ରାଜ୍ୟ | ଅନଗୁଳ-ଢେଙ୍କାନାଳ

ସୌରଶକ୍ତିରେ ଆଲୋକିତ ୭ ଗଁା

ସୌରଶକ୍ତିରେ ଆଲୋକିତ ୭ ଗଁା

ଢେଙ୍କାନାଳ ଅଫିସ, ୫।୧ ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଶୁକ୍ରବାର  ଆକାଂକ୍ଷା ଜିଲା ଭିତ୍ତିଭୂମି ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ ପ୍ରମୁଖ ସଚିବ ଯତିନ୍ଦ୍ରନାଥ ସ୍ବାଇଁ ଏଥିରେ ଅଧ୍ୟକ୍ଷତା କରି  ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ବିଦ୍ୟୁତ୍‌, ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସମ୍ପର୍କରେ ଜିଲାସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।

ଜିଲାରେ ଅଦ୍ୟାବଧି ୯୪% ଘରକୁ ବିଦ୍ୟୁତ୍‌ ଯୋଗାଣ ହୋଇଛି। ଦାରିଦ୍ର୍ୟ ସୀମାରେଖା ତଳେ ଥିବା ୧୩,୧୧୪ ପରିବାରକୁ ବିଜୁଳି ସଂଯୋଗ ଯୋଗାଇ ଦିଆଯାଇଛି। ସୌରଶକ୍ତି ଉପଯୋଗ କରି ଜିଲାର ୭ ଗ୍ରାମକୁ ଆଲୋକୀକରଣ କରାଯାଇଛି। ଶିକ୍ଷାର ବିକାଶ ଲାଗି  ରାଜ୍ୟ ସରକାରଙ୍କ ପକ୍ଷରୁ ଯଥାସମ୍ଭବ ୧୦୦% ମାଗଣା ବହି ଯୋଗାଇ ଦିଆଯିବ। ଜିଲାରେ ୬,୯୯୨ ଶିକ୍ଷକ କାର୍ଯ୍ୟରତ। ଆବଶ୍ୟକସ୍ଥଳେ ନୂତନ ଶିକ୍ଷକ ନିଯୁକ୍ତି କରାଯିବ। ଗ୍ରାମାଞ୍ଚଳର ପାଠପଢ଼ାରୁ ବଞ୍ଚତ୍ତ ପିଲାଙ୍କୁ ଚିହ୍ନଟ କରି ଉଜ୍ଜ୍ୱଳ, ଉତ୍‌ଥାନ, ଉପମ, ଉନ୍ନୟନ ଫାଉଣ୍ଡେଶନ ଦ୍ୱାରା ଶିକ୍ଷା ବ୍ୟବସ୍ଥା କରାଯିବ ବୋଲି ସୂଚନା ଦିଆଯାଇଛି। ସେହିପରି ଦକ୍ଷତା ବୃଦ୍ଧି ପାଇଁ  ୬ ଟ୍ରେଡ୍‌ରେ ପ୍ରଶିକ୍ଷଣ ଦିଆଯାଉଛି। ଏଥିଲାଗି ୩ଜଣ ପିଆଇ ନିଯୁକ୍ତି ହୋଇଛନ୍ତି। ଜିଲାର ୧୫୨୯ଜଣ ଯୁବତୀ ଯୁବକ ପ୍ରଶିକ୍ଷଣ ନେଉଛନ୍ତି। ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନାରେ ୭୧୧ ଜଣ ସଫଳ ହୋଇଛନ୍ତି। କ୍ଷେତ୍ର ବୃଦ୍ଧି ନିମନ୍ତେ ୧୪  ଗ୍ରୁପ୍‌ରେ ୪୮୦ ଜଣଙ୍କୁ ପ୍ରଶିକ୍ଷଣ ଦିଆଯାଉଛି। ଉଦ୍ୟାନଭିତ୍ତିକ ଚାଷ ନିମନ୍ତେ ଡିସେମ୍ବରରେ ୨୫ଟି ଗ୍ରାମରେ ଚାଷୀଙ୍କୁ ପ୍ରଶିକ୍ଷଣ ଦିଆଯାଇଛି। ପର୍ଯ୍ୟାୟକ୍ରମେ  ୫୦ ଜଣ ଲେଖାଏ ଚାଷୀଙ୍କୁ ତାଲିମ ଦିଆଯିବ। ଜିଲାର ସୀମାନ୍ତ ଗ୍ରାମଗୁଡ଼ିକ ସ୍ବାସ୍ଥ୍ୟସେବାରେ ପଛରେ ପଡ଼ିଛି। ସେଠାକାର ଜନସାଧାରଣ ଯେପରି ଠିକ୍‌ ସମୟରେ ଚିକିତ୍ସା ସେବା ପାଇପାରିବେ ସେ ନେଇ ଅଧିକ ଗୁରୁତ୍ୱ ଦିଆଯିବ। ଜିଲାବାସୀଙ୍କୁ ତତ୍କାଳ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ୧୪ ସ୍ବାସ୍ଥ୍ୟକେନ୍ଦ୍ରର ଉନ୍ନତୀକରଣ କରାଯାଇଥିବା ସୂଚନା ଦିଆଯାଇଥିଲା।

ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରମୁଖ ସଚିବଙ୍କୁ ଅବଗତ କରାଇଥିଲେ। ବୈଠକରେ ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

All Right Reserved By

ରାଜ୍ୟ | ଅନଗୁଳ-ଢେଙ୍କାନାଳ

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ଚାନ୍ଦବାଲି,୧୯ା୨(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ତଥା ମତୋ ପୋଲିସ ଫାଣ୍ଡି ଅଧୀନ ପ୍ରତାପପୁର ଗାଁ ରାସ୍ତାରୁ ଜଣେ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ମଙ୍ଗଳବାର ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି ।  

ନିର୍ବାଚନ ନେଇ ପ୍ରସ୍ତୁତି: ରାଜନଗରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରିଜାଇଡିଂ ଅଧିକାରୀଙ୍କୁ ତାଲିମ

ନିର୍ବାଚନ ନେଇ ପ୍ରସ୍ତୁତି: ରାଜନଗରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରିଜାଇଡିଂ ଅଧିକାରୀଙ୍କୁ ତାଲିମ

ରାଜନଗର, ୧୯।୨(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ତାଲିମ ଦିଆଯାଇଛି। 

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ: ଜଣେ ଗୁରୁତର

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ: ଜଣେ ଗୁରୁତର

ଯାଜପୁର ଅଫିସ/କୋରେଇ, ୧୯।୨(ସ୍ବ.ପ୍ର.): ଯାଜପୁର ଜିଲା ୨୦ ନଂ. ଜାତୀୟ ରାଜପଥର କୋରେଇ ଥାନା ଅନ୍ତର୍ଗତ ବେଣାପୁର ଛକରେ ମଙ୍ଗଳବାର ପୂର୍ବାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। 

ରାଜଧାନୀରେ ବାଘ ଆତଙ୍କ: ବାଘ ଖୋଜା ଅଭିଯାନ ପାଇଁ  ରାସ୍ତା ସିଲ୍‌, ଲୋକେ  ହନ୍ତସନ୍ତ

ରାଜଧାନୀରେ ବାଘ ଆତଙ୍କ: ବାଘ ଖୋଜା ଅଭିଯାନ ପାଇଁ ରାସ୍ତା ସିଲ୍‌, ଲୋକେ ହନ୍ତସନ୍ତ

ଭୁବନେଶ୍ୱର, ୧୯।୨(ବ୍ୟୁରୋ): ଭୁବନେଶ୍ୱର ପଳାଶପଲ୍ଲୀ ଅଞ୍ଚଳରେ ଏକ କଲରାପତରିଆ ବାଘ ବୁଲୁଛି। ଏହାକୁ ନେଇ ସୋମବାର ରାତିରୁ ଆରମ୍ଭ ହୋଇଛି ଅପରେଶନ। ବନ ବିଭାଗ ସହିତ ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କୁ ଏହି କାର୍ଯ୍ୟରେ ନିୟୋଜିତ କରାଯାଇଛି। 

ପୁଣି ମାଓବାଦୀଙ୍କ ଲାଲ୍‌ ବ୍ୟାନର୍‌: ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ

ପୁଣି ମାଓବାଦୀଙ୍କ ଲାଲ୍‌ ବ୍ୟାନର୍‌: ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ

ଦାରିଙ୍ଗିବାଡି,୧୯।୨(ଡି.ଏନ.ଏ.):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ନିକଟ  ୫୯ନଂ ଜାତୀୟ ରାଜପଥ ର ବୁଡାଗୁଡା ଛକରେ ଓଡିଶା ରାଜ୍ୟ କମିଟି ସିପିଆଇ (ମାଓବାଦୀ)ଙ୍କ ପକ୍ଷରୁ ଲାଲ ବ୍ୟାନର ସହ ପୋଷ୍ଟର ଲଗାଯାଇଛି। 

ବଢ଼ିବ ତାତି

ବଢ଼ିବ ତାତି

ଭୁବନେଶ୍ୱର,୧୯।୨(ବ୍ୟୁରୋ):ବର୍ଷା ଯୋଗୁ ଗତ ଦୁଇଦିନ ହେବ ରାଜ୍ୟରେ ଥଣ୍ଡା ପାଗ ରହିଥିଲା ।

୨୦ରେ ଆସିବେ ଯୋଗୀ

୨୦ରେ ଆସିବେ ଯୋଗୀ

ଭୁବନେଶ୍ୱର, ୧୯।୨(ବ୍ୟୁରୋ):ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆସନ୍ତା ୨୦ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସକାଳ ୧୦ଟାରେ ଯୋଗୀ ରାୟପୁର ବିମାନବନ୍ଦରରେ ପହଞ୍ଚିବେ। 

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ

ଯାଜପୁର ଅଫିସ,୧୯।୨:ଯାଜପୁର ଜିଲା ଦାନଗଦି ଓ ସୁକିନ୍ଦା ବ୍ଲକକୁ ନେଇ ଗଠିତ ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗତ ୩ ଦଶନ୍ଧି ହେଲା ଗୋଟିଏ ପରିବାର ସଦସ୍ୟ ନିର୍ବାଚିତ ହୋଇ ଆସୁଛନ୍ତି। ଶିଳ୍ପ ଓ ଖଣି ସମୃଦ୍ଧ ଏହି ନିର୍ବାଚନ ମଣ୍ଡଳୀରେ ଏଥର ପଟ ପରିବର୍ତ୍ତନ କିମ୍ବା ରାଜନୈତିକ ସମୀକରଣ ବଦଳିବାର ସମ୍ଭାବନା ରହିଥିବା ଚର୍ଚ୍ଚା ଜୋର ଧରିଛି।

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ

କଟକ ଅଫିସ, ୧୯।୨:କୋଣାର୍କ ସୂର୍ଯ୍ୟମନ୍ଦିର ସୁରକ୍ଷିତ। ମନ୍ଦିର ପ୍ରତି ସେଭଳି କୌଣସି ବିପଦ ନାହିଁ। ଏହିଭଳି କଥା ଆରମ୍ଭରୁ କହି ଆସୁଥିବା ଭାରତୀୟ ପ୍ରନତ୍ତାତ୍ତି୍ବକ ସର୍ବେକ୍ଷଣ (ଏଏସ୍‌ଆଇ) ସଂସ୍ଥା ଶେଷରେ ମାନିଛି ଯେ ମନ୍ଦିର ପ୍ରତି ବିପଦ ରହିଛି। 

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଯୋଡ଼ା, ୧୯।୨(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ବାଂଶପାଣି ରେଳ ସାଇଡିଂ ନିକଟ ଯୋଡ଼ା-ବାମେବାରୀ ରାସ୍ତା ପାର୍ଶ୍ୱରେ ଥିବା ଜଣେ ଅଭିଯୁକ୍ତଙ୍କ ଜମିରେ ଏକ ଶିଳ୍ପ ସଂସ୍ଥାର ଖଣିଜ ଗଛିତ ହେଉଛି। 

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ଭଦ୍ରକ ଅଫିସ, ୧୯।୨ - ଭଦ୍ରକ ଜିଲା ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ପୁଣି ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ମୁଖ୍ୟ କାର୍ପଟଦାର ଫେରାର ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ, ମେଶିନ, ଏସେନ୍ସ ଓ ସିଲ୍‌ ମେଶିନ ପୋଲିସ ଜବତ କରିଛି। 

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଭଣ୍ଡାରିପୋଖରୀ, ୧୯।୨ (ଡି.ଏନ.ଏ.) - ଭଣ୍ଡାରିପୋଖରୀ ସଦରମହକୁମାଠାରେ  ଥିବା ନଗୁଁଆ ପ୍ରାଥମିକ କୃଷି ସମବାୟ ସମିତିରେ ଧାନକିଣାରେ ଅନିୟମିତତା ପ୍ରତିବାଦରେ ଚାଷୀମାନେ ସୋମବାର ସମିତି କାର୍ଯ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ।