ରାଜ୍ୟ |

ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ର ନାମ ବଦଳିବ

ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ର ନାମ ବଦଳିବ

ଭୁବନେଶ୍ୱର, ୧୧।୧(ବ୍ୟୁରୋ)- କଟକସ୍ଥିତ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ର(ଏଏଚ୍‌ଆର୍‌ସିସି)ର ନାମ ବଦଳି ଆଚାର୍ଯ୍ୟ ହରିହର ପୋଷ୍ଟଗ୍ରାଜୁଏଟ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ କ୍ୟାନ୍‌ସର ହେବ। ଏ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥିସହ କର୍କଟ କେନ୍ଦ୍ରର ବିକାଶ ସମ୍ପର୍କରେ ବୈଠକରେ ବିସ୍ତୃତ ଆଲୋଚନା କରାଯିବା ସହିତ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଚିକିତ୍ସା ନିମନ୍ତେ ଆସୁଥିବା ରୋଗୀଙ୍କ ପାଇଁ ସ୍ଥାନାଭାବ ଦୂର କରାଯିବା ଲାଗି କେନ୍ଦ୍ରର ପରିସରକୁ ବୃଦ୍ଧି କରାଯିବ। ପରିସରକୁ ଲାଗି ପୂର୍ତ୍ତ ବିଭାଗ ଅଧୀନରେ ଥିବା ଶିଳ୍ପ ବିଭାଗ ଏବଂ ସାଧାରଣ ପ୍ରଶାସନ(ଜିଏ) ବିଭାଗର ପ୍ରାୟ ୪ ଏକର ଜମି କର୍କଟ କେନ୍ଦ୍ରକୁ ହସ୍ତାନ୍ତର କରାଯିବ। କେନ୍ଦ୍ରର ବିକାଶ ତଥା ଉନ୍ନତୀକରଣ ନିମନ୍ତେ ଟାଟା ଟ୍ରଷ୍ଟ ଏକ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରିବାକୁ କୁହାଯାଇଛି। ଖୁବ୍‌ଶୀଘ୍ର ଏଠାରେ ରୋଗୀଙ୍କ ନିମନ୍ତେ ପେଟ୍‌, ସିଟି ଓ ଏମ୍‌ଆର୍‌ଆଇ ସ୍କାନ ସୁବିଧା ପିପିପି ମୋଡ୍‌ରେ ଉପଲବ୍ଧ ହେବ। ସେହିପରି ସ୍ତ୍ରୀ ଓ ପ୍ରସୂତି ଅନ୍‌କୋଲୋଜି, ସର୍ଜରୀ ଅନ୍‌କୋଲୋଜି ଓ ମେଡିକାଲ ଫିଜିକ୍ସରେ ପିଜି ପାଠ୍ୟକ୍ରମ ଜାରି ରହିବ ଏବଂ ଆଗାମୀ ଦିନରେ ଅନ୍ୟାନ୍ୟ ବିଷୟରେ ମଧ୍ୟ ପିଜି ପାଠ୍ୟକ୍ରମ ଆରମ୍ଭ କରାଯିବା ନିମନ୍ତେ ବ୍ୟବସ୍ଥା ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଏହି ଅବସରରେ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର ପକ୍ଷରୁ ପ୍ରକାଶିତ ପ୍ରଥମ ‘ଇୟର ବୁକ୍‌-୨୦୧୭’ ଉନ୍ମୋଚିତ ହୋଇଥିଲା। ଏଏଚ୍‌ଆର୍‌ସିସି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ, ସ୍ବାସ୍ଥ୍ୟ ବିଭାଗ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଡ଼ଙ୍ଗୀ, ରାଜ୍ୟ ମେଡିକାଲ ନିଗମ ପରିଚାଳନା ନିର୍ଦ୍ଦେଶକ ଅର୍ଚ୍ଚନା ପଟ୍ଟନାୟକ ଏବଂ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ଡିନ୍‌ ତଥା ପ୍ରିନ୍ସିପାଲ ପ୍ରଫେସର ସିଦ୍ଧାର୍ଥ ଦାଶଙ୍କ ସମେତ ପରିଚାଳନା କମିଟିର ଅନ୍ୟାନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।

All Right Reserved By

ରାଜ୍ୟ |

ମାର୍ଚ୍ଚ ୨୫ରୁ ମ୍ୟାଟ୍ରିିକ ଖାତା ମୂଲ୍ୟାୟନ : କେନ୍ଦ୍ରାପଡାରେ ୨ଟି କେନ୍ଦ୍ର

ମାର୍ଚ୍ଚ ୨୫ରୁ ମ୍ୟାଟ୍ରିିକ ଖାତା ମୂଲ୍ୟାୟନ : କେନ୍ଦ୍ରାପଡାରେ ୨ଟି କେନ୍ଦ୍ର

କେନ୍ଦ୍ରାପଡା ଅଫିସ, ୨୩ା୩- ମାର୍ଚ୍ଚ ୮ରେ ଚଳିତ ଶିକ୍ଷାବର୍ଷର ମ୍ୟାଟ୍ରିକ ପରୀକ୍ଷା ଶେଷ ହୋଇଥିଲା ା ଏହି ପରୀକ୍ଷାର  ଖାତା ମୂଲ୍ୟାୟନ ପାଇଁ ମାର୍ଚ୍ଚ୨୫ ତାରିଖ ଧାର୍ଯ୍ୟ ହୋଇଛି।  

ହୋଲିରେ ରଙ୍ଗ ଖେଳି ନଦୀକୁ ଗାଧୋଇବାକୁ ଯାଇଥିବା ବାପା, ପୁଅ, ଝିଅ ମୃତ

ହୋଲିରେ ରଙ୍ଗ ଖେଳି ନଦୀକୁ ଗାଧୋଇବାକୁ ଯାଇଥିବା ବାପା, ପୁଅ, ଝିଅ ମୃତ

ରେଙ୍ଗାଲି, ୨୩।୩ (ଡି.ଏନ.ଏ):ସମ୍ବଲପୁର ଜିଲା ଠେଲକଲୋଇ ଥାନା ଅନ୍ତର୍ଗତ ଖେରୁଆଲ ଭେଡେନ ନଦୀରେ ଶୁକ୍ରବାର ତିନିଟି ଜୀବନ ଚାଲି ଯାଇଛି।

କଂଗ୍ରେସ ଟିକେଟରେ ଲଢ଼ିବାକୁ ମନାକଲେ ମୁକ୍ତିକାନ୍ତ

କଂଗ୍ରେସ ଟିକେଟରେ ଲଢ଼ିବାକୁ ମନାକଲେ ମୁକ୍ତିକାନ୍ତ

ରାଉରକେଲା ଅଫିସ,୨୩।୩:୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ନିରାଶ ଟିକେଟ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ଖୋଲାଖୋଲି ବିଦ୍ରୋହର ରୂପ ନେଉଛି। 

ଏସ୍‌ସିବି ଏବେ ତାଲିମ କେନ୍ଦ୍ର:ତାଲିମ ନେଉଛନ୍ତି ଦେଶର ୨୩ ମେଡିକାଲ କଲେଜର ଡାକ୍ତର, ବଦଳିବ ଏମ୍‌ବିବିଏସ ପାଠ୍ୟସୂଚୀ

ଏସ୍‌ସିବି ଏବେ ତାଲିମ କେନ୍ଦ୍ର:ତାଲିମ ନେଉଛନ୍ତି ଦେଶର ୨୩ ମେଡିକାଲ କଲେଜର ଡାକ୍ତର, ବଦଳିବ ଏମ୍‌ବିବିଏସ ପାଠ୍ୟସୂଚୀ

କଟକ ଅଫିସ,୨୩।୩- ୨୦ ବର୍ଷ ପରେ ଏମ୍‌ବିବିଏସ ପାଠ୍ୟସୂଚୀରେ ପରିବର୍ତ୍ତନ ଅଣାଯିବ। ୧୯୯୭ ମସିହାରୁ ପ୍ରଚଳିତ ପାଠ୍ୟସୂଚୀ ଅନୁଯାୟୀ ଡାକ୍ତରୀ ଛାତ୍ରୀଛାତ୍ରମାନେ ପାଠ ପଢୁଥିଲେ।

ଶହୀଦଙ୍କ ଉଦ୍ଦେଶ୍ୟରେ ହୋଲି ବର୍ଜନ କଲେ କ୍ଲବ ସଦସ୍ୟ

ଶହୀଦଙ୍କ ଉଦ୍ଦେଶ୍ୟରେ ହୋଲି ବର୍ଜନ କଲେ କ୍ଲବ ସଦସ୍ୟ

କୋଲାବିରା,୨୩।୩(ଡି.ଏନ୍‌.ଏ.):ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କ ଉଦ୍ଦେଶ୍ୟରେ ସମାସିଂହାସ୍ଥିତ ସୁପର କ୍ଲବ ସଦସ୍ୟମାନେ ହୋଲି ବର୍ଜନ କରିଛନ୍ତି।

ଆନ୍ତଃରାଜ୍ୟ କଫ୍‌ ସିରପ୍‌ ଚୋରାଚାଲାଣ ର଼୍ୟାକେଟର ୫ଗିରଫ

ଆନ୍ତଃରାଜ୍ୟ କଫ୍‌ ସିରପ୍‌ ଚୋରାଚାଲାଣ ର଼୍ୟାକେଟର ୫ଗିରଫ

ବଲାଙ୍ଗୀର ଅଫିସ,୨୩।୩- ବଲାଙ୍ଗୀର ଟାଉନ ଥାନା ପୋଲିସ ଆନ୍ତଃରାଜ୍ୟ କଫ୍‌ ସିରପ୍‌ ଚୋରାଚାଲାଣ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି। ଏହି ର଼୍ୟାକେଟ୍‌ରେ ସକ୍ରିୟ ଥିବା ୫ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି ା ଗିରଫ ବ୍ୟକ୍ତିମାନେ ହେଲେ ବଲାଙ୍ଗୀର ବରପାଲିପଡାର ଅଜିତ୍‌ କୁମାର ନନ୍ଦ (୨୭), ସୁଦପଡାର ଅଭିଷେକ୍‌ ଦୋରା (୨୮), ସାଲେପାଲିର ଗୁଟୁ ପାଣ୍ଡେ ଓରଫ୍‌ ଧୃବ ପାଣ୍ଡେ (୩୨), ସଦର ଥାନା ଅନ୍ତର୍ଗତ କୁଶମେଲ ଗଁାର ନାରାୟଣ ମଲ୍ଲିକ (୨୩) ଓ ତେଲିଗୋଠପଡାର ସୁବାସିଂ ମେହେର (୪୩)। 

ମହିଳାଙ୍କୁ ଅସଦାଚରଣ, ମାଡ଼:ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ମହିଳାଙ୍କୁ ଅସଦାଚରଣ, ମାଡ଼:ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ଜଟଣୀ,୨୩ା୩(ଡି.ଏନ.ଏ): ଜଟଣୀ ନିକଟବର୍ତ୍ତୀ ହରିରାଜପୁର ଛକରେ ଦୁଇ ମହିଳାଙ୍କ ଉପରେ ଶୁକ୍ରବାର ତଥା ହୋଲିରେ କେତେଜଣ ଯୁବକ ମାରଧର କରିବା ସହ ଅସଦାଚରଣ କରିବା ଘଟଣାକୁ ନେଇ ଏଠାରେ ଉତ୍ତେଜନା ସୃଷ୍ଟି ହୋଇଥିଲା।

ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର:ନିହତ ବ୍ୟକ୍ତିଙ୍କର ପରିଚୟ ମିଳିଲା

ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର:ନିହତ ବ୍ୟକ୍ତିଙ୍କର ପରିଚୟ ମିଳିଲା

ଖୋର୍ଦ୍ଧା ଅଫିସ,୨୩।୩:ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ କଲିକତା-ମାଡ୍ରାସ ୧୬ ନଂ. ଜାତୀୟ ରାଜପଥର ଦଳେଇପୁଟ ଛକରୁ ଶନିବାର ପୂର୍ବାହ୍ନରେ ମିଳିଥିବା ଅଜଣା ଯୁବକଙ୍କ ମୃତଦେହର ପରିଚୟ ମିଳିଛି। 

ଟ୍ରେନ ଧକ୍କାରେ ହରିଣ ମୃତ

ଟ୍ରେନ ଧକ୍କାରେ ହରିଣ ମୃତ

ରଘୁନାଥପୁର, ୨୩। ୩( ଡି.ଏନ.ଏ.)-  ରଘୁନାଥପୁର ବ୍ଲକ ଧଳତଙ୍ଗଗଡ ସଂରକ୍ଷିତ ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣରେ ଆସି ଟ୍ରେନ୍‌ ଧକ୍କାରେ ଏକ ଅଣ୍ଡିରା ହରିଣର ମୃତ୍ୟୁ ଘଟିଛି। 

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ, ମେ’ ୬ରୁ ଗ୍ରୀଷ୍ମ ଛୁଟି

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ, ମେ’ ୬ରୁ ଗ୍ରୀଷ୍ମ ଛୁଟି

ଭୁବନେଶ୍ୱର, ୨୩ା୩(ବ୍ୟୁରୋ)- ଆସନ୍ତା ୨ ତାରିଖରୁ ସକାଳୁଆ ସ୍କୁଲ ହେବ। ସକାଳ ସାଢ଼େ ୬ଟାରୁ ସ୍କୁଲ ଆରମ୍ଭ ହୋଇ ପୂର୍ବାହ୍ନ ସାଢ଼େ ୧୦ଟାରେ ଶେଷ ହେବ। 

ହକ୍‌ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ:କେନ୍ଦ୍ର ସରକାରଙ୍କୁ ବିଜେଡିର ସମାଲୋଚନା

ହକ୍‌ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ:କେନ୍ଦ୍ର ସରକାରଙ୍କୁ ବିଜେଡିର ସମାଲୋଚନା

ଚଣ୍ଡିଖୋଲ,୨୩ା୩(ଡି.ଏନ.ଏ.)-  ବଡ଼ଚଣା ଯୁବ ଓ ଛାତ୍ର ବିଜେଡି ତରଫରୁ ତରଫରୁ ଗୁରୁବାର ଚଣ୍ଡିଖୋଲ ଛକଠାରେ ହକ୍‌ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

କାଳିଆ ଯୋଜନା ଅର୍ଥ ନ ମିଳିବା ପ୍ରତିବାଦ: ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

କାଳିଆ ଯୋଜନା ଅର୍ଥ ନ ମିଳିବା ପ୍ରତିବାଦ: ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

ଚଣ୍ଡିଖୋଲ,୨୩ା୩(ଡି.ଏନ.ଏ.)- ରାଜ୍ୟ ସରକାର ଯୋଜନା ପରେ ଯୋଜନା ଘୋଷଣା କରୁଥିଲା ବେଳେ ଏହା ଲୋକଙ୍କ ନିକଟରେ ପହଞ୍ଚିପାରୁନାହଁି। ସେହିପରି ଚାଷୀଙ୍କ ଉନ୍ନତି ତଥା ଆର୍ଥତ୍କ ସହାୟତା ପାଇଁ କାଳିଆ ଯୋଜନା ପ୍ରଣୟନ କରିଥିବା ବେଳେ ଏଥିରୁ ବହୁ ଚାଷୀ ବଞ୍ଚିତ ହୋଇଛନ୍ତି। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା