ଅନଗୁଳ-ଢେଙ୍କାନାଳ

ଟଙ୍କା ଉଠାଣରେ ସାହାଯ୍ୟ ଆଳରେ ଠକେଇ: ଅଭିଯୁକ୍ତ ଗିରଫ, ଅଟୋ ଜବତ

ଟଙ୍କା ଉଠାଣରେ ସାହାଯ୍ୟ ଆଳରେ ଠକେଇ: ଅଭିଯୁକ୍ତ ଗିରଫ, ଅଟୋ ଜବତ

ପାଲଲହଡ଼ା, ୭ା୧(ଡି.ଏନ.ଏ.): ବ୍ୟାଙ୍କ ଏଟିଏମ୍‌ରୁ ଟଙ୍କା ଉଠାଇବାରେ ସାହଯ୍ୟ କରିବା ଆଳରେ ଏକାଧିକ ଲୋକଙ୍କ ଆକାଉଣ୍ଟରୁ ଲୁଟ୍‌ କରିବା ଅଭିଯୋଗରେ ଅନୁଗୋଳ ଜିଲା ପାଲଲହଡ଼ା ପୋଲିସ ରବିବାର ସମଲ ଥାନା କୁଲେଇ ଗ୍ରାମର ହର୍ଷ ବେହେରାଙ୍କୁ ଗିରଫ କରିଛି। ଘଟଣାରେ ନଂ. ୧/୧୯ ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ପାଲଲହଡ଼ା ଥାନା ଭାରପ୍ରାପ୍ତ ଅଧିକାରୀ ରିତେଶ କୁମାର ମହାପାତ୍ର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସୂଚନା ମୁତାବକ, ହର୍ଷ ଗତ ୩ ତାରିଖରେ ପାଲଲହଡ଼ା ସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଏଟିଏମରୁ ଟଙ୍କା ଉଠାଇବାକୁ ଯାଇଥିବା ଉଦିତନଗର ଅଞ୍ଚଳର ସାମୁଏଲ ବାଘଙ୍କୁ ସାହାଯ୍ୟ କରିବାକୁ କହିଥିଲେ। ତାଙ୍କଠାରୁ ଏଟିଏମ୍‌ ନେଇ ଅଭିଯୁକ୍ତ ପ୍ରଥମେ ୮ ହଜାର ଓ ପରେ ୧୦ ହଜାର ଟଙ୍କା ଉଠାଇ ଏକ ଅଟୋରେ ସେଠାରୁ ଫେରାର ହୋଇଯାଇଥିଲେ। ଖବରପାଇ ପୋଲିସ ତଦନ୍ତ କରିଥିଲା। ସିସିଟିଭି ଫୁଟେଜକୁ ଆଧାର କରି ପାଲଲହଡ଼ା ଏବଂ ସମଲ ପୋଲିସ ମିଳିତ ଭାବେ ଚଢ଼ାଉ କରି  ହର୍ଷଙ୍କୁ ତାଙ୍କ ଘରୁ ଗିରଫ କରିଥିଲେ। ଏଥିସହ ଲୁଟରେ ବ୍ୟବହୃତ ଅଟୋକୁ ଜବତ କରାଯାଇଛି। ୨୦୧୬ ରେ ଏହିପରି ଭାବେ ଫପଣ୍ଡ ଗ୍ରାମର ଜଣେ ମହିଳାଙ୍କ ଠାରୁ ହର୍ଷ ୭ ହଜାର ଟଙ୍କା, ୨୦୧୫ରେ ଖମାର ଅଞ୍ଚଳରୁ ଜଣେ ବ୍ୟକ୍ତିଙ୍କ ଠାରୁ ୩୦ ହଜାର ସହ ଜିଲାର ବିଭିନ୍ନ ଏଟିଏମ୍‌ ଠକେଇରେ ମାମଲାରେ ସାମିଲ ଥିବା ପୋଲିସ କହିଛି। ଅଭିଯୁକ୍ତ ବିଶେଷ କରି ଏଟିଏମ୍‌କୁ ଆସୁଥିବା ଭିନ୍ନକ୍ଷମ ତଥା ଅଶିକ୍ଷିତ ଲୋକଙ୍କୁ ସାହାଯ୍ୟ କରିବାକୁ କହି ଠକେଇ କରିଥାନ୍ତି ବୋଲି ପୋଲିସ ଜାଣିବାକୁ ପାଇଛି। 

All Right Reserved By

ଅନଗୁଳ-ଢେଙ୍କାନାଳ

୫ ଜଣଙ୍କ ଜୀବନ ନେଲା ଦନ୍ତାହାତୀ

୫ ଜଣଙ୍କ ଜୀବନ ନେଲା ଦନ୍ତାହାତୀ

ତାଳଚେର,୧୯ା୪(ନିି.ପ୍ର): ତାଳଚେର ପୌରାଞ୍ଚଳର ଷଣ୍ଢଗାଁରେ ଗୁରୁବାର ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୫ ଜଣଙ୍କ ଜୀବନ ଯାଇଛି। ସେମାନେ ହେଲେ କାଳିଆ ସହର, ସୁନୀତା ସେଠ୍‌, ସାରଥି ସହର, ଅନୀତା ସହର ଏବଂ ତାଳଚେର ବ୍ଲକ ସନ୍ଥପଡ଼ା ଗ୍ରାମର ଭ୍ରମରବର ସାମଲ(୭୦)।

ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ଭୁବନ, ୧୯ା୪(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ପରିବା ମାର୍କେଟରେ ଥିବା ନାରାୟଣ ପୋଥାଳଙ୍କ ଗ୍ରୋସରୀ ଦୋକାନରେ ବିଦ୍ୟୁତ ସର୍ଟସର୍କିଟରୁ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ସବୁ ଜଳି ପାଉଁଶ ହୋଇଯାଇଛି ।

ଶୋଭାଯାତ୍ରା, ପଦଯାତ୍ରାରେ କମ୍ପୁଛି ଗ୍ରାମାଞ୍ଚଳ: ସହରରେ ବିଜେଡିର ଥ୍ରୀ ଡି ପ୍ରଚାର

ଶୋଭାଯାତ୍ରା, ପଦଯାତ୍ରାରେ କମ୍ପୁଛି ଗ୍ରାମାଞ୍ଚଳ: ସହରରେ ବିଜେଡିର ଥ୍ରୀ ଡି ପ୍ରଚାର

ଅନୁଗୋଳ ଅଫିସ, ୧୯।୪- ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଶେଷ ହୋଇଥିବାରୁ ତୃତୀୟ ପର୍ଯ୍ୟାୟ ପାଇଁ ପ୍ରସ୍ତୁତି ଜୋର ଧରିଛି। ଇତିମଧ୍ୟରେ ପ୍ରଚାର ପାଇଁ ପ୍ରାର୍ଥୀଙ୍କ ହାତରେ ଆଉ ମାତ୍ର ୩ ଦିନ ବାକି ରହିଛି। 

ମାଇକ୍ରୋ ଅବଜରଭରଙ୍କୁ ତାଲିମ କାର୍ଯ୍ୟକ୍ରମ: ବୁଥ୍‌ରେ ସ୍ବଚ୍ଛତା ମୁଖ୍ୟ ଦାୟିତ୍ୱ

ମାଇକ୍ରୋ ଅବଜରଭରଙ୍କୁ ତାଲିମ କାର୍ଯ୍ୟକ୍ରମ: ବୁଥ୍‌ରେ ସ୍ବଚ୍ଛତା ମୁଖ୍ୟ ଦାୟିତ୍ୱ

ଢେଙ୍କାନାଳ ଅଫିସ, ୧୯ା୪- ଢେଙ୍କାନାଳ ଜିଲାରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ନିମନ୍ତେ ନିୟୋଜିତ ମାଇକ୍ରୋ ଅବଜରଭର (ଅଣୁ ପର୍ଯ୍ୟବେକ୍ଷକ)ମାନଙ୍କର ତାଲିମ କାର୍ଯ୍ୟକ୍ରମ ଗୁରୁବାର ପୂର୍ବାହ୍ନରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।

ଓ୍ବାର୍ଡକୁ ନେବାକୁ କର୍ମଚାରୀ ନାହାନ୍ତି: ଷ୍ଟ୍ରେଚରରେ ଘଣ୍ଟାଏ ପଡ଼ିରହିଲେ ରୋଗୀ

ଓ୍ବାର୍ଡକୁ ନେବାକୁ କର୍ମଚାରୀ ନାହାନ୍ତି: ଷ୍ଟ୍ରେଚରରେ ଘଣ୍ଟାଏ ପଡ଼ିରହିଲେ ରୋଗୀ

ଅନୁଗୋଳ ଅଫିସ, ୧୯।୪- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଗୁରୁତର ଥିବା ଜଣେ ମହିଳା ରୋଗୀଙ୍କୁ ଡାକ୍ତର ଓ୍ବାର୍ଡକୁ ରେଫର କରିଥିଲେ ବି ତାଙ୍କୁ ଷ୍ଟ୍ରେଚରରେ ଓ୍ବାର୍ଡକୁ ନେବାକୁ କୌଣସି କର୍ମଚାରୀ ନ ଥିଲେ। 

ସେକ୍ଟର ଅଫିସରମାନଙ୍କୁ ତାଲିମ: ଗାଡ଼ିରେ ଲାଗିବ ଜିପିଏସ୍‌

ସେକ୍ଟର ଅଫିସରମାନଙ୍କୁ ତାଲିମ: ଗାଡ଼ିରେ ଲାଗିବ ଜିପିଏସ୍‌

ଅନୁଗୋଳ ଅଫିସ, ୧୯।୪- ଚଳିତ ସାଧାରଣ ନିର୍ବାଚନକୁ ମୁକ୍ତ ଓ ଅବାଧ ଭାବେ ପରିଚାଳନା କରିବା ପାଇଁ ନିୟୋଜିତ ସେକ୍ଟର ଅଫିସରମାନଙ୍କୁ ଗୁରୁବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ତାଲିମ ପ୍ରଦାନ କରାଯାଇଛି। 

ବିଜୟ ସଂକଳ୍ପ ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ପରଘର ତିଅଣରେ ନବୀନଙ୍କ ଅତିଥି ସତ୍କାର

ବିଜୟ ସଂକଳ୍ପ ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ପରଘର ତିଅଣରେ ନବୀନଙ୍କ ଅତିଥି ସତ୍କାର

କଣିହାଁ/ ଛେଣ୍ଡିପଦା/ ଭୁବନ/ ପରଜଙ୍ଗ, ୧୯।୪ (ଡି.ଏନ୍‌.ଏ.)- ରାଜ୍ୟ ସରକାର କାଳିଆ ଯୋଜନାରେ ଲୋକମାନଙ୍କୁ ଠକିଛନ୍ତି। ଏହି ଯୋଜନାକୁ ବନ୍ଦ କରିବା ପାଇଁ ଭାଜପା ଉଦ୍ୟମ କରୁଥିବା ମିଛ ପ୍ରଚାର କରୁଛନ୍ତି। 

ହିଙ୍ଗୁଳା ଦର୍ଶନ କରି ଫେରିବା ବେଳେ ଦୁର୍ଘଟଣା: ବାଇକ୍‌-କାର୍‌ ଧକ୍କା, ୨ ଗୁରୁତର

ହିଙ୍ଗୁଳା ଦର୍ଶନ କରି ଫେରିବା ବେଳେ ଦୁର୍ଘଟଣା: ବାଇକ୍‌-କାର୍‌ ଧକ୍କା, ୨ ଗୁରୁତର

ଅନୁଗୋଳ ଅଫିସ, ୧୯।୪- ଅନୁଗୋଳ ସହର ଉପକଣ୍ଠ ଆମ୍ବପାଳ ନତଡ଼ାଠାରେ ଗୁରୁବାର ଅପରାହ୍ନରେ ଏକ କାର୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨ ଜଣ ଗୁରୁତର ହୋଇଥିବା ଜଣାପଡିଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ। 

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ ଅଭିଯୋଗ

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ ଅଭିଯୋଗ

କଣିହାଁ, ୧୯।୪(ଡି.ଏନ.ଏ.)- କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ ସାଇଟ୍‌  ବଜାର  ମେଡିକାଲ ଛକରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ କିଛିଦିନ ହେଲା କେହି ଦୁର୍ବୃତ୍ତ ମଇଳା କପଡା ଗୁଡାଇ ଦେଉଥିବା ନେଇ ଗୁରୁବାର ରେଙ୍ଗାଳି ଥାନାରେ ଅଭିଯୋଗ ହୋଇଛି। 

ଅନୁଗୋଳ-ଢେଙ୍କାନାଳରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର: ‘ମୁଁ ଥିବା ଯାଏ କାଳିଆ ଥିବ’

ଅନୁଗୋଳ-ଢେଙ୍କାନାଳରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର: ‘ମୁଁ ଥିବା ଯାଏ କାଳିଆ ଥିବ’

ଅନୁଗୋଳ ଅଫିସ/ ବନ୍ତଳା/ ପାଲଲହଡ଼ା/ ଢେଙ୍କାନାଳ ଅଫିସ/ ପରଜଙ୍ଗ/ ଓଡାପଡା, ୧୯।୪- କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି। କିନ୍ତୁ କେନ୍ଦ୍ରର ଭାଜପା ସରକାର ଏହି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛି। 

ପାଳନ ହେଲାନି ବିଶ୍ୱ ଐତିହ୍ୟ ଦିବସ: ଖରାରେ ଛିଡ଼ା ହୋଇ ଫେରିଲେ ଛାତ୍ରୀଛାତ୍ର

ପାଳନ ହେଲାନି ବିଶ୍ୱ ଐତିହ୍ୟ ଦିବସ: ଖରାରେ ଛିଡ଼ା ହୋଇ ଫେରିଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ,୧୯।୪- ଢେଙ୍କାନାଳ ଜିଲା ସଦର ମହକୁମାରେ ଚଳିତ ବର୍ଷ ବିଶ୍ୱ ଐତିହ୍ୟ ଦିବସ ପାଳନ ହୋଇନାହିଁ। ଫଳରେ ସ୍କୁଲ ଛାତ୍ରୀଛାତ୍ରୀମାନେ ୨ ଘଣ୍ଟା ଖରାରେ ଛିଡ଼ା ହୋଇ ନିରାଶ ହୋଇ ଫେରିଥିବା ଦେଖିବାକୁ ମିଳିଛି। ଏହି ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି।  

ରାଜ୍ୟରେ ଏକଛତ୍ରବାଦ ଶାସନ ଚାଲିଛି, ପରିବର୍ତ୍ତନ ଲୋଡ଼ା

ରାଜ୍ୟରେ ଏକଛତ୍ରବାଦ ଶାସନ ଚାଲିଛି, ପରିବର୍ତ୍ତନ ଲୋଡ଼ା

ବଇଣ୍ଡା,୧୮।୪(ଡି.ଏନ.ଏ.)- ରାଜ୍ୟରେ ଦୀର୍ଘ ୧୯ ବର୍ଷ ସରକାରର ଏକଛତ୍ରବାଦ ଶାସନ ଚାଲିଛି। ଅପରାଧ ବଢିବାସହ ସରକାରୀ ଯୋଜନାକୁ ବାଟ ମାରଣା କରାଯାଉଛି। କେନ୍ଦ୍ରୀୟ ଯୋଜନାକୁ  ଠିକ୍‌ ଭାବେ ପ୍ରଚଳନ କରୁ ନ ଥିବାବେଳେ  ଗରିବ ଲୋକଙ୍କୁ  ଯୋଜନାରୁ  ବଞ୍ଚିତ କରାଯାଉଛି। 


Model This Week

କ୍ରିଷ୍ଣା
Why Dharitri