ରାଜ୍ୟ |

ଓଏସ୍‌ଏସ୍‌ଟିଇଟି ପ୍ରଶ୍ନପତ୍ର, ମୂଲ୍ୟାୟନରେ ବିଭ୍ରାଟ: ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଓଏସ୍‌ଏସ୍‌ଟିଇଟି ପ୍ରଶ୍ନପତ୍ର, ମୂଲ୍ୟାୟନରେ ବିଭ୍ରାଟ:  ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

କଟକ ଅଫିସ,୧୧|୧- ପ୍ରଶ୍ନ ସମାନ, ହେଲେ ଉତ୍ତର ଭିନ୍ନ ଭିନ୍ନ। ପୂର୍ବରୁ ହୋଇଥିବା ପରୀକ୍ଷାରେ ଏକ ନିର୍ଦ୍ଦିଷ୍ଟ ପ୍ରଶ୍ନ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଯେଉଁ ଉତ୍ତର ଧାର୍ଯ୍ୟ କରିଥିଲା, ଏବେ ସମାନ ପ୍ରଶ୍ନରେ ସେହି ଉତ୍ତର ଦେଲେ ମଧ୍ୟ ଭୁଲ୍‌ ମାର୍କ ମିଳିଛି। ବୋର୍ଡ କର୍ତ୍ତୃପକ୍ଷଙ୍କ ଖାମଖିଆଲ କାର୍ଯ୍ୟ ଯୋଗୁ ଅନେକ ମେଧାବୀ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ପ୍ରଭାବିତ ହୋଇଛି।  ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି)ର ପ୍ରଶ୍ନପତ୍ର ଓ ମୂଲ୍ୟାୟନରେ ଏଭଳି ବିଭ୍ରାଟ ହୋଇଛି ବୋଲି ପରୀକ୍ଷାର୍ଥୀମାନେ ଅଭିଯୋଗ କରିବା ସହ ଗୁରୁବାର ବୋର୍ଡ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ଆନ୍ଦୋଳନରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଓଏସ୍‌ଏସ୍‌ଟିଇଟି ପରୀକ୍ଷାର୍ଥୀ ସାମିଲ ହୋଇ ନ୍ୟାୟ ଦାବି କରିଥିଲେ। ଏ ନେଇ ବୋର୍ଡ ସଭାପତି ଜାହାନ ଆରା ବେଗମ କହିଛନ୍ତି, ଅଭିଯୋଗକୁ ଗ୍ରହଣ କରିଛୁ। କେଉଁ କ୍ଷେତ୍ରରେ ତ୍ରୁଟି ରହିଛି, ସେ ସମ୍ପର୍କରେ ଏକ୍ସପର୍ଟ କମିଟି ସହ ଆଲୋଚନା କରାଯିବ। ତା’ପରେ ମୂଲ୍ୟାୟନରେ କ’ଣ ପରିବର୍ତ୍ତନ ହେବ ସେ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯିବ। 

ଗତ ନଭେମ୍ବର ୭ରେ ଏହି ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଚଳିତ ମାସ ୫ ତାରିଖରେ ପରୀକ୍ଷା ଓ ୭ ତାରିଖରେ ଫଳ ପ୍ରକାଶ ପାଇଥିଲା। ତେବେ ତରବରିଆ ଭାବେ ବୋର୍ଡ କର୍ତ୍ତୃପକ୍ଷ ପ୍ରଶ୍ନପତ୍ର ଓ ଉତ୍ତର ଶିଟ୍‌ ପ୍ରସ୍ତୁତ କରିଥିବାରୁ ଅନେକ ତ୍ରୁଟି ଦେଖିବାକୁ ମିଳିଥିଲା ବୋଲି ବିକ୍ଷୋଭକାରୀମାନେ କହିଛନ୍ତି। ପରୀକ୍ଷାର୍ଥୀ କଟକର ପ୍ରଶାନ୍ତ କୁମାର ନାୟକଙ୍କ ଅଭିଯୋଗ ମୁତାବକ, ଓଏସ୍‌ଏସ୍‌ଟିଇଟିର ଇତିହାସ ସେଟ୍‌-ଏ ପ୍ରଶ୍ନ ନଂ- ୭୫ର ଉତ୍ତରକୁ ନିଜ ଇଚ୍ଛାରେ ବୋର୍ଡ କର୍ତ୍ତୃପକ୍ଷ ବଦଳାଇ ଦେଇଛନ୍ତି।  ପୂର୍ବରୁ ହୋଇଥିବା ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (ଓଟିଇଟି)ରେ ଯେଉଁ ଉତ୍ତର ଦର୍ଶାଯାଇଥିଲା, ଏବେ ପ୍ରଶ୍ନ ସମାନ ଥିଲେ ମଧ୍ୟ ଓଏସ୍‌ଏସ୍‌ଟିଇଟିର ଉତ୍ତର ପତ୍ରରେ ଏହା ଅଲଗା କୁହାଯିବା ସହ ମାର୍କ ମଧ୍ୟ କାଟି ଦିଆଯାଇଛି। କେବଳ ଗୋଟିଏ ନୁହେଁ, ଇତିହାସ ପରୀକ୍ଷାରେ ଏହିଭଳି ଅନେକ ତ୍ରୁଟି ରହିଛି।  ନ୍ୟାୟ ନ ମିଳିଲେ  ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ ହେବ ବୋଲି ପ୍ରଶାନ୍ତ କହିଛନ୍ତି। ଝାରସୁଗୁଡ଼ାର ଦୀପକ ନନ୍ଦଙ୍କ ଅଭିଯୋଗ ଅନୁଯାୟୀ,  ଶିକ୍ଷା ବିଜ୍ଞାନ ସେଟ୍‌-ଡି ପ୍ରଶ୍ନ ନଂ. ୧୪୪, ୧୪୫ ଓ ୧୪୯ରେ ଯେଉଁ ସମ୍ଭାବ୍ୟ ଉତ୍ତର ରହିଛି ସେ ସମସ୍ତ ଭୁଲ୍‌। ପୁଣି ସେଥିରେ ବନାନଗତ ତ୍ରୁଟି ମଧ୍ୟ ରହିଛି। ଏପରି ତ୍ରୁଟି ରହିଲେ ଗ୍ରେସ୍‌ ମାର୍କ ଦିଆଯିବା କଥା। ହେଲେ ଏହି ଦାବି ଜଣାଇବାବେଳେ ବୋର୍ଡ କର୍ତ୍ତୃପକ୍ଷ ଯୁକ୍ତିଯୁକ୍ତ ଉତ୍ତର ଦେବା ପରିବର୍ତ୍ତେ ଆଗାମୀ ଦିନରେ ଚେଷ୍ଟା କରିବାକୁ ପରାମର୍ଶ ଦେବା ଦୁଃଖର ବିଷୟ ବୋଲି ଦୀପକ କହିଛନ୍ତି। କୋରାପୁଟରୁ ଆସିଥିବା ସନ୍ତୋଷ ନାୟକ  ପ୍ରଶ୍ନପତ୍ରରେ ଅନେକ ତ୍ରୁଟି ଥିବା କହିବା ସହ ମୂଲ୍ୟାୟନ ଠିକ ଭାବେ ହୋଇନାହିଁ ବୋଲି କହିଛନ୍ତି।

All Right Reserved By

ରାଜ୍ୟ |

କେନ୍ଦ୍ରାପଡାରେ ଜାରି ହେଲା କର୍ଫ୍ୟୁ

କେନ୍ଦ୍ରାପଡାରେ ଜାରି ହେଲା କର୍ଫ୍ୟୁ

କେନ୍ଦ୍ରାପଡା ଅଫିସ୍‌/ମାର୍ଶାଘାଇ,  ୨୪।୧(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଟାଉନ୍‌ ହାଇସ୍କୁଲ ପଡ଼ିଆଠାରେ ବୁଧବାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନକୁ ବିରୋଧ କରାଯିବା ନେଇ ଅଶାନ୍ତ ହୋଇପଡିଛି କେନ୍ଦ୍ରାପଡା ସହର। ସ୍ଥିତି ଅଣାୟତ ହେବାରୁ ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର ଶୁକ୍ରବାର ସକାଳ ୮ ପର୍ଯ୍ୟନ୍ତ କର୍ଫ୍ୟୁ ଜାରି କରିଛନ୍ତି

ମାରୁତି-ଅଟୋ ଧକ୍କା, ଗୋଟିଏ ପରିବାରର ୫ ଗୁରୁତର

ମାରୁତି-ଅଟୋ ଧକ୍କା, ଗୋଟିଏ ପରିବାରର ୫ ଗୁରୁତର

ଦିଗପହଣ୍ଡି/ପାଟପୁର,୨୪।୧(ଡି.ଏନ୍‌.ଏ.): ଦିଗପହଣ୍ଡି-ପାଟପୁର ମୁଖ୍ୟରାସ୍ତାର ଆଙ୍କୋରଡ଼ା ଗ୍ରାମଛକ ନିକଟରେ ଗୁରୁବାର ସକାଳ ପ୍ରାୟ ସାଢ଼େ ୯ଟାରେ ଏକ ଦୁର୍ଘଟଣା ଘଟିଛି। ଏକ ମାରୁତି ସହ ଏକ ଯାତ୍ରୀବାହୀ ଅଟୋ ମୁହାଁମୁହିଁ ଧକ୍କା ହେବାରୁ ୫ ଜଣ ଗୁରୁତର ଆହତ ହୋଇଛନ୍ତି। 

ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତକୁ ବିରୋଧ: ଭାଜପା ପକ୍ଷରୁ ବିକ୍ଷୋଭ, ୨୦ ଗିରଫ

ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତକୁ ବିରୋଧ: ଭାଜପା ପକ୍ଷରୁ ବିକ୍ଷୋଭ, ୨୦ ଗିରଫ

ବଲାଙ୍ଗୀର ଅଫିସ, ୨୪ା୧- ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଗସ୍ତରେ ଆସିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧ କରି ଭାଜପା ନେତା ଗୋପାଲଜୀ ପାଣିଗ୍ରାହୀଙ୍କ ନେତୃତ୍ୱରେ ବହୁ ଭାଜପା କର୍ମୀ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। 

ପୁଣି ପୁଞ୍ଜିଲାଲଙ୍କ ମାଷ୍ଟର ପ୍ଲାନ୍‌, ୬ ଅଭିଯୁକ୍ତଙ୍କ ସହ ପାଟଣାଗଡ଼ ଜେଲରୁ ଖସି ପଳାଇବା ଉଦ୍ୟମ

ପୁଣି ପୁଞ୍ଜିଲାଲଙ୍କ ମାଷ୍ଟର ପ୍ଲାନ୍‌, ୬ ଅଭିଯୁକ୍ତଙ୍କ ସହ ପାଟଣାଗଡ଼ ଜେଲରୁ ଖସି ପଳାଇବା ଉଦ୍ୟମ

ବଲାଙ୍ଗୀର ଅଫିସ/ପାଟଣାଗଡ଼, ୨୪ା୧ (ଡି.ଏନ୍‌.ଏ.)- ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମାଷ୍ଟରମାଇଣ୍ଡ ତଥା ଅଭିଯୁକ୍ତ ପୁଞ୍ଜିଲାଲ ମେହେର, ଅନ୍ୟ ଆପରାଧିକ ମାମଲାରେ ପାଟଣାଗଡ଼ ଉପକାରାଗାରରେ ୬ଜଣ ବିଚାରାଧୀନ ବନ୍ଦୀଙ୍କୁ ଧରି ଗୁରୁବାର ଜେଲରୁ ଖସି ପଳାଇବାକୁ ଉଦ୍ୟମ କରୁଥିବା ବେଳେ ଧରାପଡ଼ିଛନ୍ତି। 

ଡାକ୍ତଖାନାରେ ସର୍ଟ ସର୍କିଟ ଯୋଗୁ ନିଆଁ

ଡାକ୍ତଖାନାରେ ସର୍ଟ ସର୍କିଟ ଯୋଗୁ ନିଆଁ

କେନ୍ଦୁଝର, ୨୪।୧(ସ୍ବ.ପ୍ର)- କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ସର୍ଜରୀ ଓ୍ବାର୍ଡ ନିକଟ ମାଇନର ଅପରେଶନ ଥିଏଟରରେ ସର୍ଟ ସର୍କିଟ ଯୋଗୁ ହଠାତ ନିଆଁ ଲାଗିଯାଇଥିଲା।

ପୁଣି ଅଶାନ୍ତ କେନ୍ଦ୍ରାପଡା

ପୁଣି ଅଶାନ୍ତ କେନ୍ଦ୍ରାପଡା

କେନ୍ଦ୍ରାପଡା ଅଫିସ୍‌, ୨୪।୧: କେନ୍ଦ୍ରାପଡ଼ା ଟାଉନ୍‌ ହାଇସ୍କୁଲ ପଡ଼ିଆଠାରେ ବୁଧବାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନକୁ ବିରୋଧ କରାଯିବା ନେଇ ଅଶାନ୍ତ ହୋଇପଡିଛି କେନ୍ଦ୍ରାପଡା ସହର।

ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନକୁ ବିରୋଧ: ୧୨ ଘଣ୍ଟିଆ କେନ୍ଦ୍ରାପଡ଼ା ବନ୍ଦ ଡାକରା, ଆଳିରେ ରାସ୍ତାରୋକୋ

ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନକୁ ବିରୋଧ: ୧୨ ଘଣ୍ଟିଆ କେନ୍ଦ୍ରାପଡ଼ା ବନ୍ଦ ଡାକରା, ଆଳିରେ ରାସ୍ତାରୋକୋ

ଆଳି,୨୪।୧(ଡି.ଏନ୍‌.ଏ.): ବୁଧବାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନକୁ ବିରୋଧ କରି ରାଷ୍ଟ୍ରୀୟ ସୁରକ୍ଷା ସମିତି ପକ୍ଷରୁ ଗୁୁରୁବାର ୧୨ ଘଣ୍ଟିଆ କେନ୍ଦ୍ରାପଡ଼ା ବନ୍ଦ ଡାକରା ଦିଆଯାଇଛି। 

ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳରେ ବିଳମ୍ବ: କନ୍ଦରପୁର ଷ୍ଟେଶନ ମାଷ୍ଟରଙ୍କୁ ମାଡ଼ ମାରିଲେ ଯାତ୍ରୀ, କଟକ ବଡ଼ ମେଡିକାଲରେ ଭର୍ତ୍ତି

ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳରେ ବିଳମ୍ବ: କନ୍ଦରପୁର ଷ୍ଟେଶନ ମାଷ୍ଟରଙ୍କୁ ମାଡ଼ ମାରିଲେ ଯାତ୍ରୀ, କଟକ ବଡ଼ ମେଡିକାଲରେ ଭର୍ତ୍ତି

କଟକ ସଦର,୨୪।୧(ଡି.ଏନ୍‌.ଏ.): କଟକ-ପାରାଦୀପ ରେଳପଥର କନ୍ଦରପୁର ଷ୍ଟେଶନରେ ଗୁରୁବାର ସକାଳେ ଯାତ୍ରୀବାହୀ ଟ୍ରେନ ଚଳାଚଳରେ ବିଳମ୍ବକୁ ନେଇ ଯାତ୍ରୀମାନେ ଷ୍ଟେଶନମାଷ୍ଟର ପୂର୍ଣ୍ଣଚନ୍ଦ୍ର ସେନାପତିଙ୍କୁ ମାଡ଼ ମାରି ଆହତ କରିଛନ୍ତି। ତାଙ୍କୁ ଚିକିତ୍ସା ନିମନ୍ତେ କଟକ ବଡ଼ ମେଡିକାଲକୁ ପଠାଇ ଦିଆଯାଇଛି। 

ବିଜେଡିରେ ଯୋଗଦେଲେ ନବ ଦାସ

ବିଜେଡିରେ ଯୋଗଦେଲେ ନବ ଦାସ

ଝାରସୁଗୁଡା ଅଫିସ୍‌/ଭୁବନେଶ୍ୱର, ୨୪।୧(ବ୍ୟୁରୋ): ଝାରସୁଗୁଡାର କଂଗ୍ରେସ ବିଧାୟକ ନବ ଦାସ ଓ ତାଙ୍କ ସମର୍ଥକମାନେ ବିଜେଡିରେ ଯୋଗଦେଇଛନ୍ତି।

‘ନାରୀର ପ୍ରଗତି ହେଲେ ଦେଶର ପ୍ରଗତି ସମ୍ଭବ’

‘ନାରୀର ପ୍ରଗତି ହେଲେ ଦେଶର ପ୍ରଗତି ସମ୍ଭବ’

ଅତାବିରା, ୨୪।୧(ଡି.ଏନ.ଏ): ବରଗଡ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ପୋଡବାଡି ନେତାଜୀ କ୍ଲବ ପରିସରରେ ୪୦ତମ କ୍ଲବର ବାର୍ଷିକୋତ୍ସବ ଓ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। 

ଟ୍ରାଫିକ୍‌ ସଚେତନ କରାଇଲେ ଯମ

ଟ୍ରାଫିକ୍‌ ସଚେତନ କରାଇଲେ ଯମ

କେନ୍ଦୁଝର, ୨୪।୧(ସ୍ବ.ପ୍ର.): ଟ୍ରାଫିକ୍‌ ସୁରକ୍ଷା, ଜୀବନ ରକ୍ଷା। ଏହି ଅବସରରେ ସହରର ବିଭିନ୍ନ ସ୍ଥାନରେ ଯମ ଦରବାର ଆୟୋଜନ କରାଯାଇଥିଲା। 

କାର୍ଯ୍ୟକ୍ଷମ ହୋଇପାରୁନି ୧୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଶୌଚାଳୟ: ମଙ୍ଗଳା ମନ୍ଦିରକୁ ଆସୁଥିବା ପର୍ଯ୍ୟଟକ ହନ୍ତସନ୍ତ, ଜିଲାପାଳ ଦୃଷ୍ଟି ଦେବାକୁ ଦାବି

କାର୍ଯ୍ୟକ୍ଷମ ହୋଇପାରୁନି ୧୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଶୌଚାଳୟ: ମଙ୍ଗଳା ମନ୍ଦିରକୁ ଆସୁଥିବା ପର୍ଯ୍ୟଟକ ହନ୍ତସନ୍ତ, ଜିଲାପାଳ ଦୃଷ୍ଟି ଦେବାକୁ ଦାବି

କାକଟପୁର,୨୪।୧(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳା ରାଜ୍ୟର ପ୍ରସିଦ୍ଧ ଅଷ୍ଟଚଣ୍ଡୀଙ୍କ ମଧ୍ୟରୁ ଅନ୍ୟତମ। ଏଣୁ ରାଜ୍ୟର ବିଭିନ୍ନ ସ୍ଥାନରୁ ଓ ରାଜ୍ୟ ବାହାରୁ ଦୈନିକ ଶହ ଶହ ପର୍ଯ୍ୟଟକ କାକଟପୁରକୁ ଆସିଥାଆନ୍ତି। ପର୍ଯ୍ୟଟନ ଋତୁ ବିଶେଷକରି ଚୈତ୍ର ମାସରେ ମା’ଙ୍କ ପ୍ରସିଦ୍ଧ ପର୍ବ ଝାମୁଯାତ୍ରା ଓ ଦଶହରାର ପାର୍ବଣ ପୂଜା ସମୟରେ ପ୍ରତ୍ୟହ ହଜାର ହଜାର ପର୍ଯ୍ୟଟକଙ୍କ ଏଠାରେ ସମାଗମ ହୋଇଥାଏ।