ଅନଗୁଳ-ଢେଙ୍କାନାଳ

୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ: ଅଧିକ ଗଛ କାଟିଥିଲେ କାର୍ଯ୍ୟାନୁଷ୍ଠାନ

ଢେଙ୍କାନାଳ ଅଫିସ, ୧୦।୧୨: ଢେଙ୍କାନାଳ ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ବେଳେ ଆବଶ୍ୟକତା ନ ଥାଇ ଶତାଧିକ ପୁରୁଣା ଗଛ କାଟି ଦିଆଯାଇଛି। ଏହାର ପ୍ରତିକୂଳ ପ୍ରଭାବ ପଡୁଛି ପରିବେଶ ଉପରେ। ଏପରି ସଙ୍ଗିନ ଅଭିଯୋଗ ଆସିବା ପରେ ଉଦ୍‌ବେଗ ବ୍ୟକ୍ତ କରିଛି ଜଙ୍ଗଲ ଏବଂ ପରିବେଶ ବିଭାଗ। ଏ ନେଇ ବିଭାଗର ସ୍ବତନ୍ତ୍ର ସଚିବ ପିସିସିଏଫ୍‌ଙ୍କୁ ପତ୍ର ଲେଖି ଜଣାଇଛନ୍ତି। ଆବଶ୍ୟକଠାରୁ ଅଧିକ ଗଛ କଟାଯାଇଥିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଏଫ୍‌ଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଢେଙ୍କାନାଳ ସମେତ ଅନୁଗୋଳ ଆର୍‌ସିସିଏଫ୍‌, କଟକ, ଆଠଗଡ଼, ଆଠମଲ୍ଲିକ, ରେଢ଼ାଖୋଲ, ଅନୁଗୋଳ ଏବଂ ସମ୍ବଲପୁର ବନ ବିଭାଗକୁ ତଦନ୍ତ କରି ରିପୋର୍ଟ ଦେବାକୁ ଚିଠିରେ  ଉଲ୍ଲେଖ ରହିଛି।

କଟକ, ଢେଙ୍କାନାଳ, ଅନୁଗୋଳ ଏବଂ ସମ୍ବଲପୁର  ଜିଲା ଦେଇଯାଇଥିବା ୫୫ନଂ. ଜାତୀୟ ରାଜପଥକୁ ୪ ଲେନ୍‌ ବିଶିଷ୍ଟ କରାଯାଉଛି। ୨୦୧୮ରୁ ଆରମ୍ଭ ହୋଇଥିବା ଏହି ଉନ୍ନତୀକରଣ କାର୍ଯ୍ୟ ୨୦୨୦ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖିଛି ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)। ରାସ୍ତା ସମ୍ପ୍ରସାରଣ ଲାଗି ଗଛ କାଟିବାକୁ ଅନୁମତି ଦିଆଯାଇଛି, ହେଲେ ଏହାକୁ ଅଣଦେଖା କରାଯାଉଛି। ସମ୍ପ୍ରସାରଣ ଲାଗି ଅଧିକୃତ ଜମି ବ୍ୟତୀତ ଅନ୍ୟ ଜମିରେ ଥିବା ପୁରୁଣା ବର, ଅଶ୍ୱତ୍‌ଥ, ଆମ୍ବ, ନିମ୍ବ, ଚାକୁଣ୍ଡା ଗଛ କାଟି   ଦିଆଯାଉଛି। ଏ ନେଇ ପୂର୍ବତନ ନଗରପାଳ ତଥା ଆଇନଜୀବୀ ସୁରେନ୍ଦ୍ର ମିଶ୍ର ଢେଙ୍କାନାଳ ବିଧାୟକ ସରୋଜ କୁମାର ସାମଲ ଏବଂ ପରିବେଶ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ୨୦୧୮ ନଭେମ୍ବର ୧୪ରେ ବିଧାୟକ ପରିବେଶ ବିଭାଗକୁ ଏ ଦିଗରେ ପଦକ୍ଷେପ ନେବାକୁ ଅବଗତ ମଧ୍ୟ କରାଇଥିଲେ। ଏହାପରେ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ସଚିବ ଦେବୀଦତ୍ତ ବିଶ୍ୱାଳ  (ନଂ. ୨୫୮୦୨/ଏଫ୍‌ ଆଣ୍ଡ୍‌ ଇ-ଭୁବନେଶ୍ୱର, ୩୦ା୧୧ା୧୮)ରେ ପିସିସିଏଫ୍‌ଙ୍କୁ ପତ୍ର ଲେଖିଛନ୍ତି। ଅଭିଯୋଗର ବିଧିବଦ୍ଧ ତଦନ୍ତ କରି  ରିପୋର୍ଟ ଦେବାସହ ଆବଶ୍ୟକତାଠାରୁ ଅଧିକ ଗଛ ନ କାଟିବା ଦିଗରେ ଯତ୍ନବାନ ହେବାକୁ ଉକ୍ତ ପତ୍ରରେ ସ୍ପଷ୍ଟଉଲ୍ଲେଖ ରହିଛି।

ଏ ସଂକ୍ରାନ୍ତରେ ଡିଏଫ୍‌ଓ ସୁଦର୍ଶନ ପାତ୍ର କୁହନ୍ତି, ୪ଜିଲାର ଡିଏଫ୍‌ଓଙ୍କୁ ଯଦି ଉକ୍ତ ପତ୍ର ପଠାଯାଇଛି, ତେବେ ଆମ ପାଖକୁ ମଧ୍ୟ ଆସିଥିବ। ବିଭାଗ ପକ୍ଷରୁ  ସମ୍ପ୍ରସାରଣ କାମ ନେଇଥିବା ଆବଶ୍ୟକଠାରୁ ଅଧିକ ଗଛ ନ କାଟିବାକୁ ଠିକାସଂସ୍ଥାକୁ ପ୍ରଥମରୁ ତାଗିଦ୍‌ କରାଯାଇଛି ବୋଲି ସେ ସୂଚନା ଦେଇଛନ୍ତି।

All Right Reserved By

ଅନଗୁଳ-ଢେଙ୍କାନାଳ

ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ-୨ର ସମୀକ୍ଷା: ଉଜୁଡ଼ା ଜଙ୍ଗଲ ପୁନରୁଦ୍ଧାର ମୁଖ୍ୟଲକ୍ଷ୍ୟ

ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ-୨ର ସମୀକ୍ଷା: ଉଜୁଡ଼ା ଜଙ୍ଗଲ ପୁନରୁଦ୍ଧାର ମୁଖ୍ୟଲକ୍ଷ୍ୟ

ଢେଙ୍କାନାଳ ଅଫିସ, ୨୩।୧-ଢେଙ୍କାନାଳ ବନଖଣ୍ଡ ଅନ୍ତର୍ଗତ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ-୨ର ବାର୍ଷିକ ସମୀକ୍ଷା ବୈଠକ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। 

ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ: କାର୍ଯ୍ୟକ୍ଷମ ହେବ ସବୁ ଚେକ୍‌ଡ୍ୟାମ୍‌

ଢେଙ୍କାନାଳ ଅଫିସ, ୨୩।୧- ଢେଙ୍କାନାଳ କ୍ଷୁଦ୍ର ଜଳସେଚନ ବିଭାଜନ କାର୍ଯ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୧୯ ପାଳିତ ହୋଇଯାଇଛି। 

ପାଲଲହଡ଼ା ପୋଲିସକୁ ବଡ଼ ସଫଳତା: ଧରାପଡ଼ିଲେ ୩ ଆନ୍ତଃରାଜ୍ୟ ବ୍ୟାଙ୍କ ଲୁଟେରା

ପାଲଲହଡ଼ା ପୋଲିସକୁ ବଡ଼ ସଫଳତା: ଧରାପଡ଼ିଲେ ୩ ଆନ୍ତଃରାଜ୍ୟ ବ୍ୟାଙ୍କ ଲୁଟେରା

ପାଲଲହଡା,୨୩ା୧(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ପୋଲିସକୁ ମିଳିଛି ବଡ ସଫଳତା। କୋଅପରେଟିଭ ବ୍ୟାଙ୍କ ପାଲଲହଡ଼ା ଶାଖା ଲୁଟ୍‌ ଘଟଣାର ବର୍ଷକ ପରେ ଧରାପଡିଛନ୍ତି ଆନ୍ତଃରାଜ୍ୟ ବ୍ୟାଙ୍କ ଲୁଟେରା ଗ୍ୟାଙ୍ଗର ୩ ସଦସ୍ୟ। ୨୦୧୭ରେ ଏମାନେ ୭ ଲକ୍ଷ ୮୩ ହଜାର ଟଙ୍କା ଓ ୨୭ ଗ୍ରାମ ସୁନା ଲୁଟି ଫେରାର ହୋଇଯାଇଥିଲେ।

ଟ୍ରକ୍‌ ଧକ୍କାରେ ନାଲ୍‌କୋ ଇଞ୍ଜିନିୟର ଗୁରୁତର

ଟ୍ରକ୍‌ ଧକ୍କାରେ ନାଲ୍‌କୋ ଇଞ୍ଜିନିୟର ଗୁରୁତର

ବଅଁରପାଳ, ୨୩।୧ (ଡି.ଏନ୍‌.ଏ.)-ନାଲ୍‌କୋ ସ୍ମେଲଟର ପ୍ଲାଣ୍ଟ ମୁଖ୍ୟ ଫାଟକ ପରିସରରେ ମଙ୍ଗଳବାର ଅପରାହ୍ନରେ ଏକ ଟ୍ରକ୍‌ ଧକ୍କାରେ ନାଲ୍‌କୋର ଇଞ୍ଜିନିୟର ରାଜେଶ ମହାନ୍ତ ଗୁରୁତର ହୋଇଛନ୍ତି। 

ବିଭିନ୍ନ ପୌରସଂସ୍ଥା ଆର୍ଥିକ ସ୍ଥିତି ସମୀକ୍ଷା କଲେ ୫ମ ଅର୍ଥ କମିଶନ ଅଧ୍ୟକ୍ଷ: ଆୟ ବୃଦ୍ଧି ଉପରେ ଅଧିକ ଗୁରୁତ୍ୱ

ବିଭିନ୍ନ ପୌରସଂସ୍ଥା ଆର୍ଥିକ ସ୍ଥିତି ସମୀକ୍ଷା କଲେ ୫ମ ଅର୍ଥ କମିଶନ ଅଧ୍ୟକ୍ଷ: ଆୟ ବୃଦ୍ଧି ଉପରେ ଅଧିକ ଗୁରୁତ୍ୱ

ଅନୁଗୋଳ ଅଫିସ, ୨୩।୧-ରାଜ୍ୟ ପଞ୍ଚମ ଅର୍ଥ କମିଶନ ଅଧ୍ୟକ୍ଷ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଡା. ଆର୍‌.ଏନ୍‌. ସେନାପତିଙ୍କ ଅଧ୍ୟକ୍ଷତାରେ ଏକ ୩ ଜଣିଆ ପ୍ରତିନିଧି ଦଳ ମଙ୍ଗଳବାର ଅନୁଗୋଳ ଜିଲା ଗସ୍ତରେ ଆସି ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ବ ଡିଭିଜନର ୨୪ଟି ପୌରପାଳିକା, ୧୦ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୨ଟି ନିଗମର ଆର୍ଥିକ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି।

ବିହନ ବଣ୍ଟନରେ ଠକେଇ ଅଭିଯୋଗ: ପ୍ୟାକେଟ ପିଛା କେଜିଏ କମ୍‌

ବିହନ ବଣ୍ଟନରେ ଠକେଇ ଅଭିଯୋଗ: ପ୍ୟାକେଟ ପିଛା କେଜିଏ କମ୍‌

ଭାପୁର, ୨୩।୧(ଡି.ଏନ୍‌.ଏ.)-ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ରବି ଫସଲ ବିହନ ପ୍ୟାକେଟରେ  ନିର୍ଦ୍ଧାରିତ ପରିମାଣଠାରୁ କମ୍‌ ରହୁଥିତ୍ବା ଅଭିଯୋଗ ଆଣିଛନ୍ତି  ଢେଙ୍କାନାଳ ସଦର ବ୍ଲକ ଭାପୁର ପଞ୍ଚାୟତର ଚାଷୀ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।

ବାର୍‌ହା ଶିକାର ପାଇଁ ବିଛାଯାଇଥିଲା ବିଦ୍ୟୁତ୍‌ ତାର: ୨ ବାଇକ୍‌ ଆରୋହୀ ମୃତ

ଓଡ଼ାପଡ଼ା/ସାତମାଇଲ, ୨୩।୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଅନ୍ତର୍ଗତ ରକଲା-ମାଳିସାହି ଅଞ୍ଚଳରେ ମଙ୍ଗଳବାର ରାତିରେ ଅଭାବନୀୟ ଘଟଣା ଘଟିଛି। ବାର୍‌ହା ଶିକାର ଲାଗି ବିଛାଯାଇଥିବା ବିଦ୍ୟୁତ୍‌ ତାରରେ ଛନ୍ଦିହୋଇ ଦୁଇ ବାଇକ୍‌ ଆରୋହୀ ପ୍ରାଣ ହରାଇଛନ୍ତି। 

ବିଭିନ୍ନ ଉନ୍ନୟନ କାର୍ଯ୍ୟର ଭୂମିପୂଜନ, ଉଦ୍‌ଘାଟନ

ବିଭିନ୍ନ ଉନ୍ନୟନ କାର୍ଯ୍ୟର ଭୂମିପୂଜନ, ଉଦ୍‌ଘାଟନ

ଅନୁଗୋଳ ଅଫିସ, ୨୩।୧-ଅନୁଗୋଳ ବ୍ଲକ ଶୁସୁଡା ପଞ୍ଚାୟତ ମାଳତୀ ବିହାରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଭୂମିପୂଜନ ଓ ଉଦ୍‌ଘାଟନ ଢେଙ୍କାନାଳ-ଅନୁଗୋଳ ଏମ୍‌ପି ତଥାଗତ ସତପଥୀଙ୍କ ଜିଲା ପ୍ରତିନିଧି ଭକ୍ତି ପ୍ରସାଦ ଦାସଙ୍କ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି। 

ଜିଲାସ୍ତରୀୟ ନିଯୁକ୍ତି ମେଳା: ସିଧାସଳଖ ନିଯୁକ୍ତି ପାଇଲେ ୪୫୧

ଜିଲାସ୍ତରୀୟ ନିଯୁକ୍ତି ମେଳା: ସିଧାସଳଖ ନିଯୁକ୍ତି ପାଇଲେ ୪୫୧

ଅନୁଗୋଳ ଅଫିସ, ୨୩।୧-ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟ ଖେଳ ପଡ଼ିଆରେ ମଙ୍ଗଳବାର ପୂର୍ବାହ୍ନରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି।

ଆଜିଠାରୁ ପୁସ୍ତକ ମେଳା

ଆଜିଠାରୁ ପୁସ୍ତକ ମେଳା

ତାଳଚେର,୨୨ା୧(ନି.ପ୍ର.)- ତାଳଚେର ଷୋଡ଼ଶ ପୁସ୍ତକ ମେଳା ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ଜାନୁୟାରୀ ୩୦ ପର୍ଯ୍ୟନ୍ତ ଚାଲିବ। ପ୍ରତ୍ୟେହ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଓଡ଼ିଆ ପାରମ୍ପରିକ ଖାଦ୍ୟ, ଆଲୋଚନାଚକ୍ର, କୁଇଜ ପ୍ରତିଯୋଗିତାମାନ ଅନୁଷ୍ଠିତ ହେବ। 

ଘନ କୁହୁଡ଼ି ବଳୟରେ ତାଳଚେର

ଘନ କୁହୁଡ଼ି ବଳୟରେ ତାଳଚେର

ତାଳଚେର,୨୨ା୧(ନି.ପ୍ର.)- ତାଳଚେର ଓ ଆଖପାଖ ଅଞ୍ଚଳରେ ମଙ୍ଗଳବାର ସକାଳୁ ଘନ କୁହୁଡି ପରିଲକ୍ଷିତ ହୋଇଥିଲା। ସ୍ଥିତି ଏପରି ଥିଲା ଯେ ୧୫ ରୁ ୨୦ ମିଟର ଦୂରତା ମଧ୍ୟରେ ରାସ୍ତା ସ୍ପଷ୍ଟ ଦେଖା ଯାଉ ନ ଥିଲା।

ଅଚୁତ୍ୟପୁର କପ ଉଦ୍‌ଘାଟିତ, ଅନ୍ତୁଳିଆ ବିଜୟୀ

ଅଚୁତ୍ୟପୁର କପ ଉଦ୍‌ଘାଟିତ, ଅନ୍ତୁଳିଆ ବିଜୟୀ

ବଇଣ୍ଡା,୨୨।୧(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତ ଅଚୁତ୍ୟପୁର ଗ୍ରାମ ଖେଳ ପଡ଼ିଆଠାରେ ଜୀବନଜ୍ୟୋତି କ୍ରିକେଟ କ୍ଲବ ଆନୁକୁଲ୍ୟରେ ମଙ୍ଗଳବାର ଅଚୁତ୍ୟପୁର କପ ଉଦ୍‌ଘାଟିତ ହୋଇଛି। ମୁଖ୍ୟଅତିଥି ଭାବେ ପେଡ଼ିପଥର ସରପଞ୍ଚ  ଅର୍ଣ୍ଣପୂନ୍ନା ବେହେରା ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ।