ସମ୍ପାଦକୀୟ |

ସମ୍ପାଦକୀୟ/ହସ୍ତକ୍ଷେପ କାଳ

ସମ୍ପାଦକୀୟ/ହସ୍ତକ୍ଷେପ କାଳ

କେନ୍ଦ୍ର ସରକାରଙ୍କ ପକ୍ଷରୁ ଛୁଟିରେ ଯିବାକୁ ଦିଆଯାଇଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ନିର୍ଦ୍ଦେଶକ ଆଲୋକ ବର୍ମାଙ୍କୁ ଜାନୁୟାରୀ ୮ରେ ସୁପ୍ରିମକୋର୍ଟ ପୁନଃ ଅବସ୍ଥାପିତ କରିଛନ୍ତି। ଚୟନ କମିଟି ସହ ବିଚାରବିମର୍ଶ ନ କରି ସରକାର ତତ୍‌କ୍ଷଣାତ୍‌ ଏଭଳି ନିଷ୍ପତ୍ତି ନେବା ଉପରେ ସର୍ବୋଚ୍ଚ ଅଦାଲତ ପ୍ରଶ୍ନ ଉଠାଇଛନ୍ତି। ଏହାସହ ପ୍ରଧାନମନ୍ତ୍ରୀ, ବିରୋଧୀ ଦଳ ନେତା ଓ ପ୍ରଧାନ ବିଚାରପତିଙ୍କୁ ନେଇ ଗଠିତ ଚୟନ କମିଟି ବର୍ମାଙ୍କ ସମ୍ପର୍କରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ସ୍ଥିର କରିବ ବୋଲି ଅଦାଲତ କହିଛନ୍ତି। ଇତିମଧ୍ୟରେ ବର୍ମା କୌଣସି ନୀତିଗତ ନିଷ୍ପତ୍ତି ନେଇପାରିବେ ନାହିଁ ବୋଲି ଅଦାଲତ କହିଛନ୍ତି। ଏହି ଦୃଷ୍ଟିରୁ ବିଚାର କଲେ ସୁପ୍ରିମ୍‌କୋର୍ଟଙ୍କ ରାୟ କେନ୍ଦ୍ର ପାଇଁ ଝଟକା ହୋଇଥିଲେ ମଧ୍ୟ ବର୍ମାଙ୍କ ସମ୍ପୂର୍ଣ୍ଣ ବିଜୟ ହୋଇଛି ବୋଲି କୁହାଯାଇପାରିବ ନାହିଁ। କାରଣ ଆଉ ୨୨ ଦିନ ପରେ ସିବିଆଇ ନିର୍ଦ୍ଦେଶକ ପଦରୁ ସେ ଅବସର ନେବେ। ଏଠାରେ ସୂଚନାଯୋଗ୍ୟ ଯେ, ସିବିଆଇ ନିର୍ଦ୍ଦେଶକ ବର୍ମା ଓ ସ୍ବତନ୍ତ୍ର ନିର୍ଦ୍ଦେଶକ ରାକେଶ ଅସ୍ଥାନାଙ୍କ ମଧ୍ୟରେ ବିବାଦୀୟ ପରିସ୍ଥିତି ଦେଖାଦେବା ପରେ ୨୦୧୮ ଅକ୍ଟୋବର ୨୩ରେ ସରକାର ଉଭୟଙ୍କୁ ଦାୟିତ୍ୱମୁକ୍ତ କରି ଛୁଟିରେ ଯିବାକୁ ନିର୍ଦ୍ଦେଶ ଦେଇଥିଲେ। ଆଲୋକ ବର୍ମାଙ୍କ ସ୍ଥାନରେ ଏମ୍‌. ନାଗେଶ୍ୱର ରାଓଙ୍କୁ ଅନ୍ତରୀଣ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଥିଲା। ଏବେ ଶୀର୍ଷ ଅଦାଲତଙ୍କ ରାୟ କେନ୍ଦ୍ର ସରକାରଙ୍କୁ ଅଡ଼ୁଆରେ ପକାଇଛି। 

ସିବିଆଇର ନମ୍ବର ୧ ଓ ୨ କୁହାଯାଉଥିବା ଅଧିକାରୀଙ୍କ ମଧ୍ୟରେ କ୍ଷମତା ଯୁଦ୍ଧ ସଂସ୍ଥାକୁ ନିନ୍ଦିତ କରିଛି। ଦୁର୍ନୀତିରେ ସମ୍ପୃକ୍ତ ରହିଥିବା କହି ସେମାନେ ପରସ୍ପର ବିରୋଧରେ ଆରୋପ ପ୍ରତ୍ୟାରୋପ ଲଗାଇଥିଲେ। ସେତେବେଳେ ଆଲୋଚନା ହୋଇଥିଲା ଯେ, ରାକେଶ ଓ ଆଲୋକ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ)ରେ ଥିବା ପ୍ରଭାବଶାଳୀ ଦୁଇ ଶୀର୍ଷ ଅଧିକାରୀ ଗୋଷ୍ଠୀଙ୍କ ସହ ଯୋଗାଯୋଗରେ ଅଛନ୍ତି। ପିଏମ୍‌ଓ ଅଧିକାରୀଙ୍କ ହସ୍ତକ୍ଷେପ ମାଧ୍ୟମରେ ତଥ୍ୟ ସଂଗ୍ରହ କରାଯାଉଛି। ଅର୍ଥାତ୍‌ ସିବିଆଇକୁ ପିଏମ୍‌ଓର କେଉଁ ଗୋଷ୍ଠୀ ନିୟନ୍ତ୍ରଣ କରୁଛି, ତାହା ସୁନିଶ୍ଚିତ କରାଯିବା ଦିଗରେ ଏଭଳି ପ୍ରୟାସ ଚାଲିଛି ବୋଲି ଚର୍ଚ୍ଚା ହୋଇଥିଲା। ଏବେ ସୁପ୍ରିମ୍‌କୋର୍ଟଙ୍କ ରାୟ ପ୍ରକାଶ ପାଇବା ପରେ ବିରୋଧୀ ଦଳ ସରକାରଙ୍କୁ  ସମାଲୋଚନା କରିଛନ୍ତି। ବର୍ମା ରାଫାଲ ଦୁର୍ନୀତିର ତଦନ୍ତ କରୁଥିବା ବେଳେ କେନ୍ଦ୍ର ସରକାର ପ୍ରତିଶୋଧପରାୟଣ ହୋଇ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନେଇଥିଲେ ବୋଲି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି। ସର୍ବୋଚ୍ଚ ଅଦାଲତଙ୍କ ସଦ୍ୟ ନିର୍ଦ୍ଦେଶ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଫାଲ ତଦନ୍ତରୁ କେହି ବଞ୍ଚାଇପାରିବେ ନାହିଁ ବୋଲି ସେ କହିଛନ୍ତି। ସେହିପରି ସୁପ୍ରିମ୍‌କୋର୍ଟଙ୍କ ରାୟ କେନ୍ଦ୍ର ପାଇଁ ଏକ ଉଚିତ ଶିକ୍ଷା ବୋଲି ଲୋକ ସଭାରେ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି। ଅନ୍ୟପକ୍ଷରେ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ଅଦାଲତଙ୍କ ରାୟକୁ ଏକ ସନ୍ତୁଳିତ ଆଭିମୁଖ୍ୟ ଭାବେ ଅଭିହିତ କରିଛନ୍ତି। ସରକାରଙ୍କ ପକ୍ଷରୁ ସଫେଇ ଦିଆଯାଇଛି ଯେ, କେନ୍ଦ୍ରୀୟ ଭିଜିଲାନ୍ସ କମିଶନ (ସିଭିସି)ଙ୍କ ନିର୍ଦ୍ଦେଶ ଅନୁଯାୟୀ ଏଭଳି ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ ବାସ୍ତବତା ହେଲା ସିବିଆଇ ନିର୍ଦ୍ଦେଶକ ବର୍ମା ୨୦୧୭ ଫେବୃୟାରୀ ୧ରେ ଦାୟିତ୍ୱ ଗ୍ରହଣ କରିଥିଲେ। ୨ ବର୍ଷ ପାଇଁ ସେ ପଦବୀରେ ରହିବା ଧାର୍ଯ୍ୟ କରାଯାଇଥିଲା। ନିୟମ ଅନୁଯାୟୀ ସିବିଆଇ ନିର୍ଦ୍ଦେଶକଙ୍କୁ ଛୁଟିରେ ଯିବା ଲାଗି ସିଭିସି ନିର୍ଦ୍ଦେଶ ଦେଇପାରିବେ ନାହିଁ। ଏଥିରୁ ବୁଝିବାକୁ ହେବ ଯେ, ସରକାରଙ୍କ ହସ୍ତକ୍ଷେପ ଯୋଗୁ ଏକ ପ୍ରମୁଖ ତଦନ୍ତକାରୀ ସଂସ୍ଥା ତା’ର ବିଶ୍ୱସନୀୟତା ହରାଉଛି।

ଏଇ କିଛିବର୍ଷ ହେବ ଦେଖାଯାଉଛି, ସ୍ବାଧୀନ ଓ ସ୍ବତନ୍ତ୍ର ସଂସ୍ଥାଗୁଡ଼ିକ ରାଜନୈତିକ ହସ୍ତକ୍ଷେପ ଯୋଗୁ ଅଡ଼ୁଆରେ ପଡ଼ିଛନ୍ତି। ସରକାରକୁ ସୁହାଇଲା ଭଳି ନିଷ୍ପତ୍ତି ନେଇ ନ ପାରିଲେ ସେଗୁଡ଼ିକ ଉପରେ ଅଙ୍କୁଶ ଲଗାଯାଉଛି। ନିକଟରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ଙ୍କ କାର୍ଯ୍ୟଶୈଳୀ ନେଇ ଅନେକ ପ୍ରଶ୍ନବାଚୀ ଉଠିଛି। ତେଣୁ ସାମ୍ବିଧାନିକ ସଂସ୍ଥାଗୁଡ଼ିକୁ ସ୍ବାଧୀନ ଭାବେ କାର୍ଯ୍ୟ କରିବା ଲାଗି ସୁଯୋଗ ଦିଆଯିବା ଆବଶ୍ୟକ। ବିଶେଷକରି ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଓ ସିବିଆଇ ଭଳି ତଦନ୍ତ ସଂସ୍ଥା ବାହ୍ୟ ହସ୍ତକ୍ଷେପରୁ ଯେତେ ମୁକ୍ତ ରହିବେ, ତାହା ଗଣତନ୍ତ୍ର ପାଇଁ ସେତେ ଶୁଭଙ୍କର।



All Right Reserved By

ସମ୍ପାଦକୀୟ |

ଶବଦାହରେ ଘଷି

ଶବଦାହରେ ଘଷି

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ

ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ମରୁଛନ୍ତି। ମୁସଲମାନମାନେ ମୃତ ଲୋକର ଶବକୁ ପୋତିଦିଅନ୍ତି ଏବଂ ହିନ୍ଦୁମାନେ ତାକୁ ଅଗ୍ନିରେ ଦାହ କରନ୍ତି। ପାରମ୍ପରିକ ଭାବେ ଦାହ ପାଇଁ କାଠ ବ୍ୟବହୃତ ହୋଇ ଆସୁଥିବା ବେଳେ ଆଜିକାଲି ବିଦ୍ୟୁତ୍‌ଶକ୍ତି ଓ ଗ୍ୟାସ୍‌ ମଧ୍ୟ ବ୍ୟବହୃତ ହେଲାଣି।  କିନ୍ତୁ ଆଜିକାଲି ଜାଳେଣି କାଠର ଘୋର ଅଭାବ। ଦିଲ୍ଲୀରେ ସରକାରୀ ଗାର୍ଡନରମାନେ ଗଛର ଅଳ୍ପ କିଛି ଛୋଟ ଡାଳ କାଟିବାର ଛଳନା କରନ୍ତି। କିନ୍ତୁ ସେମାନେ ପ୍ରାୟ ସବୁ ବଡ଼ ବଡ଼ ଡାଳ କାଟନ୍ତି ଓ ସେସବୁକୁ ନିଗମବୋଧ ଘା..

ଅଶ୍ଳୀଳତାକୁ ନେଇ ଛଳନା

ଅଶ୍ଳୀଳତାକୁ ନେଇ ଛଳନା

ଡ. ସୁବାସ ଚନ୍ଦ୍ର ପାତ୍ର

ଅଶ୍ଳୀଳତାକୁ ନେଇ ମଣିଷର ଛଳନା ଇତିହାସ ପରି ପୁରୁଣା। କିଛିଦିନ ତଳେ ଖଣ୍ଡଗିରି ଯାତ୍ରା ମହୋତ୍ସବ ଅବସରରେ କୌଣସି ଏକ ଅପେରା ମଞ୍ଚ ଉପରେ ମନୋରଞ୍ଜନ ଆଳରେ ଜଣେ ମହିଳା କଳାକାର ଅଙ୍ଗ ପ୍ରଦର୍ଶନ ସହ ଅଶ୍ଳୀଳ ନୃତ୍ୟ ପରିବେଷଣ କରିବାର ଅଭିଯୋଗ ଆସିଲା। ପରବର୍ତ୍ତୀ ସମୟରେ ବିଭିନ୍ନ ଟିଭି ଚ୍ୟାନେଲ ତାଙ୍କ ସହ ସାକ୍ଷାତ୍‌କାର ପ୍ରସାରଣ କଲେ ଏବଂ ଆଉ କେତେକ ଚ୍ୟାନେଲ ପ୍ରତିବାଦ ବାହାନାରେ ସେହି ତଥାକଥିତ ନଗ୍ନ ନୃତ୍ୟକୁ ବାରମ୍ବାର ପ୍ରଦର୍ଶନ ମଧ୍ୟ କଲେ। ଜଣେ ରାଜାଙ୍କୁ ଯଦି ତାଙ୍କ ପାର୍ଷଦ କହେ, ‘ମଣିମା, ଆପଣଙ୍କ ବଡ଼ଗୁଣ ହେଲା ଆପଣ ତୋଷାମଦି ଭଲପାଆନ୍ତି ନାହିଁ,’ ଏ କଥାଟି ଯେମିତି ଏକ ତୋଷା..

ସ୍ବଚ୍ଛ ପାନୀୟ ଜଳ ଆମ ଅଧିକାର

ସ୍ବଚ୍ଛ ପାନୀୟ ଜଳ ଆମ ଅଧିକାର


ବିକାଶ କୁମାର ପତି

ଚିରନ୍ତନ ବିକାଶ ଲକ୍ଷ୍ୟ ସମସ୍ତଙ୍କୁ ୨୦୩୦ ସୁଦ୍ଧା ପାନୀୟ ଜଳ ଯୋଗାଇବା ପାଇଁ ଉଦ୍ଦିଷ୍ଟ। ଅର୍ଥାତ୍‌, କେହି ବି ପାନୀୟ ଜଳ ପାଇବାରୁ ବଞ୍ଚିତ ହେବେନି। କିନ୍ତୁ ଆଜି ବି ଲକ୍ଷ ଲକ୍ଷ ଲୋକ ସ୍ବଚ୍ଛ ପାନୀୟ ଜଳ ବିନା ବଞ୍ଚୁଛନ୍ତି- ତାଙ୍କ ପରିବାର, ବିଦ୍ୟାଳୟ, କର୍ମକ୍ଷେତ୍ର, ସବୁଠି ବଞ୍ଚିବା ପାଇଁ ଓ ତୃଷ୍ଣା ମେଣ୍ଟେଇବା ପାଇଁ କଷ୍ଟ କରୁଛନ୍ତି। ଜାତିସଂଘର ଜଳ ଉପରେ କାମ କରୁ..

ଏଇ ଭାରତରେ

ଏଇ ଭାରତରେ

କୁହାଯାଏ ବିବାହ ଯୋଡ଼ି ଈଶ୍ୱରଙ୍କ ଦରବାରରେ ପୂର୍ବରୁ ନିର୍ଦ୍ଧାରିତ ହୋଇଥାଏ। ଏହାକୁ ଖଣ୍ଡନ କରିବା ସହଜ ନୁହେଁ। ମଧ୍ୟପ୍ରଦେଶର ଖଣ୍ଡଓ୍ବାରେ ଏପରି ଏକ ବିରଳ ବାହାଘର ସମ୍ପନ୍ନ ହୋଇଛି। ଖଣ୍ଡଓ୍ବା ଅନ୍ତର୍ଗତ ପୁନାସା ଗଁାର ବାସିନ୍ଦା ଧନେଶ ରାଜବୈଦ ନିମାଡ ନିବାସୀ ଚେତନା ଶର୍ମାଙ୍କୁ ବିବାହ କରିଛନ୍ତି। ଉଭୟ କନ୍ୟା ଓ ବରଙ୍କ ଉଚ୍ଚତା ୩୬ ଇଞ୍ଚ। ଉଚ୍ଚତା କମ୍‌ ..

ସମ୍ପାଦକୀୟ/ ଛଦ୍ମ ଦେଶପ୍ରେମ

ସମ୍ପାଦକୀୟ/ ଛଦ୍ମ ଦେଶପ୍ରେମ

ସାଧାରଣତଃ ଉତ୍ତରପ୍ରଦେଶ ଓ ବିହାର ବୋର୍ଡ ପରୀକ୍ଷାରେ ପିଲାମାନେ ବହୁ ସମୟରେ ଅଜବ ଓ ଅଦ୍ଭୁତ ଉତ୍ତର ଲେଖିଥିବା ଶୁଣିବାକୁ ମିଳିଛି। ଏପରିକି ଭଲ ମାର୍କ୍ସ ପାଇବା ପାଇଁ ଉତ୍ତର ଖାତାରେ ଟଙ୍କା ଷ୍ଟାପଲ୍‌ କରିବାର ନଜିର ଅଛି।  ‘ବାପା ଗରିବ ଲୋକ, ପୁଣି ଥରେ ପରୀକ୍ଷା ଦେବା ଲାଗି ଟଙ୍କା ଦେଇପାରିବେ ନାହିଁ, ତେଣୁ ମୋତେ ପାସ୍‌ କରିଦିଅନ୍ତୁ’ କହି କେତେକ ପରୀ..

ସ୍ବାସ୍ଥ୍ୟସେବାରେ ଦଳୀୟ ସ୍ବାର୍ଥ

ସ୍ବାସ୍ଥ୍ୟସେବାରେ ଦଳୀୟ ସ୍ବାର୍ଥ

ଡ. ନିଖିଳାନନ୍ଦ ପାଣିଗ୍ରାହୀ

ଚିକିତ୍ସାଳୟରେ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କ ଆଖି ଆଗରେ କାହାର ଛବି ନାଚି ଉଠିଥାଏ? କିଛି ସାଧାରଣ ଲୋକ ମନେ କରୁଥିବେ ମୁଖ୍ୟମନ୍ତ୍ରୀ ବା ପ୍ରଧାନମନ୍ତ୍ରୀଙ୍କ ମୁଖମଣ୍ଡଳ। ଏମିତି ଏକ ଧାରଣା ଜନ୍ମିବା ପଛରେ ବିଭିନ୍ନ ନେତା ଓ ସମର୍ଥକମାନଙ୍କ ଜବରଦସ୍ତ ପ୍ରଚାର, ଅସଂଖ୍ୟ ବିଜ୍ଞାପନ ଏବଂ ରାସ୍ତାକଡ଼ର ତତ୍‌ସମ୍ପର୍କିତ ଏକାଧିକ ହୋର୍ଡିଂର ପ୍ରଭାବ ବି..

ଘରଚଟିଆର ତୁଳନା ନାହିଁ

ଘରଚଟିଆର ତୁଳନା ନାହିଁ

ପୀତାମ୍ବର ରାଉତ

ମହାନ୍‌ ପରିବେଶବିତ୍‌ ମହମ୍ମଦ ଦିଲଓ୍ବାର୍‌ଙ୍କ ଉଦ୍ୟମରେ ୨୦୧୦ରୁ ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖକୁ ବିଶ୍ୱ ଘରଚଟିଆ ଦିବସ ରୂପେ ସମଗ୍ର ବିଶ୍ୱରେ ପାଳନ କରାଯାଇ ଆସୁଛି। ଘରଚଟିଆର ବୈଜ୍ଞାନିକ ନାମ ପାସେରିଡି। ଭୂମଧ୍ୟସାଗରୀୟ ଅଞ୍ଚଳରୁ ଆରମ୍ଭ କରି ବ୍ରିଟେନ୍‌, ଫ୍ରାନ୍ସ, ପ୍ୟାରିସ୍‌, ଜର୍ମାନୀ, ବେଲଜିୟମ୍‌, ଇଟାଲୀ, ନେଦରଲାଣ୍ଡ ଓ ଫିନ୍‌ଲାଣ୍ଡ..

ଏଇ ଭାରତରେ

ଏଇ ଭାରତରେ

ଜଣେ ବ୍ୟକ୍ତି ୧୦ଲକ୍ଷ ଟଙ୍କା ରାସ୍ତାପାର୍ଶ୍ୱରୁ ପାଇ ଫେରାଇଦେବା ଘଟଣା ତାଙ୍କୁ ମହାନତାର ପରିଚୟ ଦେଇଛି। ଏଥିପାଇଁ ଉକ୍ତ ବ୍ୟକ୍ତିଙ୍କୁ ପୁରସ୍କାର ସ୍ବରୂପ ୨ଲକ୍ଷ ଟଙ୍କା ଦିଆଯାଇଛି।  ଦିଲୀପ ପୋଦ୍ଦାର ନାମକ ଜଣେ ବ୍ୟକ୍ତି ସୁରଟର ଉମ୍ରା ଅଞ୍ଚଳରେ ଶାଢ଼ି ଶୋ’ରୁମ୍‌ରେ ସେଲ୍ସମ୍ୟାନ୍‌ ଭାବେ କାମ କରନ୍ତି। ପୋଦ୍ଦାର ମଧ୍ୟାହ୍ନଭୋଜନ ସାରି ଡ୍ୟୁଟିକୁ ଫେରୁଥିବା ବେଳେ ରାସ୍ତାପାର୍ଶ୍ୱରେ ଏକ ବ୍ୟାଗ୍‌..

ସମ୍ପାଦକୀୟ/ଅନୁଚିତ ନିଯୁକ୍ତି

ସମ୍ପାଦକୀୟ/ଅନୁଚିତ ନିଯୁକ୍ତି

ସୁପ୍ରିମ୍‌କୋର୍ଟର ପୂର୍ବତନ ବିଚାରପତି ପିନାକୀ ଚନ୍ଦ୍ର ଘୋଷ ଦେଶର ପ୍ରଥମ ଲୋକପାଳ ହେବା ମାର୍ଚ୍ଚ ୧୭ରେ ସ୍ଥିର ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚ ସ୍ତରୀୟ ଚୟନ କମିଟି ତାଙ୍କ ନାମ ସୁପାରିସ କରିଥିଲା। ଲୋକପାଳ ଚୟନ ନେଇ ଫେବୃୟାରୀ ଶେଷ ସୁଦ୍ଧା ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେ..

ମୃତ୍ୟୁ ପରେ ଜୀବନ

ମୃତ୍ୟୁ ପରେ ଜୀବନ

ବୈକୁଣ୍ଠନାଥ ମିଶ୍ର

ଜନ୍ମ ପରେ ମୃତ୍ୟୁ ଏକ ଅବଧାରିତ ସତ୍ୟ। ଆଧୁନିକ ବିଜ୍ଞାନ ସବୁ କ୍ଷେତ୍ରରେ ସଫଳତା ପାଇଥିଲେ ମଧ୍ୟ ମୃତ୍ୟୁକୁ ଟାଳିପାରି ନାହିଁ। ମୃତ୍ୟୁ ପରବର୍ତ୍ତୀ ଘଟଣା ଉପରେ ବିଜ୍ଞାନ ସମ୍ପୂର୍ଣ୍ଣ ନୀରବ। ତଥାପି କେତେକ ଘଟଣା ଓ ତତ୍‌ସମ୍ବନ୍ଧୀୟ ମତାମତକୁ ପରୀକ୍ଷା କଲେ ଆମେ ମୃତ୍ୟୁପରବର୍ତ୍ତୀ ଅବସ୍ଥା ବିଷୟରେ ଅନୁମାନ କରିପାରିବା। ଆଜକୁ ବହୁବର୍ଷ ପୂର୍ବର ଏକ ଘଟଣା ଏବେ ମଧ୍ୟ ମୋ ହୃଦୟରେ ଆଲୋଡନ ସୃଷ୍ଟି କରେ। ଶୈଶବ ସମୟରେ ଘଟିଥିବା ଉକ୍ତ ଘଟଣାର ଜଟିଳତାକୁ ହୃ..

ଗୋପାଳଙ୍କ ଓଗାଳ

ଗୋପାଳଙ୍କ ଓଗାଳ

ଡ. ଭାଗ୍ୟଲିପି ମଲ୍ଲ

ଦୋଳପୂନେଇଁ ଆସିଲେ ମନେପଡ଼େ ଗଁା ଦାଣ୍ଡ। ସଞ୍ଜ ଆକାଶରେ ଉଇଁ ଆସୁଥାଏ ଉକିଆ ଜହ୍ନ। ଜହ୍ନ ଉପରକୁ ଉଠେ। ପବନରେ ଭାସି ଆସେ କୃଷ୍ଣ-ସଂଗୀତ। ”ଫଗୁଣ ମାସରେ ଦୋଳଗୋବିନ୍ଦ, ଫଗୁ ଖେଳୁଥା’ନ୍ତି ପରମାନନ୍ଦ। ଫଗୁ ଗୁଣ୍ଡିରେ ଝିମିରି ମିଶାଇ, ଫଗୁ ଖେଳୁଥା’ନ୍ତି ଯଦୁ ଗୋସାଇଁ, ମୋ’ କାହ୍ନାରେ।“ ..

ଏଇ ଭାରତରେ

ଏଇ ଭାରତରେ

ଦେଶର ବିିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ବେଳେବେଳେ ଉତ୍ତେଜନା ସୃଷ୍ଟିହୁଏ। ଏଥିପାଇଁ ଧନସମ୍ପଦ କ୍ଷୟ ହେବା ସହିତ ଜୀବନ ହାନି ମଧ୍ୟ ଘଟିଥାଏ। କିନ୍ତୁ ଜୀବନ ମରଣ ସମସ୍ୟାରେ ପଡ଼ିବା ପରେ ଦୁଇ ସମ୍ପ୍ରଦାୟର ବ୍ୟକ୍ତିଙ୍କ ମନରେ ସୃଷ୍ଟି ହୋଇଛି ମାନବିକତା। ଏଭଳି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ହିନ୍ଦୁ ଓ ମୁସଲମାନ ସମ୍ପ୍ରଦାୟର ଦୁଇଜଣ ମହିଳା। ନିଜ ନିଜ ସ୍ବାମୀଙ୍କ ଜୀବନ ବଞ୍ଚାଇବା..


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା