ରାଜ୍ୟ |

ବାଇଶି ପାହାଚରେ ମାଗଣା ମହାପ୍ରସାଦ ବଣ୍ଟନ ବନ୍ଦ: ଅନୁଦାନ ଅଛି, ଇଚ୍ଛାଶକ୍ତି ନାହିଁ

ବାଇଶି ପାହାଚରେ ମାଗଣା ମହାପ୍ରସାଦ ବଣ୍ଟନ ବନ୍ଦ: ଅନୁଦାନ ଅଛି, ଇଚ୍ଛାଶକ୍ତି ନାହିଁ

ପୁରୀ ଅଫିସ,୧୨ା୧: ବାଇଶି ପାହାଚରେ ଭକ୍ତଙ୍କୁ ବଣ୍ଟା ଯାଉଥିଲା ମାଗଣା ମହାପ୍ରସାଦ। ଖୁସି ମନରେ ମହାପ୍ରଭୁଙ୍କ ମହାପ୍ରସାଦ ପାଇ ଫେରୁଥିଲେ ଦର୍ଶନାର୍ଥୀ। ଏବେ ଭକ୍ତଙ୍କୁ ଆଉ ବଣ୍ଟାଯାଉନି ଏହି ମହାପ୍ରସାଦ। ଶ୍ରୀମନ୍ଦିର ବଜେଟରେ ସ୍ବତନ୍ତ୍ର ଅନୁଦାନ ଥାଇ ମଧ୍ୟ ଇଚ୍ଛାଶକ୍ତି ଅଭାବରୁ ଏହା ବନ୍ଦ ହୋଇଯାାଇଥିବା କୁହାଯାଉଛି।

ମହାପ୍ରଭୁଙ୍କୁ ଦର୍ଶନ କରିବା ଲାଗି ଶ୍ରୀମନ୍ଦିରକୁ ପ୍ରତ୍ୟହ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଆସିଥାନ୍ତି। ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ ପରେ ମହାପ୍ରସାଦ ପାଇବା ପାଇଁ ପ୍ରାୟ ପ୍ରତ୍ୟେକଙ୍କ ଇଚ୍ଛା ରହିଥାଏ। ହେଲେ ସମସ୍ତେ ଆନନ୍ଦ ବଜାରରୁ ମହାପ୍ରସାଦ କିଣି ଖାଇବାକୁ ସମର୍ଥ ହୋଇ ନ ଥାନ୍ତି। ତେଣୁ ମହାପ୍ରସାଦ ପାଇଁ ଆଶା ରଖିଥିବା ଶ୍ରଦ୍ଧାଳୁଙ୍କୁ ମାଗଣାରେ ଅବଢା ଦେବା ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା କରିଥିଲା। ୨୦୧୬ ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଥିଲା ଭକ୍ତଙ୍କୁ ମାଗଣା ମହାପ୍ରସାଦ (ମିଷ୍ଠାନ୍ନ) ବଣ୍ଟନ। ଅପରାହ୍ନ ୪ଟାରୁ ୬ଟା ମଧ୍ୟରେ ୨ହାଣ୍ଡି ମିଷ୍ଠାନ୍ନ ଭକ୍ତଙ୍କୁ ବାଣ୍ଟିବା ଲାଗି ବ୍ୟବସ୍ଥା କରାଯାଇଥିଲା। ୨ ଜଣ କର୍ମଚାରୀଙ୍କୁ ଏହି ଦାୟିତ୍ୱ ଦିଆଯାଇଥିଲା। ଶ୍ରୀମନ୍ଦିର ପ୍ରଶାସନ ଏବଂ ସୁଆର ମହାସୁଆର ନିଯୋଗ ମିଳିତ ସହଯୋଗରେ ବାଇଶି ପାହାଚରେ ଦୁଇଟି ବଡ଼ ଆଟିକାରେ ପ୍ରତ୍ୟହ ଏହି ମିଷ୍ଠାନ୍ନ ବଣ୍ଟନ କରୁଥିଲେ। ପ୍ରାୟ ୬ ମାସରୁ ଊର୍ଦ୍ଧ୍ୱ ହେବ ଏହା ବନ୍ଦ ହୋଇଯାଇଛି। ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ସବୁଠୁ ଆଶ୍ଚର୍ଯ୍ୟକର କଥା ହେଉଛି ଶ୍ରୀମନ୍ଦିରର ୨୦୧୮-୧୯ ବଜେଟରେ ଏଥିଲାଗି ୧.୫ କୋଟି ଟଙ୍କାର ବଜେଟ୍‌ କରାଯାଇଛି। ପ୍ରଦୀପ ଜେନା ମୁଖ୍ୟ ପ୍ରଶାସକ ଥିବା ବେଳେ ଏହାର ପରିମାଣ ବଢାଇ ୨୦ ଆଟିକା ମହାପ୍ରସାଦ ଚାରିଦ୍ୱାରରେ ଭକ୍ତଙ୍କୁ ବଣ୍ଟାଯିବା ନିମନ୍ତେ ଯୋଜନା ହୋଇଥିଲା। ଏପରି କି ଭକ୍ତଙ୍କୁ ଖଲି ଦନାରେ ମହାପ୍ରସାଦ ଦିଆଯିବା ଲାଗି ପ୍ରଶାସନ ସ୍ଥିର କରିଥିଲା। ହେଲେ ଏହି ଯୋଜନା କାର୍ଯ୍ୟକାରୀ ପୂର୍ବରୁ ମାଗଣା ମହାପ୍ରସାଦ ବଣ୍ଟନ ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଛି। ହଠାତ୍‌ ଏହାକୁ କ’ଣ ପାଇଁ ବନ୍ଦ କରାଗଲା ଏହା ପଛରେ ଆଉ କିଛି କାରଣ ରହିଛି କି ଏମିତି ସନ୍ଦେହ ଏବେ ଭକ୍ତଙ୍କ ମନରେ ସୃଷ୍ଟି ହୋଇଛି।

ନୟାଗଡ଼ର ଶରତ ପାଣିଗ୍ରାହୀ କୁହନ୍ତି, ପୂର୍ବରୁ ଶ୍ରୀମନ୍ଦିରକୁ ଆସି ଦର୍ଶନ କରି ଫେରିବା ବେଳେ ବାଇଶି ପାହାଚରେ ମହାପ୍ରସାଦ ମିଳୁଥିଲା। ପୂର୍ବରୁ ମୁଁ ଏକାଧିକ ଥର ବାଇଶି ପାହାଚରେ ବଣ୍ଟା ଯାଉଥିବା ଅବଢା ପାଇଛି। ହେଲେ ଏବେ ଆଉ ତାହା ମିଳୁନାହିଁ। ଶ୍ରୀମନ୍ଦିର ପ୍ରଶାସନ ଏ ଦିଗରେ ବିଚାର କରି ଏହି ବ୍ୟବସ୍ଥା ପୁଣି ଆରମ୍ଭ କରିବା ଦରକାର। ଅନ୍ୟ ଜଣେ ଶ୍ରଦ୍ଧାଳୁ କଟକର ପବିତ୍ର ସାହୁ କହିଛନ୍ତି, ପୂର୍ବରୁ ୨ ଆଟିକା ବଣ୍ଟା ଯାଉଥିଲା। ମଝିରେ ଏହା ୨୦ ଆଟିକା ବଣ୍ଟାଯିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ଯୋଜନା କରୁଥିବା ଗଣମାଧ୍ୟମରୁ  ଜାଣିବାକୁ ପାଇଥିଲୁ। ଏହା ଏକ ଭଲ ପଦକ୍ଷେପ। କିନ୍ତୁ ଏହା କାର୍ଯ୍ୟକାରୀ ହୋଇ ନ ଥିବା ବେଳେ ହଠାତ୍‌ ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିଦେବା ଦୁର୍ଭାଗ୍ୟଜନକ। 

ଏ ସଂକ୍ରାନ୍ତରେ ଶ୍ରୀମନ୍ଦିର କାର୍ଯ୍ୟାଳୟର ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡାଙ୍କୁ ପଚାରିବାରେ ଖୁବ୍‌ଶୀଘ୍ର ଏହାକୁ ପୁନର୍ବାର ଆରମ୍ଭ କରିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା କରୁଛି ବୋଲି କହିଛନ୍ତି।


All Right Reserved By

ରାଜ୍ୟ |

କେନ୍ଦ୍ରାପଡାରେ ଜାରି ହେଲା କର୍ଫ୍ୟୁ

କେନ୍ଦ୍ରାପଡାରେ ଜାରି ହେଲା କର୍ଫ୍ୟୁ

କେନ୍ଦ୍ରାପଡା ଅଫିସ୍‌/ମାର୍ଶାଘାଇ,  ୨୪।୧(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଟାଉନ୍‌ ହାଇସ୍କୁଲ ପଡ଼ିଆଠାରେ ବୁଧବାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନକୁ ବିରୋଧ କରାଯିବା ନେଇ ଅଶାନ୍ତ ହୋଇପଡିଛି କେନ୍ଦ୍ରାପଡା ସହର। ସ୍ଥିତି ଅଣାୟତ ହେବାରୁ ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର ଶୁକ୍ରବାର ସକାଳ ୮ ପର୍ଯ୍ୟନ୍ତ କର୍ଫ୍ୟୁ ଜାରି କରିଛନ୍ତି

ମାରୁତି-ଅଟୋ ଧକ୍କା, ଗୋଟିଏ ପରିବାରର ୫ ଗୁରୁତର

ମାରୁତି-ଅଟୋ ଧକ୍କା, ଗୋଟିଏ ପରିବାରର ୫ ଗୁରୁତର

ଦିଗପହଣ୍ଡି/ପାଟପୁର,୨୪।୧(ଡି.ଏନ୍‌.ଏ.): ଦିଗପହଣ୍ଡି-ପାଟପୁର ମୁଖ୍ୟରାସ୍ତାର ଆଙ୍କୋରଡ଼ା ଗ୍ରାମଛକ ନିକଟରେ ଗୁରୁବାର ସକାଳ ପ୍ରାୟ ସାଢ଼େ ୯ଟାରେ ଏକ ଦୁର୍ଘଟଣା ଘଟିଛି। ଏକ ମାରୁତି ସହ ଏକ ଯାତ୍ରୀବାହୀ ଅଟୋ ମୁହାଁମୁହିଁ ଧକ୍କା ହେବାରୁ ୫ ଜଣ ଗୁରୁତର ଆହତ ହୋଇଛନ୍ତି। 

ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତକୁ ବିରୋଧ: ଭାଜପା ପକ୍ଷରୁ ବିକ୍ଷୋଭ, ୨୦ ଗିରଫ

ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତକୁ ବିରୋଧ: ଭାଜପା ପକ୍ଷରୁ ବିକ୍ଷୋଭ, ୨୦ ଗିରଫ

ବଲାଙ୍ଗୀର ଅଫିସ, ୨୪ା୧- ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଗସ୍ତରେ ଆସିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧ କରି ଭାଜପା ନେତା ଗୋପାଲଜୀ ପାଣିଗ୍ରାହୀଙ୍କ ନେତୃତ୍ୱରେ ବହୁ ଭାଜପା କର୍ମୀ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। 

ପୁଣି ପୁଞ୍ଜିଲାଲଙ୍କ ମାଷ୍ଟର ପ୍ଲାନ୍‌, ୬ ଅଭିଯୁକ୍ତଙ୍କ ସହ ପାଟଣାଗଡ଼ ଜେଲରୁ ଖସି ପଳାଇବା ଉଦ୍ୟମ

ପୁଣି ପୁଞ୍ଜିଲାଲଙ୍କ ମାଷ୍ଟର ପ୍ଲାନ୍‌, ୬ ଅଭିଯୁକ୍ତଙ୍କ ସହ ପାଟଣାଗଡ଼ ଜେଲରୁ ଖସି ପଳାଇବା ଉଦ୍ୟମ

ବଲାଙ୍ଗୀର ଅଫିସ/ପାଟଣାଗଡ଼, ୨୪ା୧ (ଡି.ଏନ୍‌.ଏ.)- ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମାଷ୍ଟରମାଇଣ୍ଡ ତଥା ଅଭିଯୁକ୍ତ ପୁଞ୍ଜିଲାଲ ମେହେର, ଅନ୍ୟ ଆପରାଧିକ ମାମଲାରେ ପାଟଣାଗଡ଼ ଉପକାରାଗାରରେ ୬ଜଣ ବିଚାରାଧୀନ ବନ୍ଦୀଙ୍କୁ ଧରି ଗୁରୁବାର ଜେଲରୁ ଖସି ପଳାଇବାକୁ ଉଦ୍ୟମ କରୁଥିବା ବେଳେ ଧରାପଡ଼ିଛନ୍ତି। 

ଡାକ୍ତଖାନାରେ ସର୍ଟ ସର୍କିଟ ଯୋଗୁ ନିଆଁ

ଡାକ୍ତଖାନାରେ ସର୍ଟ ସର୍କିଟ ଯୋଗୁ ନିଆଁ

କେନ୍ଦୁଝର, ୨୪।୧(ସ୍ବ.ପ୍ର)- କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ସର୍ଜରୀ ଓ୍ବାର୍ଡ ନିକଟ ମାଇନର ଅପରେଶନ ଥିଏଟରରେ ସର୍ଟ ସର୍କିଟ ଯୋଗୁ ହଠାତ ନିଆଁ ଲାଗିଯାଇଥିଲା।

ପୁଣି ଅଶାନ୍ତ କେନ୍ଦ୍ରାପଡା

ପୁଣି ଅଶାନ୍ତ କେନ୍ଦ୍ରାପଡା

କେନ୍ଦ୍ରାପଡା ଅଫିସ୍‌, ୨୪।୧: କେନ୍ଦ୍ରାପଡ଼ା ଟାଉନ୍‌ ହାଇସ୍କୁଲ ପଡ଼ିଆଠାରେ ବୁଧବାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନକୁ ବିରୋଧ କରାଯିବା ନେଇ ଅଶାନ୍ତ ହୋଇପଡିଛି କେନ୍ଦ୍ରାପଡା ସହର।

ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନକୁ ବିରୋଧ: ୧୨ ଘଣ୍ଟିଆ କେନ୍ଦ୍ରାପଡ଼ା ବନ୍ଦ ଡାକରା, ଆଳିରେ ରାସ୍ତାରୋକୋ

ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନକୁ ବିରୋଧ: ୧୨ ଘଣ୍ଟିଆ କେନ୍ଦ୍ରାପଡ଼ା ବନ୍ଦ ଡାକରା, ଆଳିରେ ରାସ୍ତାରୋକୋ

ଆଳି,୨୪।୧(ଡି.ଏନ୍‌.ଏ.): ବୁଧବାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନକୁ ବିରୋଧ କରି ରାଷ୍ଟ୍ରୀୟ ସୁରକ୍ଷା ସମିତି ପକ୍ଷରୁ ଗୁୁରୁବାର ୧୨ ଘଣ୍ଟିଆ କେନ୍ଦ୍ରାପଡ଼ା ବନ୍ଦ ଡାକରା ଦିଆଯାଇଛି। 

ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳରେ ବିଳମ୍ବ: କନ୍ଦରପୁର ଷ୍ଟେଶନ ମାଷ୍ଟରଙ୍କୁ ମାଡ଼ ମାରିଲେ ଯାତ୍ରୀ, କଟକ ବଡ଼ ମେଡିକାଲରେ ଭର୍ତ୍ତି

ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳରେ ବିଳମ୍ବ: କନ୍ଦରପୁର ଷ୍ଟେଶନ ମାଷ୍ଟରଙ୍କୁ ମାଡ଼ ମାରିଲେ ଯାତ୍ରୀ, କଟକ ବଡ଼ ମେଡିକାଲରେ ଭର୍ତ୍ତି

କଟକ ସଦର,୨୪।୧(ଡି.ଏନ୍‌.ଏ.): କଟକ-ପାରାଦୀପ ରେଳପଥର କନ୍ଦରପୁର ଷ୍ଟେଶନରେ ଗୁରୁବାର ସକାଳେ ଯାତ୍ରୀବାହୀ ଟ୍ରେନ ଚଳାଚଳରେ ବିଳମ୍ବକୁ ନେଇ ଯାତ୍ରୀମାନେ ଷ୍ଟେଶନମାଷ୍ଟର ପୂର୍ଣ୍ଣଚନ୍ଦ୍ର ସେନାପତିଙ୍କୁ ମାଡ଼ ମାରି ଆହତ କରିଛନ୍ତି। ତାଙ୍କୁ ଚିକିତ୍ସା ନିମନ୍ତେ କଟକ ବଡ଼ ମେଡିକାଲକୁ ପଠାଇ ଦିଆଯାଇଛି। 

ବିଜେଡିରେ ଯୋଗଦେଲେ ନବ ଦାସ

ବିଜେଡିରେ ଯୋଗଦେଲେ ନବ ଦାସ

ଝାରସୁଗୁଡା ଅଫିସ୍‌/ଭୁବନେଶ୍ୱର, ୨୪।୧(ବ୍ୟୁରୋ): ଝାରସୁଗୁଡାର କଂଗ୍ରେସ ବିଧାୟକ ନବ ଦାସ ଓ ତାଙ୍କ ସମର୍ଥକମାନେ ବିଜେଡିରେ ଯୋଗଦେଇଛନ୍ତି।

‘ନାରୀର ପ୍ରଗତି ହେଲେ ଦେଶର ପ୍ରଗତି ସମ୍ଭବ’

‘ନାରୀର ପ୍ରଗତି ହେଲେ ଦେଶର ପ୍ରଗତି ସମ୍ଭବ’

ଅତାବିରା, ୨୪।୧(ଡି.ଏନ.ଏ): ବରଗଡ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ପୋଡବାଡି ନେତାଜୀ କ୍ଲବ ପରିସରରେ ୪୦ତମ କ୍ଲବର ବାର୍ଷିକୋତ୍ସବ ଓ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। 

ଟ୍ରାଫିକ୍‌ ସଚେତନ କରାଇଲେ ଯମ

ଟ୍ରାଫିକ୍‌ ସଚେତନ କରାଇଲେ ଯମ

କେନ୍ଦୁଝର, ୨୪।୧(ସ୍ବ.ପ୍ର.): ଟ୍ରାଫିକ୍‌ ସୁରକ୍ଷା, ଜୀବନ ରକ୍ଷା। ଏହି ଅବସରରେ ସହରର ବିଭିନ୍ନ ସ୍ଥାନରେ ଯମ ଦରବାର ଆୟୋଜନ କରାଯାଇଥିଲା। 

କାର୍ଯ୍ୟକ୍ଷମ ହୋଇପାରୁନି ୧୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଶୌଚାଳୟ: ମଙ୍ଗଳା ମନ୍ଦିରକୁ ଆସୁଥିବା ପର୍ଯ୍ୟଟକ ହନ୍ତସନ୍ତ, ଜିଲାପାଳ ଦୃଷ୍ଟି ଦେବାକୁ ଦାବି

କାର୍ଯ୍ୟକ୍ଷମ ହୋଇପାରୁନି ୧୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଶୌଚାଳୟ: ମଙ୍ଗଳା ମନ୍ଦିରକୁ ଆସୁଥିବା ପର୍ଯ୍ୟଟକ ହନ୍ତସନ୍ତ, ଜିଲାପାଳ ଦୃଷ୍ଟି ଦେବାକୁ ଦାବି

କାକଟପୁର,୨୪।୧(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳା ରାଜ୍ୟର ପ୍ରସିଦ୍ଧ ଅଷ୍ଟଚଣ୍ଡୀଙ୍କ ମଧ୍ୟରୁ ଅନ୍ୟତମ। ଏଣୁ ରାଜ୍ୟର ବିଭିନ୍ନ ସ୍ଥାନରୁ ଓ ରାଜ୍ୟ ବାହାରୁ ଦୈନିକ ଶହ ଶହ ପର୍ଯ୍ୟଟକ କାକଟପୁରକୁ ଆସିଥାଆନ୍ତି। ପର୍ଯ୍ୟଟନ ଋତୁ ବିଶେଷକରି ଚୈତ୍ର ମାସରେ ମା’ଙ୍କ ପ୍ରସିଦ୍ଧ ପର୍ବ ଝାମୁଯାତ୍ରା ଓ ଦଶହରାର ପାର୍ବଣ ପୂଜା ସମୟରେ ପ୍ରତ୍ୟହ ହଜାର ହଜାର ପର୍ଯ୍ୟଟକଙ୍କ ଏଠାରେ ସମାଗମ ହୋଇଥାଏ।