ଉପକୂଳ ଓଡିଶା

କାଳିଆ ଯୋଜନାରେ ସାମିଲ ପାଇଁ ପଞ୍ଚାୟତ କାର୍ଯ୍ୟାଳୟରେ ଭିଡ଼:ସବୁଜ ଫର୍ମରେ ଆବେଦନ କଲେ ଚାଷୀ

କାଳିଆ ଯୋଜନାରେ ସାମିଲ ପାଇଁ ପଞ୍ଚାୟତ କାର୍ଯ୍ୟାଳୟରେ ଭିଡ଼:ସବୁଜ ଫର୍ମରେ ଆବେଦନ କଲେ ଚାଷୀ

ଗଣିଆ,୬ା୧(ଡି.ଏନ.ଏ.)- ଗଣିଆ ବ୍ଲକର ୮ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଶନିବାର ରାଜ୍ୟ ସରକାରଙ୍କ କାଳିଆ ଯୋଜନାର ପ୍ରଥମ ପର୍ଯ୍ୟାୟ ତାଲିକାରୁ ବାଦ୍‌ ପଡିଥିବା ଚାଷୀମାନଙ୍କ ଭିଡ଼ ଦେଖିବାକୁ ମିଳିଥିଲା ା ଏହି ଯୋଜନାରେ ସାମିଲ ହେବା ପାଇଁ ବାଦ୍‌ ପଡିଥିବା ଚାଷୀମାନେ କୃଷି ବିଭାଗ ଅଧିକାରୀଙ୍କଠାରୁ ସବୁଜ ଫର୍ମ ନେଇ ଆବେଦନ କରିଥିଲେ। ଶୁକ୍ରବାର ପ୍ରଥମ ଦିନରେ ୮ ପଞ୍ଚାୟତର ମୋଟ ୧୮୨ଜଣ ଚାଷୀ ସବୁଜ ଫର୍ମରେ ଆବେଦନ କରିଥିଲେ। ଯୋଜନାରୁ ବାଦ୍‌ ପଡିବା ପାଇଁ  ଜଣେ ମାତ୍ର ନାଲି ଫର୍ମ ଦାଖଲ କରିଥିଲେ ା ଶନିବାର ଦ୍ୱିତୀୟ ଦିନରେ ବ୍ଲକରେ ମୋଟ ୧୧୯୪ଜଣ ଚାଷୀ ସବୁଜ ଫର୍ମ ପୂରଣ କରି ଆବେଦନ କରିଥିବା ଗଣିଆ କୃଷି ବିଭାଗ ତରଫରୁ ଜଣାପଡିଛି। ଗଣିଆ ପଞ୍ଚାୟତରେ ୫୦, ଛାମୁଣ୍ଡିଆରେ ୨୯୮, ବଡଶିଲିଙ୍ଗାରେ ୨୫, ରାସଙ୍ଗରେ ୨୦୪, ବେଲପଡାରେ ୯୨, କିଶୋରପ୍ରସାଦରେ ୧୭୮, କରଡାପଡାରେ ୧୭୪, ଆଡକଟା ପଞ୍ଚାୟତରେ୧୭୩ ଚାଷୀ ଆବେଦନ କରିଛନ୍ତି। ସେହିପରି ତାଲିକାରୁ ବାଦ୍‌ ପଡିବା ପାଇଁ କିଶୋରପ୍ରସାଦ ପଞ୍ଚାୟତର ଜଣେ ଓ କରଡାପଡା ପଞ୍ଚାୟତର ୩ଜଣ ନାଲି ଫର୍ମ ପୂରଣ କରି ଆବେଦନ କରିଛନ୍ତି। ଅନ୍ୟପକ୍ଷରେ ଛାମୁଣ୍ଡିଆ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଦୂରରେ ଥିବା ବଡମୂଳ, କୁତୁରୀ, ରାଜିଙ୍ଗି, କୁମ୍ଭୀରଖଣି, ଛାଡମୂଳ ଆଦି ଗ୍ରାମର ବହୁ ଚାଷୀ ମଧ୍ୟାହ୍ନରେ ଫର୍ମ ପାଇଁ ପହଞ୍ଚତ୍ଥିଲେ ହେଁ ନିରାଶ ହୋଇ ଫେରିଥିଲେ। ଶନିବାର ଏହି ପଞ୍ଚାୟତକୁ ଆସିଥିବା ମାତ୍ର ୩ଶହ ଫର୍ମ ଶେଷ ହୋଇଯିବା ପରେ ଏଭଳି ସମସ୍ୟା ଦେଖାଦେଇଥିଲା। ସେହିପରି କିଶୋରପ୍ରସାଦ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏହି ଯୋଜନାରେ ସାମିଲ ହେବାକୁ ଫର୍ମ ପାଇଁ ବହୁ ଲୋକ ଜମା ହୋଇଥିଲେ। ମଧ୍ୟାହ୍ନରେ ବ୍ଲକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁ, କିଶୋରପ୍ରସାଦ ସରପଞ୍ଚ ପ୍ରଫୁଲ୍ଲ କୁମାର ବେହେରା ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚତ୍ ଶାନ୍ତିଶୃଙ୍ଖଳାର ସହ ଫର୍ମ ପୂରଣ ପାଇଁ ଲୋକମାନଙ୍କୁ ଅନୁରୋଧ କରିଥିଲେ। ସୂଚନାଯୋଗ୍ୟ ଏହି ଯୋଜନାରେ ପ୍ରକାଶ ପାଇଥିବା ପ୍ରଥମ ପର୍ଯ୍ୟାୟ ତାଲିକାରେ ବ୍ଲକର ୩୨୭୪ଜଣ ଚାଷୀଙ୍କ ନାମ ରହିଛି ା

All Right Reserved By

ଉପକୂଳ ଓଡିଶା

‘ଓକିଲଙ୍କ କାର୍ଯ୍ୟଧାରା ମଧୁବାବୁଙ୍କ ପରି ହେଉ’

‘ଓକିଲଙ୍କ କାର୍ଯ୍ୟଧାରା ମଧୁବାବୁଙ୍କ ପରି ହେଉ’

ଚଣ୍ଡିଖୋଲ,୧୬।୨(ଡିି.ଏନ.ଏ)- ମଧୁବାବୁ ପ୍ରଥମ ବାରିଷ୍ଟର ଭାବେ ଯେଉଁ ପ୍ରେରଣା ଦେଇଯାଇଛନ୍ତି ତାହା ଆମ ସମାଜ ପାଇଁ ମାର୍ଗ ଦର୍ଶନ। ଓକିଲଙ୍କର କାର୍ଯ୍ୟଧାରା ମଧୁବାବୁଙ୍କ ପରି ଜନହିତରେ ରହିଲେ କୋର୍ଟ ପ୍ରତିଷ୍ଠା ସାର୍ଥକ ହେବ ବୋଲି ହାଇକୋର୍ଟର ନ୍ୟାୟମୂର୍ତ୍ତି ସଞ୍ଜୟ କୁମାର ମିଶ୍ର କହିଛନ୍ତି। ଯାଜପୁର ଜିଲା ଚଣ୍ଡିଖୋଲଠାରେ ସବ୍‌ଜଜ୍‌ (ସିଭିଲ) କୋର୍ଟର ନୂତନ କାର୍ଯ୍ୟାଳୟକୁ ଶନିବାର ଉଦ୍‌ଘାଟନ କରିବା ସମୟରେ ସେ ଏହା କହିଛନ୍ତି।

ଯାଜପୁରରୋଡ଼ରେ ଅତିରିକ୍ତ ଜିଲା ଦାୈରାଜଜ୍‌ କୋର୍ଟ ଉଦ୍‌ଘାଟିତ

ଯାଜପୁରରୋଡ଼,୧୬।୨(ନି.ପ୍ର.)- ଯାଜପୁରରୋଡ଼ରେ ବହୁ ପ୍ରତିକ୍ଷିତ ଅତିରିକ୍ତ ଜିଲା ଦାୈରାଜଜ କୋର୍ଟ ଶନିବାର ଉଦ୍‌ଘାଟିତ ହୋଇଯାଇଛିି। ଏହି କୋର୍ଟ ସ୍ଥାପନ ପାଇଁ ଓକିଲ ସଂଘ ସମେତ ବିଭିନ୍ନ ସଂଗଠନ ଓ ରାଜନୈତିକ ନେତାମାନେ ଆନ୍ଦୋଳନ କରି ଆସୁଥିଲେ। ଏହି କୋର୍ଟ ଖୋଲିବା ଦ୍ୱାରା ବ୍ୟାସନଗର, କୋରେଇ, ସୁକିନ୍ଦା, ଦାନଗଦୀ ପ୍ରଭୃତି ଅଞ୍ଚଳରେ ଆନନ୍ଦର ଲହରୀ ଖେଳିଯାଇଛି। 

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ପାଟକୁରା,୧୬।୨(ଡିଏନଏ)- କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଧୀନ ବେଡାରୀ ଗ୍ରାମ ପଞ୍ଚାୟତର ହରିଦାସପୁର ଗ୍ରାମରେ ଜଣେ ଯୁବକ ୧୧ କେ.ଭି. ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି। 

ଶହୀଦ ପ୍ରସନ୍ନ ସାହୁଙ୍କ ସମ୍ମାନରେ ଗ୍ରାମରେ ନୀରବ ପ୍ରାର୍ଥନା, ଶ୍ରଦ୍ଧାଞ୍ଜଳି ସଭା

ଶହୀଦ ପ୍ରସନ୍ନ ସାହୁଙ୍କ ସମ୍ମାନରେ ଗ୍ରାମରେ ନୀରବ ପ୍ରାର୍ଥନା, ଶ୍ରଦ୍ଧାଞ୍ଜଳି ସଭା

ନାଉଗାଁ,୧୬।୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଶିଖର ପଞ୍ଚାୟତ ପାରିଶିଖର ଗ୍ରାମର ପ୍ରସନ୍ନ ସାହୁ ଜମ୍ମୁ-କଶ୍ମୀରସ୍ଥ ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଛନ୍ତି। ଏହାକୁ ନେଇ ଉକ୍ତ ବ୍ଲକର ସମସ୍ତ ବିଦ୍ୟାଳୟରେ ନୀରବ ପ୍ରାର୍ଥନା କରାଯାଇଛି। 

ପୁଲୱାମାରେ ଶହୀଦ ଯବାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି

ପୁଲୱାମାରେ ଶହୀଦ ଯବାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି

ବୋଲଗଡ଼,୧୬ା୨(ଡି.ଏନ.ଏ.):ଜମ୍ମୁ-କାଶ୍ମୀରସ୍ଥିତ ପୁଲୱାମାଠାରେ ଆତଙ୍କବାଦୀଙ୍କ ଆକ୍ରମଣରେ ଗତ ୧୪ ତାରିଖରେ ଶହୀଦ ହୋଇଥିବା  ସିଆର୍‌ପିଏଫ୍‌ ଯବାନଙ୍କ ଉଦ୍ଦେଶ୍ୟରେ ବୋଲଗଡ଼ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଯାଇଛି।

ଶ୍ରୀଶ୍ରୀ ହନୁମାନ ମନ୍ଦିର, ବିଗ୍ରହ ପ୍ରତିଷ୍ଠା

ଶ୍ରୀଶ୍ରୀ ହନୁମାନ ମନ୍ଦିର, ବିଗ୍ରହ ପ୍ରତିଷ୍ଠା

କୃଷ୍ଣପ୍ରସାଦ,୧୬ା୨(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥିତ ବଡଅଁଳ ପଞ୍ଚାୟତ ଅଧୀନ ବଡଖଟିଆକୁଦିଠାରେ ମହାଆଡ଼ମ୍ବରରେ ଶ୍ରୀଶ୍ରୀ ହନୁମାନ ପ୍ରଭୁଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି।

ମୌଳିକ ସମସ୍ୟା ସମାଧାନ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର ପ୍ରଦାନ

ମୌଳିକ ସମସ୍ୟା ସମାଧାନ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର ପ୍ରଦାନ

ଗଣିଆ,୧୬।୨(ଡି.ଏନ.ଏ.)-ଗଣିଆ ବ୍ଲକ ବଡଶିଲିଙ୍ଗା ପଞ୍ଚାୟତର ଜନସଙ୍ଗଠନ ଆଦିମ ଅଧିବାସୀ ମୁକ୍ତିମଞ୍ଚ ତରଫରୁ ଶୁକ୍ରବାର ଅଞ୍ଚଳର ବିଭିନ୍ନ ମୌଳିକ ସମସ୍ୟା ସମାଧାନ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୪ଦଫା ସମ୍ବଳିତ ଏକ ଦାବିପତ୍ର ବିଡିଓଙ୍କ ଜରିଆରେ ପ୍ରଦାନ କରାଯାଇଛି । 

ତଦନ୍ତ ଆଳରେ ଉପେକ୍ଷା: ପ୍ରକୃତ ହିତାଧିକାରୀ ପାଉନାହାନ୍ତି ଆବାସ ଗୃହ

ତଦନ୍ତ ଆଳରେ ଉପେକ୍ଷା: ପ୍ରକୃତ ହିତାଧିକାରୀ ପାଉନାହାନ୍ତି ଆବାସ ଗୃହ

ନୂଆଗାଁ,୧୬।୨(ଡି.ଏନ.ଏ.)-ସରକାର ଦେଶର ପ୍ରତି ଗରିବ ଲୋକଙ୍କୁ ଆବାସ ଯୋଜନା ମାଧ୍ୟମରେ ପକ୍କାଘର ଖଣ୍ଡିଏ ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ। କିନ୍ତୁ ଅନେକ ସ୍ଥାନରେ ପ୍ରଶାସନିକ ଅଧିକାରୀଙ୍କ ଅଣଦେଖା ଯୋଗୁ ପ୍ରକୃତ ହିତାଧିକାରୀ ଆବାସ ଯୋଜନା ମାଧ୍ୟମରେ ଘର ପାଇବାରୁ ବଞ୍ଚତ୍ତ ହେଉଛନ୍ତି। 

କେନ୍ଦ୍ରାପଡ଼ାରେ କାଳିଆ ସମାବେଶରେ ଯୋଗେଦେଲେ ନବୀନ, ୩.୫ ଲକ୍ଷ ଭୂମିହୀନଙ୍କୁ ମିଳିଲା ଟଙ୍କା

କେନ୍ଦ୍ରାପଡ଼ାରେ କାଳିଆ ସମାବେଶରେ ଯୋଗେଦେଲେ ନବୀନ, ୩.୫ ଲକ୍ଷ ଭୂମିହୀନଙ୍କୁ ମିଳିଲା ଟଙ୍କା

କେନ୍ଦ୍ରାପଡ଼ା ଅଫିସ୍‌, ୧୪।୨-କାଳିଆ ଯୋଜନାରେ ଅନ୍ତର୍ଭୁକ୍ତ ୩.୫ ଲକ୍ଷ ଭୂମିହୀନ କୃଷି ଶ୍ରମିକ ହିତାଧିକାରୀଙ୍କୁ ଆନୁସଙ୍ଗିକ କୃଷି କ୍ଷେତ୍ରରେ ଜୀବିକା ନିର୍ବାହ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଆର୍ଥିକ ସହାୟତା ଶୁକ୍ରବାର ପ୍ରଦାନ କରାଯାଇଛି।

ଦୁର୍ଘଟଣାରେ ମୃତ ଯୁବକଙ୍କ ଚକ୍ଷୁଦାନ

ଦୁର୍ଘଟଣାରେ ମୃତ ଯୁବକଙ୍କ ଚକ୍ଷୁଦାନ

ଖଣ୍ଡପଡ଼ା,୧୫ା୨(ସ୍ବ.ପ୍ର.)-ନୟାଗଡ଼ ଜିଲା କଣ୍ଟିଲୋ ପଞ୍ଚାୟତ ଅନ୍ତର୍ଗତ ଫକୀର ଅତିବୁଦ୍ଧିପାଟଣାର ରନତ୍ାକର ଖଟୁଆ ଓରଫ ବଜରଙ୍ଗୀ(୧୯)ଙ୍କ ବୁଧବାର ଅପରାହ୍ନରେ ଭୁବନେଶ୍ୱରଠାରେ ବସ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା । ଏଭଳି ଏକ ଦୁଃଖଦ ଘଟଣା ପରେ ମଧ୍ୟ ତାଙ୍କ ପରିବାର ଲୋକେ ମୃତପୁଅଙ୍କ ଚକ୍ଷୁଦାନ କରିଛନ୍ତିି।

 ପୁଲଓ୍ବାମା ଆତଙ୍କବାଦୀ  ଆକ୍ରମଣରେ ୨ ଓଡ଼ିଆ ଯବାନ ଶହୀଦ

ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣରେ ୨ ଓଡ଼ିଆ ଯବାନ ଶହୀଦ

ନାଉଗାଁ,୧୫।୨: ଜମ୍ମୁ-କଶ୍ମୀର ପୁଲଓ୍ବାମାଠାରେ ଗୁରୁବାର ସନ୍ଧ୍ୟାରେ ଆତଙ୍କବାଦୀ  ସଂଗଠନ ଦ୍ୱାରା ହୋଇଥିବା ଆକ୍ରମଣରେ ୪୪ ଯବାନ ଶହୀଦ ହୋଇଛନ୍ତି। 

ନୟାଗଡ଼ରେ ଯୁବକ ପାଳିଲେ ନିଆରା ଭାଲେଣ୍ଟାଇନ୍ସ ଡେ

ନୟାଗଡ଼ରେ ଯୁବକ ପାଳିଲେ ନିଆରା ଭାଲେଣ୍ଟାଇନ୍ସ ଡେ

ନୂଆଗାଁ/ନୟାଗଡ଼ ଅଫିସ,୧୫।୨(ଡି.ଏନ୍‌.ଏ.)- ଫେବୃୟାରୀ ୧୪ ଭାଲେଣ୍ଟାଇନ୍ସ ଡେ’କୁ ପ୍ରେମ ଦିବସ ଭାବେ ପାଳନ କରାଯାଉଛି। ଏ ନେଇ ଅନେକ ଯୁବତୀ ଯୁବକ ପାର୍କ, ସିନେମା ହଲ୍‌, ମଲ୍‌ କିମ୍ବା ଭୋଜିଭାତରେ ସମୟ ବିତାଇଥିବାବେଳେ ନୟାଗଡ଼ର କେତେକ ଯୁବକ ଏହାକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି।