ସମ୍ପାଦକୀୟ |

ଏଇ ଭାରତରେ

ଏଇ ଭାରତରେ

ଦୁନିଆରେ କେବଳ ସ୍ତ୍ରୀମାନେ ନିର୍ଯାତିତ ହୁଅନ୍ତି ନାହିଁ ବରଂ କେତେକ ସ୍ତ୍ରୀ ମଧ୍ୟ ତାଙ୍କ ସ୍ବାମୀଙ୍କୁ ନିର୍ଯାତନା ଦେଇଥାଆନ୍ତି। ଏଥିପାଇଁ ଆମ ଓଡିଶାରେ ମହିଳା କମିଶନ୍‌ ଭଳି ପୁରୁଷ କମିଶନ୍‌ ଗଠନ ପାଇଁ କେତେକ ବ୍ୟକ୍ତି ଓ ସଂଗଠନ ଦାବି କରି ଆସୁଛନ୍ତି। ନିର୍ଯାତିତ ମହିଳାଙ୍କ ସ୍ବର ସମସ୍ତଙ୍କୁ ଶୁଭୁଥିବା ବେଳେ ସ୍ତ୍ରୀ ନିର୍ଯାତିତ ସ୍ବାମୀଙ୍କ ସ୍ବର ପବନରେ ମିଳାଇଯାଏ।  ନିର୍ଯାତିତ ପୁରୁଷ ନିଜ ମନକଥା କେବଳ ମନରେ ହିଁ ମାରିଥାଏ। କିନ୍ତୁ ନିର୍ଯାତିତ ପୁରୁଷଙ୍କ ଲାଗି ଆଶ୍ରମ ଥିବା କଥା କହିଲେ ଆଶ୍ଚର୍ଯ୍ୟ ଲାଗିବ ନିଶ୍ଚୟ। ଏପରି ଏକ ଆଶ୍ରମ ରହିଛି ମହାରାଷ୍ଟ୍ରର ଔରଙ୍ଗାବାଦ୍‌ ଅନ୍ତର୍ଗତ ଶିରିଡି-ବମ୍ବେ ରାଜପଥ ନିକଟରେ। ସ୍ତ୍ରୀ ଦ୍ୱାରା ନିର୍ଯାତନାର ଶିକାର ହୋଇ ଭାରତ ଫୁଲାରେ ନାମକ ଜଣେ ବ୍ୟକ୍ତି ଏହି ଆଶ୍ରମ ସ୍ଥାପନ କରିଛନ୍ତି। ଭାରତଙ୍କ  ବିରୋଧରେ ତାଙ୍କ ସ୍ତ୍ରୀ ଏକ ମିଥ୍ୟା ମାମଲା ରୁଜୁ କରିଥିଲେ। ଏହା ପରଠୁ ସେ ଘରସଂସାର ଛାଡି ଏକୁଟିଆ ବାସ କରୁଛନ୍ତି। ୨୦୧୬ ନଭେମ୍ବର ୧୯ରେ ପୁରୁଷ ଅଧିକାର ଦିବସ ପାଳନ ସହିତ ଉକ୍ତ ଆଶ୍ରମ ପ୍ରତିଷ୍ଠା ଆରମ୍ଭ ହୋଇଥିଲା। ଏଠାରେ ସ୍ତ୍ରୀଙ୍କ ବିରୋଧରେ ଆଇନଗତ ଲଢ଼େଇ କରୁଥିବା ପୁରୁଷଙ୍କୁ ବିଭିନ୍ନ ପରାମର୍ଶ ଦିଆଯାଏ। ପ୍ରତି ଶନିବାର ଓ ରବିବାର ପରାମର୍ଶ ଶିବିର ଆୟୋଜିତ ହୁଏ। ଆଖିରୁ ଲୁହ ଝରାଉଥିବା ଏକ କାଉ ମୂର୍ତ୍ତିକୁ ପୂଜା କରାଯାଏ। ବାସ୍ତବରେ ସ୍ତ୍ରୀ ଦ୍ୱାରା ନିର୍ଯାତିତ ପୁରୁଷଙ୍କ ପାଇଁ ଭାରତ ଫୁଲାରେ ଜଣେ ମାର୍ଗଦର୍ଶକ ତଥା ପ୍ରେରଣାର ପାତ୍ର।

All Right Reserved By

ସମ୍ପାଦକୀୟ |

ସମ୍ପାଦକୀୟ/ ଛଦ୍ମ ଦେଶପ୍ରେମ

ସମ୍ପାଦକୀୟ/ ଛଦ୍ମ ଦେଶପ୍ରେମ

ସାଧାରଣତଃ ଉତ୍ତରପ୍ରଦେଶ ଓ ବିହାର ବୋର୍ଡ ପରୀକ୍ଷାରେ ପିଲାମାନେ ବହୁ ସମୟରେ ଅଜବ ଓ ଅଦ୍ଭୁତ ଉତ୍ତର ଲେଖିଥିବା ଶୁଣିବାକୁ ମିଳିଛି। ଏପରିକି ଭଲ ମାର୍କ୍ସ ପାଇବା ପାଇଁ ଉତ୍ତର ଖାତାରେ ଟଙ୍କା ଷ୍ଟାପଲ୍‌ କରିବାର ନଜିର ଅଛି।  ‘ବାପା ଗରିବ ଲୋକ, ପୁଣି ଥରେ ପରୀକ୍ଷା ଦେବା ଲାଗି ଟଙ୍କା ଦେଇପାରିବେ ନାହିଁ, ତେଣୁ ମୋତେ ପାସ୍‌ କରିଦିଅନ୍ତୁ’ କହି କେତେକ ପରୀ..

ସ୍ବାସ୍ଥ୍ୟସେବାରେ ଦଳୀୟ ସ୍ବାର୍ଥ

ସ୍ବାସ୍ଥ୍ୟସେବାରେ ଦଳୀୟ ସ୍ବାର୍ଥ

ଡ. ନିଖିଳାନନ୍ଦ ପାଣିଗ୍ରାହୀ

ଚିକିତ୍ସାଳୟରେ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କ ଆଖି ଆଗରେ କାହାର ଛବି ନାଚି ଉଠିଥାଏ? କିଛି ସାଧାରଣ ଲୋକ ମନେ କରୁଥିବେ ମୁଖ୍ୟମନ୍ତ୍ରୀ ବା ପ୍ରଧାନମନ୍ତ୍ରୀଙ୍କ ମୁଖମଣ୍ଡଳ। ଏମିତି ଏକ ଧାରଣା ଜନ୍ମିବା ପଛରେ ବିଭିନ୍ନ ନେତା ଓ ସମର୍ଥକମାନଙ୍କ ଜବରଦସ୍ତ ପ୍ରଚାର, ଅସଂଖ୍ୟ ବିଜ୍ଞାପନ ଏବଂ ରାସ୍ତାକଡ଼ର ତତ୍‌ସମ୍ପର୍କିତ ଏକାଧିକ ହୋର୍ଡିଂର ପ୍ରଭାବ ବି..

ଘରଚଟିଆର ତୁଳନା ନାହିଁ

ଘରଚଟିଆର ତୁଳନା ନାହିଁ

ପୀତାମ୍ବର ରାଉତ

ମହାନ୍‌ ପରିବେଶବିତ୍‌ ମହମ୍ମଦ ଦିଲଓ୍ବାର୍‌ଙ୍କ ଉଦ୍ୟମରେ ୨୦୧୦ରୁ ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖକୁ ବିଶ୍ୱ ଘରଚଟିଆ ଦିବସ ରୂପେ ସମଗ୍ର ବିଶ୍ୱରେ ପାଳନ କରାଯାଇ ଆସୁଛି। ଘରଚଟିଆର ବୈଜ୍ଞାନିକ ନାମ ପାସେରିଡି। ଭୂମଧ୍ୟସାଗରୀୟ ଅଞ୍ଚଳରୁ ଆରମ୍ଭ କରି ବ୍ରିଟେନ୍‌, ଫ୍ରାନ୍ସ, ପ୍ୟାରିସ୍‌, ଜର୍ମାନୀ, ବେଲଜିୟମ୍‌, ଇଟାଲୀ, ନେଦରଲାଣ୍ଡ ଓ ଫିନ୍‌ଲାଣ୍ଡ..

ଏଇ ଭାରତରେ

ଏଇ ଭାରତରେ

ଜଣେ ବ୍ୟକ୍ତି ୧୦ଲକ୍ଷ ଟଙ୍କା ରାସ୍ତାପାର୍ଶ୍ୱରୁ ପାଇ ଫେରାଇଦେବା ଘଟଣା ତାଙ୍କୁ ମହାନତାର ପରିଚୟ ଦେଇଛି। ଏଥିପାଇଁ ଉକ୍ତ ବ୍ୟକ୍ତିଙ୍କୁ ପୁରସ୍କାର ସ୍ବରୂପ ୨ଲକ୍ଷ ଟଙ୍କା ଦିଆଯାଇଛି।  ଦିଲୀପ ପୋଦ୍ଦାର ନାମକ ଜଣେ ବ୍ୟକ୍ତି ସୁରଟର ଉମ୍ରା ଅଞ୍ଚଳରେ ଶାଢ଼ି ଶୋ’ରୁମ୍‌ରେ ସେଲ୍ସମ୍ୟାନ୍‌ ଭାବେ କାମ କରନ୍ତି। ପୋଦ୍ଦାର ମଧ୍ୟାହ୍ନଭୋଜନ ସାରି ଡ୍ୟୁଟିକୁ ଫେରୁଥିବା ବେଳେ ରାସ୍ତାପାର୍ଶ୍ୱରେ ଏକ ବ୍ୟାଗ୍‌..

ସମ୍ପାଦକୀୟ/ଅନୁଚିତ ନିଯୁକ୍ତି

ସମ୍ପାଦକୀୟ/ଅନୁଚିତ ନିଯୁକ୍ତି

ସୁପ୍ରିମ୍‌କୋର୍ଟର ପୂର୍ବତନ ବିଚାରପତି ପିନାକୀ ଚନ୍ଦ୍ର ଘୋଷ ଦେଶର ପ୍ରଥମ ଲୋକପାଳ ହେବା ମାର୍ଚ୍ଚ ୧୭ରେ ସ୍ଥିର ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚ ସ୍ତରୀୟ ଚୟନ କମିଟି ତାଙ୍କ ନାମ ସୁପାରିସ କରିଥିଲା। ଲୋକପାଳ ଚୟନ ନେଇ ଫେବୃୟାରୀ ଶେଷ ସୁଦ୍ଧା ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେ..

ମୃତ୍ୟୁ ପରେ ଜୀବନ

ମୃତ୍ୟୁ ପରେ ଜୀବନ

ବୈକୁଣ୍ଠନାଥ ମିଶ୍ର

ଜନ୍ମ ପରେ ମୃତ୍ୟୁ ଏକ ଅବଧାରିତ ସତ୍ୟ। ଆଧୁନିକ ବିଜ୍ଞାନ ସବୁ କ୍ଷେତ୍ରରେ ସଫଳତା ପାଇଥିଲେ ମଧ୍ୟ ମୃତ୍ୟୁକୁ ଟାଳିପାରି ନାହିଁ। ମୃତ୍ୟୁ ପରବର୍ତ୍ତୀ ଘଟଣା ଉପରେ ବିଜ୍ଞାନ ସମ୍ପୂର୍ଣ୍ଣ ନୀରବ। ତଥାପି କେତେକ ଘଟଣା ଓ ତତ୍‌ସମ୍ବନ୍ଧୀୟ ମତାମତକୁ ପରୀକ୍ଷା କଲେ ଆମେ ମୃତ୍ୟୁପରବର୍ତ୍ତୀ ଅବସ୍ଥା ବିଷୟରେ ଅନୁମାନ କରିପାରିବା। ଆଜକୁ ବହୁବର୍ଷ ପୂର୍ବର ଏକ ଘଟଣା ଏବେ ମଧ୍ୟ ମୋ ହୃଦୟରେ ଆଲୋଡନ ସୃଷ୍ଟି କରେ। ଶୈଶବ ସମୟରେ ଘଟିଥିବା ଉକ୍ତ ଘଟଣାର ଜଟିଳତାକୁ ହୃ..

ଗୋପାଳଙ୍କ ଓଗାଳ

ଗୋପାଳଙ୍କ ଓଗାଳ

ଡ. ଭାଗ୍ୟଲିପି ମଲ୍ଲ

ଦୋଳପୂନେଇଁ ଆସିଲେ ମନେପଡ଼େ ଗଁା ଦାଣ୍ଡ। ସଞ୍ଜ ଆକାଶରେ ଉଇଁ ଆସୁଥାଏ ଉକିଆ ଜହ୍ନ। ଜହ୍ନ ଉପରକୁ ଉଠେ। ପବନରେ ଭାସି ଆସେ କୃଷ୍ଣ-ସଂଗୀତ। ”ଫଗୁଣ ମାସରେ ଦୋଳଗୋବିନ୍ଦ, ଫଗୁ ଖେଳୁଥା’ନ୍ତି ପରମାନନ୍ଦ। ଫଗୁ ଗୁଣ୍ଡିରେ ଝିମିରି ମିଶାଇ, ଫଗୁ ଖେଳୁଥା’ନ୍ତି ଯଦୁ ଗୋସାଇଁ, ମୋ’ କାହ୍ନାରେ।“ ..

ଏଇ ଭାରତରେ

ଏଇ ଭାରତରେ

ଦେଶର ବିିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ବେଳେବେଳେ ଉତ୍ତେଜନା ସୃଷ୍ଟିହୁଏ। ଏଥିପାଇଁ ଧନସମ୍ପଦ କ୍ଷୟ ହେବା ସହିତ ଜୀବନ ହାନି ମଧ୍ୟ ଘଟିଥାଏ। କିନ୍ତୁ ଜୀବନ ମରଣ ସମସ୍ୟାରେ ପଡ଼ିବା ପରେ ଦୁଇ ସମ୍ପ୍ରଦାୟର ବ୍ୟକ୍ତିଙ୍କ ମନରେ ସୃଷ୍ଟି ହୋଇଛି ମାନବିକତା। ଏଭଳି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ହିନ୍ଦୁ ଓ ମୁସଲମାନ ସମ୍ପ୍ରଦାୟର ଦୁଇଜଣ ମହିଳା। ନିଜ ନିଜ ସ୍ବାମୀଙ୍କ ଜୀବନ ବଞ୍ଚାଇବା..

ଆତଙ୍କର ସିଧା ପ୍ରସାରଣ

ଆତଙ୍କର ସିଧା ପ୍ରସାରଣ

ଆତଙ୍କବାଦ କାର୍ଯ୍ୟକଳାପକୁ ବର୍ଣ୍ଣଭିତ୍ତିକ ଘୃଣା ପୁନଶ୍ଚ ଖୋରାକ ଯୋଗାଇଲାଣି। ୧୫ ମାର୍ଚ୍ଚ ୨୦୧୯ରେ ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚ ସହରର ଦୁଇଟି ମସ୍‌ଜିଦ୍‌ରେ ଘଟିଥିବା ଗଣହତ୍ୟା ଏହାର ସଦ୍ୟ ଦୃଷ୍ଟାନ୍ତ। ଏଥିରେ ୫ଜଣ ଭାରତୀୟଙ୍କ ସମେତ ପ୍ରାୟ ୫୦ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ଅନେକେ ଆହତ ହୋଇଛନ୍ତି। ଏହି ଅପରାଧ ଭିଆଇଥିବା ବ୍ୟକ୍ତି ସମ୍ପୂର୍ଣ୍ଣ କାଣ୍ଡ ସୋସିଆଲ ମିଡିଆରେ ଲାଇଭ୍‌ ଷ୍ଟ୍ରିମିଂ କରିଥିଲେ । 

ପାନପିକର କାହାଣୀ

ପାନପିକର କାହାଣୀ

ଡ. ରମେଶ ଚନ୍ଦ୍ର ପରିଡ଼ା

ରାସ୍ତାରେ ଯାଉ ଯାଉ ଆମ ଆଗରେ ଚାଲୁଥିବା ଲୋକଟି ହଠାତ୍‌ ପାନପିକ ଲଣ୍ଡାଏ ଛାଡିଦେବା ଏବଂ ତହିଁରୁ କିଛି ପବନରେ ଉଡିଆସି ଆମ ଦେହ ବା ମୁହଁରେ ପଡିବା ଏକ ବିରଳ ଅନୁଭୂତି ନୁହେଁ। 

ଖୋଇଲେ ମନ ପୂରେ

ଖୋଇଲେ ମନ ପୂରେ

ଅଲେଖ ଚନ୍ଦ୍ର ମିଶ୍ର

କୃଷ୍ଣସୁଦାମା ଚରିତ କିଏ ବା ନ ଜାଣେ? ଯାହା ସୁଦାମାଙ୍କୁ ଉତ୍କଟ ଦାରିଦ୍ର୍ୟରୁ ମୁକ୍ତିଦେଇ ସକଳ ଐଶ୍ୱର୍ଯ୍ୟର ଅଧିକାରୀ କରିଥିଲା, ସ୍ଥୂଳ ଦୃଷ୍ଟିରେ ତାହା ଥିଲା ମୁଠାଏ ଖୁଦଭଜା। କିନ୍ତୁ ସୂକ୍ଷ୍ମ ଦୃଷ୍ଟିରେ ତାହା ଥିଲା ସୁଦାମାଙ୍କର କୃତକର୍ମର ପ୍ରାୟଶ୍ଚିତ୍ତ ଏବଂ ଋଣ ପରିଶୋଧର ନିଦର୍ଶନ। 

ଏଇ ଭାରତରେ

ଏଇ ଭାରତରେ

ବିଦେଶ ଭ୍ରମଣରେ ଯିବା ପାଇଁ ଅଧିକାଂଶ ବ୍ୟକ୍ତି ଆଗ୍ରହ ପ୍ରକାଶ କରିଥାଆନ୍ତି। ତେବେ ସେଥିପାଇଁ ଆବଶ୍ୟକ ହୋଇଥାଏ ଟଙ୍କା। ଇଚ୍ଛାଥିଲେ ମଧ୍ୟ ଅର୍ଥ ଅଭାବରେ ବିଦେଶ ଭ୍ରମଣ ଆଶା ସାକାର ହୋଇପାରେ ନାହିଁ। ତେଣୁ ଅଳ୍ପ ଅଳ୍ପ ଟଙ୍କା ସଞ୍ଚୟ କରି ଅଧିକ ପୁଞ୍ଜି କଲେ ଯାଇ ବିଦେଶ ଭ୍ରମଣ ସମ୍ଭବ ହୋଇପାରିବ। ବିଦେଶ ଭ୍ରମଣକୁ ସାକାର ରୂପ ଦେଇପାରିଛନ୍ତି କେରଳର ଏକ ଦମ୍ପତି।


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା