ଖେଳ |

ଡୋପ୍‌ ଟେଷ୍ଟରେ ଦୁଇ ଭାରତୀୟ ଆଥ୍‌ଲେଟ୍‌ ବିଫଳ

ଡୋପ୍‌ ଟେଷ୍ଟରେ ଦୁଇ ଭାରତୀୟ ଆଥ୍‌ଲେଟ୍‌ ବିଫଳ

ବେଙ୍ଗାଲୁରୁ,୧୧।୧- ଗତବର୍ଷ ଡୋପ୍‌ ଟେଷ୍ଟରେ ବିଫଳ ହୋଇଥିବା ଭାରତୀୟ ଆଥ୍‌ଲେଟ୍‌ଙ୍କ ତାଲିକା ବୃଦ୍ଧି ପାଇବାରେ ଲାଗିଛି। ଏହି ତାଲିକାରେ ତାମିଲନାଡୁର ବାଧାଦୌଡ଼ ଧାବକ ମହମ୍ମଦ ନିଜାର ଫାରୁକ ଓ ଉତ୍ତରପ୍ରଦେଶର ହାମର ଥୋୟର ଗୁଞ୍ଜନ ସିଂ ନୂଆ ଆଥ୍‌ଲେଟ୍‌ ଭାବେ ସାମିଲ ହୋଇଛନ୍ତି। ରାଞ୍ଚିଠାରେ ଅନୁଷ୍ଠିତ ଜୁନିୟର ନ୍ୟାଶନାଲ ଗେମ୍ସରେ ଫାରୁକ ୪୦୦ ମିଟର ବାଧାଦୌଡ଼ରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ତାଙ୍କ ଡୋପ ନମୁନାରେ ନିଷିଦ୍ଧ ଔଷଧ ଫେଣ୍ଟରମାଇନ ଥିବା ଜଣାପଡ଼ିିଛି। ସେହିଭଳି ଗୁଞ୍ଜନଙ୍କ ନମୁନାରେ  ମିଥିଲେକ୍ସନେମାଇନ ନାମକ ଷ୍ଟିରଏଡ୍‌ ମିଳିଛି। ସେ ଲକ୍ଷ୍ନୌଠାରେ ଅନୁଷ୍ଠିତ ଆନ୍ତଃ ରେଲ୍‌ଓ୍ବେ ମିଟ୍‌ର ହାମର ଥ୍ରୋ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ଗତ ନଭେମ୍ବରରେ ବହୁ ଅନ୍ତର୍ଜାତୀୟ ଖେଳାଳି ଡୋପ୍‌ ଟେଷ୍ଟରେ ବିଫଳ ହୋଇ ବାସନ୍ଦ ହୋଇଛନ୍ତି। ଏଥିରେ ୪୦୦ ମି. ଧାବକ ନିର୍ମଲା ସୋରେନ, ସଞ୍ଜୀବ ଯାଦବ (୫,୦୦୦ ଓ ୧୦,୦୦୦ ମି.), ସନ୍ଦୀପ କୁମାରୀ (ଡିସ୍‌କସ ଥ୍ରୋ), ଝୁମା ଖାତୁନ (୧୫୦୦ ମି.) ଓ ନବୀନ ଚିକାରା (ଶଟ୍‌ ପୁଟ) ରହିଛନ୍ତି। ଏମାନଙ୍କ ମଧ୍ୟରୁ ନିର୍ମଲା, ସଞ୍ଜୀବ ଓ ସନ୍ଦୀପ ଜାକାର୍ତ୍ତା ଏସିଆନ୍‌ ଗେମ୍ସରେ ଅଂଶଗ୍ରହଣ କରିଥିଲେ। 

All Right Reserved By

ଖେଳ |

ରେକର୍ଡ କହୁଛି ଜିତିବ ସିଏସ୍‌କେ

ରେକର୍ଡ କହୁଛି ଜିତିବ ସିଏସ୍‌କେ

ଚେନ୍ନାଇ,୨୨।୩- ସ୍ଥାନୀୟ ଏମ୍‌. ଚିଦାମ୍ବରମ ଷ୍ଟାଡିୟମ୍‌ରୁ ଆଇପିଏଲ-୧୨ ଆରମ୍ଭ ହେବାକୁ ଯାଉଛି।

ବୟୋଜ୍ୟେଷ୍ଠ ଖେଳାଳିଙ୍କ ଦଳ ସିଏସ୍‌କେ

ବୟୋଜ୍ୟେଷ୍ଠ ଖେଳାଳିଙ୍କ ଦଳ ସିଏସ୍‌କେ

ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୨ତମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏଥିରେ ଖେଳିବାକୁ ଥିବା ଦଳମାନଙ୍କ ମଧ୍ୟରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ହେଉଛି ସବୁଠୁ ବୟୋଜ୍ୟେଷ୍ଠ ଖେଳାଳିଙ୍କ ଦଳ। 

ଶୀର୍ଷରେ ସ୍ମୃତି ମନ୍ଧାନା, ଝୁଲନ ଗୋସ୍ବାମୀ

ଶୀର୍ଷରେ ସ୍ମୃତି ମନ୍ଧାନା, ଝୁଲନ ଗୋସ୍ବାମୀ

ଦୁବାଇ,୨୨।୩-ଭାରତୀୟ ଓପନର ସ୍ମୃତି ମନ୍ଧାନା ଓ ଫାଷ୍ଟ ବୋଲର ଝୁଲନ ଗୋସ୍ବାମୀ ମହିଳା ବ୍ୟାଟ୍ସଓମ୍ୟାନ ଓ ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। 

ମୋଦିଙ୍କ ଭିଜନରେ ଅନୁପ୍ରାଣିତ - ଗମ୍ଭୀର

ମୋଦିଙ୍କ ଭିଜନରେ ଅନୁପ୍ରାଣିତ - ଗମ୍ଭୀର

ନୂଆଦିଲ୍ଲୀ,୨୨।୩(ପିଟି)- ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ଗୌତମ ଗମ୍ଭୀର ଶୁକ୍ରବାର ଭାଜପାରେ ଯୋଗଦେଇଛନ୍ତି।

୨୫  ବଲରେ ଶତକ ଲଗାଇଲେ ଓ୍ବିଲ ଜ୍ୟାକ୍ସ

୨୫ ବଲରେ ଶତକ ଲଗାଇଲେ ଓ୍ବିଲ ଜ୍ୟାକ୍ସ

ନୂଆଦିଲ୍ଲୀ,୨୨।୩(ପିଟି)- ସରେ ପାଇଁ ଖେଳୁଥିବା ଓ୍ବିଲ ଜ୍ୟାକ୍ସ ୨୫ ବଲରେ ଶତକ ଲଗାଇଛନ୍ତି।

ପାକିସ୍ତାନରେ ହେବ ନାହିଁ ଆଇପିଏଲ ପ୍ରସାରଣ

ପାକିସ୍ତାନରେ ହେବ ନାହିଁ ଆଇପିଏଲ ପ୍ରସାରଣ

ନୂଆଦିଲ୍ଲୀ,୨୨।୩(ପିଟି)- ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ପ୍ରସାରଣକୁ ଭାରତରେ ବ୍ୟାନ କରାଯିବା ପରେ ପାକିସ୍ତାନ ଆଇପିଏଲର ୧୨ତମ ସଂସ୍କରଣର ପ୍ରସାରଣକୁ ବ୍ୟାନ କରିଛି। 

କ୍ରିକେଟ ପଡ଼ିଆ ଛାଡି  ରାଜନୀତିରେ ଯୋଗ ଦେଲେ ଗୌତମ ଗମ୍ଭୀର: ଭାଜପାରେ  ସାମିଲ

କ୍ରିକେଟ ପଡ଼ିଆ ଛାଡି ରାଜନୀତିରେ ଯୋଗ ଦେଲେ ଗୌତମ ଗମ୍ଭୀର: ଭାଜପାରେ ସାମିଲ

ନୂଆଦିଲ୍ଲୀ, ୨୨।୩: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର କ୍ରିକେଟ ପଡ଼ିଆ ଛାଡି ରାଜନୀତିରେ ଯୋଗଦେଇଛନ୍ତି। ସେ ଭାଜପାରେ ଶୁକ୍ରବାର ସାମିଲ୍‌ ହୋଇଛନ୍ତି। 

ଡେନମାର୍କ ବ୍ୟାଡ୍‌ମିଣ୍ଟନ ଖେଳାଳି ବାସନ୍ଦ

ଡେନମାର୍କ ବ୍ୟାଡ୍‌ମିଣ୍ଟନ ଖେଳାଳି ବାସନ୍ଦ

ଲଣ୍ଡନ, ୨୧।୩(ପିଟି)- ଡେନମାର୍କ ବ୍ୟାଡ୍‌ମିଣ୍ଟନ ଖେଳାଳି  ଜୋଆଚିମ ପରସନଙ୍କୁ ଦେଢ଼ ବର୍ଷ ପାଇଁ ବାସନ୍ଦ କରାଯାଇଛି। ବେଟିଂ ସହ ଜଡ଼ିତ ହୋଇ ସେ ସ୍ପୋଟର୍‌ସ ଅଫ୍‌ କଣ୍ଡକ୍ଟ ଭଙ୍ଗ କରିଛନ୍ତି। 

ସ୍ପେଶାଲ ଅଲିମ୍ପିକ୍ସରେ ଭାରତକୁ ୩୬୮ ପଦକ

ସ୍ପେଶାଲ ଅଲିମ୍ପିକ୍ସରେ ଭାରତକୁ ୩୬୮ ପଦକ

ନୂଆଦିଲ୍ଲୀ,୨୧।୩(ପିଟି)- ୟୁଏଇର ଆବୁଧାବିଠାରେ ଚାଲିଥିବା ସ୍ପେଶାଲ ଅଲିମ୍ପିକ୍ସ ଓ୍ବାଲର୍‌ଡ ସମର ଗେମ୍ସରେ ଭାରତ ୮୫ ସ୍ବର୍ଣ୍ଣ ସହ ମୋଟ ୩୬୮ ପଦକ ସହ ଅଭିଯାନ ଶେଷ କରିଛି।

ପାକିସ୍ତାନ ଖେଳାଳିଙ୍କ ନାମରେ ରହିଛି ଆଇପିଏଲ ରେକର୍ଡ

ପାକିସ୍ତାନ ଖେଳାଳିଙ୍କ ନାମରେ ରହିଛି ଆଇପିଏଲ ରେକର୍ଡ

ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ପ୍ରଥମ ସଂସ୍କରଣ ପରେ ପାକିସ୍ତାନ ଖେଳାଳିଙ୍କୁ ଅଂଶଗ୍ରହଣ କରିବାକୁ ସୁଯୋଗ ଦିଆଯାଉନାହିଁ। 

ମିଃ. ଆଇପିଏଲ ରାଇନା

ମିଃ. ଆଇପିଏଲ ରାଇନା

ଭାରତୀୟ ବାମହାତୀ ଷ୍ଟାଇଲିଶ ବ୍ୟାଟ୍ସମ୍ୟାନ ସୁରେଶ ରାଇନା କେତେକ ସ୍ବତନ୍ତ୍ର କାରଣ ଯୋଗୁ ମିଃ. ଆଇପିଏଲ ଭାବେ ପରିଚିତ।

ମ୍ୟାଚ୍‌ ପିଛା କେତେ କମାନ୍ତି ଚିୟରଲିଡର୍‌...

ମ୍ୟାଚ୍‌ ପିଛା କେତେ କମାନ୍ତି ଚିୟରଲିଡର୍‌...

ଜାତୀୟ ଖେଳ ‘ହକି’ ହେଲେ ମଧ୍ୟ ଭାରତରେ କ୍ରିକେଟକୁ ନେଇ ରହିଛି ଭିନ୍ନ କ୍ରେଜ୍‌। ପିଲାଠାରୁ ଆରମ୍ଭ କରି ବୁଢ଼ା ପର୍ଯ୍ୟନ୍ତ ଏହି ଖେଳକୁ ପସନ୍ଦ କରିଥାନ୍ତି। ଏହାକୁ ନେଇ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ସୃଷ୍ଟି। ଏଥିରେ ଦର୍ଶକମାନେ ଖେଳାଳିଙ୍କ ଧୁଆଁଧାର ବ୍ୟାଟିଂ, ବୋଲିଂ ସହ ଚିୟରଲିଡର୍ସମାନଙ୍କ ନୃତ୍ୟକୁ ଉପଭୋଗ କରିଥାନ୍ତି।


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା