ରାଜ୍ୟ | ଅନଗୁଳ-ଢେଙ୍କାନାଳ

ଟ୍ରକ୍‌ ମାଲିକ ମହାସଂଘ କର୍ମକର୍ତ୍ତା ସମ୍ବର୍ଦ୍ଧନା ସମାରୋହ:ସରକାରଙ୍କ ନିକଟରେ ସମସ୍ୟା ଉପସ୍ଥାପନ କରାଯିବ

ଟ୍ରକ୍‌ ମାଲିକ ମହାସଂଘ କର୍ମକର୍ତ୍ତା ସମ୍ବର୍ଦ୍ଧନା ସମାରୋହ:ସରକାରଙ୍କ ନିକଟରେ ସମସ୍ୟା ଉପସ୍ଥାପନ କରାଯିବ

ଅନୁଗୋଳ ଅଫିସ, ୮।୧ଓଡ଼ିଶା ରାଜ୍ୟ ଟ୍ରକ୍‌ ମାଲିକ ମହାସଂଘ କଟକର ୨୦୧୯-୨୧ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ନିର୍ବାଚନ ଖୁଣ୍ଟୁଣି ଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହାସଂଘ ସଭାପତି ଭାବେ ଅନୁଗୋଳ  ଜିଲା ଟ୍ରକ୍‌ ମାଲିକ ସଂଘର ବିଭୂତି ପ୍ରସାଦ ଦାସ ନିର୍ବାଚିତ ହୋଇଥିବା ବେଳେ କାର୍ଯ୍ୟକାରୀ ସଭାପତି ଭାବେ ବୀରେନ୍ଦ୍ର କୁମାର ମିଶ୍ର ଓ ମହାସଂଘ କୋଷାଧ୍ୟକ୍ଷ ଭାବେ ଅନାମ ଚରଣ ପ୍ରଧାନ ନିର୍ବାଚିତ ହୋଇଛନ୍ତି।

ଏହି ନିର୍ବାଚନ ପରେ ଅନୁଗୋଳ ଟ୍ରକ୍‌ ମାଲିକ ଆସୋସିଏଶନ୍‌ରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ନବନିର୍ବାଚିତ ସଭାପତି ଦାସ କହିଛନ୍ତି ଯେ, ସଂଘର ବିଭିନ୍ନ ସମସ୍ୟା ନେଇ ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚନା କରାଯାଉଛି। କିନ୍ତୁ ଫାଇଲ ତୃତୀୟ ମହଲାରେ ପଡ଼ି ରହୁଛି। ଫଳରେ ଦାବିଗୁଡ଼ିକ ପୂରଣ ହୋଇପାରୁନି। ତୁରନ୍ତ ଏ ନେଇ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ। ସେହିପରି ଡାକ ପରିବର୍ତ୍ତେ ଗାଡ଼ି ରେଜିଷ୍ଟ୍ରେସନ୍‌ କାଗଜ ହାତେ ହାତେ ଦେବା ବ୍ୟବସ୍ଥା କରିବାକୁ ଦାବି କରାଯିବ ବୋଲି ସେ କହିଛନ୍ତି। ସେଣ୍ଟ୍ରାଲ ଜୋନ ଉପସଭାପତି ଭାବେ ନାଲ୍‌କୋନଗର ଟ୍ରକ୍‌ ମାଲିକ ସଂଘ ସଭାପତି ରାଜୀବ ଜେନା ନିର୍ବାଚିତ ହୋଇଛନ୍ତି। ଏହି ଜୋନ୍‌ର ସମ୍ପାଦକ ଭାବେ ଅକ୍ଷୟ କୁମାର ସାମନ୍ତ ଓ ସହ ସମ୍ପାଦକ ଭାବେ ମହମ୍ମଦ ସୌକଚ ନିର୍ବାଚିତ ହୋଇଛନ୍ତି। ସେଣ୍ଟ୍ରାଲ ଜୋନରୁ ସର୍ବମୋଟ ୪ ଜଣ ପ୍ରତିନିଧିତ୍ୱ କରୁଥିବାରୁ ସଂଘର ପ୍ରତ୍ୟେକ ସଭ୍ୟ ନୂତନ କର୍ମକର୍ତ୍ତାମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଂଗ୍ରାମ ଦାସ ପରିଚାଳନା କରିଥିବା ବେଳେ ବିଜୟ ଧର ଧନ୍ୟବାଦ ଦେଇଥିଲେ।  

All Right Reserved By

ରାଜ୍ୟ | ଅନଗୁଳ-ଢେଙ୍କାନାଳ

ରାସ୍ତା କାମ ନିମ୍ନମାନର: ବଢ଼ୁଛି ପ୍ରଦୂଷଣ

ରାସ୍ତା କାମ ନିମ୍ନମାନର: ବଢ଼ୁଛି ପ୍ରଦୂଷଣ

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.): ଜାତୀୟ ରାଜପଥ ୫୨୦ର ରିମୁଳିଠାରୁ କୋଇଡା ପର୍ଯ୍ୟନ୍ତ ଚାରିଲେନ୍‌ ରାସ୍ତା କାମ ଚାଲୁ ରହିଛି। ଏହି କାମ ପାଇଁ ପ୍ରଥମେ ୨୦୧୧ ମସିହାରେ ଟେଣ୍ଡର ହୋଇଥିଲା।

‘ଦାବି ପୂରଣ ନ ହେଲେ ଭୋଟ ବର୍ଜନ’

‘ଦାବି ପୂରଣ ନ ହେଲେ ଭୋଟ ବର୍ଜନ’

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.): ମୌଳିକ ସୁବିଧାରୁ ବଞ୍ଚିତ ବାଂଶପାଳ ବ୍ଲକର କେନ୍ଦୁଘାଟି ଓ କାଶିଆ ଗ୍ରାମର ଲୋକମାନେ ଦାବି ପୂରଣ ନ ହେଲେ ଭୋଟ ବର୍ଜନ କରିବା ସହ ପ୍ରଚାର ପାଇଁ ନେତାଙ୍କୁ ଗ୍ରାମରେ ପୂରାଇ ଦେବେନାହିଁ ବୋଲି ଚେତାବନୀ ଦେଇଛନ୍ତି। 

ମଣ୍ଡିରେ କିଣା ହେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ୫ଘଣ୍ଟା ପ୍ରତିବାଦ

ମଣ୍ଡିରେ କିଣା ହେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ୫ଘଣ୍ଟା ପ୍ରତିବାଦ

କପ୍ତିପଦା,୨୦ା୩ (ଡି.ଏନ.ଏ)- ମଣ୍ଡି ଠିକ୍‌ ସମୟରେ ଖୋଲୁନି। ଖୋଲିଲେ ବି ଚାଷୀଙ୍କ ଧାନ କିଣାଯାଉନି। ମିଲର ଏବଂ ପ୍ରଶାସନର ଭିତିରି ସମ୍ପର୍କ ହେତୁ ଚାଷୀଙ୍କ ଧାନ ମଣ୍ଡିରେ କିଣାଯାଉନି ।

ସମିତିରେ ପଡ଼ିରହିଛି ଧାନବସ୍ତା: ପ୍ରତିବାଦରେ ତାଲା ପକାଇ ଚାଷୀଙ୍କ ଧାରଣା

ସମିତିରେ ପଡ଼ିରହିଛି ଧାନବସ୍ତା: ପ୍ରତିବାଦରେ ତାଲା ପକାଇ ଚାଷୀଙ୍କ ଧାରଣା

ତିହିଡ଼ି, ୨୦।୩ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅନ୍ତର୍ଗତ ସୟା ପଞ୍ଚାୟତ ନିଶ୍ଚିନ୍ତପୁର ସେବା ସମବାୟ ସମିତିରେ ୧ ହଜାର ବସ୍ତା ଧାନ ପଡ଼ିରହିଛି। ମିଲର ଧାନ ଉଠାଉ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜିଛି।

ଅସାବଧାନତାରୁ ବ୍ୟକ୍ତିଙ୍କ ମୃତ୍ୟୁ

ଅସାବଧାନତାରୁ ବ୍ୟକ୍ତିଙ୍କ ମୃତ୍ୟୁ

ବଳଙ୍ଗା,୨୦।୩(ଡି.ଏନ୍‌.ଏ.): ବଳଙ୍ଗା ଥାନା ଅନ୍ତର୍ଗତ ସାଇଁଶଶାସନ ପଞ୍ଚାୟତ ଭଗବତୀପୁର ଗ୍ରାମର ଶରତ କୁମାର ରଥ (ଟୁଟୁ) ୫୨ ବର୍ଷ ଧାନକଳ ଚଳାଉ ଥିବାବେଳେ  ଅସାବଧାନତା ବଶତଃ କଳ ଫିତାରେ ହାତ ଏବଂ ମୁଣ୍ଡ ପଶିଯାଇଥିଲା।

ଜେସିବି ମେଶିନ ପୋଡ଼ିଲେ ଦୁର୍ବୃତ୍ତ

ଜେସିବି ମେଶିନ ପୋଡ଼ିଲେ ଦୁର୍ବୃତ୍ତ

ବାଲିଅନ୍ତା,୨୦।୩(ଡି.ଏନ୍‌.ଏ.):  ବାଲିଅନ୍ତା ଥାନା ଅଧୀନ ବେଣୁପୁର ମୌଜା ବିଲଗହୀରରେ ମାଟି ଖୋଳା କାର୍ଯ୍ୟରେ ନିୟୋଜିତ ଥିବା ଏକ ଜେସିବି ମେଶିନକୁ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। 

ବୌଦ୍ଧରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

ବୌଦ୍ଧରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

ବୌଦ୍ଧ,୨୦।୩(ସ୍ବ.ପ୍ର): ସାରା ରାଜ୍ୟରେ ଟିକେଟ ବଣ୍ଟନ ନେଇ କସରତ ଚାଲିଥିବା ବେଳେ ବୌଦ୍ଧରେ କଂଗ୍ରେସର ଟିକେଟ ବଣ୍ଟନ ନେଇ କର୍ମୀ ଓ ନେତାଙ୍କ ଅସନ୍ତେ।ଷ ବୃଦ୍ଧି ପାଇଛି । 

ବିଜେଡିରୁ ଇସ୍ତଫା, ହାତ ଧରିପାରନ୍ତି ପ୍ରଶାନ୍ତ

ବିଜେଡିରୁ ଇସ୍ତଫା, ହାତ ଧରିପାରନ୍ତି ପ୍ରଶାନ୍ତ

ରାଉରକେଲା ଅଫିସ,୨୦।୩: ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ଟିକେଟ ଆଶାୟୀ ଯୁବନେତା ପ୍ରଶାନ୍ତ ସେଠୀ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। 

କଳାପଥର ଡାକ ପିଅନଙ୍କୁ ହତ୍ୟା: ଜଙ୍ଗଲରୁ ମିଳିଲା ମୃତଦେହ

କଳାପଥର ଡାକ ପିଅନଙ୍କୁ ହତ୍ୟା: ଜଙ୍ଗଲରୁ ମିଳିଲା ମୃତଦେହ

ସୋନପୁର,୨୦।୩(ନି.ପ୍ର.): ସୋନପୁର ଥାନା ଏସ୍‌ କଳାପଥର ଡାକ ପିଅନ ଶତୃଘ୍ନ ଷାଣ୍ଢ(୫୫)ଙ୍କୁ ବୁଧବାର ଭୋର ସମୟରେ କେହି ନିର୍ମମ ଭାବେ ହତ୍ୟା କରିଛନ୍ତି ।   ନିକଟସ୍ଥ ଅର୍ଜୁନପୁର ଜଙ୍ଗଲରୁ ତାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । 

ଜାତୀୟ ରାଜପଥରେ ଭ୍ରୂଣ: ୧୦୮ ଆମ୍ବୁଲାନ୍ସ କର୍ମଚାରୀ ପକାଇ ଚାଲିଯାଇଥିବା ଅଭିଯୋଗ

ଜାତୀୟ ରାଜପଥରେ ଭ୍ରୂଣ: ୧୦୮ ଆମ୍ବୁଲାନ୍ସ କର୍ମଚାରୀ ପକାଇ ଚାଲିଯାଇଥିବା ଅଭିଯୋଗ

ଲୋଇସିଂହା,୨୦।୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ବୁଧବାର ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି। 

ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ: କେନ୍ଦ୍ରସରକାର ଚାଷୀଙ୍କୁ ଧାନର ଉଚିତ ମୂଲ୍ୟ ନ ଦେବାରୁ କ୍ଷୋଭ

ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ: କେନ୍ଦ୍ରସରକାର ଚାଷୀଙ୍କୁ ଧାନର ଉଚିତ ମୂଲ୍ୟ ନ ଦେବାରୁ କ୍ଷୋଭ

ରିଆମାଳ,୨୦।୩ (ଡି.ଏନ.ଏ.): ଦେବଗଡ଼ ଜିଲା ରିଆମାଳ ହାଟ ପଡ଼ିଆଠାରେ ବିଜେଡି ପକ୍ଷରୁ ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। 

ଭିଜିଲାନ୍ସ ଜାଲରେ ଛେଲାଗଡ଼ ଆର୍‌ଆଇ :୧ହଜାର ଟଙ୍କା ଲାଞ୍ଚ ନେଉଥିଲେ

ଭିଜିଲାନ୍ସ ଜାଲରେ ଛେଲାଗଡ଼ ଆର୍‌ଆଇ :୧ହଜାର ଟଙ୍କା ଲାଞ୍ଚ ନେଉଥିଲେ

ପାରଳାଖେମୁଣ୍ଡି, ୨୦ା୩(ସ୍ବ.ପ୍ର.): ଗଜପତି ଜିଲା ଆର୍‌.ଉଦୟଗିରି ବ୍ଲକ ଅନ୍ତର୍ଗତ ଛେଲାଗଡର ରାଜସ୍ବ ନିରୀକ୍ଷକ (ଆର୍‌. ଆଇ) ଚିନ୍ତାମଣି ପାଣିଗ୍ରାହୀ ବୁଧବାର ୧ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା