ମେଟ୍ରୋ |

ପାହାଳ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଗୃହ ନିର୍ମାଣ ନେଇ ଭୂମି ପୂଜା, ଟ୍ରମାକେୟାର ସେଣ୍ଟର ସ୍ଥାପନ ପାଇଁ ଦାବି

ପାହାଳ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଗୃହ ନିର୍ମାଣ ନେଇ ଭୂମି ପୂଜା, ଟ୍ରମାକେୟାର ସେଣ୍ଟର ସ୍ଥାପନ ପାଇଁ ଦାବି

ବାଲିଅନ୍ତା,୧୦।୧୨(ଡି.ଏନ୍‌.ଏ.): ଭୁବନେଶ୍ୱର ମହାନଗର ନିଗମ ୪ ନଂ. ଓ୍ବାର୍ଡ ଅଧୀନ ପାହଳ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଗୃହ ନିର୍ମାଣ ପାଇଁ ଭୂମିପୂଜା ଉତ୍ସବ  ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟବନ୍ତ୍ରୀ  ପ୍ରତାପ ଜେନା  ମୁଖ୍ୟଅତିଥି ଭାବେ ଯୋଗଦେଇ ଭୂମିପୂଜା କରିଛନ୍ତି। ଏହି ନୂତନ ଗୃହ ନିର୍ମାଣ ପାଇଁ ଜାତୀୟ ସ୍ବାସ୍ଥ୍ୟ ନିଗମ ପକ୍ଷରୁ ୮୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ୧୦ ମାସ ମଧ୍ୟରେ ଏହାର ନିର୍ମାଣ କାର୍ଯ୍ୟ ଶେଷ ହେବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ପୂର୍ତ୍ତବିଭାଗର ଡିଭିଜନ ୪ର ନିର୍ବାହୀ ଯନ୍ତ୍ରୀ ପ୍ରମୋଦ ନାୟକ ଓ ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜିତ କୁମାର ରାୟ ସୂଚନା ଦେଇଛନ୍ତି। ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଏମ୍‌ପି ଡ.ପ୍ରସନ୍ନ କୁମାର ପାଟ୍ଟଶାଣୀ, ଭୁବନେଶ୍ୱର(ଉତ୍ତର) ବିଧାୟକ ପ୍ରିୟଦର୍ଶୀ ମିଶ୍ର, କର୍ପୋରେଟର ଗାୟତ୍ରୀ ଲେଙ୍କା ପ୍ରମୁଖ ଯୋଗ ଦେଇଥିଲେ। ସ୍ଥାନୀୟ ଅଞ୍ଚଳର ବଂଶୀଧର ଭୋଳ, ପଦ୍ମନାଭ ପଟ୍ଟନାୟକ,  ନଳିନୀ ସ୍ବାଇଁ, ପପୁ ଲେଙ୍କା, ଦୀପକ ସାମନ୍ତରାୟଙ୍କ ସମେତ  ବହୁ ବ୍ୟକ୍ତି ମନ୍ତ୍ରୀ ଜେନାଙ୍କୁ ଭେଟି ପାହଳ ସ୍ବାସ୍ଥ୍ୟକେନ୍ଦ୍ର  ପରିସରରେ ଏକ ଟ୍ରମାକେୟାର ସେଣ୍ଟର ସ୍ଥାପନ ପାଇଁ ଦାବି କରିଛନ୍ତି।   

All Right Reserved By

ମେଟ୍ରୋ |

ଚୋରା ବନ୍ଧୁକ କାରବାର ଘଟଣାରେ ୭ ଅଟକ

ଚୋରା ବନ୍ଧୁକ କାରବାର ଘଟଣାରେ ୭ ଅଟକ

ପୁରୁଣା ଭୁବନେଶ୍ୱର,୨୨।୩(ଡି.ଏନ୍‌.ଏ.): ଗୁରୁବାର ବିଳମ୍ବିତ ରାତିରେ ଧଉଳି ଥାନା ଅଞ୍ଚଳରେ ଚୋରା ବନ୍ଧୁକ କାରବାର କରିବା  ଘଟଣାରେ ପୋଲିସ ୭ଜଣଙ୍କୁ ଅଟକ ରଖିଛି। 

ପୁରୀରେ ହୋଲି

ପୁରୀରେ ହୋଲି

ପୁରୀ ଅଫିସ, ୨୨।୩: ରଙ୍ଗର ପର୍ବ ହୋଲି ପୁରୀ ସହରର ବିଭିନ୍ନ ସ୍ଥାନରେ ପାଳିତ ହୋଇଯାଇଛି। ଶ୍ରୀକ୍ଷେତ୍ରର ସାହିଗଳିରେ ଉତ୍ସାହର ସହ ଏହାକୁ ପାଳନ କରାଯାଉଛି। ପରସ୍ପରକୁ ଅବିର, ଫଗୁ ଲଗାଇ ସମେସ୍ତ ହୋଲିର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛନ୍ତି।

ପୁରୀ ଷ୍ଟେଶନରେ ଅଗ୍ନିକାଣ୍ଡ: ତପସ୍ବିନୀ ଏକ୍ସପ୍ରେସର ୩ ବଗିରେ ଲାଗିଲା ନିଆଁ

ପୁରୀ ଷ୍ଟେଶନରେ ଅଗ୍ନିକାଣ୍ଡ: ତପସ୍ବିନୀ ଏକ୍ସପ୍ରେସର ୩ ବଗିରେ ଲାଗିଲା ନିଆଁ

ପୁରୀ ଅଫିସ, ୨୨।୩ : ପୁରୀ ସହରରେ ହୋଲିର ମାହୋଲ ଚାଲିଥିବାବେଳେ ରେଳଷ୍ଟେଶନରେ ଏକ ଅଭାବନୀୟ ଘଟଣା ଘଟିଛି। ୪ ନଂ ପ୍ଲାଟଫର୍ମରେ ରହିଥିବା ତପସ୍ବିନୀ ଏକ୍ସପ୍ରେସ ବଗି ନଂ(୩,୪ ଏବଂ ୫)ରେ କୌଣସି କାରଣରୁ ଅପରାହ୍ନ ୧ଟାରେ ନିଆଁ ଲାଗିଥିଲା।

୯୯ ଆସନ ଲାଗି ଭାଜପାର ପ୍ରାର୍ଥୀ ତାଲିକା ଘୋଷଣା: ଜାଣନ୍ତୁ କେଉଁ ବିଧାନସଭା ଆସନରୁ କିଏ ଲଢ଼ିବେ...

୯୯ ଆସନ ଲାଗି ଭାଜପାର ପ୍ରାର୍ଥୀ ତାଲିକା ଘୋଷଣା: ଜାଣନ୍ତୁ କେଉଁ ବିଧାନସଭା ଆସନରୁ କିଏ ଲଢ଼ିବେ...

ଭୁବନେଶ୍ୱର,୨୨।୩(ବ୍ୟୁରୋ): ବିଜେଡି ଓ କଂଗ୍ରେସ ପରେ ଗୁରୁବାର ଭାଜପା ପକ୍ଷରୁ ୨୦୧୯ ସାଧାରଣ ନିର୍ବାଚନ ଲାଗି ପ୍ରଥମ ପର୍ଯ୍ୟାୟରେ ୯୯ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଆସନ୍ତୁ ଜାଣିବା କେଉଁଠୁ କିଏ ଲଢ଼ିବେ.. 

ଏକାମ୍ର ଆସନରେ ବାବୁ ସିଂଙ୍କୁ ଟିକେଟ ମିଳିବାକୁ ବିରୋଧ: ଧାରଣାରେ ବସିଲେ ଅମୀୟଙ୍କ ସମର୍ଥକ

ଏକାମ୍ର ଆସନରେ ବାବୁ ସିଂଙ୍କୁ ଟିକେଟ ମିଳିବାକୁ ବିରୋଧ: ଧାରଣାରେ ବସିଲେ ଅମୀୟଙ୍କ ସମର୍ଥକ

ଭୁବନେଶ୍ୱର,  ୨୨।୩ (ବ୍ୟୁରୋ) : ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ପରେ ଦଳରେ ବିଦ୍ରୋହ ଦେଖାଦେଇଛି।

୫ ବର୍ଷର ନାବାଳିକାକୁ ବଳାତ୍କାର, ଅଭିଯୁକ୍ତ ଗିରଫ

୫ ବର୍ଷର ନାବାଳିକାକୁ ବଳାତ୍କାର, ଅଭିଯୁକ୍ତ ଗିରଫ

କଟକ ଅଫିସ,୨୧।୩: କଟକ ଜିଲା ଜଗତପୁର ଅଞ୍ଚଳରେ ୫ ବର୍ଷର ଜଣେ ନାବାଳିକାକୁ ବୁଧବାର ବଳାତ୍କାର ହୋଇଥିବା ଅଭିଯୋଗ ହୋଇଥିଲା। ଘଟଣାରେ ୪୦ ବର୍ଷର ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। 

ସ୍ବାମୀଙ୍କ ଚିକିତ୍ସା ପାଇଁ ୩ ବର୍ଷର ଝିଅକୁ ବିକିଲେ ମା’

ସ୍ବାମୀଙ୍କ ଚିକିତ୍ସା ପାଇଁ ୩ ବର୍ଷର ଝିଅକୁ ବିକିଲେ ମା’

ଭୁବନେଶ୍ୱର,୨୧।୩(ବ୍ୟୁରୋ): ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସମ୍ମୁଖରେ ଗୁରୁବାର ସକାଳେ ଭିଡ଼ ଦେଖିବାକୁ ମିଳିଛି। ନୟାଗଡ଼ର ଜଣେ ମହିଳା ତାଙ୍କ ୩ ବର୍ଷର ଝିଅକୁ ଅନ୍ୟ ଜଣଙ୍କୁ ବିକୁଥିବା ବେଳେ ସ୍ଥାନୀୟ ଲୋକଙ୍କ ହାତରେ ଧରାପଡ଼ିଛନ୍ତି। 

ବିଜେଡି ଛାଡ଼ିଲେ ବାସନ୍ତୀ

ବିଜେଡି ଛାଡ଼ିଲେ ବାସନ୍ତୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ):  ଗଜପତି ଜିଲା ମୋହନା ବିଧାୟିକା ବାସନ୍ତି ମଲ୍ଲିକ ଗୁରୁବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ଟିକେଟ ନ ମିଳିବାରୁ ସେ ଅସନ୍ତୁଷ୍ଟ ଥିଲେ। ଏଯାବତ୍‌ ୩ ଏମ୍‌ପି ଏବଂ ୫ ବିଧାୟକ ବିଜେଡି ଛାଡ଼ିଥିବା ଜଣାପଡ଼ିଛି। 

ଝୁଲଣ ମଣ୍ଡପରେ ଝୁଲିରେ ରାଧାକୃଷ୍ଣ, ଶୁଣିଲେ ନୂଆ ପାଞ୍ଜି

ଝୁଲଣ ମଣ୍ଡପରେ ଝୁଲିରେ ରାଧାକୃଷ୍ଣ, ଶୁଣିଲେ ନୂଆ ପାଞ୍ଜି

କାକଟପୁର,୨୧।୩(ଡି.ଏନ୍‌.ଏ.): ଫଗୁଦଶମୀଠାରୁ ଗାଁ ଗାଁ ବୁଲି ଚାଚେରୀ ଭୋଗ ଖାଇଥିବା ପ୍ରଭୁ ରାଧାକୃଷ୍ଣ ଗୁରୁବାର ଅପରାହ୍ନରେ ସ୍ବମନ୍ଦିରରେ ପହଞ୍ଚିଛନ୍ତି। ମନ୍ଦିର ପାଖରେ ଥିବା ଝୁଲଣ ମଣ୍ଡପ, ଦୋଳବେଦିରେ ସଜିତ ବିମାନରେ ରାଧାକୃଷ୍ଣଙ୍କୁ ଝୁଲାଇ ଦିଆଯାଇଛି।

ମହିଳାଙ୍କୁ ଗଳାକାଟି ବଳାତ୍କାର ଅଭିଯୋଗ

ମହିଳାଙ୍କୁ ଗଳାକାଟି ବଳାତ୍କାର ଅଭିଯୋଗ

ଖୁଣ୍ଟୁଣୀ,୨୧।୩(ଡି.ଏନ୍‌.ଏ.): କଟକ ଜିଲା ଖୁଣ୍ଟୁଣୀ ନିକଟସ୍ଥ ଏକ ନିଛାଟିଆ ସ୍ଥାନରେ ଜଣେ ମହିଳାଙ୍କୁ ଗଳାକାଟି  ବଳାତ୍କାର କରାଯାଇଥିବା ଗୁରୁବାର ଖୁଣ୍ଟୁଣୀ ଥାନାରେ ଅଭିଯୋଗ ହୋଇଛି। 

ଭାଜପାରେ ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ

ଭାଜପାରେ ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ

ଭୁବନେଶ୍ୱର, ୨୧।୩(ବ୍ୟୁରୋ): ଭାଜପାରେ ଯୋଗଦେଲେ ବିଜେଡି ଏମ୍‌ପି ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ। ଗୁରୁବାର ଭାଜପା କାର୍ଯ୍ୟାଳୟରେ ଆୟୋଜିତ  ମିଶ୍ରଣ ପର୍ବରେ ସେ ସାମିଲ ହୋଇଛନ୍ତି।  

ହାତ ଧରିବେ ପ୍ରତ୍ୟୁଷା

ହାତ ଧରିବେ ପ୍ରତ୍ୟୁଷା

ଭୁବନେଶ୍ୱର,୨୧।୩(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନକୁ ନେଇ ପ୍ରାର୍ଥୀ ତାଲିକା ଘୋଷଣା କରାଯିବା ପରେ ଜଣଙ୍କ ପରେ ଜଣେ ନେତା ଦଳବଦଳ ନୀତି ଆପଣାଉଛନ୍ତି। ବିଶେଷକରି ରାଜ୍ୟର ପ୍ରମୁଖ ଦଳ ବିଜେଡିରୁ ଅଧିକାଂଶ ନେତା ଦଳ ଛାଡ଼ି ଭାଜପା ଓ କଂଗ୍ରେସ ମୁହାଁ ହେଉଛନ୍ତି। ଏହି କ୍ରମରେ ବୁଧବାର ବିଜେଡି ଛାଡ଼ିଥିଲେ କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ। ସେ ଏବେ କଂଗ୍ରେସରେ ଯୋଗଦେବେ ବୋଲି ଜଣାପଡ଼ିଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଗୁରୁବାର ଏହା ସ୍ପଷ୍ଟ କରିଛନ୍ତି। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା