାରେ ଲାଗିଛି। ନାରୀ ନିଯ୍ୟାତନା ଓ ବଳାତ୍କାର ଆଦି ଘଟଣା ରାଜ୍ୟରେ ବଢ଼ି ବଢ଼ି ଚାଲିଥିବାରୁ ଭାଜପା ମହିଳା ମୋର୍ଚ୍ଚାର କର୍ମୀମାନେ ଏହାକୁ ବିରୋଧ କରୁୁଛନ୍ତି। 

ହାତଗୋଡ଼ ବାନ୍ଧି ସ୍ବାମୀଙ୍କ ଯୌନାଙ୍ଗକୁ କାଟିଦେଲେ ସ୍ତ୍ରୀ

ହାତଗୋଡ଼ ବାନ୍ଧି ସ୍ବାମୀଙ୍କ ଯୌନାଙ୍ଗକୁ କାଟିଦେଲେ ସ୍ତ୍ରୀ

ନବରଙ୍ଗପୁର,୨୧।୧(ବି.ପ୍ର.): ପରକ୍ରୀୟା ପ୍ରୀତି ସନ୍ଦେହରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଯୌନାଙ୍ଗକୁ କାଟି ଦେଇଛନ୍ତି। ଏପରି ଅଭାବନୀୟ ଘଟଣା ଘଟିଛି ତେନ୍ତୁଳିଖୁଣ୍ଟି ଥାନା ଅଧୀନ ଉଦୟପୁର ଗ୍ରାମରେ।

କଂଗ୍ରେସ ଛାଡ଼ିଲେ ପ୍ରଣୟ ସାହୁ

କଂଗ୍ରେସ ଛାଡ଼ିଲେ ପ୍ରଣୟ ସାହୁ

ମଥୁରାନଗରୀ,୨୧।୧: ବରଗଡ଼ ଜିଲାର ବରିଷ୍ଠ କଂଗ୍ରେସ ନେତା ତଥା ଗତ ବିଜେପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥି ରହିଥିବା ପ୍ରଣୟ କୁମାର ସାହୁ ସୋମବାର ଦଳ ଛାଡ଼ିଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫାପତ୍ର ପ୍ରଦେଶ କଂଗ୍ରେସ ଓ ଜିଲା କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ତେବେ କେଉଁ ଦଳରେ ସେ ଯୋଗଦେବେ ସେ ନେଇ ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇ ନାହାନ୍ତି ।

ରାଜଧାନୀ ଏକ୍ସପ୍ରେସ୍‌ରେ ନିଆଁ

ରାଜଧାନୀ ଏକ୍ସପ୍ରେସ୍‌ରେ ନିଆଁ

ରାଉରକେଲା, ୨୧।୧:  ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ୍‌ରେ ସୋମବାର ନିଆଁ ଲାଗିଯାଇଛି। ରାଉରକେଲା ଷ୍ଟେଶନ ପୂର୍ବରୁ ତିଲ୍‌କା ନଗର ନିକଟରେ ଟ୍ରେନ୍‌ରେ ନିଆଁ ଲାଗିଯାଇଥିଲା। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଟ୍ରେନ୍‌ଟି ନୂଆଦିଲ୍ଲୀରୁ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଥିଲା। 

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା : ୫ ଲକ୍ଷ ଭୋଟର ବୃଦ୍ଧି

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା : ୫ ଲକ୍ଷ ଭୋଟର ବୃଦ୍ଧି

ଭୁବନେଶ୍ୱର,୨୧।୧(ବ୍ୟୁରୋ): ସୋମବାର ରାଜ୍ୟର  ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି।  ଏହି ତାଲିକାର ସଂଶୋଧନ କରାଯିବା ପରେ ୫ ଲକ୍ଷ ୩୯ ହଜାର ୪୫୪ ଭୋଟର ସଂଖ୍ୟା ବୃଦ୍ଧି ପାଇଛି । 

ବ୍ରଜ-ଖାରବେଳଙ୍କ ନୂଆ ସାମ୍ମୁଖ୍ୟ: ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ

ବ୍ରଜ-ଖାରବେଳଙ୍କ ନୂଆ ସାମ୍ମୁଖ୍ୟ: ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ଓଡ଼ିଶା ରାଜନୀତିରେ ଜନ୍ମ ନେଇଛି ନୂଆ ସାମ୍ମୁଖ୍ୟ। ବ୍ରଜ ତ୍ରିପାଠୀଙ୍କ ସମତା କ୍ରାନ୍ତି ଦଳ ଓ ଖାରବେଳ ସ୍ବାଇଁଙ୍କ ଉତ୍କଳ ଭାରତ ମିଳିତ ଭାବେ ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ ଗଠନ କରିବାକୁ ଘୋଷଣା କରିଛନ୍ତି।

କେନ୍ଦ୍ରୀୟ ଅବହେଳା ବିରୋଧରେ ଛାତ୍ର, ଯୁବ ବିଜେଡିର ରଣହୁଙ୍କାର

କେନ୍ଦ୍ରୀୟ ଅବହେଳା ବିରୋଧରେ ଛାତ୍ର, ଯୁବ ବିଜେଡିର ରଣହୁଙ୍କାର

ଭଦ୍ରକ ଅଫିସ,୨୧।୧:  କେନ୍ଦ୍ରୀୟ ଅବହେଳା ବିରୋଧରେ ସୋମବାର ଭଦ୍ରକ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ବିକ୍ଷୋଭ ମାଧ୍ୟମରେ ରଣହୁଙ୍କାର ଦିଆଯାଇଛି l