ବାଲେଶ୍ୱର

ବୈଜ୍ଞାନିକ ଡ.ଜଗନ୍ନାଥ ପାତ୍ର ସମ୍ବର୍ଦ୍ଧିତ

ବୈଜ୍ଞାନିକ ଡ.ଜଗନ୍ନାଥ ପାତ୍ର ସମ୍ବର୍ଦ୍ଧିତ

ବାରିପଦା ଅଫିସ,୧୦।୧୨- ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ବୈଜ୍ଞାନିକ ଡ.ଜଗନ୍ନାଥ ପାତ୍ର କୃଷି ବିଜ୍ଞାନ କେନ୍ଦ୍ରର ଶ୍ରେଷ୍ଠ ବୈଜ୍ଞାନିକ ଭାବେ ଜାତୀୟ ସ୍ତରରେ ସମ୍ବର୍ଦ୍ଧିିତ ହୋଇଛନ୍ତି।  ଯଶିପୁର ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର-୨ରେ ସେ ବେଜ୍ଞାନିକ ଭାବେ କାର୍ଯ୍ୟ କରୁଛନ୍ତି।  କୋଲକତା ସ୍ଥିତ ପଶ୍ଚିମବଙ୍ଗ ପଶୁପାଳନ ଏବଂ ମତ୍ସ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ପରିସରରେ ଭାରତୀୟ ସମ୍ପ୍ରସାରଣ ଶିକ୍ଷା ସମିତି ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ତ୍ରିଦିବସୀୟ ଜାତୀୟ ସ୍ତରୀୟ ଆଲୋଚନା ଅବସରରେ ଡ.ପାତ୍ରଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଉତ୍କୃଷ୍ଟ  ପାରଦର୍ଶିତା ପାଇଁ ତାଙ୍କୁ ସମ୍ମାନିତ କରାଯାଇଛି। ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ରାମକୃଷ୍ଣ ମିଶନ ଆଶ୍ରମର ରାଷ୍ଟ୍ରୀୟ ସମ୍ପାଦକ ସ୍ବାମୀ ସର୍ବାଲୋକାନନ୍ଦ ଯୋଗଦେଇଥିବା ବେଳେ ଉତ୍ତର ପ୍ରଦେଶ ବାନ୍ଦା କୃଷି ଓ ପ୍ରାଦ୍ୟୋଗିକ ବିଶ୍ୱବିଦ୍ୟାଳୟର କୁଳପତି ଡ.ୟୁଏସ ଗୌତମ, ଭାରତୀୟ କୃଷି ଗବେଷଣା ପରିଷଦର ପ୍ରାକ୍ତନ ଯୁଗ୍ମ ନିର୍ଦ୍ଦେଶକ ଡ.ବଳଦେଓ ସିଂ, ବିଧାନଚନ୍ଦ୍ର କୃଷି ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୁଳପତି ପ୍ରଫେସର ମାନସ ଅଧିକାରୀ, କୋଲକତା ଜୋନର କୃଷି ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡ.ସତୀଶଙ୍କର ସିଂ ସହ ଅନ୍ୟମାନେ ଯୋଗଦେଇଥିଲେ। ଏହାସହ ଧାନ ବିହନ ଉତ୍ପାଦନ, ଉନ୍ନତମାନର କୁକୁଡା ଚିଆଁ ପାଳନ, ଛତୁ ଉଦ୍ୟୋଗ, ଚାରା ଉତ୍ପାଦନ କାର୍ଯ୍ୟକ୍ରମ ଦ୍ୱାରା ୬୦ଲକ୍ଷରୁ ଅଧିକ ରାଜସ୍ବ ଦେବାରେ ସକ୍ଷମ ହୋଇଛନ୍ତି।  

All Right Reserved By

ବାଲେଶ୍ୱର

ନକଲି କାଗଜପତ୍ରରେ ରାତାରାତି ଧାନ ଚାଲାଣ:  ପୋଲିସ, ଯୋଗାଣ ବିଭାଗର ତଦନ୍ତ ଆରମ୍ଭ

ନକଲି କାଗଜପତ୍ରରେ ରାତାରାତି ଧାନ ଚାଲାଣ: ପୋଲିସ, ଯୋଗାଣ ବିଭାଗର ତଦନ୍ତ ଆରମ୍ଭ

ଭଦ୍ରକ ଅଫିସ,୨୩ା୧-ରାତାରାତି ନକଲି କାଗଜପତ୍ର ଧରି ଜିଲାରୁ ଅନ୍ୟ ଜିଲାକୁ ଟ୍ରକ ମାଧ୍ୟମରେ ଚାଲାଣ ହେଉଛି ଧାନ । ଯୋଗାଣ ବିଭାଗ ଓ ପୋଲିସକୁ ଚକମା ଦେଖାଇବା ପାଇଁ କମ୍ପ୍ୟୁଟର ମାଧ୍ୟମରେ ନକଲି ଟ୍ରାଞ୍ଜିଟ ପାଶ୍‌ ପ୍ରିଣ୍ଟ କରି ଧାନ ଚାଲାଣ କରାଯାଉଛି।

ବୋମାମାଡ଼ରେ ୪ ଆହତ, ୫ ଅଭିଯୁକ୍ତ ଗିରଫ

ଚାନ୍ଦବାଲି,୨୩ା୧(ଡି.ଏନ.ଏ.)-ଚାନ୍ଦବାଲି ଥାନା ଅନ୍ତର୍ଗତ ନାଲଗୁଣ୍ଡା ଗ୍ରାମ ପଞ୍ଚାୟତ ଇଟାଗୋଠ ଗାଁରେ ଗୋଷ୍ଠୀ ବିବାଦ କାରଣରୁ ସୋମବାର ବିଳମ୍ବିତ ରାତିରେ ବୋମାମାଡ ହୋଇଛି।

୮ ବର୍ଷ ହେଲା ହୋଇନି ପ୍ରାଣୀ ଗଣନା:  ପ୍ରାଣୀଙ୍କୁ ଅଣଦେଖା

୮ ବର୍ଷ ହେଲା ହୋଇନି ପ୍ରାଣୀ ଗଣନା: ପ୍ରାଣୀଙ୍କୁ ଅଣଦେଖା

ଭଦ୍ରକ ଅଫିସ, ୨୩।୧-(ବିଭୁପ୍ରସାଦ ବେହେରା)-ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ଶତାଧିକ  ଯୋଜନା ପ୍ରଣୟନ କରିଛନ୍ତି। ଗର୍ଭଧାରଣ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ନାନା ଲୋଭନୀୟ ଯୋଜନା କାମ କରୁଛି। 

ନାରୀ ଶିକ୍ଷାର ମହତ୍ୱ, ମୌଳିକ ଅଧିକାର ଉପରେ ଗୁରୁତ୍ୱ

ନାରୀ ଶିକ୍ଷାର ମହତ୍ୱ, ମୌଳିକ ଅଧିକାର ଉପରେ ଗୁରୁତ୍ୱ

ଭଦ୍ରକ  ଅଫିସ,୨୩ା୧- ଅହମଦିୟା ମହିଳା ମୁସ୍‌ଲିମ୍‌ ସଂଗଠନ(ଲଜନା ଇମାୟୁଲା) ତରଫରୁ ଅହମଦିଆ ମୁସ୍‌ଲିମ୍‌ ମସ୍‌ଜିଦ୍‌ ପ୍ରାଙ୍ଗଣରେ ଏକ ଦିନିକିଆ  ମହିଳା ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। 

ଉଦ୍ଧାର ସମ୍ବର ମୃତ

ଉଦ୍ଧାର ସମ୍ବର ମୃତ

କପ୍ତିପଦା, ୨୩ା୧ (ଡ଼ି.ଏନ୍‌.ଏ): ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ଅଧୀନ କଳମଗଡ଼ିଆ ପଞ୍ଚାୟତ ଅଫିସ ନିକଟରେ ମଙ୍ଗଳବାର ଏକ ସମ୍ବର ବୁଲୁଥିବା  ଦେଖି ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ ।

‘ମୁଖ୍ୟମନ୍ତ୍ରୀଙ୍କୁ ଖୁସି କରିବା ପାଇଁ କୋର୍ଟ ଗଲେ ଏମ୍‌ପି ’

‘ମୁଖ୍ୟମନ୍ତ୍ରୀଙ୍କୁ ଖୁସି କରିବା ପାଇଁ କୋର୍ଟ ଗଲେ ଏମ୍‌ପି ’

ବାରିପଦା ଅଫିସ,୨୩ା୧- ଗତ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାରିପଦା ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ମୟୂରଭଞ୍ଜ ଏମପି ଇଂ ରାମଚନ୍ଦ୍ର ହାଁସଦାଙ୍କ ପ୍ରତି କଟୁ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଛି।  

ଶିମିଳିପାଳରୁ ଲୋପ ପାଉଛି  ଶିମିଳି

ଶିମିଳିପାଳରୁ ଲୋପ ପାଉଛି ଶିମିଳି

କପ୍ତିପଦା,୨୩ା୧(ଡି.ଏନ.ଏ)- ପୂର୍ବରୁ ଶିମିଳିପାଳରେ ଅଧିକ ସଂଖ୍ୟକ ଶିମିଳିଗଛ ଥିବାରୁ ଏହା ଶିମିଳିପାଳ ନାମରେ ନାମିତ ଥିବା  ପରିବେଶବିତ୍‌ କୁହନ୍ତି।

ଫେବୃୟାରୀ ୮ରୁ ‘ପରୀ’

ଫେବୃୟାରୀ ୮ରୁ ‘ପରୀ’

ବାଲେଶ୍ୱର ଅଫିସ,୨୩।୧-ଆସନ୍ତା ଫେବୃୟାରୀ ୮ରୁ ‘ପରୀ’ କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି ବାଲେଶ୍ୱର ନୃତ୍ୟ ସଙ୍ଗୀତ କଳାମନ୍ଦିର ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।

ବାଟବଣା ହୋଇଛି ‘ଲ୍ୟାଣ୍ଡ ବ୍ୟାଙ୍କ ଯୋଜନା’:  ଅଭିଯୋଗ ଆଣିଲା ଭାଜପା

ବାଟବଣା ହୋଇଛି ‘ଲ୍ୟାଣ୍ଡ ବ୍ୟାଙ୍କ ଯୋଜନା’: ଅଭିଯୋଗ ଆଣିଲା ଭାଜପା

ବାଲେଶ୍ୱର ଅଫିସ, ୨୩।୧-ରାଜ୍ୟ ସରକାରଙ୍କର ‘ଲ୍ୟାଣ୍ଡ ବ୍ୟାଙ୍କ ଯୋଜନା’  ବାଟବଣା ହୋଇଛି। ଏଥିରେ ଚାଷୀମାନଙ୍କୁ ହଇରାଣ କରାଯାଉଛି ବୋଲି ବାଲେଶ୍ୱରର ଏକ ଘରୋଇ ହୋଟେଲ ପରିସରରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ରାଜ୍ୟ ସମ୍ପାଦିକା ତଥା ମୁଖପାତ୍ର ଡ. ଲେଖାଶ୍ରୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି।  

ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ, ୪ ଚୋରା ମଦ ବେପାରୀ ଗିରଫ

ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ, ୪ ଚୋରା ମଦ ବେପାରୀ ଗିରଫ

ବସ୍ତା, ୨୨।୧(ସ୍ବ.ପ୍ର.)-ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨୬ ଲିଟର ମଦ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି।

ମଦ କାରବାର ବନ୍ଦ, ଜବରଦଖଲ ଉଚ୍ଛେଦ ଦାବି ତେଜିଲା: ଟାୟାର ଜାଳି ରାଜ୍ୟ ରାଜପଥ ଅବରୋଧ

ମଦ କାରବାର ବନ୍ଦ, ଜବରଦଖଲ ଉଚ୍ଛେଦ ଦାବି ତେଜିଲା: ଟାୟାର ଜାଳି ରାଜ୍ୟ ରାଜପଥ ଅବରୋଧ

ସଜନାଗଡ଼, ୨୨।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ପିଠାହତା ପଞ୍ଚାୟତ ଯାମୁନା ଛକର ଉଭୟ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଏବଂ ମଦ କାରବାର ବନ୍ଦ ଦାବିରେ ମଙ୍ଗଳବାର ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଛନ୍ତି। 

‘ଆମକୁ ନିଯୁକ୍ତି ସୁଯୋଗ ମିଳୁ’

‘ଆମକୁ ନିଯୁକ୍ତି ସୁଯୋଗ ମିଳୁ’

ଯୋଡ଼ା,୨୨।୧(ଡି.ଏନ.ଏ.): ଅଖିଳ ଭାରତୀୟ କ୍ରାନ୍ତିକାରୀ ଆଦିବାସୀ ମହାସଭା ପକ୍ଷରୁ ମଙ୍ଗଳବାର ଯୋଡା ବିଡିଓଙ୍କୁ ୧୪ ଦଫା ସମ୍ବଳିତ ଦାବିପତ୍ର ଦିଆଯାଇଛି। ଯୋଡ଼ା ବ୍ଲକର କାରାଖେଣ୍ଡରା, ଉଲିବୁରୁ, ଦେଓଝର, ଅଁସେଇକଳା, କଣ୍ଡରା, ଠାକୁରାଣୀ ଗ୍ରାମର ଶତାଧିକ ମହିଳାପୁରୁଷ ୨୦ କି.ମି. ରାସ୍ତା ପାଦରେ ଚାଲି ଦାବିପତ୍ର ଦେବାକୁ ଯାଇଥିଲେ। କାରଖାନା ଓ ଖଣିରେ ବହୁଳ ମେଶିନ୍‌ ପ୍ରଚଳିତ ହେଉଛି।