ରାଜ୍ୟ | ବାଲେଶ୍ୱର

ଆଖୁଆପଦା ଛକରେ ପୋଲିସର ଚଢ଼ାଉ: ଦେଶୀ ମଦ ଜବତ, ଜଣେ ଗିରଫ

ଆଖୁଆପଦା ଛକରେ ପୋଲିସର ଚଢ଼ାଉ: ଦେଶୀ ମଦ ଜବତ, ଜଣେ ଗିରଫ

ଭଣ୍ଡାରିପୋଖରୀ,୯।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ପୋଲିସ ଆଖୁଆପଦା ଛକଠାରେ ରବିବାର ଚଢ଼ାଉ କରି ଜଣେ ଚୋରା ମଦ ବେପାରୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସ୍ଥାନୀୟ ଜଗନ୍ନାଥପ୍ରସାଦ ଗ୍ରାମର ରାଜ କିଶୋର ଦଳାଇ। ରାଜକିଶୋର ଏକ ବାଇକ୍‌ରେ ଦେଶୀ ମଦ ନେଇ ଯାଉଥିବା ସମୟରେ ଥାନାର ଏସ୍‌ଆଇ ସନ୍ତୋଷ ବିଶୋୟୀ, କନେଷ୍ଟବଳ ଚିତ୍ତରଞ୍ଜନ ନାୟକ ଏବଂ ହାବିଲଦାର ନୁନାରାମ ହାଁସଦା ଆଖୁଆପଦାଠାରେ ଜଗି ରହି ଚଢ଼ାଉ କରିଥିଲେ। ଏଥିରେ ରାଜକିଶୋରଙ୍କଠାରୁ ୧୨୦ଟି ୧୬୦ମିଲି ବୋତଲ ଥିବା ଦେଶୀମଦ ଜବତ କରିଥିଲେ। ଏଥିନେଇ ଥାନାରେ ଏକ ମାମଲା(୨୦୫/୧୮)ରେ ରୁଜୁ କରାଯିବା ସହ ରାଜକିଶୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। 

All Right Reserved By

ରାଜ୍ୟ | ବାଲେଶ୍ୱର

ଜି.ଉଦୟଗିରି ନିର୍ବାଚନମଣ୍ଡଳୀ ଲାଗି ପ୍ରାର୍ଥୀ ଘୋଷଣା: ଭାଜପାରୁ ଲଢ଼ିବେ ଅର୍ଚ୍ଚନା, ବିଜେଡିରୁ ସାଲୁଗା

ଜି.ଉଦୟଗିରି ନିର୍ବାଚନମଣ୍ଡଳୀ ଲାଗି ପ୍ରାର୍ଥୀ ଘୋଷଣା: ଭାଜପାରୁ ଲଢ଼ିବେ ଅର୍ଚ୍ଚନା, ବିଜେଡିରୁ ସାଲୁଗା

ଦାରିଙ୍ଗବାଡ଼ି,୨୨।୩(ଡି.ଏନ୍‌.ଏ): କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନମଣ୍ଡଳୀର ସାଧାରଣ ନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥିନୀ ଅର୍ଚ୍ଚନା ପ୍ରଧାନଙ୍କୁ  ଗୁରୁବାର  ଭାଜପା ପକ୍ଷରୁ ଟିକେଟ୍‌ ମିଳିଛି। ଏ ନେଇ ଅର୍ଚ୍ଚନା ଦଳର ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ସମେତ ବରିଷ୍ଠ ନେତା ଓ ସହଯୋଗୀମାନଙ୍କୁ ସାଧୁବାଦ ଜଣାଇଛନ୍ତି । 

ପୁରୀ ଷ୍ଟେଶନରେ ଅଗ୍ନିକାଣ୍ଡ: ତପସ୍ବିନୀ ଏକ୍ସପ୍ରେସର ୩ ବଗିରେ ଲାଗିଲା ନିଆଁ

ପୁରୀ ଷ୍ଟେଶନରେ ଅଗ୍ନିକାଣ୍ଡ: ତପସ୍ବିନୀ ଏକ୍ସପ୍ରେସର ୩ ବଗିରେ ଲାଗିଲା ନିଆଁ

ପୁରୀ ଅଫିସ, ୨୨।୩ : ପୁରୀ ସହରରେ ହୋଲିର ମାହୋଲ ଚାଲିଥିବାବେଳେ ରେଳଷ୍ଟେଶନରେ ଏକ ଅଭାବନୀୟ ଘଟଣା ଘଟିଛି। ୪ ନଂ ପ୍ଲାଟଫର୍ମରେ ରହିଥିବା ତପସ୍ବିନୀ ଏକ୍ସପ୍ରେସ ବଗି ନଂ(୩,୪ ଏବଂ ୫)ରେ କୌଣସି କାରଣରୁ ଅପରାହ୍ନ ୧ଟାରେ ନିଆଁ ଲାଗିଥିଲା।

 ଶତାଧିକ ଲିଟର ଦେଶୀ ମଦ, ତାଡ଼ି ଜବତ: ୪ ଗିରଫ

ଶତାଧିକ ଲିଟର ଦେଶୀ ମଦ, ତାଡ଼ି ଜବତ: ୪ ଗିରଫ

ଦାରିଙ୍ଗବାଡ଼ି,୨୨।୩(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅବକାରୀ ବିଭାଗ ପକ୍ଷରୁ   ଗୁରୁବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ  ୫୫ ଲିଟର ଦେଶୀ ମଦ, ୧୨୦ ଲିଟର ଖଜୁରି  ଓ ସଲପ ତାଡ଼ି ଜବତ କରାଯାଇଛି।

ସାଧାରଣ ନିର୍ବାଚନରେ ବେଆଇନ ଅର୍ଥ କାରବାରକୁ ରୋକିବା ପାଇଁ ପ୍ରୟାସ:    ଏସ୍‌ଏସ୍‌ଟି ଟିମ୍‌ର ସ୍ଥିତି ଅନୁଧ୍ୟାନ

ସାଧାରଣ ନିର୍ବାଚନରେ ବେଆଇନ ଅର୍ଥ କାରବାରକୁ ରୋକିବା ପାଇଁ ପ୍ରୟାସ: ଏସ୍‌ଏସ୍‌ଟି ଟିମ୍‌ର ସ୍ଥିତି ଅନୁଧ୍ୟାନ

ଦାରିଙ୍ଗବାଡ଼ି,୨୨।୩(ଡି.ଏନ୍‌.ଏ): ଚଳିତ ସାଧାରଣ ନିର୍ବାଚନକୁ ଅବାଧ ଓ ମୁକ୍ତ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ  ପ୍ରୟାସ ଆରମ୍ଭ ହୋଇଛି । ଭୋଟରଙ୍କୁ ପ୍ରାର୍ଥୀ ଏବଂ ବିଭିନ୍ନ ଦଳ ପକ୍ଷରୁ ପ୍ରଭାବିତ କରିବା ଆଶଙ୍କା କରାଯାଇ ପ୍ରଶାସନ ପକ୍ଷରୁ ଦୁଇଟି ଟିମ୍‌ ଗଠନ କରାଯାଇଛି।

୯୯ ଆସନ ଲାଗି ଭାଜପାର ପ୍ରାର୍ଥୀ ତାଲିକା ଘୋଷଣା: ଜାଣନ୍ତୁ କେଉଁ ବିଧାନସଭା ଆସନରୁ କିଏ ଲଢ଼ିବେ...

୯୯ ଆସନ ଲାଗି ଭାଜପାର ପ୍ରାର୍ଥୀ ତାଲିକା ଘୋଷଣା: ଜାଣନ୍ତୁ କେଉଁ ବିଧାନସଭା ଆସନରୁ କିଏ ଲଢ଼ିବେ...

ଭୁବନେଶ୍ୱର,୨୨।୩(ବ୍ୟୁରୋ): ବିଜେଡି ଓ କଂଗ୍ରେସ ପରେ ଗୁରୁବାର ଭାଜପା ପକ୍ଷରୁ ୨୦୧୯ ସାଧାରଣ ନିର୍ବାଚନ ଲାଗି ପ୍ରଥମ ପର୍ଯ୍ୟାୟରେ ୯୯ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଆସନ୍ତୁ ଜାଣିବା କେଉଁଠୁ କିଏ ଲଢ଼ିବେ.. 

 ଆଗକୁ ନିର୍ବାଚନ: ଭଞ୍ଜନଗରରେ ୪ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଲଢ଼େଇ

ଆଗକୁ ନିର୍ବାଚନ: ଭଞ୍ଜନଗରରେ ୪ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଲଢ଼େଇ

ଭଞ୍ଜନଗର,୨୨।୩(ଡି.ଏନ୍‌.ଏ.): ଭାଜପା ପକ୍ଷରୁ ଗୁରୁବାର ବିଳମ୍ବିତ ରାତିରେ ୯୯ ବିଧାୟକଙ୍କ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ସେଥିମଧ୍ୟରୁ ଗଞ୍ଜାମ ଜିଲା ଭଞ୍ଜନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରଦ୍ୟୁମ୍ନ ନାୟକଙ୍କୁ ଦଳ ପକ୍ଷରୁ ପ୍ରାର୍ଥୀ କରାଯାଇଛି । 

 ଷଷ୍ଠଥର ପାଇଁ ଭଞ୍ଜନଗରରୁ ଲଢ଼ିବେ  ବିକ୍ରମ ଆରୁଖ: ଟିକେଟ ପାଇବା ପରେ ସମର୍ଥକଙ୍କ ବାଇକ୍‌ ରାଲି

ଷଷ୍ଠଥର ପାଇଁ ଭଞ୍ଜନଗରରୁ ଲଢ଼ିବେ ବିକ୍ରମ ଆରୁଖ: ଟିକେଟ ପାଇବା ପରେ ସମର୍ଥକଙ୍କ ବାଇକ୍‌ ରାଲି

ଭଞ୍ଜନଗର,୨୨।୩(ଡି.ଏନ୍‌.ଏ): ଷଷ୍ଠଥର ପାଇଁ ବିଜେଡି ବିଧାୟକ ଭାବେ ଭଞ୍ଜନଗର ନିର୍ବାଚନମଣ୍ଡଳୀରୁ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ପ୍ରତିଦ୍ୱନ୍ଦ୍ୱିତା କରିବେ। 

ଏକାମ୍ର ଆସନରେ ବାବୁ ସିଂଙ୍କୁ ଟିକେଟ ମିଳିବାକୁ ବିରୋଧ: ଧାରଣାରେ ବସିଲେ ଅମୀୟଙ୍କ ସମର୍ଥକ

ଏକାମ୍ର ଆସନରେ ବାବୁ ସିଂଙ୍କୁ ଟିକେଟ ମିଳିବାକୁ ବିରୋଧ: ଧାରଣାରେ ବସିଲେ ଅମୀୟଙ୍କ ସମର୍ଥକ

ଭୁବନେଶ୍ୱର,  ୨୨।୩ (ବ୍ୟୁରୋ) : ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ପରେ ଦଳରେ ବିଦ୍ରୋହ ଦେଖାଦେଇଛି।

 ଗାଈ ଫସଲ ଖାଇବାକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ: ୪ ଗୁରୁତର

ଗାଈ ଫସଲ ଖାଇବାକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ: ୪ ଗୁରୁତର

ଭଞ୍ଜନଗର,୨୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଶାର୍ଦ୍ଦୂଳରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଈ ଫସଲ ଖାଇବାକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ୪ ଜଣ ଗୁରୁତର ହୋଇଛନ୍ତି। 

୯୯ରୁ ୯

୯୯ରୁ ୯

ଭୁବନେଶ୍ୱର,୨୨।୩(ବ୍ୟୁରୋ): ୨୦୧୯ ବିଧାନସଭା ନିର୍ବାଚନ ଲାଗି  ଓଡ଼ିଶାର ୧୪୭ ଆସନ ମଧ୍ୟରୁ ୯୯ଟି ପାଇଁ ଭାଜପା ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। 

ବୃଦ୍ଧଙ୍କୁ ନିର୍ମମ ହତ୍ୟା

ବୃଦ୍ଧଙ୍କୁ ନିର୍ମମ ହତ୍ୟା

ସରଣ୍ଡା,୨୨।୩(ଡି.ଏନ୍‌.ଏ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ  ଚକୁଳିଫାର୍ମ ସତୀଯୋର ନିକଟରେ ଜନୈକ ବୃଦ୍ଧଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ ବ୍ୟକ୍ତିଜଣକ ହେଲେ ଚକୁଳିଫାର୍ମ ନୂଆଁଖଇରପାଲିର ପି. ସତ୍ୟପ୍ରସାଦ ଚୌଧୁରୀ(୫୫) ବୋଲି ଜଣାପଡ଼ିଛି। 

ଆସ୍କା ବିଧାନସଭା ଆସନ ଝୁଲାଇ ରଖିଲା ଭାଜପା

ଆସ୍କା ବିଧାନସଭା ଆସନ ଝୁଲାଇ ରଖିଲା ଭାଜପା

ଭୁବନେଶ୍ୱର,୨୨।୩:  ଭାଜପା ପକ୍ଷରୁ ଗୁରୁବାର ଓଡ଼ିଶା ବିଧାନସଭାର ୧୪୭ଟି ଆସନ ମଧ୍ୟରୁ ୯୯ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ତେବେ ଏହି ତାଲିକାରେ ଆସ୍କା ଆସନ ବାଦ୍‌ ପଡ଼ିଛି।


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା