ବାଲେଶ୍ୱର

୭ ଜିଆର୍‌ଏସ୍‌ ନିଲମ୍ବିତ

ଭଦ୍ରକ ଅଫିସ, ୧୧।୧ - ଦେଢ଼ ମାସ ଧରି ବିଭିନ୍ନ ଦାବି ନେଇ ଭଦ୍ରକ ଜିଲାର ସମସ୍ତ ଜିଆର୍‌ଏସ୍‌ କାର୍ଯ୍ୟ ବନ୍ଦ କରି ଆନ୍ଦୋଳନ କରିଆସୁଛନ୍ତି। ସରକାରଙ୍କ ନିର୍ଦ୍ଦେଶ ପରେ ମଧ୍ୟ କାର୍ଯ୍ୟରେ ଯୋଗ ନ ଦେବାରୁ ଜିଲାପାଳ ୭ ଜଣ ଜିଆର୍‌ଏସ୍‌ଙ୍କୁ ନିଲମ୍ବନ କରିଛନ୍ତି। ବାସୁଦେବପୁର ଜଗନ୍ନାଥପ୍ରସାଦ ପଞ୍ଚାୟତର ଜିଆର୍‌ଏସ୍‌ ଅନ୍ତର୍ଯ୍ୟାମୀ ମହାକୁଡ, ଭଦ୍ରକ ବନ୍ଧଗଁା ପଞ୍ଚାୟତର ରାଜଲକ୍ଷ୍ମୀ ଜେନା, ଭଣ୍ଡାରିପୋଖରୀ ପାଟୁଳି ପଞ୍ଚାୟତର ଲକ୍ଷ୍ମୀଧର ଗାହାଣ, ବନ୍ତ ପୁରୁଷଣ୍ଢ ପଞ୍ଚାୟତର ଅଶୋକ କୁମାର ଦାସ, ଚାନ୍ଦବାଲି ଘଟପୁର ପଞ୍ଚାୟତର କମଳାକାନ୍ତ ଜେନା, ଧାମନଗର ଭଟସାହିର ସଞ୍ଜୟ କୁମାର ଦାସ ଓ ତିହିଡି ଜାମଯୋଡିର ଅଜୟ କୁମାର ବିଶ୍ୱାଳଙ୍କୁ ନିଲମ୍ବନ କରାଯାଇଥିବା ଜିଲାପାଳଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି।

All Right Reserved By

ବାଲେଶ୍ୱର

ଚରମ୍ପା ଗଳା ପୋଲର ସମ୍ପ୍ରସାରଣ ପାଇଁ ଧାରଣା

ଚରମ୍ପା ଗଳା ପୋଲର ସମ୍ପ୍ରସାରଣ ପାଇଁ ଧାରଣା

ଭଦ୍ରକ ଅଫିସ,୧୯।୨: ଭଦ୍ରକ ୧୬ନଂ ଜାତୀୟ ରାଜପଥ ଚରମ୍ପାଠାରେ ଥିବା ଗଳା ପୋଲର ସମ୍ପ୍ରସାରଣ ପାଇଁ ସମ୍ପ୍ରସାରଣ କମିଟି ସଦସ୍ୟ ପକ୍ଷରୁ ମଙ୍ଗଳବାର ସକାଳେ  ଗଣଧାରଣା  ଦିଅlଯାଇଥିଲା। 

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଯୋଡ଼ା, ୧୯।୨(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ବାଂଶପାଣି ରେଳ ସାଇଡିଂ ନିକଟ ଯୋଡ଼ା-ବାମେବାରୀ ରାସ୍ତା ପାର୍ଶ୍ୱରେ ଥିବା ଜଣେ ଅଭିଯୁକ୍ତଙ୍କ ଜମିରେ ଏକ ଶିଳ୍ପ ସଂସ୍ଥାର ଖଣିଜ ଗଛିତ ହେଉଛି। 

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ଭଦ୍ରକ ଅଫିସ, ୧୯।୨ - ଭଦ୍ରକ ଜିଲା ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ପୁଣି ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ମୁଖ୍ୟ କାର୍ପଟଦାର ଫେରାର ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ, ମେଶିନ, ଏସେନ୍ସ ଓ ସିଲ୍‌ ମେଶିନ ପୋଲିସ ଜବତ କରିଛି। 

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଭଣ୍ଡାରିପୋଖରୀ, ୧୯।୨ (ଡି.ଏନ.ଏ.) - ଭଣ୍ଡାରିପୋଖରୀ ସଦରମହକୁମାଠାରେ  ଥିବା ନଗୁଁଆ ପ୍ରାଥମିକ କୃଷି ସମବାୟ ସମିତିରେ ଧାନକିଣାରେ ଅନିୟମିତତା ପ୍ରତିବାଦରେ ଚାଷୀମାନେ ସୋମବାର ସମିତି କାର୍ଯ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ।

ଅସ୍ବାସ୍ଥ୍ୟକର ପରିବେଶରେ ରନ୍ଧା ଯାଉଛି ମଧ୍ୟାହ୍ନ ଭୋଜନ

ବଡ଼ସାହି,୧୯ା୨(ସ୍ବ.ପ୍ର.)-ବିଭିନ୍ନ ସମୟରେ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ଛାତ୍ରୀଛାତ୍ରଙ୍କୁ ଆକୃଷ୍ଟ କରିବା ପାଇଁ ସ୍କୁଲ ପରିସରଭୁକ୍ତ ଅଞ୍ଚଳକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିବା ସହ ବିଦ୍ୟାଳୟର ସୌନ୍ଦର୍ଯ୍ୟକରଣ ବୃଦ୍ଧି, ଆବଶ୍ୟକ ଶ୍ରେଣୀଗୃହ ନିର୍ମାଣ, ବିଦ୍ୟାର୍ଥୀଙ୍କୁ ମାଗଣାରେ ପୋଷାକ ବଣ୍ଟନ ଠାରୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ ଆଦି ସରକାର ଯୋଗାଇ ଦେଉଛନ୍ତି। ମାତ୍ର ରୋଷେଇ ପାଇଁ ଉଦ୍ଦିଷ୍ଟ ଭିତ୍ତିଭୂମି ନ ଥିବାରୁ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକରେ ଥିବା ବିଭିନ୍ନ ସ୍କୁଲରେ ଅସ୍ବାସ୍ଥ୍ୟକର ପରିବେଶରେ ରୋଷେଇ କାର୍ଯ୍ୟ ଚାଲୁଅଛି। 

ପତ୍ନୀ ନିର୍ଯାତନା ମାମଲା : ସ୍ବାମୀଙ୍କୁ ୨ବର୍ଷ ଜେଲ୍‌

ବାରିପଦା ଅଫିସ, ୧୯ା୨-ପତ୍ନୀ ନିର୍ଯାତନା ମାମଲାର ବିଚାର କରି ରାଇରଙ୍ଗପୁର ଏସଡିଜେଏମ୍‌ ରାକେଶ କୁମାର ମୁଦୁଲି ତାଙ୍କ ସ୍ବାମୀ ବିଶୋଇ ଥାନା ତଳାପତି ଗ୍ରାମର ସରୋଜ ଗୋଚ୍ଛାୟତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତଙ୍କୁ ୨ବର୍ଷ ଜେଲଦଣ୍ଡ ସହ ୧ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅଭିଯୁକ୍ତଙ୍କୁ ଅଧିକ ୩ମାସ ଜେଲ ଭୋଗିବାକୁ ରାୟରେ କୁହାଯାଇଛି।

ଖଇରା-ଫତେପୁର ରାସ୍ତା ଅବରୋଧ

ଖଇରା-ଫତେପୁର ରାସ୍ତା ଅବରୋଧ

ଖଇରା,୧୯।୨(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଖଇରା ଓ ଔପଦା ୨ବ୍ଲକକୁ ସଂଯୋଗ କରୁଥିବା ଖଇରା-ଫତେପୁର ରାସ୍ତାକୁ ନିର୍ମାଣ କରୁଥିବା ଠିକାଦାର ଗତ ୨ମାସ ହେଲା ରାସ୍ତାକୁ ଅସମ୍ପୂର୍ଣ୍ଣ ଅବସ୍ଥାରେ ଛାଡି ଚାଲିଯାଇଛନ୍ତି। 

ଧାନର ଅଭାବୀ ବିକ୍ରି ଚିନ୍ତା  ଜିଲାପାଳଙ୍କୁ ଭେଟିଲେ ସୋସାଇଟି ସମ୍ପାଦକ, ଚାଷୀ

ଧାନର ଅଭାବୀ ବିକ୍ରି ଚିନ୍ତା ଜିଲାପାଳଙ୍କୁ ଭେଟିଲେ ସୋସାଇଟି ସମ୍ପାଦକ, ଚାଷୀ

ବାଲେଶ୍ୱର ଅଫିସ,୧୮।୨-ବାଲେଶ୍ୱର ଜିଲାର ବିଭିନ୍ନ ଅଞ୍ଚଳର କୋ-ଅପରେଟିଭ୍‌ ସୋସାଇଟିର ସମ୍ପାଦକ ଏବଂ ସଭାପତି ଧାନର ଅଭାବୀ ବିକ୍ରି ନେଇ ସୋମବାର ଜିଲାପାଳଙ୍କଠାରେ ଲିଖିତ ଅଭିଯୋଗ କରିଛନ୍ତି। 

ଦିବ୍ୟାଙ୍ଗ ସ୍ବୟଂ ସହାୟକ ଗୋଷ୍ଠୀ ଗଠନ

ଦିବ୍ୟାଙ୍ଗ ସ୍ବୟଂ ସହାୟକ ଗୋଷ୍ଠୀ ଗଠନ

ବାଲିଆପାଳ, ୧୮।୨(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ଅନ୍ତର୍ଗତ ବଣିଆଡିହା ପଞ୍ଚାୟତରେ ଏକ ଭିନ୍ନକ୍ଷମ ସ୍ବୟଂସହାୟକ ଗୋଷ୍ଠୀ ଗଠନ କରାଯାଇଛି।

ବ୍ୟବସାୟୀ ସଂଘ ପକ୍ଷରୁ ବନ୍ଦ ସଫଳ

ବ୍ୟବସାୟୀ ସଂଘ ପକ୍ଷରୁ ବନ୍ଦ ସଫଳ

ବାଲିଆପାଳ, ୧୮।୨(ସ୍ବ.ପ୍ର.)-ଜମ୍ମୁ-କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଯବାନଙ୍କ ଶହୀଦ ହେବା ଘଟଣା ପ୍ରତିବାଦରେ ସର୍ବଭାରତୀୟ ବ୍ୟବସାୟୀ ସଂଘର ଭାରତ ବନ୍ଦ ଡାକରା ଦେଇଥିଲା ।

ଟାୱାର ସ୍ଥାପନକୁ ବିରୋଧ

ଟାୱାର ସ୍ଥାପନକୁ ବିରୋଧ

ବାଲେଶ୍ୱର ଅଫିସ,୧୮।୨-ବାଲେଶ୍ୱର ପୌରାଞ୍ଚଳର ୯ନଂ. ୱାର୍ଡ଼ ପ୍ରଗତିନଗରର ମହିଳାମାନେ ରୋଗ ଭୟରେ ଏକ ଏୟାରଟେଲ୍‌ କମ୍ପାନୀର ମୋବାଇଲ୍‌ ଟାୱାର ସ୍ଥାପନକୁ ବିରୋଧ କରି ସୋମବାର ଜିଲାପାଳ ରମେଶ ଚନ୍ଦ୍ର ରାଉତଙ୍କଠାରେ ଲିଖିତ ଅଭିଯୋଗ କରିଛନ୍ତି। 

ତଦନ୍ତରେ ପକ୍ଷପାତିତା ନୀତି

ତଦନ୍ତରେ ପକ୍ଷପାତିତା ନୀତି

କେନ୍ଦୁଝର, ୧୮ା୨(ସ୍ବ.ପ୍ର.): ତେଲକୋଇ ବ୍ଲକ ସଲେଇକେନା ପଞ୍ଚାୟତରେ ରାଶନ ସାମଗ୍ରୀ ହେର୍‌ଫେର୍‌ ହୋଇଥିବା ଅଭିଯୋଗ ହୋଇଛି।