ଖେଳ |

ଆଇପିଏଲ-୧୨ରୁ ଓହରିଲେ ଫିଞ୍ଚ, ମ୍ୟାକ୍ସଓ୍ବେଲ

ଆଇପିଏଲ-୧୨ରୁ ଓହରିଲେ ଫିଞ୍ଚ, ମ୍ୟାକ୍ସଓ୍ବେଲ

ମୁମ୍ବାଇ, ୬।୧୨- ଅଷ୍ଟ୍ରେଲିଆ ଟି୨୦ ଦଳର ଅଧିନାୟକ ଆରୋନ ଫିଞ୍ଚ ଓ ଗ୍ଲେନ ମ୍ୟାକ୍ସଓ୍ବେଲ ଆଇପିଏଲର ୧୨ତମ ସଂସ୍କରଣରୁ ଓହରି ଯାଇଛନ୍ତି। ଆଇସିସି ବିଶ୍ୱକପ୍‌ ଓ ବ୍ୟସ୍ତବହୁଳ କାର୍ଯ୍ୟସୂଚୀକୁ ଦୃଷ୍ଟିରେ ରଖି ଉଭୟ ଅଷ୍ଟ୍ରେଲିଆନ ଖେଳାଳି ଏହି ନିଷ୍ପତ୍ତି ନେଇଛନ୍ତି। କାରଣ କ୍ରିକେଟ ଅଷ୍ଟ୍ରେଲିଆ ପକ୍ଷରୁ ମେ’ ୨ ତାରିଖରୁ ବିଶ୍ୱକପ୍‌ ଲାଗି ପ୍ରସ୍ତୁତି ଶିବିର ଆରମ୍ଭ କରାଯିବ। ଉଲ୍ଲେଖଥାଉ କି, ଆଇପିଏଲ ଶେଷ ହେବାର ଏକ ସପ୍ତାହ ପରେ ଇଂଲଣ୍ଡରେ ବିଶ୍ୱକପ୍‌ ଆରମ୍ଭ ହେବ। ଆଇପିଏଲର ପରବର୍ତ୍ତୀ ସିଜନର କାର୍ଯ୍ୟସୂଚୀ ପ୍ରକାଶ ପାଇ ନ ଥିଲେ ମଧ୍ୟ ମାର୍ଚ୍ଚର ୩ୟ ସପ୍ତାହରୁ ମେ’ ମାସର ମଧ୍ୟାନ୍ତର ପର୍ଯ୍ୟନ୍ତ ଚାଲିବ ବୋଲି ଆଶା କରାଯାଉଛି। ତେବେ ଇଣ୍ଡିଜ୍‌ ଓ ନ୍ୟୁଜିଲାଣ୍ଡ ବ୍ୟତୀତ ପ୍ରାୟ ସମସ୍ତ ଦଳ ଆଇପିଏଲରେ ଖେଳାଳିଙ୍କ ଅଂଶଗ୍ରହଣ ଉପରେ ପ୍ରତିବନ୍ଧ ଲଗାଯାଇଛି। ଆଇପିଏଲରେ ଅଂଶଗ୍ରହଣ କରିବାକୁ ଥିବା ଇଂଲଣ୍ଡ ଦଳର ଖେଳାଳିଙ୍କୁ ଏପ୍ରିଲ ୨୫ ତାରିଖ ସୁଦ୍ଧା ଓ ଦକ୍ଷିଣ ଆଫ୍ରିକୀୟ ଖେଳାଳିଙ୍କୁ ମେ’ ୧୦ ତାରିଖ ସୁଦ୍ଧା ସ୍ବଦେଶ ଫେରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଶ୍ରୀଲଙ୍କା, ବାଂଲାଦେଶ ଓ ଆୟରଲାଣ୍ଡ ଖେଳାଳିଙ୍କ ପ୍ରସ୍ତୁତି ଶିବିରରେ ଯୋଗଦେବା ଲାଗି ତାରିଖ ଦିଆଯାଇଛି। ନିକଟରେ ଖେଳାଳିଙ୍କ ନିଲାମ ଲାଗି ପଞ୍ଜୀକରଣ ପ୍ରକ୍ରିୟା ଶେଷ ହୋଇଛି। ଏଥିରେ ମୋଟ ୧୦୦୩ ଜଣ ଖେଳାଳି ଭାଗ ନେଇଛନ୍ତି। ତାଲିକାରେ ଅନ୍ତର୍ଜାତୀୟ ସ୍ତରରେ ଖେଳି ନ ଥିବା ୮୦୦ ଖେଳାଳି ରହିଛନ୍ତି। ସେମାନଙ୍କ ମଧ୍ୟରୁ ୭୮୬ ଭାରତୀୟ ଖେଳାଳି ଓ ୩ ଜଣ ଆସୋସିଏଟେଡ୍‌ ଦେଶର ଖେଳାଳି ଅଛନ୍ତି। ସୂଚନା ମୂତାବକ ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ଓ କୋରି ଆଣ୍ଡରସନ, ଇଂଲଣ୍ଡର ସାମ କୁରାନ, କଲିନ ଇନଗ୍ରାମ, କ୍ରିସ ଓ୍ବକ୍ସ, ଅଷ୍ଟ୍ରେଲିଆର ଡାର୍ସି ଶର୍ଟ, ଶନ ମାର୍ଶ, ଶ୍ରୀଲଙ୍କାର ଆଞ୍ଜେଲୋ ମାଥ୍ୟୁସ ସର୍ବାଧିକ ୨ କୋଟି ଟଙ୍କାର ପ୍ରାଇସ ଟ୍ୟାଗ ରଖାଯାଇଛି। 

All Right Reserved By

ଖେଳ |

ଦିନିକିଆ ସିରିଜ: ଭାରତ ଆଗରେ ନୂଆ ଚ୍ୟାଲେଞ୍ଜ୍‌

ଦିନିକିଆ ସିରିଜ: ଭାରତ ଆଗରେ ନୂଆ ଚ୍ୟାଲେଞ୍ଜ୍‌

ନାପିୟର, ୨୨।୧(ପି.ଟି.)- ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ଓ ଦିନିକିଆ ସିରିଜ ଜିତି ଇତିହାସ ସୃଷ୍ଟି କରିବା ପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ  ଏବେ ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଅବତୀର୍ଣ୍ଣ ହେବ।

ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ୍‌  ସେମିରେ ନାଡ଼ାଲ, କ୍ୱିଟୋଭା

ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ୍‌ ସେମିରେ ନାଡ଼ାଲ, କ୍ୱିଟୋଭା

ମେଲବୋର୍ନ,୨୨।୧(ଏଏଫପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ୍‌ ମଙ୍ଗଳବାର ନବମ ଦିବସରେ ପହଞ୍ଚତ୍ଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ଦୁଇ ସିଡେଡ ଖେଳାଳି ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଦ୍ୱିତୀୟ ସିଡ ନଡ଼ାଲ ଓ ଅଷ୍ଟମ ସିଡ ମାନ୍ୟତା ପାଇଥିବା ଚେକ ଗଣରାଜ୍ୟର ପେଟ୍ରା କ୍ୱିଟୋଭା ସେମିଫାଇନାଲ ଟିକେଟ ହାସଲ କରିଛନ୍ତି। 

ଚୟନକର୍ତ୍ତାଙ୍କୁ ମିଳିବ ୨୦ ଲକ୍ଷ

ଚୟନକର୍ତ୍ତାଙ୍କୁ ମିଳିବ ୨୦ ଲକ୍ଷ

ମୁମ୍ବାଇ,୨୨।୧(ପି.ଟି.)- ନିକଟରେ ଭାରତୀୟ ଦଳ ଅଷ୍ଟ୍ରେଲିଆରେ ପ୍ରଥମ ଥର ଟେଷ୍ଟ ଓ ଦିନିକିଆ ସିରିଜ୍‌ ଜିତି ରେକର୍ଡ କରିଛି। ଏଥିନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଙ୍ଗଳବାର ଚୟନ କମିଟି ସଦସ୍ୟଙ୍କୁ ପୁରସ୍କୃତ କରିବା ଲାଗି ନିଷ୍ପତ୍ତି ନେଇଛି। 

ପନ୍ତ ଆଇସିସି ଏମର୍ଜିଂ କ୍ରିକେଟର

ପନ୍ତ ଆଇସିସି ଏମର୍ଜିଂ କ୍ରିକେଟର

ଦୁବାଇ,୨୨।୧(ପି.ଟି.)- ଭାରତର ଉଦୀୟମାନ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ନାମ ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟର ପରିଷଦ (ଆଇସିସି) ପକ୍ଷରୁ ଏମିର୍ଜିଂ ପ୍ଲେୟର ଅଫ୍‌ ଇୟର ପୁରସ୍କାର ଲାଗି ଘୋଷଣା କରାଯାଇଛି। 

‘ସଚିନଙ୍କ ସମସ୍ତ ରେକର୍ଡ ଭାଙ୍ଗିବେ କୋହଲି’

‘ସଚିନଙ୍କ ସମସ୍ତ ରେକର୍ଡ ଭାଙ୍ଗିବେ କୋହଲି’

କରାଚୀ,୨୨।୧- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ସମସ୍ତ ରେକର୍ଡକୁ ବିରାଟ କୋହଲି ଭାଙ୍ଗି ଦେବେ। ଏଭଳି ମନ୍ତବ୍ୟ ଦେଇଛନ୍ତି ପାକିସ୍ତାନ ପୂର୍ବତନ ବ୍ୟାଟ୍ସମ୍ୟାନ ଜାହିର ଆବାସ। 

ଜ୍ୟାକବଙ୍କ ସହାୟତା ଲାଗି ବ୍ଲାଙ୍କ ଚେକ୍‌

ଜ୍ୟାକବଙ୍କ ସହାୟତା ଲାଗି ବ୍ଲାଙ୍କ ଚେକ୍‌

ଭଦୋଦରା, ୨୨।୧- ମୃତ୍ୟୁ ସହ ସଂଘର୍ଷ କରୁଥିବା ପୂର୍ବତନ କ୍ରିକେଟର ଜ୍ୟାକବ ମାର୍ଟିନଙ୍କୁ ଆର୍ଥିକ ସହାୟତା କରିବା ଲାଗି ବହୁ  ବର୍ତ୍ତମାନ ଓ ପୂର୍ବତନ ଭାରତୀୟ କ୍ରିକେଟର ହାତ ବଢ଼ାଇଛନ୍ତି। 

କ୍ରିକେଟରେ ଅଜବ ରେକର୍ଡ: ଯାହା ଭାଙ୍ଗିବା କଷ୍ଟ

କ୍ରିକେଟରେ ଅଜବ ରେକର୍ଡ: ଯାହା ଭାଙ୍ଗିବା କଷ୍ଟ

ଖେଳରେ ପ୍ରତିଦିନ ପୁରୁଣା ରେକର୍ଡ ଭାଙ୍ଗି ନୂଆ ରେକର୍ଡ ସୃଷ୍ଟି ହେଉଥିବାର ନଜିର ରହିଛି। କିନ୍ତୁ କ୍ରିକେଟ ଜଗତରେ ଏମିତି କିଛି ରେକର୍ଡ ରହିଛି ଯାହା ଆଜି ବି କାଏମ ରହିଛି। ସେମିତି କିଛି ରେକର୍ଡ ସମ୍ପର୍କରେ....

ଅଷ୍ଟ୍ରିଆରେ ଅଛି ଧ୍ୟାନ ଚାନ୍ଦଙ୍କ ଷ୍ଟାଚ୍ୟୁ

ଅଷ୍ଟ୍ରିଆରେ ଅଛି ଧ୍ୟାନ ଚାନ୍ଦଙ୍କ ଷ୍ଟାଚ୍ୟୁ

ବିଶ୍ୱର ସର୍ବକାଳୀନ ଶ୍ରେଷ୍ଠ ହେକି ଖଳାଳି ଭାବେ ମେଜର ଧ୍ୟାନ ଚାନ୍ଦ ଜଣାଶୁଣା। ଏହି କିମ୍ବଦନ୍ତୀ ଭାରତୀୟ ଖେଳାଳିଙ୍କୁ କେବଳ ଭାରତରେ ନୁହେଁ ବିଶ୍ୱର ବିଭିନ୍ନ ପ୍ରାନ୍ତରରେ ହକି ଗୁରୁ ଭାବେ ଗ୍ରହଣ କରାଯାଏ।

ଆଇସିସି ପୁରସ୍କାରରେ କୋହଲିଙ୍କ କ୍ଲିନ ସୁଇପ୍‌

ଆଇସିସି ପୁରସ୍କାରରେ କୋହଲିଙ୍କ କ୍ଲିନ ସୁଇପ୍‌

ଦୁବାଇ,୨୨।୧(ପି.ଟି.)- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ପ୍ରଥମ କ୍ରିକେଟର ଭାବେ ଆଇସିସି ବାର୍ଷିକ ପୁରସ୍କାରରେ କ୍ଲିନ ସୁଇପ୍‌ କରିଛନ୍ତି।

ଆଇସିସି ଟେଷ୍ଟ, ଦିନିକିଆ ଅଧିନାୟକ କୋହଲି

ଆଇସିସି ଟେଷ୍ଟ, ଦିନିକିଆ ଅଧିନାୟକ କୋହଲି

ଦୁବାଇ,୨୨।୧(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ୨୦୧୮ ବର୍ଷର ଶ୍ରେଷ୍ଠ ଦିନିକିଆ ଓ ଟେଷ୍ଟ ଦଳ ଘୋଷଣା କରାଯାଇଛି। ଭାରତୀୟ ବ୍ୟାଟିଂ ବିଭାଗର ମେରୁଦଣ୍ଡ ବିରାଟ କୋହଲିଙ୍କୁ ଉଭୟ ଦଳର ଅଧିନାୟକ ଭାବେ ଚୟନ କରାଯାଇଛି।  

ଫ୍ରେଞ୍ଚ ଓପନରେ ଖେଳିବେ ଫେଡରର

ଫ୍ରେଞ୍ଚ ଓପନରେ ଖେଳିବେ ଫେଡରର

ମେଲବୋର୍ନ,୨୨।୧- କିମ୍ବଦନ୍ତୀ ପୁରୁଷ ସିଙ୍ଗଲ୍ସ ଖେଳାଳି ରୋଜର ଫେଡରର ଆଗାମୀ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନରେ ଖେଳିବେ।

କିଲିମାଞ୍ଜାରୋ ଆରୋହଣ ଅଭିଯାନରେ କୁଶ, ଲିପିକା

କିଲିମାଞ୍ଜାରୋ ଆରୋହଣ ଅଭିଯାନରେ କୁଶ, ଲିପିକା

ଭୁବନେଶ୍ୱର, ୨୨।୧(କ୍ରୀଡ଼ା ପ୍ରତିନିଧି)-ଆଫ୍ରିକା ମହାଦେଶର ଉଚ୍ଚତମ ଶୃଙ୍ଗ କିଲିମାଞ୍ଜାରୋ (୫,୮୯୫ ମି/୧୯,୩୪୦ ଫୁଟ) ଆରୋହଣ କରିବେ ଓଡ଼ିଶାର ଦୁଇ ପର୍ବତାରୋହି ପ୍ରତିଭା କୁଶ ଆର୍ଲବ ଓ ଲିପିକା ସେଠ୍‌। ଏହି ଅଭିଯାନରେ କୋରାପୁଟ ଜିଲାର କୁଶ ଓ ବରଗଡ଼ର ଲିପିକା ସୋମବାର ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା କରିଛନ୍ତି। କୁଶ ଓ ଲିପିକାଙ୍କୁ ବିଦାୟ ଜଣାଇବା ପାଇଁ ଏଠାରେ ଏକ ଫ୍ଲାଗ୍‌ ଅଫ୍‌ ସେରିମନି ଆୟୋଜନ ହୋଇଥିଲା।