ଉପକୂଳ ଓଡିଶା

୫୬ତମ ଗୃହରକ୍ଷୀ ଦିବସ

୫୬ତମ ଗୃହରକ୍ଷୀ ଦିବସ

ନୟାଗଡ଼ ଅଫିସ,୭ା୧୨-  ନୟାଗଡ଼ ରିଜର୍ଭ ପରେଡ଼ ପଡ଼ିଆଠାରେ ଗୁରୁବାର ୫୬ ତମ ଗୃହରକ୍ଷୀ (ହୋମଗାର୍ଡ଼) ଦିବସ ପାଳିତ ହୋଇଯାଇଛି। ଏସ୍‌ପି ଶଶିଭୂଷଣ ଶତପଥୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଗୃହରକ୍ଷୀମାନଙ୍କ ପରେଡ଼ ଅଭିବାଦନ ଗ୍ରହଣ କରିଥିଲେ। ସେ କହିଥିଲେ, ଜିଲାରେ ଯେତେବେଳେ ବି ସଙ୍କଟମୟ ସମୟ ଆସେ ସେ ସମୟରେ ଗୃହରକ୍ଷୀମାନଙ୍କୁ ପ୍ରଥମେ ନିୟୋଜିତ କରାଯାଏ। ଏହି ଅବସରରେ ସେ ଗୃହରକ୍ଷୀଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ହୋମଗାର୍ଡ଼ ଡିଜିପିଙ୍କ ପକ୍ଷରୁ ଦିଆଯାଇଥିବା ବାର୍ତ୍ତା ପଠନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଏସ୍‌ପି ଦିଲୀପ ସାହାଣୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପରେଡ଼ ଅଭିବାଦନ ଗ୍ରହଣ କରିଥିଲେ। ଜିଲାପାଳ ଡା. ଏନ୍‌ ତିରୁମାଲା ନାୟକ ସ୍ବତନ୍ତ୍ର ଅତିଥି ଭାବେ ଯୋଗଦେଇ ଗୃହରକ୍ଷୀଙ୍କୁ ଉତ୍ସାହିତ କରିଥିଲେ। ଏହାପରେ ଗୃହରକ୍ଷୀଙ୍କ ଦ୍ୱାରା ପାଇକ ନୃତ୍ୟ, ଭାଲୁ ନାଚ, ବାଘ ନାଚ, ବୋଇତ ବନ୍ଦାଣ ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏକ ଅସ୍ଥାୟୀ ଚାଳ ଘର କରାଯାଇ ସେଥିରେ ନିଆଁ ଲଗାଯାଇ ଲୋକଙ୍କୁ ଉଦ୍ଧାର କରାଯିବା  ଦୃଶ୍ୟ ବେଶ୍‌ ରୋମାଞ୍ଚକର ଥିଲା। ଉନ୍ନତମାନର କାର୍ଯ୍ୟ ପାଇଁ ୬ ଗୃହରକ୍ଷୀଙ୍କୁ ଏସ୍‌ପି ପୁରସ୍କୃତ କରିଥିଲେ। ସେମାନେ ହେଲେ ଖଣ୍ଡପଡ଼ା ଥାନାର  କୃଷ୍ଣଚନ୍ଦ୍ର ସାହୁ, ସୁବ୍ରତ କୁମାର ଦାଶ, ଫତେଗଡ଼ ଥାନାର ବସନ୍ତ ମଲ୍ଲିକ, ଦଣ୍ଡୁଧର ଜେନା, ଶରଣକୁଳ ଥାନାର ଗୋବିନ୍ଦ୍ର ଚନ୍ଦ୍ର ସାହୁ ଓ ଶରଣକୁଳ ଏସ୍‌ଡ଼ିପିଓ କାର୍ଯ୍ୟାଳୟର ଗୃହରକ୍ଷୀ ସନାତନ ବେହେରା। ଜୀବନବିନ୍ଦୁ କାର୍ଯ୍ୟକ୍ରମର ରାଜ୍ୟ ସଂଯୋଜକ ସତ୍ୟନାରାୟଣ ପ୍ରଧାନଙ୍କ ନେତୃତ୍ୱରେ ଏକ ରକ୍ତଦାନ ଶିବିର କରାଯାଇ ୫୧ ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଶରଣକୁଳ ଏସ୍‌ଡ଼ିପିଓ ନାରାୟଣ ଚନ୍ଦ୍ର ବାରିକ, ଟାଉନ ଥାନା ଅଧିକାରୀ ରଶ୍ମିରଞ୍ଜନ ପଟ୍ଟନାୟକ, ସଦର ଥାନା ଅଧିକାରୀ ମନୋରମା ମଲ୍ଲିକ, ଶରଣକୁଳ ଥାନା ଅଧିକାରୀ ମନୋଜ କୁମାର ଶତପଥୀଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ।  

All Right Reserved By

ଉପକୂଳ ଓଡିଶା

  ଜଙ୍ଗଲରୁ  ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ଜଙ୍ଗଲରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ନୟାଗଡ଼ ଅଫିସ,୨୧।୪: ନୟାଗଡ଼ ବ୍ଲକ ପାଣିପୋଇଲା ସାନହାମରା ଜଙ୍ଗଲରୁ ରବିବାର  ଏକ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି।

   ଆଡ଼ଚେରରେ ରାଜନୈତିକ ହିଂସା, ୩ ଗୁରୁତର

ଆଡ଼ଚେରରେ ରାଜନୈତିକ ହିଂସା, ୩ ଗୁରୁତର

ନୟାଗଡ଼ ଅଫିସ,୨୧।୪: ନୟାଗଡ଼ ବ୍ଲକ କାଳିକାପ୍ରସାଦ ପଞ୍ଚାୟତ  ଆଡ଼ଚେର ଗ୍ରାମରେ ଶନିବାର ରାଜନୈତିକ ହିଂସାକାଣ୍ଡ ଦେଖିବାକୁ ମିଳିଛି।

ଗାର୍ଡଓ୍ବାଲ୍‌ରେ ପିଟିହେଲା ଟ୍ରକ

ଗାର୍ଡଓ୍ବାଲ୍‌ରେ ପିଟିହେଲା ଟ୍ରକ

ନିରାକାରପୁର,୨୧ା୪(ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟସ୍ଥ ୧୬ ନଂ ଜାତୀୟ ରାଜପଥରେ ଥିବା ମଲାଶୁଣୀ ନଦୀ ଗାର୍ଡଓ୍ବାଲ୍‌ରେ ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ଏକ କବାଡ଼ିଆ ବୋଝେଇ ଟ୍ରକ ଓଆର ୧୫ କେ ୩୬୮୩ ରବିବାର ସକାଳେ ପିଟି ହୋଇଯାଇଛି।

ନୟାଗଡ଼ ନିର୍ବାଚନମଣ୍ଡଳୀ: ଏପ୍ରିଲ ୨୩ରେ ମତଦାନ, ବନ୍ଦ ଚିନିକଳ ଖୋଲିବା ସବୁ ଦଳଙ୍କ ପ୍ରମୁଖ ପ୍ରସଙ୍ଗ

ନୟାଗଡ଼ ନିର୍ବାଚନମଣ୍ଡଳୀ: ଏପ୍ରିଲ ୨୩ରେ ମତଦାନ, ବନ୍ଦ ଚିନିକଳ ଖୋଲିବା ସବୁ ଦଳଙ୍କ ପ୍ରମୁଖ ପ୍ରସଙ୍ଗ

ନୟାଗଡ଼ ଅଫିସ,୨୧।୪: ଏପ୍ରିଲ ୨୩ରେ ଜିଲାର ନୟାଗଡ଼ ନିର୍ବାଚନମଣ୍ଡଳୀରେ ମତଦାନ ହେବ। ଏଠାରେ କେଉଁ ପ୍ରାର୍ଥୀ ଜିତିବେ ତାହାକୁ ନେଇ ଚା ଖଟିଠୁ ଆରମ୍ଭ କରି ପାନ ଦେକାନ ଯାଏ ସବୁଠି ଚର୍ଚ୍ଚା ଚାଲିଛି।

ଯାଜପୁର ଲୋକ ସଭା ଆସନ: ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର;  ପ୍ରାର୍ଥୀଙ୍କୁ ନିଦ ନାହିଁ କି ଖରାକୁ ଖାତିର ନାହିଁ

ଯାଜପୁର ଲୋକ ସଭା ଆସନ: ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର; ପ୍ରାର୍ଥୀଙ୍କୁ ନିଦ ନାହିଁ କି ଖରାକୁ ଖାତିର ନାହିଁ

ଯାଜପୁର ଅଫିସ,୨୧। ୪: ଯାଜପୁର ଜିଲାରେ ୪ ପର୍ଯ୍ୟାୟରେ ନିର୍ବାଚନ ହେବ। ନିର୍ବାଚନ ପ୍ରଚାରକୁ ଆଉ ମାତ୍ର ଏକ ସପ୍ତାହ ରହିଲା। ସେଥିପାଇଁ ନେତାମାନେ ଏବେଠାରୁ ପୂରା ଦମରେ ପ୍ରଚାରରେ ଲାଗି ପଡିଛନ୍ତି। ମର୍ଯ୍ୟାଦାଜନକ ଯାଜପୁର ଲୋକ ସଭା ଆସନରେ ଏବେ ନିର୍ବାଚନୀ ପରିବେଶ ବେଶ୍‌ ସରଗରମ ହୋଇଛି।

ବାର୍‌ହା ଆକ୍ରମଣରେ ମହିଳା ଗୁରୁତର

ବାର୍‌ହା ଆକ୍ରମଣରେ ମହିଳା ଗୁରୁତର

ନୟାଗଡ଼ ଅଫିସ,୨୧ା୪: ଓଡ଼ଗାଁ ଥାନା ପେଟେଇଚଣ୍ଡୀ ମନ୍ଦିର ପଛପଟେ ଥିବା କାଜୁ ଜଙ୍ଗଲରେ ଶନିବାର ବାର୍‌ହା ଆକ୍ରମଣ ଜଣେ ମହିଳା ଗୁରୁତର ହୋଇଛନ୍ତି। 

ଜଳ ଯୋଗାଣ ପାଇପ ଲିକ୍‌, ନଷ୍ଟ ହେଉଛି ପାଣି

ଜଳ ଯୋଗାଣ ପାଇପ ଲିକ୍‌, ନଷ୍ଟ ହେଉଛି ପାଣି

ଖଣ୍ଡପଡା,୨୧ା(ସ୍ବ.ପ୍ର.) ନୟାଗଡ ସହରବାସୀଙ୍କୁ ପାନୀୟ ଜଳ ସମସ୍ୟା ଅତିଷ୍ଠ କରୁଛି। ଜଳଯୋଗାଣର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ତାହା ଆରମ୍ଭରୁ ସମସ୍ୟା ସୃଷ୍ଟି କରୁଛି। 

ଭୋଟରଙ୍କୁ ମନେଇବା ପାଇଁ ପ୍ରାର୍ଥୀଙ୍କ ଆପ୍ରାଣ ଉଦ୍ୟମ

ଭୋଟରଙ୍କୁ ମନେଇବା ପାଇଁ ପ୍ରାର୍ଥୀଙ୍କ ଆପ୍ରାଣ ଉଦ୍ୟମ

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ବିଧାନସଭା ଆସନ ପାଇଁ ୪ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବିଜେଡିରୁ ରାଜ୍ୟ ସଭା ସଦସ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ ଭାଜପାରୁ ପୂର୍ବତନ ବିଧାୟକ ସିଦ୍ଧାର୍ଥ ଶେଖର ସିଂ ପ୍ରାର୍ଥୀ ହୋଇଛନ୍ତି। 

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ନୟାଗଡ଼ ଅଫିସ,୨୦ା୪- ନିର୍ବାଜନରେ ରାଜ୍ୟ  ସରକାରଙ୍କ ବିରୋଧରେ ପ୍ରଚାର କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି।  ରାତିିସାରା ଗଛରେ ବାନ୍ଧି ଏଥିରୁ ନିବୃତ୍ତ ରହିବା ସହିତ ଏଭଳି କଲେ ଜୀବନରୁ ମାରିଦେବା ପାଇଁ ଧମକ ଦିଆଯାଇଛି। ଉକ୍ତ ଘଟଣା ଘଟିଛି ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ା ଗ୍ରାମର ରୁଷିଆ ପ୍ରଧାନଙ୍କ କ୍ଷେତ୍ରରେ।

ଟାୟାର ଫାଟିବାରୁ ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା କାର: ୧ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଟାୟାର ଫାଟିବାରୁ ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା କାର: ୧ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

କଳିଙ୍ଗନଗର, ୨୦।୪(ଡି.ଏନ୍‌.ଏ.): ଯାଜପୁର ଜିଲା ରାଇରଙ୍ଗପୁରରୁ ଶନିବାର ସକାଳେ ଭୁବନେଶ୍ୱର ଅଭିମୁଖେ ଯାଉଥିବା ମା’ ତାରିଣୀ ନାମକ ଯାତ୍ରୀବାହୀ ବସ୍‌ ଅନ୍ଧାରୀ ନିକଟରେ ଏକ କାର୍‌ ସହ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକ

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। 

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ

ନିରାକାରପୁର,୨୦ା୪(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ବିଦ୍ୟୁତ୍‌ ବିଭାଗ ଅଧୀନ ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ାଠାରେ ଖୁଣ୍ଟରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri