ରାଜ୍ୟ | ଅନଗୁଳ-ଢେଙ୍କାନାଳ

ନାବାଳିକାଙ୍କୁ ବିକ୍ରି ଘଟଣାର ଗୁମର ଖୋଲୁଛି:ବଡ଼ ଭଉଣୀକୁ ଘରେ ଖଟାଉଥିଲେ ଏସ୍‌ଆଇ

ନାବାଳିକାଙ୍କୁ ବିକ୍ରି ଘଟଣାର ଗୁମର ଖୋଲୁଛି:ବଡ଼ ଭଉଣୀକୁ ଘରେ ଖଟାଉଥିଲେ ଏସ୍‌ଆଇ

ଢେଙ୍କାନାଳ ଅଫିସ, ୮ା୧ ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ସମ୍ପର୍କୀୟମାନେ ଦଲାଲ ଜରିଆରେ ଗୋଆରେ ୫୦ହଜାର ଟଙ୍କାରେ ବିକ୍ରି କରିଦେବା ଘଟଣାର ଧୀରେ ଧୀରେ ଗୁମର ଫିଟୁଛି। ଜିଲାରେ କାର୍ଯ୍ୟରତ ଜଣେ ପୋଲିସ ଏସ୍‌ଆଇ ଉକ୍ତ ନାବାଳିକାଙ୍କ ୧୧ ବର୍ଷୀୟ ବଡ ଭଉଣୀଙ୍କୁ ଘରେ ରଖି ଶିଶୁ ଶ୍ରମିକ ଭାବେ କାମ କରାଉଥିବା ବିଶ୍ୱସ୍ତ ସୂତ୍ରରୁ ଜାଣିବାକୁ ମିଳିଛି। ଏପରିକି ସାନ ଭଉଣୀ ସମ୍ପର୍କରେ ଜିଲା ଶିଶୁ କଲ୍ୟାଣ କମିଟି ଖୋଳତାଡ ଆରମ୍ଭ କରିବା ଦେଖି ସମ୍ପୃକ୍ତ ଏସ୍‌ଆଇ ତୁରନ୍ତ ବଡ ଭଉଣୀକୁ ନେଇ ତାଙ୍କ ଘରେ ଛାଡି ଦେଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଜିଲା ଶିଶୁ କଲ୍ୟାଣ କମିଟି ସମ୍ପୃକ୍ତ ନାବାଳିକାଙ୍କୁ ଉଦ୍ଧାର ପାଇଁ ଏସ୍‌ପିଙ୍କୁ ଲିଖିତ ଭାବରେ ଜଣାଇବା ପରେ ଏସ୍‌ପିଙ୍କ ନିର୍ଦ୍ଦେଶରେ ରବିବାର ରାତିରେ ଗଁଦିଆ ଥାନାରେ କେସ୍‌ ନଂ. ୧୦ା୧୯, ଦଫା-୩୭୦(୪), ୩୪ ଆଇପିସି ଏବଂ ୮୧ ଜୁଭେନାଇଲ ଜଷ୍ଟିସ୍‌ ଆକ୍ଟରେ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ନାବାଳିକାଙ୍କ ସମ୍ପର୍କରେ ଖବର ଜାଣିଥିବା ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି ା ସୋମବାର ହଠାତ୍‌ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳ ଗଁଦିଆ ଥାନା ପରିଦର୍ଶନରେ ଆସିଥିଲେ ା ଏହି ସମୟରେ ସେ ଗୋଆରେ ନାବାଳିକାଙ୍କୁ ବିକ୍ରି ନେଇ ରୁଜୁ ହୋଇଥିବା ମାମଲା ସମ୍ପର୍କରେ ଥାନା ଅଧିକାରୀଙ୍କୁ ପଚାରି ବୁଝିଥିଲେ। ଗୋଆରୁ ନାବାଳିକାଙ୍କୁ ଉଦ୍ଧାର କରିବା ପାଇଁ ପ୍ରଶାସନ, ଜିଲା ଶିଶୁ ସୁରକ୍ଷା ବିଭାଗ, ଜିଲା ଶିଶୁ କଲ୍ୟାଣ କମିଟି ଓ ପୋଲିସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି ା ମଙ୍ଗଳବାର ବନ୍ଦ ପାଳନ ହେଉଥିବାରୁ ବୁଧବାର ପୋଲିସର ଏକ ଟିମ୍‌ ନାବାଳିକାଙ୍କୁ ଉଦ୍ଧାର କରିବା ପାଇଁ ଗୋଆ ଯିବ ବୋଲି ଏସ୍‌ପି ସନ୍ତୋଷ କୁମାର ନାୟକ ସୂଚନା ଦେଇଛନ୍ତି ା

ଅନ୍ୟପଟେ ଜଣେ ପୋଲିସ ଅଧିକାରୀ ଆଇନ ଉଲ୍ଲଂଘନ କରି ନାବାଳିକାଙ୍କୁ ଘରେ ଶିଶୁ ଶ୍ରମିକ ଭାବେ ଖଟାଇବା ଖବର ଜଣାପଡିବା ପରେ ସାଧାରଣରେ ତୀବ୍ର ଅସନ୍ତୋଷ ଉପୁଜିଛି। ଏହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବାକୁ ଦାବି ହୋଇଛି। ପ୍ରକାଶଥାଉ କି, ସମ୍ପୃକ୍ତା ନାବାଳିକାଙ୍କ ବାପା ତାଙ୍କ ମାଙ୍କୁ ହତ୍ୟା କରିବା ଅଭିଯୋଗରେ ୩ ବର୍ଷ ହେବ ଜେଲରେ ଅଛନ୍ତି ା 


All Right Reserved By

ରାଜ୍ୟ | ଅନଗୁଳ-ଢେଙ୍କାନାଳ

ରାସ୍ତା କାମ ନିମ୍ନମାନର: ବଢ଼ୁଛି ପ୍ରଦୂଷଣ

ରାସ୍ତା କାମ ନିମ୍ନମାନର: ବଢ଼ୁଛି ପ୍ରଦୂଷଣ

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.): ଜାତୀୟ ରାଜପଥ ୫୨୦ର ରିମୁଳିଠାରୁ କୋଇଡା ପର୍ଯ୍ୟନ୍ତ ଚାରିଲେନ୍‌ ରାସ୍ତା କାମ ଚାଲୁ ରହିଛି। ଏହି କାମ ପାଇଁ ପ୍ରଥମେ ୨୦୧୧ ମସିହାରେ ଟେଣ୍ଡର ହୋଇଥିଲା।

‘ଦାବି ପୂରଣ ନ ହେଲେ ଭୋଟ ବର୍ଜନ’

‘ଦାବି ପୂରଣ ନ ହେଲେ ଭୋଟ ବର୍ଜନ’

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.): ମୌଳିକ ସୁବିଧାରୁ ବଞ୍ଚିତ ବାଂଶପାଳ ବ୍ଲକର କେନ୍ଦୁଘାଟି ଓ କାଶିଆ ଗ୍ରାମର ଲୋକମାନେ ଦାବି ପୂରଣ ନ ହେଲେ ଭୋଟ ବର୍ଜନ କରିବା ସହ ପ୍ରଚାର ପାଇଁ ନେତାଙ୍କୁ ଗ୍ରାମରେ ପୂରାଇ ଦେବେନାହିଁ ବୋଲି ଚେତାବନୀ ଦେଇଛନ୍ତି। 

ମଣ୍ଡିରେ କିଣା ହେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ୫ଘଣ୍ଟା ପ୍ରତିବାଦ

ମଣ୍ଡିରେ କିଣା ହେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ୫ଘଣ୍ଟା ପ୍ରତିବାଦ

କପ୍ତିପଦା,୨୦ା୩ (ଡି.ଏନ.ଏ)- ମଣ୍ଡି ଠିକ୍‌ ସମୟରେ ଖୋଲୁନି। ଖୋଲିଲେ ବି ଚାଷୀଙ୍କ ଧାନ କିଣାଯାଉନି। ମିଲର ଏବଂ ପ୍ରଶାସନର ଭିତିରି ସମ୍ପର୍କ ହେତୁ ଚାଷୀଙ୍କ ଧାନ ମଣ୍ଡିରେ କିଣାଯାଉନି ।

ସମିତିରେ ପଡ଼ିରହିଛି ଧାନବସ୍ତା: ପ୍ରତିବାଦରେ ତାଲା ପକାଇ ଚାଷୀଙ୍କ ଧାରଣା

ସମିତିରେ ପଡ଼ିରହିଛି ଧାନବସ୍ତା: ପ୍ରତିବାଦରେ ତାଲା ପକାଇ ଚାଷୀଙ୍କ ଧାରଣା

ତିହିଡ଼ି, ୨୦।୩ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅନ୍ତର୍ଗତ ସୟା ପଞ୍ଚାୟତ ନିଶ୍ଚିନ୍ତପୁର ସେବା ସମବାୟ ସମିତିରେ ୧ ହଜାର ବସ୍ତା ଧାନ ପଡ଼ିରହିଛି। ମିଲର ଧାନ ଉଠାଉ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜିଛି।

ଅସାବଧାନତାରୁ ବ୍ୟକ୍ତିଙ୍କ ମୃତ୍ୟୁ

ଅସାବଧାନତାରୁ ବ୍ୟକ୍ତିଙ୍କ ମୃତ୍ୟୁ

ବଳଙ୍ଗା,୨୦।୩(ଡି.ଏନ୍‌.ଏ.): ବଳଙ୍ଗା ଥାନା ଅନ୍ତର୍ଗତ ସାଇଁଶଶାସନ ପଞ୍ଚାୟତ ଭଗବତୀପୁର ଗ୍ରାମର ଶରତ କୁମାର ରଥ (ଟୁଟୁ) ୫୨ ବର୍ଷ ଧାନକଳ ଚଳାଉ ଥିବାବେଳେ  ଅସାବଧାନତା ବଶତଃ କଳ ଫିତାରେ ହାତ ଏବଂ ମୁଣ୍ଡ ପଶିଯାଇଥିଲା।

ଜେସିବି ମେଶିନ ପୋଡ଼ିଲେ ଦୁର୍ବୃତ୍ତ

ଜେସିବି ମେଶିନ ପୋଡ଼ିଲେ ଦୁର୍ବୃତ୍ତ

ବାଲିଅନ୍ତା,୨୦।୩(ଡି.ଏନ୍‌.ଏ.):  ବାଲିଅନ୍ତା ଥାନା ଅଧୀନ ବେଣୁପୁର ମୌଜା ବିଲଗହୀରରେ ମାଟି ଖୋଳା କାର୍ଯ୍ୟରେ ନିୟୋଜିତ ଥିବା ଏକ ଜେସିବି ମେଶିନକୁ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। 

ବୌଦ୍ଧରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

ବୌଦ୍ଧରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

ବୌଦ୍ଧ,୨୦।୩(ସ୍ବ.ପ୍ର): ସାରା ରାଜ୍ୟରେ ଟିକେଟ ବଣ୍ଟନ ନେଇ କସରତ ଚାଲିଥିବା ବେଳେ ବୌଦ୍ଧରେ କଂଗ୍ରେସର ଟିକେଟ ବଣ୍ଟନ ନେଇ କର୍ମୀ ଓ ନେତାଙ୍କ ଅସନ୍ତେ।ଷ ବୃଦ୍ଧି ପାଇଛି । 

ବିଜେଡିରୁ ଇସ୍ତଫା, ହାତ ଧରିପାରନ୍ତି ପ୍ରଶାନ୍ତ

ବିଜେଡିରୁ ଇସ୍ତଫା, ହାତ ଧରିପାରନ୍ତି ପ୍ରଶାନ୍ତ

ରାଉରକେଲା ଅଫିସ,୨୦।୩: ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ଟିକେଟ ଆଶାୟୀ ଯୁବନେତା ପ୍ରଶାନ୍ତ ସେଠୀ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। 

କଳାପଥର ଡାକ ପିଅନଙ୍କୁ ହତ୍ୟା: ଜଙ୍ଗଲରୁ ମିଳିଲା ମୃତଦେହ

କଳାପଥର ଡାକ ପିଅନଙ୍କୁ ହତ୍ୟା: ଜଙ୍ଗଲରୁ ମିଳିଲା ମୃତଦେହ

ସୋନପୁର,୨୦।୩(ନି.ପ୍ର.): ସୋନପୁର ଥାନା ଏସ୍‌ କଳାପଥର ଡାକ ପିଅନ ଶତୃଘ୍ନ ଷାଣ୍ଢ(୫୫)ଙ୍କୁ ବୁଧବାର ଭୋର ସମୟରେ କେହି ନିର୍ମମ ଭାବେ ହତ୍ୟା କରିଛନ୍ତି ।   ନିକଟସ୍ଥ ଅର୍ଜୁନପୁର ଜଙ୍ଗଲରୁ ତାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । 

ଜାତୀୟ ରାଜପଥରେ ଭ୍ରୂଣ: ୧୦୮ ଆମ୍ବୁଲାନ୍ସ କର୍ମଚାରୀ ପକାଇ ଚାଲିଯାଇଥିବା ଅଭିଯୋଗ

ଜାତୀୟ ରାଜପଥରେ ଭ୍ରୂଣ: ୧୦୮ ଆମ୍ବୁଲାନ୍ସ କର୍ମଚାରୀ ପକାଇ ଚାଲିଯାଇଥିବା ଅଭିଯୋଗ

ଲୋଇସିଂହା,୨୦।୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ବୁଧବାର ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି। 

ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ: କେନ୍ଦ୍ରସରକାର ଚାଷୀଙ୍କୁ ଧାନର ଉଚିତ ମୂଲ୍ୟ ନ ଦେବାରୁ କ୍ଷୋଭ

ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ: କେନ୍ଦ୍ରସରକାର ଚାଷୀଙ୍କୁ ଧାନର ଉଚିତ ମୂଲ୍ୟ ନ ଦେବାରୁ କ୍ଷୋଭ

ରିଆମାଳ,୨୦।୩ (ଡି.ଏନ.ଏ.): ଦେବଗଡ଼ ଜିଲା ରିଆମାଳ ହାଟ ପଡ଼ିଆଠାରେ ବିଜେଡି ପକ୍ଷରୁ ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। 

ଭିଜିଲାନ୍ସ ଜାଲରେ ଛେଲାଗଡ଼ ଆର୍‌ଆଇ :୧ହଜାର ଟଙ୍କା ଲାଞ୍ଚ ନେଉଥିଲେ

ଭିଜିଲାନ୍ସ ଜାଲରେ ଛେଲାଗଡ଼ ଆର୍‌ଆଇ :୧ହଜାର ଟଙ୍କା ଲାଞ୍ଚ ନେଉଥିଲେ

ପାରଳାଖେମୁଣ୍ଡି, ୨୦ା୩(ସ୍ବ.ପ୍ର.): ଗଜପତି ଜିଲା ଆର୍‌.ଉଦୟଗିରି ବ୍ଲକ ଅନ୍ତର୍ଗତ ଛେଲାଗଡର ରାଜସ୍ବ ନିରୀକ୍ଷକ (ଆର୍‌. ଆଇ) ଚିନ୍ତାମଣି ପାଣିଗ୍ରାହୀ ବୁଧବାର ୧ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା