ରାଜ୍ୟ | ସମ୍ବଲପୁର

ରକ୍ତରେ ଭିଜିଲା ଶୁଲିଆ ପୀଠ

ରକ୍ତରେ ଭିଜିଲା ଶୁଲିଆ ପୀଠ

ବଲାଙ୍ଗୀର ଅଫିସ, ୮ା୧: ଆଦିବାସୀଙ୍କ ପ୍ରସିଦ୍ଧ ଧାର୍ମିକସ୍ଥଳୀ ଶୁଲିଆ ପୀଠରେ ମଙ୍ଗଳବାର ସହସ୍ରାଧିକ ପଶୁପକ୍ଷୀ ବଳି ଦିଆଯାଇଛି ।  ପୌଷ ମାସ ଶୁକ୍ଳପକ୍ଷ ପ୍ରଥମ ମଙ୍ଗଳବାର ପରମ୍ପରା ଅନୁଯାୟୀ ପାଳିତ ହୋଇଆସୁଥିବା ଏହି ଶୁଲିଆ ଯାତ୍ରା ବଳିପ୍ରଥାକୁ ନେଇ ବେଶ୍‌ ଚର୍ଚ୍ଚିତ ହୋଇରହିଛି । ବଲାଙ୍ଗୀର ଜିଲା ଦେଓଗଁା ବ୍ଳକ କୁଲତାପଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଖଇରଗୁଡାସ୍ଥିତ ମୁଖ୍ୟ ଶୁଲିଆ ପୀଠ ବଡଖଲା ଓ କୁମୁରିଆସ୍ଥିତ ସାନଖଲାରେ  ଶୁଲିଆ ଯାତ୍ରା ଅନୁଷ୍ଠିତ ହେବା ସହ ସହସ୍ରାଧିକ ସଂଖ୍ୟାରେ କୁକୁଡା, ଛେଳିମେଣ୍ଢା, ବତକ, ପାରା ଓ ପୋଢ଼ ବଳି ପଡିଛି । ଏହି ଦୁଇ ପୀଠ ସହ ଜିଲାର ସଦର ବ୍ଳକ ଅନ୍ତର୍ଗତ ମିର୍ଦ୍ଧାପାଲି, ତୁଷରା ନିକଟସ୍ଥ ଚାଣ୍ଟିପଦର ଓ ଖର୍ଲିକାନୀଠାରେ ଶୁଲିଆ ପୂଜା ଓ ବଳି ଦିଆଯାଇଛି । ଜିଲାରେ ଶୁଲିଆ ଯାତ୍ରାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଓ ପୋଲିସ ବିଭାଗ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରିଥିଲେ ।   ଜିଲା ପ୍ରଶାସନ ତରଫରୁ ବଲାଙ୍ଗୀର ଉପଜିଲାପାଳ ଭୈରବ ସିଂ ପଟେଲ, ଏସଡିପିଓ କ୍ଷୀରସାଗର ନାଏକ, ଦେଓଗଁା ବିଡିଓ ଶଙ୍କର ପ୍ରସାଦ ସାହୁ,  ସହକାରୀ ଜିଲାପାଳ ବନବିହାରୀ ହରିପାଲ, ଟିକୁନି ପୁଟା, କର୍ଣ୍ଣ ମଲ୍ଲିକ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ବିଭିନନ ପୀଠରେ ତଦାରଖ କରିଥିଲେ ା ସମସ୍ତ ପୀଠରେ ୫ପ୍ଳାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା ।  

All Right Reserved By

ରାଜ୍ୟ | ସମ୍ବଲପୁର

ରାସ୍ତା କାମ ନିମ୍ନମାନର: ବଢ଼ୁଛି ପ୍ରଦୂଷଣ

ରାସ୍ତା କାମ ନିମ୍ନମାନର: ବଢ଼ୁଛି ପ୍ରଦୂଷଣ

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.): ଜାତୀୟ ରାଜପଥ ୫୨୦ର ରିମୁଳିଠାରୁ କୋଇଡା ପର୍ଯ୍ୟନ୍ତ ଚାରିଲେନ୍‌ ରାସ୍ତା କାମ ଚାଲୁ ରହିଛି। ଏହି କାମ ପାଇଁ ପ୍ରଥମେ ୨୦୧୧ ମସିହାରେ ଟେଣ୍ଡର ହୋଇଥିଲା।

‘ଦାବି ପୂରଣ ନ ହେଲେ ଭୋଟ ବର୍ଜନ’

‘ଦାବି ପୂରଣ ନ ହେଲେ ଭୋଟ ବର୍ଜନ’

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.): ମୌଳିକ ସୁବିଧାରୁ ବଞ୍ଚିତ ବାଂଶପାଳ ବ୍ଲକର କେନ୍ଦୁଘାଟି ଓ କାଶିଆ ଗ୍ରାମର ଲୋକମାନେ ଦାବି ପୂରଣ ନ ହେଲେ ଭୋଟ ବର୍ଜନ କରିବା ସହ ପ୍ରଚାର ପାଇଁ ନେତାଙ୍କୁ ଗ୍ରାମରେ ପୂରାଇ ଦେବେନାହିଁ ବୋଲି ଚେତାବନୀ ଦେଇଛନ୍ତି। 

ମଣ୍ଡିରେ କିଣା ହେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ୫ଘଣ୍ଟା ପ୍ରତିବାଦ

ମଣ୍ଡିରେ କିଣା ହେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ୫ଘଣ୍ଟା ପ୍ରତିବାଦ

କପ୍ତିପଦା,୨୦ା୩ (ଡି.ଏନ.ଏ)- ମଣ୍ଡି ଠିକ୍‌ ସମୟରେ ଖୋଲୁନି। ଖୋଲିଲେ ବି ଚାଷୀଙ୍କ ଧାନ କିଣାଯାଉନି। ମିଲର ଏବଂ ପ୍ରଶାସନର ଭିତିରି ସମ୍ପର୍କ ହେତୁ ଚାଷୀଙ୍କ ଧାନ ମଣ୍ଡିରେ କିଣାଯାଉନି ।

ସମିତିରେ ପଡ଼ିରହିଛି ଧାନବସ୍ତା: ପ୍ରତିବାଦରେ ତାଲା ପକାଇ ଚାଷୀଙ୍କ ଧାରଣା

ସମିତିରେ ପଡ଼ିରହିଛି ଧାନବସ୍ତା: ପ୍ରତିବାଦରେ ତାଲା ପକାଇ ଚାଷୀଙ୍କ ଧାରଣା

ତିହିଡ଼ି, ୨୦।୩ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅନ୍ତର୍ଗତ ସୟା ପଞ୍ଚାୟତ ନିଶ୍ଚିନ୍ତପୁର ସେବା ସମବାୟ ସମିତିରେ ୧ ହଜାର ବସ୍ତା ଧାନ ପଡ଼ିରହିଛି। ମିଲର ଧାନ ଉଠାଉ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜିଛି।

ଅସାବଧାନତାରୁ ବ୍ୟକ୍ତିଙ୍କ ମୃତ୍ୟୁ

ଅସାବଧାନତାରୁ ବ୍ୟକ୍ତିଙ୍କ ମୃତ୍ୟୁ

ବଳଙ୍ଗା,୨୦।୩(ଡି.ଏନ୍‌.ଏ.): ବଳଙ୍ଗା ଥାନା ଅନ୍ତର୍ଗତ ସାଇଁଶଶାସନ ପଞ୍ଚାୟତ ଭଗବତୀପୁର ଗ୍ରାମର ଶରତ କୁମାର ରଥ (ଟୁଟୁ) ୫୨ ବର୍ଷ ଧାନକଳ ଚଳାଉ ଥିବାବେଳେ  ଅସାବଧାନତା ବଶତଃ କଳ ଫିତାରେ ହାତ ଏବଂ ମୁଣ୍ଡ ପଶିଯାଇଥିଲା।

ଜେସିବି ମେଶିନ ପୋଡ଼ିଲେ ଦୁର୍ବୃତ୍ତ

ଜେସିବି ମେଶିନ ପୋଡ଼ିଲେ ଦୁର୍ବୃତ୍ତ

ବାଲିଅନ୍ତା,୨୦।୩(ଡି.ଏନ୍‌.ଏ.):  ବାଲିଅନ୍ତା ଥାନା ଅଧୀନ ବେଣୁପୁର ମୌଜା ବିଲଗହୀରରେ ମାଟି ଖୋଳା କାର୍ଯ୍ୟରେ ନିୟୋଜିତ ଥିବା ଏକ ଜେସିବି ମେଶିନକୁ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। 

ବୌଦ୍ଧରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

ବୌଦ୍ଧରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

ବୌଦ୍ଧ,୨୦।୩(ସ୍ବ.ପ୍ର): ସାରା ରାଜ୍ୟରେ ଟିକେଟ ବଣ୍ଟନ ନେଇ କସରତ ଚାଲିଥିବା ବେଳେ ବୌଦ୍ଧରେ କଂଗ୍ରେସର ଟିକେଟ ବଣ୍ଟନ ନେଇ କର୍ମୀ ଓ ନେତାଙ୍କ ଅସନ୍ତେ।ଷ ବୃଦ୍ଧି ପାଇଛି । 

ବିଜେଡିରୁ ଇସ୍ତଫା, ହାତ ଧରିପାରନ୍ତି ପ୍ରଶାନ୍ତ

ବିଜେଡିରୁ ଇସ୍ତଫା, ହାତ ଧରିପାରନ୍ତି ପ୍ରଶାନ୍ତ

ରାଉରକେଲା ଅଫିସ,୨୦।୩: ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ଟିକେଟ ଆଶାୟୀ ଯୁବନେତା ପ୍ରଶାନ୍ତ ସେଠୀ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। 

କଳାପଥର ଡାକ ପିଅନଙ୍କୁ ହତ୍ୟା: ଜଙ୍ଗଲରୁ ମିଳିଲା ମୃତଦେହ

କଳାପଥର ଡାକ ପିଅନଙ୍କୁ ହତ୍ୟା: ଜଙ୍ଗଲରୁ ମିଳିଲା ମୃତଦେହ

ସୋନପୁର,୨୦।୩(ନି.ପ୍ର.): ସୋନପୁର ଥାନା ଏସ୍‌ କଳାପଥର ଡାକ ପିଅନ ଶତୃଘ୍ନ ଷାଣ୍ଢ(୫୫)ଙ୍କୁ ବୁଧବାର ଭୋର ସମୟରେ କେହି ନିର୍ମମ ଭାବେ ହତ୍ୟା କରିଛନ୍ତି ।   ନିକଟସ୍ଥ ଅର୍ଜୁନପୁର ଜଙ୍ଗଲରୁ ତାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । 

ଜାତୀୟ ରାଜପଥରେ ଭ୍ରୂଣ: ୧୦୮ ଆମ୍ବୁଲାନ୍ସ କର୍ମଚାରୀ ପକାଇ ଚାଲିଯାଇଥିବା ଅଭିଯୋଗ

ଜାତୀୟ ରାଜପଥରେ ଭ୍ରୂଣ: ୧୦୮ ଆମ୍ବୁଲାନ୍ସ କର୍ମଚାରୀ ପକାଇ ଚାଲିଯାଇଥିବା ଅଭିଯୋଗ

ଲୋଇସିଂହା,୨୦।୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ବୁଧବାର ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି। 

ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ: କେନ୍ଦ୍ରସରକାର ଚାଷୀଙ୍କୁ ଧାନର ଉଚିତ ମୂଲ୍ୟ ନ ଦେବାରୁ କ୍ଷୋଭ

ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ: କେନ୍ଦ୍ରସରକାର ଚାଷୀଙ୍କୁ ଧାନର ଉଚିତ ମୂଲ୍ୟ ନ ଦେବାରୁ କ୍ଷୋଭ

ରିଆମାଳ,୨୦।୩ (ଡି.ଏନ.ଏ.): ଦେବଗଡ଼ ଜିଲା ରିଆମାଳ ହାଟ ପଡ଼ିଆଠାରେ ବିଜେଡି ପକ୍ଷରୁ ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। 

ଭିଜିଲାନ୍ସ ଜାଲରେ ଛେଲାଗଡ଼ ଆର୍‌ଆଇ :୧ହଜାର ଟଙ୍କା ଲାଞ୍ଚ ନେଉଥିଲେ

ଭିଜିଲାନ୍ସ ଜାଲରେ ଛେଲାଗଡ଼ ଆର୍‌ଆଇ :୧ହଜାର ଟଙ୍କା ଲାଞ୍ଚ ନେଉଥିଲେ

ପାରଳାଖେମୁଣ୍ଡି, ୨୦ା୩(ସ୍ବ.ପ୍ର.): ଗଜପତି ଜିଲା ଆର୍‌.ଉଦୟଗିରି ବ୍ଲକ ଅନ୍ତର୍ଗତ ଛେଲାଗଡର ରାଜସ୍ବ ନିରୀକ୍ଷକ (ଆର୍‌. ଆଇ) ଚିନ୍ତାମଣି ପାଣିଗ୍ରାହୀ ବୁଧବାର ୧ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା