ସମ୍ବଲପୁର

ସରସ୍ବତୀ ଶିଶୁ ମନ୍ଦିରର ରଜତ ଜୟନ୍ତୀ ସମାରୋହ ଉଦ୍‌ଘାଟିତ

ସରସ୍ବତୀ ଶିଶୁ ମନ୍ଦିରର ରଜତ ଜୟନ୍ତୀ ସମାରୋହ ଉଦ୍‌ଘାଟିତ

କୁଆଁରମୁଣ୍ଡା,୧୦।୧(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡାସ୍ଥିତ ସରସ୍ବତୀ ଶିଶୁ ମନ୍ଦିରର ତ୍ରିଦିବସୀୟ ରଜତ ଜୟନ୍ତୀ ସମାରୋହର ୧ମ ଦିବସ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ପ୍ରଥମେ ଜ୍ୟୋତି ଓ କଳସ ଯାତ୍ରା ପରେ ଜ୍ୟୋତି ସ୍ଥାପନ ଓ ଗାୟତ୍ରୀ ଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏହା ପରେ ଅପରାହ୍ନ ପ୍ରାୟ ସାଢେ ୧ଟାରେ ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ଆରଡିଏ ଅଧ୍ୟକ୍ଷ ସାରଦା ନାୟକ ୧ମ ଦିବସ ରଜତ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। କୁଆଁରମୁଣ୍ଡା ସରସ୍ବତୀ ଶିଶୁ ମନ୍ଦିର ସ୍ଥାନୀୟ ଅଞ୍ଚଳରେ ଶିକ୍ଷାର ପ୍ରସାର ଘଟାଇ ଶୃଙ୍ଖଳିତ ଛାତ୍ରୀଛାତ୍ର ଗଠନ କରୁଥିବା ବେଳେ ଏହାର ବିକାଶ ଦିଗରେ ଆବଶ୍ୟକୀୟ ସରକାରୀ ଓ ବେସରକାରୀ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟ ଅତିଥି ନାୟକ ଏହି ଅବସରରେ ପ୍ରତିଶ୍ରୃତି ଦେଇଛନ୍ତି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ରଜତ ଜୟନ୍ତୀ ସମାରୋହ ସମିତି ସଭାପତି ପ୍ରଦ୍ୟୁମ୍ନ ମିଶ୍ର, ବିଦ୍ୟାଳୟ ପରିଚାଳନା ସମିତି ସଭାପତି ଶୈଳେଶ୍‌ ତିୱାରୀ, ରଜତ ଜୟନ୍ତୀ ସମାରୋହ ସମ୍ପାଦକ ତଥା ସାମାଜିକ କର୍ମୀ ସଞ୍ଜୀବ ପ୍ରତାପ ସିଂଦେଓ, ଉପସଭାପତି ରାଜେଶ କେର୍କେଟା, ବିଦ୍ୟାଳୟ ପରିଚାଳନା ସମିତି ସମ୍ପାଦକ ଗୌରାଙ୍ଗ ସାହୁ, ଶିକ୍ଷାଧିକାରୀ ଗୁରୁଚରଣ ସାହୁ, ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଜନ୍ମେଜୟ ସୁଆର ପ୍ରମୁଖ ମଞ୍ଚାସୀନ ରହି ବିଦ୍ୟାଳୟର ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ରମାନଙ୍କୁ ପୁରସ୍କାର ସହ ମାନପତ୍ର ପ୍ରଦାନ କରିଥିଲେ। ଅତିଥିମାନଙ୍କ ପରିଚୟ ବିଦ୍ୟାଳୟର ଗୁରୁମା ମମତାରାଣୀ ଦାସ ପ୍ରଦାନ କରିଥିଲେ। ସଭାପତି ଶୈଳେଶ୍‌ ତିୱାରୀ ଧନ୍ୟବାଦ ପ୍ରଦାନ କରିଥିଲେ। ସଭା କାର୍ଯ୍ୟ ପ୍ରାରମ୍ଭରେ ମୁଖ୍ୟ ଅତିଥି ନାୟକ ଶିଶୁ ମନ୍ଦିର ନବ ନିର୍ମିତ ଶୌଚାଳୟକୁ ଫିତାକାଟି ଉଦ୍‌ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଶତାଧିକ ପୂର୍ବତନ ଛାତ୍ରୀଛାତ୍ର ଉପସ୍ଥିତ ରହି ମୁଖ୍ୟ ଅତିଥି ନାୟକଙ୍କ ସହ ଫଟୋ ଉଠାଇଥିଲେ। ଏକ ସୌହାର୍ଦ୍ଧ୍ୟପୂର୍ଣ୍ଣ ପାରମ୍ପରିକ ବାତାବରଣରେ ୧ମ ଦିବସ ରଜତ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି। ବିଦ୍ୟାଳୟର କୋଷାଧ୍ୟକ୍ଷ ଘନଶ୍ୟାମ ଦେବତା, ଶଙ୍କର ପୂଝାରୀ, ଜୀବନ ଦାସ, ଦିଲୀପ ପଟେଲ, ଶିକ୍ଷା ବିକାଶ ସମିତି ରାଉରକେଲା ସେକ୍ଟର-୬ର ବିଭାଗ ପ୍ରମୁଖ ଶିବ ପ୍ରସାଦ ମହାପାତ୍ର, ଲକ୍ଷ୍ମୀନାରାୟଣ ସାହୁ ପ୍ରମୁଖଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଗୁରୁଜୀ, ଗୁରୁମା କାର୍ଯ୍ୟ ସୂଚାରୁ ରୂପେ ସମ୍ପାଦିତ କରିଛନ୍ତି।

All Right Reserved By

ସମ୍ବଲପୁର

୫ ଗାଁ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ

୫ ଗାଁ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ

ନାକଟିଦେଉଳ,୨୫।୩(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ଗିରିଶ୍ଚନ୍ଦ୍ରପୁର ପଞ୍ଚାୟତର ପାଣିଗ୍ରାହୀପାଲି  ଗ୍ରାମର ଆଡ଼ି ସାହି, ଭୁଲକି, କଞ୍ଚନପୁର, ଗିରିଶ୍ଚନ୍ଦ୍ରପୁର ଓ ଟୁରିବାହାଲରେ ଲୋକେ ଝାଡାବାନ୍ତିର ଆକ୍ରାନ୍ତ ହୋଇଛନ୍ତି। 

ବିଜେଡି, ଭାଜପା ସମେତ ନାମାଙ୍କନପତ୍ର ଦାଖଲ କଲେ ୯ ପ୍ରାର୍ଥୀ

ବିଜେଡି, ଭାଜପା ସମେତ ନାମାଙ୍କନପତ୍ର ଦାଖଲ କଲେ ୯ ପ୍ରାର୍ଥୀ

ରାଉରକେଲା ଅଫିସ,୨୫।୩: ସୁନ୍ଦରଗଡ଼ ଲୋକ ସଭା ଏବଂ ଏହା ଅଧୀନ ୭ ବିଧାନସଭା ଆସନ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ଏପ୍ରିଲ ୧୮ ତାରିଖରେ ଭୋଟଗ୍ରହଣ କରାଯିବ। 

   ଶେଷ ଦିନରେ ୧୯ଜଣ ଦାଖଲ କଲେ ନାମାଙ୍କନ

ଶେଷ ଦିନରେ ୧୯ଜଣ ଦାଖଲ କଲେ ନାମାଙ୍କନ

ନୂଆପଡା ଅଫିସ,୨୫ା୩: ସାଧାରଣ ନିର୍ବାଚନ ସକାଶେ ଗତ ୧୮ତାରିଖଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏଥିପାଇଁ ସୋମବାର ଶେଷ ଦିନ ଥିଲା । ଏହି ଦିନ ସୁଦ୍ଧା ଜିଲାରେ ମୋଟ ୧୯ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । 

ଖଡିଆଳରେ କଂଗ୍ରେସର ବିଶାଳ ଶୋଭାଯାତ୍ରା

ଖଡିଆଳରେ କଂଗ୍ରେସର ବିଶାଳ ଶୋଭାଯାତ୍ରା

ଖଡିଆଳ,୨୫।୩(ଡି.ଏନ.ଏ.): ଆସନ୍ତା ସାଧାରଣ ନିର୍ବାଚନକୁ ନେଇ ଖଡିଆଳ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଥିବା ବେଳେ ସୋମବାର ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବରୁ କଂଗ୍ରେସ ନିଜର ଶକ୍ତି ପ୍ରଦର୍ଶନ ସ୍ବରୂପ ଏକ ବିଶାଳ ଶୋଭାଯାତ୍ରାର ଆୟୋଜନ କରିଥିଲା । 

ମିଳିଲାନି ସରକାରୀ ସହାୟତା : ପର ଘରେ ମୁଣ୍ଡ ଗୁଞ୍ଜୁଛନ୍ତି  ସେବତୀଙ୍କ ପରିବାର

ମିଳିଲାନି ସରକାରୀ ସହାୟତା : ପର ଘରେ ମୁଣ୍ଡ ଗୁଞ୍ଜୁଛନ୍ତି ସେବତୀଙ୍କ ପରିବାର

କର୍ଲାମୁଣ୍ଡା,୨୫।୩(ଡି.ଏନ.ଏ.):ବାସହୀନଙ୍କ ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବାସଗୃହ ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁ ପକ୍କଘର ଯୋଜନା କରିଛନ୍ତି । 

ବେଆଇନ ବନ୍ଧୁକ ରଖି ଗିରଫ

ବେଆଇନ ବନ୍ଧୁକ ରଖି ଗିରଫ

ଘଣ୍ଟାପଡା, ୨୫।୩ (ଡି.ଏନ.ଏ):କଣ୍ଟାମାଳ ଥାନା ଘଣ୍ଟାପଡା ଫାଣ୍ଡି ଅନ୍ତର୍ଗତ ଉମା ଗ୍ରାମରେ ରବିବାର ପୋଲିସ ଚଢାଉ କରି ବେଆଇନ ଭାବେ ବନ୍ଧୁକ ରଖିଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। 

ଦାବି ପୂରଣ ହେଲାନି, ଭୋଟ ବର୍ଜନ ନିଷ୍ପତ୍ତି

ଦାବି ପୂରଣ ହେଲାନି, ଭୋଟ ବର୍ଜନ ନିଷ୍ପତ୍ତି

ଜାମଟିକ୍ରା, ୨୫।୩ (ଡି.ଏନ.ଏ): ବରଗଡ ଜିଲା ପଞ୍ଚାୟତିରାଜ ଗ୍ରାମୀଣ ଜଳଯୋଗାଣ ସ୍ବାବଲମ୍ବୀ କାରିଗର ସଂଘର ଏକ ଜରୁରୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି ।

ବିଜେଡି ଟିକେଟ ପୁନର୍ବିଚାର ଦାବିରେ ନିହାର ବେହେରାଙ୍କ ସମର୍ଥକଙ୍କର ରାଜପଥ ଅବରୋଧ

ବିଜେଡି ଟିକେଟ ପୁନର୍ବିଚାର ଦାବିରେ ନିହାର ବେହେରାଙ୍କ ସମର୍ଥକଙ୍କର ରାଜପଥ ଅବରୋଧ

ଲୋଇସିଂହା,୨୫।୩(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଭାବେ ପ୍ରଦୀପ ବେହେରାଙ୍କୁ ଟିକେଟ ଦିଆଯାଇଛି ।

 ନାମାଙ୍କନ ଦାଖଲ କଲେ ସୁରେଶ ପୂଜାରୀ

ନାମାଙ୍କନ ଦାଖଲ କଲେ ସୁରେଶ ପୂଜାରୀ

ବରଗଡ଼ ଅଫିସ୍‌, ୨୫।୩: ବରଗଡ଼ ଲୋକ ସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ସୁରେଶ ପୂଜାରୀ ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । 

  ବିଜେଡି, ଭାଜପା ପ୍ରାର୍ଥୀ କୋଳାକୋଳି

ବିଜେଡି, ଭାଜପା ପ୍ରାର୍ଥୀ କୋଳାକୋଳି

ବରଗଡ଼ ଅଫିସ୍‌,୨୫।୩: ବରଗଡ଼ ଲୋକ ସଭା ଆସନ ପାଇଁ ସୋମବାର ଉଭୟ ବିଜେଡି ଓ ଭାଜପା ପ୍ରାର୍ଥୀ ଜିଲାପାଳଙ୍କ ଅଫିସରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ।

ନାମାଙ୍କନ ଦାଖଲ କଲେ ପ୍ରସନ୍ନ ଆଚାର୍ଯ୍ୟ

ନାମାଙ୍କନ ଦାଖଲ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼ ଅଫିସ୍‌,୨୫।୩: ବରଗଡ଼ ଲୋକ ସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ନାମାଙ୍କନ ପତ୍ର ଦାଖଲ କଲେ କେ.ଭି.

ନାମାଙ୍କନ ପତ୍ର ଦାଖଲ କଲେ କେ.ଭି.

ପାଟଣାଗଡ଼,୨୫।୩(ଡି.ଏନ୍‌.ଏ.):  ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ମଧ୍ୟାହ୍ନ ୧୨ ଟାରେ କନକ ବର୍ଦ୍ଧନ ସିଂଦେଓ ପାଟଣାଗଡ଼ ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। 


Model This Week

ରଶ୍ମି
Why Dharitri