ରାଜ୍ୟ |

ମୋ ସ୍କୁଲ ଯୋଜନା ଷଷ୍ଠ ପର୍ଯ୍ୟାୟରେ୧୩ଟି ଜିଲାର ୧୯୧୮ଟି ବିଦ୍ୟାଳୟ ସାମିଲ

ମୋ ସ୍କୁଲ ଯୋଜନା ଷଷ୍ଠ ପର୍ଯ୍ୟାୟରେ୧୩ଟି ଜିଲାର ୧୯୧୮ଟି ବିଦ୍ୟାଳୟ ସାମିଲ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଗୋଷ୍ଠୀ ସଂପୃକ୍ତ ଶିକ୍ଷା କାର୍ଯ୍ୟକ୍ରମ ‘ମୋ ସ୍କୁଲ’ ପ୍ରକଳ୍ପର ଷଷ୍ଠ ପର୍ଯ୍ୟାୟରେ ୧୩ ଟି ଜିଲାର ୧୯୧୮ଟି ବିଦ୍ୟାଳୟର ସାମଗ୍ରିକ ବିକାଶ ପାଇଁ ସ୍ଥିର କରାଯାଇଛି। ଏହି ଜିଲାଗୁଡିକ ହେଲା ବାଲେଶ୍ୱର, ବରଗଡ଼, ଭଦ୍ରକ, କଟକ, ଢ଼େଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ ଓ ନୂଆପଡ଼ା। ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ପଦୀପ୍ତ କୁମାର ମହାପତ୍ରଙ୍କ ଅଧ୍ୟକ୍ଷତାରେ  ଶନିବାର ଅନୁଷ୍ଠିତ ମୋ ସ୍କୁଲ ଷଷ୍ଠ କାର୍ଯ୍ୟନିର୍ବାହୀ ପରଷଦ ବୈଠକରେ ଏହା ସ୍ଥିର କରାଯାଇଛି।

ଉଲ୍ଲେଖଯୋଗ୍ୟ ଯେ, ମାଲକାନଗିରି ଜିଲାରୁ ସର୍ବାଧିକ ୬୪୩ଟି ପ୍ରସ୍ତାବ ଆସିଛି। ଏହି ସବୁ ଜିଲାରେ ମୋ ସ୍କୁଲ ଯୋଜନାରେ ୧୦ କୋଟି ୪୨ ଲକ୍ଷ ୧୮ହଜାରରୁ ଊର୍ଦ୍ଧ୍ୱ ଅର୍ଥ ବ୍ୟୟ କରାଯିବ। ଏଥିରୁ ରାଜ୍ୟ ସରକାର ୬ କୋଟି ୯୪ ଲକ୍ଷ ୭୯ ହଜାର ଟଙ୍କା ଅନୁଦାନ ଦେଇଥିବା ବେଳେ ଜନସାଧାରଣଙ୍କଠାରୁ ୩ କୋଟି ୪୭ ଲକ୍ଷ ୩୯ ହଜାର ଟଙ୍କା ସଂଗୃହୀତ ହୋଇଛି। ଏଯାବତ ରାଜ୍ୟର ୬୫୧୦ବିଦ୍ୟାଳୟ ଏହି ଯୋଜନାରେ ସାମିଲ ଅଛନ୍ତି।  ଏହି ବୈଠକରେ ପ୍ରାଥମିକ ଶିକ୍ଷା, ଏସସିଇଆର୍‌ଟି ନିର୍ଦ୍ଦେଶକ ଓପେପା ବିତ୍ତ ପରାମର୍ଶଦାତା, ମାଧ୍ୟମିକ ଶିକ୍ଷା ପ୍ରତିନିଧି, ମୋ ସ୍କୁଲ ଯୋଜନାର ସ୍ବତନ୍ତ୍ର ଅଧିକାରୀ, ମୁଖ୍ୟ ପରିଚାଳନା ଅଧିକାରୀ ପ୍ରମୁଖ   ଯୋଗଦେଇଥିଲେ।


All Right Reserved By

ରାଜ୍ୟ |

ରାସ୍ତା କାମ ନିମ୍ନମାନର: ବଢ଼ୁଛି ପ୍ରଦୂଷଣ

ରାସ୍ତା କାମ ନିମ୍ନମାନର: ବଢ଼ୁଛି ପ୍ରଦୂଷଣ

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.): ଜାତୀୟ ରାଜପଥ ୫୨୦ର ରିମୁଳିଠାରୁ କୋଇଡା ପର୍ଯ୍ୟନ୍ତ ଚାରିଲେନ୍‌ ରାସ୍ତା କାମ ଚାଲୁ ରହିଛି। ଏହି କାମ ପାଇଁ ପ୍ରଥମେ ୨୦୧୧ ମସିହାରେ ଟେଣ୍ଡର ହୋଇଥିଲା।

‘ଦାବି ପୂରଣ ନ ହେଲେ ଭୋଟ ବର୍ଜନ’

‘ଦାବି ପୂରଣ ନ ହେଲେ ଭୋଟ ବର୍ଜନ’

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.): ମୌଳିକ ସୁବିଧାରୁ ବଞ୍ଚିତ ବାଂଶପାଳ ବ୍ଲକର କେନ୍ଦୁଘାଟି ଓ କାଶିଆ ଗ୍ରାମର ଲୋକମାନେ ଦାବି ପୂରଣ ନ ହେଲେ ଭୋଟ ବର୍ଜନ କରିବା ସହ ପ୍ରଚାର ପାଇଁ ନେତାଙ୍କୁ ଗ୍ରାମରେ ପୂରାଇ ଦେବେନାହିଁ ବୋଲି ଚେତାବନୀ ଦେଇଛନ୍ତି। 

ମଣ୍ଡିରେ କିଣା ହେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ୫ଘଣ୍ଟା ପ୍ରତିବାଦ

ମଣ୍ଡିରେ କିଣା ହେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ୫ଘଣ୍ଟା ପ୍ରତିବାଦ

କପ୍ତିପଦା,୨୦ା୩ (ଡି.ଏନ.ଏ)- ମଣ୍ଡି ଠିକ୍‌ ସମୟରେ ଖୋଲୁନି। ଖୋଲିଲେ ବି ଚାଷୀଙ୍କ ଧାନ କିଣାଯାଉନି। ମିଲର ଏବଂ ପ୍ରଶାସନର ଭିତିରି ସମ୍ପର୍କ ହେତୁ ଚାଷୀଙ୍କ ଧାନ ମଣ୍ଡିରେ କିଣାଯାଉନି ।

ସମିତିରେ ପଡ଼ିରହିଛି ଧାନବସ୍ତା: ପ୍ରତିବାଦରେ ତାଲା ପକାଇ ଚାଷୀଙ୍କ ଧାରଣା

ସମିତିରେ ପଡ଼ିରହିଛି ଧାନବସ୍ତା: ପ୍ରତିବାଦରେ ତାଲା ପକାଇ ଚାଷୀଙ୍କ ଧାରଣା

ତିହିଡ଼ି, ୨୦।୩ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅନ୍ତର୍ଗତ ସୟା ପଞ୍ଚାୟତ ନିଶ୍ଚିନ୍ତପୁର ସେବା ସମବାୟ ସମିତିରେ ୧ ହଜାର ବସ୍ତା ଧାନ ପଡ଼ିରହିଛି। ମିଲର ଧାନ ଉଠାଉ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜିଛି।

ସ୍ବଂୟ ସହାୟିକା ସଭାନେତ୍ରୀଙ୍କଠାରୁ ଟଙ୍କା ଲୁଟ୍‌

ସ୍ବଂୟ ସହାୟିକା ସଭାନେତ୍ରୀଙ୍କଠାରୁ ଟଙ୍କା ଲୁଟ୍‌

ବଇଣ୍ଡା, ୨୦ା୩(ଡି.ଏନ.ଏ.): ଅନୁଗୋଳ ଜିଲା ହଣ୍ଡପା ଥାନା ବଇଣ୍ଡା ଚନ୍ଦନ ପୋଖରୀ ନିକଟରେ ଥିବା ସାହୁ ଲେଡିଜ କର୍ଣ୍ଣରଠାରୁ ଆନନ୍ଦମୁଣ୍ଡା ଗ୍ରାମ ମା’ ମହାଲକ୍ଷ୍ମୀ ସ୍ବଂୟ ସହାୟିକା ଗୋଷ୍ଠୀର ସଭାନେତ୍ରୀ ଲକିନ ସାହୁ(୨୪)ଙ୍କଠାରୁ ୧ ଲକ୍ଷ ୬୫ ହଜାର ଟଙ୍କା ଲୁଟ୍‌ ହୋଇଛି। 

ଅସାବଧାନତାରୁ ବ୍ୟକ୍ତିଙ୍କ ମୃତ୍ୟୁ

ଅସାବଧାନତାରୁ ବ୍ୟକ୍ତିଙ୍କ ମୃତ୍ୟୁ

ବଳଙ୍ଗା,୨୦।୩(ଡି.ଏନ୍‌.ଏ.): ବଳଙ୍ଗା ଥାନା ଅନ୍ତର୍ଗତ ସାଇଁଶଶାସନ ପଞ୍ଚାୟତ ଭଗବତୀପୁର ଗ୍ରାମର ଶରତ କୁମାର ରଥ (ଟୁଟୁ) ୫୨ ବର୍ଷ ଧାନକଳ ଚଳାଉ ଥିବାବେଳେ  ଅସାବଧାନତା ବଶତଃ କଳ ଫିତାରେ ହାତ ଏବଂ ମୁଣ୍ଡ ପଶିଯାଇଥିଲା।

ଜେସିବି ମେଶିନ ପୋଡ଼ିଲେ ଦୁର୍ବୃତ୍ତ

ଜେସିବି ମେଶିନ ପୋଡ଼ିଲେ ଦୁର୍ବୃତ୍ତ

ବାଲିଅନ୍ତା,୨୦।୩(ଡି.ଏନ୍‌.ଏ.):  ବାଲିଅନ୍ତା ଥାନା ଅଧୀନ ବେଣୁପୁର ମୌଜା ବିଲଗହୀରରେ ମାଟି ଖୋଳା କାର୍ଯ୍ୟରେ ନିୟୋଜିତ ଥିବା ଏକ ଜେସିବି ମେଶିନକୁ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। 

ବୌଦ୍ଧରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

ବୌଦ୍ଧରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

ବୌଦ୍ଧ,୨୦।୩(ସ୍ବ.ପ୍ର): ସାରା ରାଜ୍ୟରେ ଟିକେଟ ବଣ୍ଟନ ନେଇ କସରତ ଚାଲିଥିବା ବେଳେ ବୌଦ୍ଧରେ କଂଗ୍ରେସର ଟିକେଟ ବଣ୍ଟନ ନେଇ କର୍ମୀ ଓ ନେତାଙ୍କ ଅସନ୍ତେ।ଷ ବୃଦ୍ଧି ପାଇଛି । 

ବିଜେଡିରୁ ଇସ୍ତଫା, ହାତ ଧରିପାରନ୍ତି ପ୍ରଶାନ୍ତ

ବିଜେଡିରୁ ଇସ୍ତଫା, ହାତ ଧରିପାରନ୍ତି ପ୍ରଶାନ୍ତ

ରାଉରକେଲା ଅଫିସ,୨୦।୩: ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ଟିକେଟ ଆଶାୟୀ ଯୁବନେତା ପ୍ରଶାନ୍ତ ସେଠୀ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। 

କଳାପଥର ଡାକ ପିଅନଙ୍କୁ ହତ୍ୟା: ଜଙ୍ଗଲରୁ ମିଳିଲା ମୃତଦେହ

କଳାପଥର ଡାକ ପିଅନଙ୍କୁ ହତ୍ୟା: ଜଙ୍ଗଲରୁ ମିଳିଲା ମୃତଦେହ

ସୋନପୁର,୨୦।୩(ନି.ପ୍ର.): ସୋନପୁର ଥାନା ଏସ୍‌ କଳାପଥର ଡାକ ପିଅନ ଶତୃଘ୍ନ ଷାଣ୍ଢ(୫୫)ଙ୍କୁ ବୁଧବାର ଭୋର ସମୟରେ କେହି ନିର୍ମମ ଭାବେ ହତ୍ୟା କରିଛନ୍ତି ।   ନିକଟସ୍ଥ ଅର୍ଜୁନପୁର ଜଙ୍ଗଲରୁ ତାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । 

ଜାତୀୟ ରାଜପଥରେ ଭ୍ରୂଣ: ୧୦୮ ଆମ୍ବୁଲାନ୍ସ କର୍ମଚାରୀ ପକାଇ ଚାଲିଯାଇଥିବା ଅଭିଯୋଗ

ଜାତୀୟ ରାଜପଥରେ ଭ୍ରୂଣ: ୧୦୮ ଆମ୍ବୁଲାନ୍ସ କର୍ମଚାରୀ ପକାଇ ଚାଲିଯାଇଥିବା ଅଭିଯୋଗ

ଲୋଇସିଂହା,୨୦।୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ବୁଧବାର ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି। 

ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ: କେନ୍ଦ୍ରସରକାର ଚାଷୀଙ୍କୁ ଧାନର ଉଚିତ ମୂଲ୍ୟ ନ ଦେବାରୁ କ୍ଷୋଭ

ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ: କେନ୍ଦ୍ରସରକାର ଚାଷୀଙ୍କୁ ଧାନର ଉଚିତ ମୂଲ୍ୟ ନ ଦେବାରୁ କ୍ଷୋଭ

ରିଆମାଳ,୨୦।୩ (ଡି.ଏନ.ଏ.): ଦେବଗଡ଼ ଜିଲା ରିଆମାଳ ହାଟ ପଡ଼ିଆଠାରେ ବିଜେଡି ପକ୍ଷରୁ ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା