ଉପକୂଳ ଓଡିଶା

ସେବାଶ୍ରମ ପକ୍ଷରୁ ସେବା କାର୍ଯ୍ୟକ୍ରମ : ଗରିବଙ୍କୁ ଶୀତବସ୍ତ୍ର ବଣ୍ଟନ

ସେବାଶ୍ରମ ପକ୍ଷରୁ ସେବା କାର୍ଯ୍ୟକ୍ରମ : ଗରିବଙ୍କୁ ଶୀତବସ୍ତ୍ର ବଣ୍ଟନ

ବୋଲଗଡ଼,୭ା୧(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ଟିକାତାଳସ୍ଥିତ ଶ୍ରୀଶ୍ରୀ ରାମକୃଷ୍ଣ ସେବାଶ୍ରମରେ ରବିବାର ଶୀତକାଳୀନ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନିକଟସ୍ଥ ୨୫ଟି ଗ୍ରାମରୁ ଆସିଥିବା ୨୦୦ ଗରିବ, ଅସହାୟ ବୃଦ୍ଧାବୃଦ୍ଧଙ୍କୁ ସ୍ବେଟର୍‌ ଓ କମ୍ବଳ ଆଦି ଶୀତବସ୍ତ୍ର ବଣ୍ଟନ କରାଯାଇଥିଲା। ପୁରୀସ୍ଥିତ ରାମକୃଷ୍ଣ ମିଶନ ସୌଜନ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଟିକାତାଳ ସେବାଶ୍ରମ ପକ୍ଷରୁ ଆୟୋଜନ କରାଯାଇଥିଲା। ସାଧାରଣ ସଭାରେ ସେବାଶ୍ରମର ଅଧ୍ୟକ୍ଷ ସ୍ବାମୀ ଭାଗବତାନନ୍ଦପୁରୀ ପୌରୋହିତ୍ୟ କରିଥିଲେ। ପୁରୀ ରାମକୃଷ୍ଣ ମିଶନ ଅଧ୍ୟକ୍ଷ ସ୍ବାମୀ ଆପ୍ତେଶ୍ୱରାନନ୍ଦ ମହାରାଜ ମୁଖ୍ୟଅତିଥି ଭାବେ ଯୋଗଦେଇ ମଣିଷ ସେବା ହଁି ଈଶ୍ୱର ସେବା ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ସ୍ବାମୀ କ୍ରିଷ୍ଣରୁପାନନ୍ଦ ଓ ସାମାଜିକ କର୍ମୀ ଧନଞ୍ଜୟ ଦାଶ ପ୍ରମୁଖ ଯୋଗଦେଇ ମା’ ଶାରଦା ଦେବୀ ଓ ରାମକୃଷ୍ଣ ପରମହଂସଙ୍କ ନୀତି, ଆଦର୍ଶ ଓ ଆଧ୍ୟାମତ୍ିକ ତତ୍ତ୍ୱ ଉପରେ ବକ୍ତବ୍ୟ ରଖିଥିଲେ। ସେବାଶ୍ରମର ସହସମ୍ପାଦକ ସର୍ବେଶ୍ୱର ସାହୁ କାର୍ଯ୍ୟକ୍ରମ ସଞ୍ଚାଳନ କରିଥଲେ ା ରାଜକିଶୋର ଛୁଆଳ ସିଂହ, ହୃଷିକେଶ ଚମ୍ପତି, ସୁରେଶ ଚନ୍ଦ୍ର ପଣ୍ଡା, ବାସୁଦେବ ମହାପାତ୍ର ଓ ଅଶୋକ କୁମାର ସାହୁ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । 

All Right Reserved By

ଉପକୂଳ ଓଡିଶା

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ

ନିରାକାରପୁର,୨୦ା୪(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ବିଦ୍ୟୁତ୍‌ ବିଭାଗ ଅଧୀନ ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ାଠାରେ ଖୁଣ୍ଟରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। 

ଯାଜପୁରରୋଡ଼ରୁ ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୩ ଗିରଫ

ଯାଜପୁରରୋଡ଼ରୁ ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୩ ଗିରଫ

ଯାଜପୁରରୋଡ଼ ୧୯।୪(ନି.ପ୍ର.): ଯାଜପୁରରୋଡ କେନ୍ଦୁଝର ରେଳଷ୍ଟେଶନ ସାଇ ମନ୍ଦିର ଲେଭଲକ୍ରସିଂ ନିକଟରୁ ଯାଜପୁରରୋଡ଼ ପୋଲିସ ଚଢାଉକରି ଜଣେ ମହିଳାଙ୍କ ସମେତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। 

ବିଦ୍ୟୁତ୍‌ ଆଘାତରେ ଠିକା କର୍ମଚାରୀ ଗୁରୁତର, ୨ ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବିଦ୍ୟୁତ୍‌ ଆଘାତରେ ଠିକା କର୍ମଚାରୀ ଗୁରୁତର, ୨ ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ

ନିରାକାରପୁର,୧୯।୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ବିଦ୍ୟୁତ୍‌ ବିଭାଗ ଅଧୀନରେ ଥିବା ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ାଠାରେ ବିଦ୍ୟୁତ୍‌ ଖୁଣ୍ଟ ମରାମତି କାର୍ଯ୍ୟ ଚାଲିଥିବା ବେଳେ ଏଗାର କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଠିକା କର୍ମଚାରୀ ଗୁରୁତର ଭାବେ ଆହତ ହୋଇଛନ୍ତି।

ବିଦ୍ୟୁତ୍‌ ଶର୍ଟ ସର୍କିଟରୁ ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା

ବିଦ୍ୟୁତ୍‌ ଶର୍ଟ ସର୍କିଟରୁ ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା

ଯାଜପୁର ଅଫିସ, ୧୯।୪: ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦର ୩ ନମ୍ବର ୱାର୍ଡରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପରିତୋଷ ମଣ୍ଡଳଙ୍କ ୨ ବଖରା ଭସ୍ମୀଭୂତ ହେଇଯାଇଛି।

ବଳିତରଘାଟ ନିକଟରୁ ମୃତ ବଉଳାକୁମ୍ଭୀର ଉଦ୍ଧାର

ବଳିତରଘାଟ ନିକଟରୁ ମୃତ ବଉଳାକୁମ୍ଭୀର ଉଦ୍ଧାର

ଆଳି,୧୯।୪(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅନ୍ତର୍ଗତ ବଳିତରଘାଟ ନିକଟରୁ ଶୁକ୍ରବାର ଏକ ମୃତ ବଉଳାକୁମ୍ଭୀର ଉଦ୍ଧାର କରାଯାଇଛି।

ଜିଲାରେ ହେଭିଓ୍ବେଟ୍‌ ନେତାଙ୍କ ପ୍ରଚାର ଆଜି:ରଣପୁରରେ ନବୀନ, ନୟାଗଡ଼ରେ ରାଜନାଥ ସିଂ

ଜିଲାରେ ହେଭିଓ୍ବେଟ୍‌ ନେତାଙ୍କ ପ୍ରଚାର ଆଜି:ରଣପୁରରେ ନବୀନ, ନୟାଗଡ଼ରେ ରାଜନାଥ ସିଂ

ନୟାଗଡ଼ ଅଫିସ,୧୯ା୪:ଜିଲାର ଦଶପଲ୍ଲା ବିଧାନସଭା ଆସନ ପାଇଁ ଗୁରୁବାର ନିର୍ବାଚନ ଶେଷ ହୋଇଛି। ଆସନ୍ତା ୨୩ ତାରିଖରେ ଜିଲାର ଅବଶିଷ୍ଟ ୩ଟି ନିର୍ବାଚନମଣ୍ଡଳୀରେ ମତଦାନ ହେବ।

ଖଣ୍ଡପଡ଼ାରେ ଭୋଟରମାନଙ୍କ ମଧ୍ୟରେ ଆଗ୍ରହ ନାହିଁ: କଂଗ୍ରେସ ପ୍ରାର୍ଥୀଙ୍କ ମାରାଥନ ପ୍ରଚାର

ଖଣ୍ଡପଡ଼ାରେ ଭୋଟରମାନଙ୍କ ମଧ୍ୟରେ ଆଗ୍ରହ ନାହିଁ: କଂଗ୍ରେସ ପ୍ରାର୍ଥୀଙ୍କ ମାରାଥନ ପ୍ରଚାର

ଖଣ୍ଡପଡ଼ା,୧୯ା୪(ସ୍ବ.ପ୍ର.)-ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ବିଭିନ୍ନ ଦଳୀୟ ପ୍ରାର୍ଥୀ ଚୟନକୁ ନେଇ ସାଧାରଣ ଭୋଟରମାନଙ୍କ ମଧ୍ୟରେ ଆଗ୍ରହ ନ ଥିବା ପରିଲକ୍ଷିତ ହୋଇଛି| 

ପୋଲିସ ଗାଡ଼ି, ବାଇକ୍‌ ଦୁର୍ଘଟଣା: ୧୯ ଘଣ୍ଟାଧରି ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ପୋଲିସ ଗାଡ଼ି, ବାଇକ୍‌ ଦୁର୍ଘଟଣା: ୧୯ ଘଣ୍ଟାଧରି ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ରଣପୁର,୧୯ା୪(ସ୍ବ.ପ୍ର.)-ନୟାଗଡ଼ ଜିଲା ଚାନ୍ଦପୁର ଥାନା କେରେଣ୍ଡାଟାଙ୍ଗୀ ପଞ୍ଚାୟତସ୍ଥ ରାଇପଡା ଛକରେ ବୁଧବାର ସନ୍ଧ୍ୟାରେ ଏକ ପୋଲିସ ବୋଲେରୋ ଗାଡି ଧକ୍କାରେ ସେହି ଗ୍ରାମର ବାଇକ୍‌ ଆରୋହୀ ସୁନୀଲ ଚମ୍ପତ୍ତି (୨୨) ଗୁରୁତର ହୋଇଥିଲେ। 

ଫାଣ୍ଡି ସମ୍ମୁଖରେ କଙ୍ଗାରୁ କୋର୍ଟ : ଦୁର୍ବୃତ୍ତଙ୍କୁ ୩ ଲକ୍ଷ ଟଙ୍କା ଜରିମାନା

ଫାଣ୍ଡି ସମ୍ମୁଖରେ କଙ୍ଗାରୁ କୋର୍ଟ : ଦୁର୍ବୃତ୍ତଙ୍କୁ ୩ ଲକ୍ଷ ଟଙ୍କା ଜରିମାନା

ନୟାଗଡ଼ ଅଫିସ,୧୮।୪- ନୟାଗଡ଼ ଜିଲା ସଦର ଥାନା ଅନ୍ତର୍ଗତ ମାଳିସାହି ଫାଣ୍ଡି ସମ୍ମୁଖରେ ଗୁରୁବାର କଙ୍ଗାରୁ କୋର୍ଟ ବସିଥିବା ଜଣାପଡିଛି। କଙ୍ଗାରୁ କୋର୍ଟ ମାଧ୍ୟମରେ ୪ ଜଣ ବ୍ୟକ୍ତିଙ୍କୁ ୩ ଲକ୍ଷ ୪୦ ହଜାର ଟଙ୍କା ଜରିମାନା କରାଯାଇଛି, ଯାହା ପୋଲିସର ପାରିଲାପଣିଆ ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି।  

ଜନ୍ମନେଲେ ଲକ୍ଷାଧିକ ଅଲିଭ୍‌ ରିଡ୍‌ଲେ ଶାବକ

ଜନ୍ମନେଲେ ଲକ୍ଷାଧିକ ଅଲିଭ୍‌ ରିଡ୍‌ଲେ ଶାବକ

ରାଜନଗର,୧୮ା୪(ଡି.ଏନ.ଏ):: କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ଏବେ ଚଳଚଞ୍ଚଳ ହୋଇଉଠିଛି। ଗତମାସରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ ବାବୁବାଲି ଦ୍ୱୀପରେ ସମୂହ ଅଣ୍ଡାଦାନ କରିଥିଲେ।

ନୟାଗଡ଼ରେ ଭୋଟ ବର୍ଜନ

ନୟାଗଡ଼ରେ ଭୋଟ ବର୍ଜନ

ନୟାଗଡ଼ ଅଫିସ,୧୮।୪: ନୟାଗଡ ଜିଲାର ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ନୂଆଗାଁ ବ୍ଲକ ଡ଼ିପାମାଳ ମୌଜାର ନଟି ଗଁ।ର ଲୋକମାନେ ଭୋଟ ବର୍ଜନ କରିଛନ୍ତି। 

ଦଶପଲ୍ଲାରେ  ୨୩୪ଟି ବୁଥ୍‌ରେ ଚାଲିଛି ମତଦାନ

ଦଶପଲ୍ଲାରେ ୨୩୪ଟି ବୁଥ୍‌ରେ ଚାଲିଛି ମତଦାନ

ଦଶପଲ୍ଲା,୧୮।୪(ଡି.ଏନ.ଏ): ନୟାଗଡ଼ ଦଶପଲ୍ଲା ନିର୍ବାଚନମଣ୍ଡଳୀର ବିଭିନ୍ନ ବୁଥ୍‌ରେ ସକାଳୁ ଭୋଟରମାନେ ଲମ୍ବାଧାଡ଼ିରେ ଠିଆ ହୋଇ ନିଜର ମତ ସାବ୍ୟସ୍ତ କରିଛନ୍ତି।


Model This Week

କ୍ରିଷ୍ଣା
Why Dharitri