ରାଜ୍ୟ | ଅନଗୁଳ-ଢେଙ୍କାନାଳ

ସନ୍ଧ୍ୟା ୬ରୁ ସକାଳ ୬ ବିଦ୍ୟୁତ୍‌ କାଟ

ସନ୍ଧ୍ୟା ୬ରୁ ସକାଳ ୬ ବିଦ୍ୟୁତ୍‌ କାଟ

ବଇଣ୍ଡା, ୧୮।୧୨(ଡି.ଏନ.ଏ.)ସଞ୍ଜ ନଇଁବା କ୍ଷଣି ବିଦ୍ୟୁତ୍‌ କାଟ୍‌ କରିଦେଉଛି ବିଭାଗ। ଦିନେ କି ସପ୍ତାହେ ନୁହେଁ ମାସେ ହେଲାଣି ଅନ୍ଧାରରେ ହନ୍ତସନ୍ତ ହେଉଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳରେ ଥିବା ୫ ପଞ୍ଚାୟତବାସୀ। ଏ ନେଇ ବିଭାଗକୁ ବାରମ୍ବାର କହି ଥକିଯାଇ ଶେଷରେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସମ୍ପୃକ୍ତ ଅଞ୍ଚଳବାସୀ। ଦୈନନ୍ଦିନ ଜୀବନକାର୍ଯ୍ୟ ବାଧାପ୍ରାପ୍ତ ହେଉଥିବାରୁ ଅତିଷ୍ଠ ପଞ୍ଚାୟତବାସୀ ସମସ୍ୟା ପ୍ରତିକାର ନ ହେଲେ ଆନ୍ଦୋଳନ ଚେତାବନୀ ଦେଇଛନ୍ତି। ଏ ବାବଦରେ ଏକ ଦାବିପତ୍ର ପାଇକସାହି ଗ୍ରାମବାସୀ ସୋମବାର ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି।

      ଗ୍ରାମବାସୀ କହିଛନ୍ତି, ପାଇକସାହି, ପେଡ଼ିପଥର, ସାପଘରା, ଟାପଢୋଲ, ମଇମୁରା ଆଦି ପଞ୍ଚାୟତଗୁଡ଼ିକୁ ବଇଣ୍ଡା ବିଦ୍ୟୁତ୍‌ ଷ୍ଟେଶନଠାରୁ ୧୧ କେଭି ଦ୍ୱାରା ବିଦ୍ୟୁତ୍‌ ସରବରାହ ହେଉଛି। ଏପରିକି ପାଇକସାହିଠାରେ ଏକ ବିଦ୍ୟୁତ୍‌ ଫିଡ଼ର ମଧ୍ୟ ନିର୍ମାଣ ହୋଇଛି। ତେବେ ଏହି ପଞ୍ଚାୟତଗୁଡିକରେ ବିନା ସୂଚନାରେ ମନଇଚ୍ଛା ବିଦ୍ୟୁତ୍‌ କାଟ କରିଦିଆଯାଉଛି। ସନ୍ଧ୍ୟା ୬ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ଅଞ୍ଚଳ ଅନ୍ଧାରରେ ରହୁଛି। ସାପଘରା ପଞ୍ଚାୟତ ଦେଇ ୧୧ କେଭି ଦ୍ୱାରା ବିଦ୍ୟୁତ୍‌ ଆସିଥିବାବେଳେ ହାତୀ ଯାତାୟାତରେ ଅସୁବିଧା ଯୋଗୁ ବିଦ୍ୟୁତ୍‌ କାଟ କରାଯାଉଥିବା ବିଭାଗ ସଫେଇ ଦେଉଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସାପଘରା ପଞ୍ଚାୟତ ଲକ୍ଷ୍ମୀପୁର, ବାତ୍ରାଖୋଳ, ଟେଣ୍ଟୁଲିଦେଇ ଓଗୀ, ପରା ପର୍ଯ୍ୟନ୍ତ ଏକ ହାତୀ ଚଲାପଥ ରହିଛି। ଗତ  ନଭେମ୍ବର ୧୪ରେ  ବିଦ୍ୟୁତ୍‌ ଫାଶରେ ପଡ଼ି ହେମାମୁରା ଗ୍ରାମରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଥିଲା। ସେହି ଦିନଠାରୁ ଉକ୍ତ ଅଞ୍ଚଳଗୁଡ଼ିକରେ ସନ୍ଧ୍ୟାରୁ ବିଦ୍ୟୁତ୍‌ କାଟ କରିଦିଆଯାଉଥିବା ଗ୍ରାମବାସୀ କହିଛନ୍ତି। ଏହାବାଦ୍‌ ପୁରୁଣା ଖୁଣ୍ଟ ଓ ତାର ଦ୍ୱାରା ସେବା ଯୋଗାଇ ଦିଆଯାଉଥିବାରୁ ଅନେକ ସମୟରେ ତାର ଛିଣ୍ଡି ବିଦ୍ୟୁତ୍‌ ଯୋଗାଣ ବାଧାପ୍ରାପ୍ତ ହେଉଛି। ଏ ନେଇ ଗ୍ରାମବାସୀ ସେସୁ କାର୍ଯ୍ୟାଳୟକୁ ଯୋଗାଯୋଗ କଲେ ଏନ୍‌ଜେନକୁ ଯୋଗାଯୋଗ କରିବାକୁ କୁହାଯାଉଥିବା ଅଭିଯୋଗ ହୋଇଛି। ତୁରନ୍ତ ଏହାର ସ୍ଥାୟୀ ସମାଧାନ କରା  ନ  ଗଲେ  ସେସୁ ଓ ଏନ୍‌ଜେନ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ଚେତାବନୀ ଦିଆଯାଇଛି। 

ଏ ସମ୍ପର୍କରେ ଏନ୍‌ଜେନ ଏସଡ଼ିଓ ନରେଶ ପଟ୍ଟନାୟକ କହିଛନ୍ତି, ୧୧ କେଭି ତାର ଛିଣ୍ଡିଥିବା ଯୋଗୁ  ବିଦ୍ୟୁତ୍‌ କାଟ କରାଯାଉଛି। ପ୍ରତିଦିନ ବିଦ୍ୟୁତ୍‌ କାଟ  କରାଯାଉ ନ ଥିବା ସେ ପ୍ରକାଶ କରିଛନ୍ତି। ସେସୁ କନିଷ୍ଠଯନ୍ତ୍ରୀ ଉମାକାନ୍ତ ମାଝି କହିଛନ୍ତି, ହାତୀ ଚଲାପଥ ଥିବା ଅଞ୍ଚଳରେ ହାତୀଙ୍କ ଗତିବିଧିକୁ ଲକ୍ଷ୍ୟ କରି  ବିଦ୍ୟୁତ୍‌ କାଟ କରିବାକୁ ନିର୍ଦ୍ଦେଶନାମା ରହିଛି। ସେଥିପାଇଁ ସମୟ ଦେଖି ବିଦ୍ୟୁତ୍‌ କାଟ କରାଯାଉଛି। ହଣ୍ଡପା ରେଞ୍ଜର ଚୈତନ୍ୟ ବେହେରା କହିଛନ୍ତି, ସାପଘରା ପଞ୍ଚାୟତରେ ହାତୀ ଚଲାପଥ ରହିଛି। ଶିକାରୀମାନେ ବିଦ୍ୟୁତ୍‌ ଫାଶ ପକାଉଥିବାରୁ ହାତୀଙ୍କ ଯାତାୟାତ ସୁରକ୍ଷିତ କରିବାକୁ ବିଦ୍ୟୁତ୍‌କାଟ ପାଇଁ ପରାମର୍ଶ ଦିଆଯାଇଛି।

All Right Reserved By

ରାଜ୍ୟ | ଅନଗୁଳ-ଢେଙ୍କାନାଳ

ବିଜେଡି ଶ୍ରମିକ ସେଲ୍‌ର ରାଜ୍ୟ ସମ୍ପାଦକ ହେଲେ ଗଦାଧର ମଲ୍ଲିକ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିଜୁ ଜନତା ଦଳ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଶନିବାର ବିଜେଡି ଶ୍ରମିକ ସେଲ୍‌ର ରାଜ୍ୟ ସମ୍ପାଦକ ଭାବେ ଗଦାଧର ମଲ୍ଲିକଙ୍କୁ ନିଯୁକ୍ତି ଦେଇଛନ୍ତି। 

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ମାଲକାନଗିରି,୨୦।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ଥିବା ସବ୍‌ଜେଲ୍‌ରୁ ଶନିବାର ଜଣେ ବିଚାରାଧୀନ କଏଦୀ ଡାକ୍ତରଖାନାରୁ ଚମ୍ପଟ୍‌ ମାରିଛନ୍ତି। ସେ ହେଲେ ରାଜୁ ବାରୋଇ(୩୫)। 

ରାଜ୍ୟ ସାଂଗଠନିକ ସମ୍ପାଦକ ହେଲେ କମଳାକାନ୍ତ ମହାପାତ୍ର

ରାଜ୍ୟ ସାଂଗଠନିକ ସମ୍ପାଦକ ହେଲେ କମଳାକାନ୍ତ ମହାପାତ୍ର

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ ସାଂଗଠନିକ ସମ୍ପାଦକ ଭାବେ କମଳାକାନ୍ତ ମହାପାତ୍ରଙ୍କୁ ଶନିବାର ନିଯୁକ୍ତି ଦେଇଛନ୍ତି। 

‘ବୁଥ ନାହିଁ ତ ଭୋଟ ନାହିଁ’ : ରସାଲି ଗ୍ରାମବାସୀଙ୍କ ଭୋଟ ବର୍ଜନ

‘ବୁଥ ନାହିଁ ତ ଭୋଟ ନାହିଁ’ : ରସାଲି ଗ୍ରାମବାସୀଙ୍କ ଭୋଟ ବର୍ଜନ

ଭଟଲି,୨୦ା୪(ଡି.ଏନ୍‌.ଏ.): ବୁଥ ନାହିଁ ତ ଭୋଟ ନାହିଁ । ଭୋଟ ଦେବା ଜଣେ ଭାରତୀୟ ନାଗରିକର ମୌଳିକ ଅଧିକାର ହୋଇଥିଲେ ହେଁ ‘ଗାଁରେ ବୁଥ ନ ହେଲେ ଆମେ ଭୋଟ ଦେବୁ ନାହିଁ’ ବୋଲି ଅଡ଼ି ବସିଛନ୍ତି ଭଟଲି ବ୍ଲକ୍‌ ଖରମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ରସାଳି ଗ୍ରାମବାସୀ ।

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ  ବଦ୍ରି ପାତ୍ର

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ ବଦ୍ରି ପାତ୍ର

ଆନନ୍ଦପୁର,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ଅସ୍ଥିରତା ସୃଷ୍ଟି କରୁଥିବା କିଛି ବିରୋଧୀଙ୍କ ଭିତ୍ତିହୀନ ମନ୍ତବ୍ୟ ଏବଂ ନିର୍ବାଚନୀ ହିଂସାକୁ ଉସୁକାଇବା ଘଟଣାକୁ ନେଇ ବିଧାୟକ ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଗୁହାରି କରିଛନ୍ତି।

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ଆନନ୍ଦପୁର,୨୦।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ନିର୍ବାଚନୀ ହିଂସା କ୍ରମେ ବୃଦ୍ଧି ପାଇବାରେ ଲାଗିଛି। ଏହି ଆଧାରରେ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦମାନେ ଆକ୍ଷେପ ପ୍ରତିଆକ୍ଷେପ ମୂଳକ ଭାବେ ନିଜ ନିଜ ପ୍ରତିଦ୍ୱନ୍ଦ୍ୱୀ ଦଳ ବିରୋଧରେ ଅଭିଯୋଗ କରୁଛନ୍ତି।

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେର,୨୦।୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ନିର୍ବାଚନମଣ୍ଡଳୀ ଘଣ୍ଟପଡା ହାଇସ୍କୁଲ ପଡିଆଠାରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିିର୍ବାଚନୀ ପ୍ରଚାର କରିଛନ୍ତି।

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବାଲେଶ୍ୱର ଅଫିସ, ୨୦।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ଉପର ଆଡ଼ିଆ ଗ୍ରାମରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଥିଲା।

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ନୟାଗଡ଼ ଅଫିସ,୨୦ା୪- ନିର୍ବାଜନରେ ରାଜ୍ୟ  ସରକାରଙ୍କ ବିରୋଧରେ ପ୍ରଚାର କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି।  ରାତିିସାରା ଗଛରେ ବାନ୍ଧି ଏଥିରୁ ନିବୃତ୍ତ ରହିବା ସହିତ ଏଭଳି କଲେ ଜୀବନରୁ ମାରିଦେବା ପାଇଁ ଧମକ ଦିଆଯାଇଛି। ଉକ୍ତ ଘଟଣା ଘଟିଛି ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ା ଗ୍ରାମର ରୁଷିଆ ପ୍ରଧାନଙ୍କ କ୍ଷେତ୍ରରେ।

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର/ରାଇସୁଆଁ,୨୦।୪(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ତିନି ଦିନ ବାକି। ଏହି ପରିପ୍ରେକ୍ଷୀରେ ଭାଜପା ପକ୍ଷରୁ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର କେନ୍ଦୁଝର ଜିଲାକୁ ତୋଫାନି ଗସ୍ତରେ ଆସି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆୟୋଜିତ ବିଜୟ ସଂକଳ୍ପ ସଭାରେ ଯୋଗ ଦେଇ ଉଦ୍‌ବୋଧନ ଦେଇଛନ୍ତି। 

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ  ଜିତାଇବା ଲାଗି ଆହ୍ବାନ

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ ଜିତାଇବା ଲାଗି ଆହ୍ବାନ

ପାଟଣା,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ତୁରୁମୁଙ୍ଗାସ୍ଥିତ ନିନୁହାଁ ଫୁଟବଲ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସଭା ଶନିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। 

ବିଜେଡି ରୋଡ଼୍‌ ଶୋ’ ସମୟରେ ଗୋଷ୍ଠୀକନ୍ଦଳ

ବାରିପଦା ଅଫିସ,୨୦।୪:  ରାଇରଙ୍ଗପୁର ନିର୍ବାଚନମଣ୍ଡଳୀ ଅଧୀନ ବହଳଦା କଲେଜ ନିକଟରେ ଶୁକ୍ରବାର ବିଜେଡି ରୋଡ଼୍‌ ଶୋ’ କରୁଥିବା ବେଳେ ଗଣ୍ଡଗୋଳ ଘଟିଥିଲା। 


Model This Week

କ୍ରିଷ୍ଣା
Why Dharitri