ବାଲେଶ୍ୱର

ଖଣି ଅଧିକାରୀ, ସ୍ତ୍ରୀଙ୍କ ରହସ୍ୟଜନକ ମୃତ୍ୟୁ

ଖଣି ଅଧିକାରୀ, ସ୍ତ୍ରୀଙ୍କ ରହସ୍ୟଜନକ ମୃତ୍ୟୁ

ଯୋଡ଼ା/କେନ୍ଦୁଝର, ୧୦ା୧୨(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ରୁଙ୍ଗଟା ଖଣିର ମେକାନିକାଲ ବିଭାଗର ସହ-ସାଧାରଣ ପ୍ରବନ୍ଧକ ସୁଜିତ ହେମ୍ବ୍ରମ (୪୪) ଏବଂ ତାଙ୍କ ସ୍ତ୍ରୀ ବେରୁଣୀଚାନ୍ଦ (୩୮)ଙ୍କ ରହସ୍ୟଜନକ ମୃତ୍ୟୁ ଘଟିଛି। ରୁଙ୍ଗଟା ଖଣି କଲୋନୀର ଏକ କ୍ୱାର୍ଟର୍ସରେ ଶୋଇବା କୋଠରିରୁ ଉଭୟଙ୍କ ରକ୍ତାକ୍ତ ମୃତଦେହ ରବିବାର ସକାଳେ ଉଦ୍ଧାର କରାଯାଇଛି। ଏହି ଦମ୍ପତିଙ୍କ ମୃତଦେହ ପଡ଼ିଥିବା କୋଠରିର ଅଭାବନୀୟ ଦୃଶ୍ୟ ସମସ୍ତଙ୍କୁ ଚକିତ କରିଥିଲା। ଖଟ ଉପରେ ପଡ଼ିଥିବା ମୃତା ବେରୁଣୀଚାନ୍ଦଙ୍କ ବେକରେ ଏକ ଲୁହା ଚେନ୍‌ ବନ୍ଧା ଯାଇଥିଲା। ଖଟ ତଳେ ସୁଜିତଙ୍କ ମୃତଦେହ ପଡ଼ିରହିଥିଲା। ତାଙ୍କ ହାତରେ ରହିଥିଲା ସ୍ତ୍ରୀଙ୍କ ବେକରେ ଲାଗିଥିବା ଲୁହା ଚେନର ଗୋଟିଏ ମୁଣ୍ଡ। ମୃତଦେହ ନିକଟରେ ରକ୍ତ ଲାଗିଥିବା ଏକ ବେଣ୍ଟ ଲଗା ଲୁହା ଗଇଁତି ମଧ୍ୟ ପଡ଼ି ରହିଥିଲା। ପାରିପାର୍ଶ୍ୱିକ ସ୍ଥିତିରୁ ଏହା ହତ୍ୟା ବୋଲି ସନ୍ଦେହ କରାଯାଉଥିଲେ ମଧ୍ୟ ଦୁହଁଙ୍କର କିଭଳି ମୃତ୍ୟୁ ଘଟିଲା ତାହା ରହସ୍ୟାଘେରରେ ରହିଛି। ବାମେବାରୀ ପୋଲିସ ସନ୍ଧାନୀ କୁକୁର ସାହାଯ୍ୟରେ ତଦନ୍ତ ଚଳାଇ ଅପରାହ୍ନ ବେଳକୁ ୨ ମୃତଦେହକୁ ବ୍ୟବଚ୍ଛେଦ ଲାଗି ବଡ଼ବିଲ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି। ଦମ୍ପତିଙ୍କ ମୃତଦେହ ମିଳିଥିବା କ୍ୱାର୍ଟର୍ସର ଏକ ଅନ୍ୟ କୋଠରିରେ ତାଙ୍କ କଲେଜ ପଡ଼ୁଆ ଝିଅ ରହିଥିଲେ। ଝିଅ ନିଦରେ ଶୋଇପଡ଼ିଥିବାରୁ ଏଭଳି କାଣ୍ଡ କିପରି ଘଟିଲା ସେନେଇ ସେ କିଛି ଜାଣିପାରି ନ ଥିବା କହିଛନ୍ତି। 

ଯୋଡ଼ାଠାରୁ ରୁଙ୍ଗଟା ଖଣି କଲୋନୀର ଦୂରତା ପ୍ରାୟ ୧୩ କି.ମି. ହେବ। ଯେଉଁ କ୍ୱାର୍ଟର୍ସରୁ ମୃତଦେହ ଉଦ୍ଧାର ହୋଇଛି ତାହା କଲୋନୀର ମଝି ଅଞ୍ଚଳରେ ଅବସ୍ଥିତ। କ୍ୱାର୍ଟର୍ସରେ ରହିଛି ୩ଟି ବେଡରୁମ୍‌ । ରାତିରେ ମା’ବାପା ଶୋଇବା ଘରକୁ ଯିବା ପରେ ତାଙ୍କ ଝିଅ ନିଜ କୋଠରିକୁ ଯାଇ ଶୋଇଥିଲେ। ରବିବାର ସକାଳେ ସେ ନିଦରୁ ଉଠି ମା’ବାପାଙ୍କ ଶୋଇବା କୋଠରିରେ ସେମାନଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ। ଏହାପରେ ସେ ଭୟଭୀତ ହୋଇ ପଡିଶା ଲୋକଙ୍କୁ ଡାକ ପକାଇ ଥିଲେ। ଖଣି ଅଧିକାରୀ ଓ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସେହି ସ୍ଥାନ ଲୋକାରଣ୍ୟ ହୋଇପଡ଼ିଥିଲା। ଖଟ ଉପରେ ବେରୁଣୀଚାନ୍ଦ ଓ ତଳେ ସୁଜିତଙ୍କ ମୃତଦେହ ଯେଭଳି ଅବସ୍ଥାରେ ପଡ଼ିଥିଲା ତାହା ଦେଖି ସମସ୍ତେ ହତବାକ ହୋଇ ପଡ଼ିଥିଲେ। ଖବର ପାଇ ୬ କି.ମି. ଦୂର ବାମେବାରୀ ଥାନାରୁ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ପାରିବାରିକ କଳହରୁ ମାରପିଟ ଭଳି ଘଟଣା ଘଟି ଉଭୟ ସ୍ତ୍ରୀ ଓ ସ୍ବାମୀଙ୍କ ଜୀବନ ଯାଇଥାଇ ପାରେ ବୋଲି ପ୍ରାଥମିକ ତଦନ୍ତ ପରେ ପୋଲିସ ସନ୍ଦେହ କରୁଥିବା ଥାନା ଅଧିକାରୀ ପରେଶ କୁମାର ମହାନ୍ତି ପ୍ରକାଶ କରିଛନ୍ତି।

ଶନିବାର ରାତିରେ ମା’ବାପାଙ୍କ ମଧ୍ୟରେ ବଚସା ହୋଇଥିବା କଥା ତାଙ୍କ ଝିଅ ପୋଲିସକୁ ସୂଚନା ଦେଇଛନ୍ତି। ସୁଜିତ୍‌ ୨୧ ବର୍ଷ ତଳେ ବେରୁଣୀଚାନ୍ଦଙ୍କୁ ପ୍ରେମବିବାହ କରିଥିଲେ। ତାଙ୍କର ଅନ୍ୟ ଏକ ପୁଅ ଅଛନ୍ତି। ସେ ଏକ ଆବାସିକ ସ୍କୁଲରେ ରହି ପାଠପଢୁଥିବା ଜଣାପଡ଼ିଛି। ଖବର ପାଇ ପରେ ସେ ଆସି ଘରେ ପହଞ୍ଚିଛନ୍ତି। ଏହି ଦମ୍ପତିଙ୍କ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ପ୍ରକୃତ ରହସ୍ୟର ପର୍ଦ୍ଦାଫାଶ କରାଯାଉ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି।

All Right Reserved By

ବାଲେଶ୍ୱର

ନକଲି କାଗଜପତ୍ରରେ ରାତାରାତି ଧାନ ଚାଲାଣ:  ପୋଲିସ, ଯୋଗାଣ ବିଭାଗର ତଦନ୍ତ ଆରମ୍ଭ

ନକଲି କାଗଜପତ୍ରରେ ରାତାରାତି ଧାନ ଚାଲାଣ: ପୋଲିସ, ଯୋଗାଣ ବିଭାଗର ତଦନ୍ତ ଆରମ୍ଭ

ଭଦ୍ରକ ଅଫିସ,୨୩ା୧-ରାତାରାତି ନକଲି କାଗଜପତ୍ର ଧରି ଜିଲାରୁ ଅନ୍ୟ ଜିଲାକୁ ଟ୍ରକ ମାଧ୍ୟମରେ ଚାଲାଣ ହେଉଛି ଧାନ । ଯୋଗାଣ ବିଭାଗ ଓ ପୋଲିସକୁ ଚକମା ଦେଖାଇବା ପାଇଁ କମ୍ପ୍ୟୁଟର ମାଧ୍ୟମରେ ନକଲି ଟ୍ରାଞ୍ଜିଟ ପାଶ୍‌ ପ୍ରିଣ୍ଟ କରି ଧାନ ଚାଲାଣ କରାଯାଉଛି।

ବୋମାମାଡ଼ରେ ୪ ଆହତ, ୫ ଅଭିଯୁକ୍ତ ଗିରଫ

ଚାନ୍ଦବାଲି,୨୩ା୧(ଡି.ଏନ.ଏ.)-ଚାନ୍ଦବାଲି ଥାନା ଅନ୍ତର୍ଗତ ନାଲଗୁଣ୍ଡା ଗ୍ରାମ ପଞ୍ଚାୟତ ଇଟାଗୋଠ ଗାଁରେ ଗୋଷ୍ଠୀ ବିବାଦ କାରଣରୁ ସୋମବାର ବିଳମ୍ବିତ ରାତିରେ ବୋମାମାଡ ହୋଇଛି।

୮ ବର୍ଷ ହେଲା ହୋଇନି ପ୍ରାଣୀ ଗଣନା:  ପ୍ରାଣୀଙ୍କୁ ଅଣଦେଖା

୮ ବର୍ଷ ହେଲା ହୋଇନି ପ୍ରାଣୀ ଗଣନା: ପ୍ରାଣୀଙ୍କୁ ଅଣଦେଖା

ଭଦ୍ରକ ଅଫିସ, ୨୩।୧-(ବିଭୁପ୍ରସାଦ ବେହେରା)-ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ଶତାଧିକ  ଯୋଜନା ପ୍ରଣୟନ କରିଛନ୍ତି। ଗର୍ଭଧାରଣ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ନାନା ଲୋଭନୀୟ ଯୋଜନା କାମ କରୁଛି। 

ନାରୀ ଶିକ୍ଷାର ମହତ୍ୱ, ମୌଳିକ ଅଧିକାର ଉପରେ ଗୁରୁତ୍ୱ

ନାରୀ ଶିକ୍ଷାର ମହତ୍ୱ, ମୌଳିକ ଅଧିକାର ଉପରେ ଗୁରୁତ୍ୱ

ଭଦ୍ରକ  ଅଫିସ,୨୩ା୧- ଅହମଦିୟା ମହିଳା ମୁସ୍‌ଲିମ୍‌ ସଂଗଠନ(ଲଜନା ଇମାୟୁଲା) ତରଫରୁ ଅହମଦିଆ ମୁସ୍‌ଲିମ୍‌ ମସ୍‌ଜିଦ୍‌ ପ୍ରାଙ୍ଗଣରେ ଏକ ଦିନିକିଆ  ମହିଳା ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। 

ଉଦ୍ଧାର ସମ୍ବର ମୃତ

ଉଦ୍ଧାର ସମ୍ବର ମୃତ

କପ୍ତିପଦା, ୨୩ା୧ (ଡ଼ି.ଏନ୍‌.ଏ): ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ଅଧୀନ କଳମଗଡ଼ିଆ ପଞ୍ଚାୟତ ଅଫିସ ନିକଟରେ ମଙ୍ଗଳବାର ଏକ ସମ୍ବର ବୁଲୁଥିବା  ଦେଖି ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ ।

‘ମୁଖ୍ୟମନ୍ତ୍ରୀଙ୍କୁ ଖୁସି କରିବା ପାଇଁ କୋର୍ଟ ଗଲେ ଏମ୍‌ପି ’

‘ମୁଖ୍ୟମନ୍ତ୍ରୀଙ୍କୁ ଖୁସି କରିବା ପାଇଁ କୋର୍ଟ ଗଲେ ଏମ୍‌ପି ’

ବାରିପଦା ଅଫିସ,୨୩ା୧- ଗତ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାରିପଦା ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ମୟୂରଭଞ୍ଜ ଏମପି ଇଂ ରାମଚନ୍ଦ୍ର ହାଁସଦାଙ୍କ ପ୍ରତି କଟୁ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଛି।  

ଶିମିଳିପାଳରୁ ଲୋପ ପାଉଛି  ଶିମିଳି

ଶିମିଳିପାଳରୁ ଲୋପ ପାଉଛି ଶିମିଳି

କପ୍ତିପଦା,୨୩ା୧(ଡି.ଏନ.ଏ)- ପୂର୍ବରୁ ଶିମିଳିପାଳରେ ଅଧିକ ସଂଖ୍ୟକ ଶିମିଳିଗଛ ଥିବାରୁ ଏହା ଶିମିଳିପାଳ ନାମରେ ନାମିତ ଥିବା  ପରିବେଶବିତ୍‌ କୁହନ୍ତି।

ଫେବୃୟାରୀ ୮ରୁ ‘ପରୀ’

ଫେବୃୟାରୀ ୮ରୁ ‘ପରୀ’

ବାଲେଶ୍ୱର ଅଫିସ,୨୩।୧-ଆସନ୍ତା ଫେବୃୟାରୀ ୮ରୁ ‘ପରୀ’ କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି ବାଲେଶ୍ୱର ନୃତ୍ୟ ସଙ୍ଗୀତ କଳାମନ୍ଦିର ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।

ବାଟବଣା ହୋଇଛି ‘ଲ୍ୟାଣ୍ଡ ବ୍ୟାଙ୍କ ଯୋଜନା’:  ଅଭିଯୋଗ ଆଣିଲା ଭାଜପା

ବାଟବଣା ହୋଇଛି ‘ଲ୍ୟାଣ୍ଡ ବ୍ୟାଙ୍କ ଯୋଜନା’: ଅଭିଯୋଗ ଆଣିଲା ଭାଜପା

ବାଲେଶ୍ୱର ଅଫିସ, ୨୩।୧-ରାଜ୍ୟ ସରକାରଙ୍କର ‘ଲ୍ୟାଣ୍ଡ ବ୍ୟାଙ୍କ ଯୋଜନା’  ବାଟବଣା ହୋଇଛି। ଏଥିରେ ଚାଷୀମାନଙ୍କୁ ହଇରାଣ କରାଯାଉଛି ବୋଲି ବାଲେଶ୍ୱରର ଏକ ଘରୋଇ ହୋଟେଲ ପରିସରରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ରାଜ୍ୟ ସମ୍ପାଦିକା ତଥା ମୁଖପାତ୍ର ଡ. ଲେଖାଶ୍ରୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି।  

ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ, ୪ ଚୋରା ମଦ ବେପାରୀ ଗିରଫ

ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ, ୪ ଚୋରା ମଦ ବେପାରୀ ଗିରଫ

ବସ୍ତା, ୨୨।୧(ସ୍ବ.ପ୍ର.)-ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨୬ ଲିଟର ମଦ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି।

ମଦ କାରବାର ବନ୍ଦ, ଜବରଦଖଲ ଉଚ୍ଛେଦ ଦାବି ତେଜିଲା: ଟାୟାର ଜାଳି ରାଜ୍ୟ ରାଜପଥ ଅବରୋଧ

ମଦ କାରବାର ବନ୍ଦ, ଜବରଦଖଲ ଉଚ୍ଛେଦ ଦାବି ତେଜିଲା: ଟାୟାର ଜାଳି ରାଜ୍ୟ ରାଜପଥ ଅବରୋଧ

ସଜନାଗଡ଼, ୨୨।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ପିଠାହତା ପଞ୍ଚାୟତ ଯାମୁନା ଛକର ଉଭୟ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଏବଂ ମଦ କାରବାର ବନ୍ଦ ଦାବିରେ ମଙ୍ଗଳବାର ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଛନ୍ତି। 

‘ଆମକୁ ନିଯୁକ୍ତି ସୁଯୋଗ ମିଳୁ’

‘ଆମକୁ ନିଯୁକ୍ତି ସୁଯୋଗ ମିଳୁ’

ଯୋଡ଼ା,୨୨।୧(ଡି.ଏନ.ଏ.): ଅଖିଳ ଭାରତୀୟ କ୍ରାନ୍ତିକାରୀ ଆଦିବାସୀ ମହାସଭା ପକ୍ଷରୁ ମଙ୍ଗଳବାର ଯୋଡା ବିଡିଓଙ୍କୁ ୧୪ ଦଫା ସମ୍ବଳିତ ଦାବିପତ୍ର ଦିଆଯାଇଛି। ଯୋଡ଼ା ବ୍ଲକର କାରାଖେଣ୍ଡରା, ଉଲିବୁରୁ, ଦେଓଝର, ଅଁସେଇକଳା, କଣ୍ଡରା, ଠାକୁରାଣୀ ଗ୍ରାମର ଶତାଧିକ ମହିଳାପୁରୁଷ ୨୦ କି.ମି. ରାସ୍ତା ପାଦରେ ଚାଲି ଦାବିପତ୍ର ଦେବାକୁ ଯାଇଥିଲେ। କାରଖାନା ଓ ଖଣିରେ ବହୁଳ ମେଶିନ୍‌ ପ୍ରଚଳିତ ହେଉଛି।