ରାଜ୍ୟ |

ବଙ୍ଗୋପସାଗରରେ ଲଘୁଚାପ: ୧୪ରେ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ: ୧୪ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ତାମିଲନାଡୁ ଉପକୂଳରେ ସୃଷ୍ଟି ହୋଇଥିବା ଟ୍ରପ୍‌ଲାଇନ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ। ଏହା ଧୀରେ ଧୀରେ ଘନୀଭୂତ ହେବା ସମ୍ଭାବନା ରହିଛି। ଆସନ୍ତା ୧୪ ତାରିଖ ବେଳକୁ ଲଘୁଚାପ ଡିପ୍ରେସନ(ଅବପାତ)ରେ ପରିଣତ ହେବ ବୋଲି ଅନୁମାନ କରାଯାଉଛି। ଏହା ସାଇକ୍ଲୋନିକ ଷ୍ଟର୍ମ(ଝଡ଼) ରୂପ ନେବ କି ନାହିଁ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ଆସନ୍ତା ୧୧ କିମ୍ବା ୧୨ ତାରିଖ ବେଳକୁ ଲଘୁଚାପର ଗତିବିଧି ବିଷୟରେ ଜଣାପଡ଼ିବ  ବୋଲି ଆଞ୍ଚଳିକ  ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌.ଆର୍‌. ବିଶ୍ୱାସ କହିଛନ୍ତି। ଡିସେମ୍ବରରେ ଓଡ଼ିଶା ପାଇଁ ବାତ୍ୟା ଭୟ ପ୍ରାୟତଃ ନ ଥାଏ। ଯଦି ଲଘୁଚାପ ବାତ୍ୟା ରୂପ ନିଏ କିମ୍ବା ଏହା ତାମିଲନାଡୁ ଏବଂ ଆନ୍ଧ୍ର ପ୍ରଦେଶ ମଧ୍ୟ ଦେଇ ଗତି କରେ ତେବେ ଉପକୂଳ କିମ୍ବା ଦକ୍ଷିଣ ଓଡ଼ିଶାରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ସେ ସୂଚନା ଦେଇଛନ୍ତି। ବର୍ତ୍ତମାନ ଧାନ  ବିଲରେ ପଡ଼ିଛି। ବର୍ଷା ସମ୍ଭାବନା ଥିବାରୁ ଚାଷୀମାନେ ଧାନ ଖଳାକୁ ନେଇ ଯିବାକୁ ପରାମର୍ଶ ଦିଆଯାଇଛି।  

ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଆସନ୍ତା ୧୨ ତାରିଖ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ। ଏହି ସମୟରେ ସର୍ବନିମ୍ନ ତାପମାତ୍ରା ୧ରୁ ୨ ଡିଗ୍ରୀ ଯାଏ ହ୍ରାସ ପାଇବ। ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରଭାବ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଇଛି। ଶନିବାର ରାଜ୍ୟରେ ପାରଦ ୧ରୁ ୨ ଡିଗ୍ରୀ ତଳକୁ ଖସିଛି। ମିଳିଥିବା ସୂଚନା ଅନୁଯାୟୀ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୬.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବାବେଳେ ଦାରିଙ୍ଗିବାଡିରେ ୯, ବାଲେଶ୍ୱରରେ ୧୩, ଅନୁଗୋଳରେ ୧୨, ବାରିପଦାରେ ୧୨, ଝାରସୁଗୁଡ଼ାରେ ୧୧.୭, କେନ୍ଦୁଝରରେ ୧୦.୬ ଏବଂ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

All Right Reserved By

ରାଜ୍ୟ |

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା କଳିଙ୍ଗ କାଲସିନର କାର୍ବନ କାରଖାନା

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା କଳିଙ୍ଗ କାଲସିନର କାର୍ବନ କାରଖାନା

ପାରାଦୀପ,୨୫ା୩(ସ୍ବ.ପ୍ର.): ପାରାଦୀପ ଦୋଛକିଠାରେ ମନିହର ଗ୍ରୁପ୍‌ ଦ୍ୱାରା ପରିଚାଳିତ ହେଉଥିବା କଳିଙ୍ଗ କାଲସିନର କାର୍ବନ କାରଖାନାରେ ଶନିବାର ରାତିରେ ବିସ୍ଫୋରଣ ଘଟିଥିଲା। ଉକ୍ତ ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିଲେ ହେଁ କାରଖାନାରେ ବ୍ୟାପକ କ୍ଷତ ହୋଇଥିବା ଜଣାଯାଇଛି। 

ରାସ୍ତା ଉପରେ ନିର୍ମାଣ ସାମଗ୍ରୀ: ଯାତାୟତ ବାଧାପ୍ରାପ୍ତ

ରାସ୍ତା ଉପରେ ନିର୍ମାଣ ସାମଗ୍ରୀ: ଯାତାୟତ ବାଧାପ୍ରାପ୍ତ

ଖୋର୍ଦ୍ଧା ଅଫିସ,୨୫ା୩: ଖୋର୍ଦ୍ଧା ସହରର ହଡାଛକ ଠାରୁ ବରୁଣେଇ ସାହି ରାସ୍ତାର ଗୋପିନାଥ ମନ୍ଦିର ସମ୍ମୁଖରେ ଗୋଡି ଓ ଲୁହା ରଡ ଗଦା ହୋଇଛି। 

ଜବରଦଖଲରେ ବିଶ୍ରାମାଗାର  ଉଚ୍ଛେଦ ଦାବିରେ ଗ୍ରାମବାସୀଙ୍କ ଧାରଣା

ଜବରଦଖଲରେ ବିଶ୍ରାମାଗାର ଉଚ୍ଛେଦ ଦାବିରେ ଗ୍ରାମବାସୀଙ୍କ ଧାରଣା

ଭୋଗରାଇ,୨୫।୩(ଡି.ଏନ.ଏ.)-ସରକାରୀ ଗୃହ ଜବରଦଖଲମୁକ୍ତ ଦାବିରେ ଭୋଗରାଇ ବ୍ଲକ ଜୟରାମପୁର ଗ୍ରାମର ଶତାଧିକ ମହିଳା ଓ ପୁରୁଷ ସୋମବାର ଭୋଗରାଇ ତହସିଲ କାର୍ଯ୍ୟାଳୟରେ ୪ ଘଣ୍ଟା ପ୍ରତୀକ ଧାରଣା ଦେଇଥିଲେ। 

ଖୁମକୁଟ୍‌ଠାରେ ହାତୀଛୁଆ ମୃତ

ଖୁମକୁଟ୍‌ଠାରେ ହାତୀଛୁଆ ମୃତ

ସଜନାଗଡ଼, ୨୫।୩(ଡି.ଏନ.ଏ.)-ନୀଳଗିରି ଉପଖଣ୍ଡ ଅଧୀନ କୁଲଡ଼ିହା ଅଭୟାରଣ୍ୟର ଖୁମକୁଟ୍‌ଠାରେ ଏକ ଛୁଆହାତୀର ମୃତ୍ୟୁ ଘଟିଛି। ଏହା ଏକ ଅଣ୍ଡିରା ହାତୀ ଛୁଆ ଏବଂ ଏହାର ବୟସ ୧୦ବର୍ଷ। ଛୁଆହାତୀର ମୃତ୍ୟୁ ରକ୍ତହୀନତା କାରଣରୁ ହୋଇପାରେ ବୋଲି ଅନୁମାନ କରାଯାଉଛି। 

ଧାମରା ବନ୍ଦରରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଧାମରା ବନ୍ଦରରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଚାନ୍ଦବାଲି, ୨୫।୩ (ଡି.ଏନ.ଏ) - ଭଦ୍ରକ ଜିଲା ଧାମରା ବନ୍ଦରରେ କାର୍ଯ୍ୟରତ ଜଣେ ଶ୍ରମିକଙ୍କର ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। 

ଅତାବିରା ଆସନ ପାଇଁ ସ୍ନେହାଙ୍ଗିନୀ ଭରିଲେ ନାମାଙ୍କନ

ଅତାବିରା ଆସନ ପାଇଁ ସ୍ନେହାଙ୍ଗିନୀ ଭରିଲେ ନାମାଙ୍କନ

ବରଗଡ଼ ଅଫିସ୍‌,୨୫।୩: ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ସୋମବାର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ତଥା ଏଥରର ଦଳୀୟ ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ନାମାଙ୍କନ ଦାଖଲ କରିଛନ୍ତି ।

ନାମାଙ୍କନ ଭରିଲେ ସୁରେଶ ପୂଜାରୀ

ନାମାଙ୍କନ ଭରିଲେ ସୁରେଶ ପୂଜାରୀ

ବରଗଡ଼ ଅଫିସ୍‌, ୨୫।୩: ବରଗଡ଼ ଲୋକ ସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ସୁରେଶ ପୂଜାରୀ ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । 

  ବିଜେଡି, ଭାଜପା ପ୍ରାର୍ଥୀ କୋଳାକୋଳି

ବିଜେଡି, ଭାଜପା ପ୍ରାର୍ଥୀ କୋଳାକୋଳି

ବରଗଡ଼ ଅଫିସ୍‌,୨୫।୩: ବରଗଡ଼ ଲୋକ ସଭା ଆସନ ପାଇଁ ସୋମବାର ଉଭୟ ବିଜେଡି ଓ ଭାଜପା ପ୍ରାର୍ଥୀ ଜିଲାପାଳଙ୍କ ଅଫିସରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ।

ନାମାଙ୍କନ ଦାଖଲ କଲେ ପ୍ରସନ୍ନ

ନାମାଙ୍କନ ଦାଖଲ କଲେ ପ୍ରସନ୍ନ

ବରଗଡ଼ ଅଫିସ୍‌,୨୫।୩: ବରଗଡ଼ ଲୋକ ସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ନାମାଙ୍କନ ପତ୍ର ଦାଖଲ କଲେ କେ.ଭି.

ନାମାଙ୍କନ ପତ୍ର ଦାଖଲ କଲେ କେ.ଭି.

ପାଟଣାଗଡ଼,୨୫।୩(ଡି.ଏନ୍‌.ଏ.):  ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ମଧ୍ୟାହ୍ନ ୧୨ ଟାରେ କନକ ବର୍ଦ୍ଧନ ସିଂଦେଓ ପାଟଣାଗଡ଼ ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। 

ବିଜେପୁର ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ

ବିଜେପୁର ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ

ପଦ୍ମପୁର,୨୫।୩(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ପ୍ରାର୍ଥିପତ୍ର ଦାଖଲ କଲେ ଅଚ୍ୟୁତ ସାମନ୍ତ

ପ୍ରାର୍ଥିପତ୍ର ଦାଖଲ କଲେ ଅଚ୍ୟୁତ ସାମନ୍ତ

ଫୁଲବାଣୀ ଅଫିସ, ୨୫।୩: କନ୍ଧମାଳ ଲୋକ ସଭା ଆସନ ପାଇଁ  ବିଜେଡି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ଜିଲାପାଳ ତଥା ନିର୍ବାଚନ ଅଧିକାରୀଙ୍କ ନିକଟରେ ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। 


Model This Week

ରଶ୍ମି
Why Dharitri