ରାଜ୍ୟ | ସମ୍ବଲପୁର

ବ୍ୟାଙ୍କ ଲୁଟ୍‌ ଉଦ୍ୟମ ପଣ୍ଡ

ବ୍ୟାଙ୍କ ଲୁଟ୍‌ ଉଦ୍ୟମ ପଣ୍ଡ

ଜମନକିରା, ୧୩।୧ : ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦର ମହକୁମାରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କରୁ ଶନିବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ ହୋଇଥିଲା। ତେବେ ସୌଭାଗ୍ୟବଶତଃ ଆଇରନ୍‌ ଚେଷ୍ଟରେ ଲାଗିଥିବା ସାଇରନ ବାଜି ଉଠିବାରୁ ଦୁର୍ବୃତ୍ତମାନେ ଟଙ୍କା ଓ ସୁନା ଲୁଟ କରିନପାରି ଫେରାର ହେବାରେ ସକ୍ଷମ ହୋଇଛନ୍ତି। 

ପୋଲିସ ସୂଚନା ଅନୁସାରେ, ଦ୍ୱିତୀୟ ଶନିବାର ବ୍ୟାଙ୍କ ଛୁଟି ରହିଥିବାବେଳେ ରବିବାର ଛୁଟି ରହିଛି। ବ୍ୟାଙ୍କ କର୍ମଚାରୀମାନେ ଶୁକ୍ରବାର କାମ ଶେଷ କରି ସବୁଦିନ ପରି ଆଇରନ୍‌ ଚେଷ୍ଟରେ ଟଙ୍କା ଓ ସୁନା ରଖି ବ୍ୟାଙ୍କରେ ତାଲା ପକେଇ ଚାଲିଯାଇଥିଲେ। ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ସାଢ଼େ ୧୨ଟା ପାଖାପାଖି ବ୍ୟାଙ୍କ ନିକଟକୁ ଆସିଥିଲେ। ଏକ ଝରକାର ଗ୍ରୀଲ ତାଡ଼ି ଭିତରକୁ ପ୍ରବେଶ କରି ସମସ୍ତ ବିଦ୍ୟୁତ ତାର କାଟି ଦେଇଥିଲେ। ବ୍ୟାଙ୍କ ଶାଖା ପରିଚାଳକଙ୍କ କୋଠରିରେ ଲାଗିଥିବା ମୁଖ୍ୟ ସିପିୟୁ (ହାର୍ଡ଼ଡିକ୍ସ)କୁ ବାହାର କରିଦେଇଥିଲେ। ପରେ ଟଙ୍କା ଓ ସୁନା ଗଚ୍ଛିତ ଥିବା ଆଇରନ୍‌ ଚେଷ୍ଟର ଗେଟକୁ ଖୋଲିବାକୁ ଉଦ୍ୟମ କରିବାବେଳେ ସାଇରନ୍‌ ବାଜି ଉଠିଥିଲା। ପାଟ୍ରୋଲିଂ କରୁଥିବା ପୋଲିସକୁ ଏହା ଜଣାପଡ଼ିବା ପରେ ତତ୍‌କ୍ଷଣାତ ରାସ୍ତା ସିଲ କରି ତଦନ୍ତ ଜାରି ରଖିଥିଲା। ତେବେ କୌଣସି ସୂରାକ ପାଇ ପାରି ନ ଥିଲା।  ରବିବାର ସନ୍ଧାନୀ କୁକୁର ଆଣି ତଦନ୍ତ ଜାରି ରଖିଛି। ପୋଲିସକୁ ୬ଟି (୫ଲି) ଗ୍ୟାସ ଟାଙ୍କି ଓ ଲୁଟ କରିବା ପାଇଁ ଆବଶ୍ୟକ ପଡ଼ୁଥିତ୍ବା ସାମଗ୍ରୀ ଜବତ କରିଛି।

All Right Reserved By

ରାଜ୍ୟ | ସମ୍ବଲପୁର

ବିଜେଡି ଶ୍ରମିକ ସେଲ୍‌ର ରାଜ୍ୟ ସମ୍ପାଦକ ହେଲେ ଗଦାଧର ମଲ୍ଲିକ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିଜୁ ଜନତା ଦଳ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଶନିବାର ବିଜେଡି ଶ୍ରମିକ ସେଲ୍‌ର ରାଜ୍ୟ ସମ୍ପାଦକ ଭାବେ ଗଦାଧର ମଲ୍ଲିକଙ୍କୁ ନିଯୁକ୍ତି ଦେଇଛନ୍ତି। 

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ମାଲକାନଗିରି,୨୦।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ଥିବା ସବ୍‌ଜେଲ୍‌ରୁ ଶନିବାର ଜଣେ ବିଚାରାଧୀନ କଏଦୀ ଡାକ୍ତରଖାନାରୁ ଚମ୍ପଟ୍‌ ମାରିଛନ୍ତି। ସେ ହେଲେ ରାଜୁ ବାରୋଇ(୩୫)। 

ରାଜ୍ୟ ସାଂଗଠନିକ ସମ୍ପାଦକ ହେଲେ କମଳାକାନ୍ତ ମହାପାତ୍ର

ରାଜ୍ୟ ସାଂଗଠନିକ ସମ୍ପାଦକ ହେଲେ କମଳାକାନ୍ତ ମହାପାତ୍ର

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ ସାଂଗଠନିକ ସମ୍ପାଦକ ଭାବେ କମଳାକାନ୍ତ ମହାପାତ୍ରଙ୍କୁ ଶନିବାର ନିଯୁକ୍ତି ଦେଇଛନ୍ତି। 

‘ବୁଥ ନାହିଁ ତ ଭୋଟ ନାହିଁ’ : ରସାଲି ଗ୍ରାମବାସୀଙ୍କ ଭୋଟ ବର୍ଜନ

‘ବୁଥ ନାହିଁ ତ ଭୋଟ ନାହିଁ’ : ରସାଲି ଗ୍ରାମବାସୀଙ୍କ ଭୋଟ ବର୍ଜନ

ଭଟଲି,୨୦ା୪(ଡି.ଏନ୍‌.ଏ.): ବୁଥ ନାହିଁ ତ ଭୋଟ ନାହିଁ । ଭୋଟ ଦେବା ଜଣେ ଭାରତୀୟ ନାଗରିକର ମୌଳିକ ଅଧିକାର ହୋଇଥିଲେ ହେଁ ‘ଗାଁରେ ବୁଥ ନ ହେଲେ ଆମେ ଭୋଟ ଦେବୁ ନାହିଁ’ ବୋଲି ଅଡ଼ି ବସିଛନ୍ତି ଭଟଲି ବ୍ଲକ୍‌ ଖରମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ରସାଳି ଗ୍ରାମବାସୀ ।

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ  ବଦ୍ରି ପାତ୍ର

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ ବଦ୍ରି ପାତ୍ର

ଆନନ୍ଦପୁର,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ଅସ୍ଥିରତା ସୃଷ୍ଟି କରୁଥିବା କିଛି ବିରୋଧୀଙ୍କ ଭିତ୍ତିହୀନ ମନ୍ତବ୍ୟ ଏବଂ ନିର୍ବାଚନୀ ହିଂସାକୁ ଉସୁକାଇବା ଘଟଣାକୁ ନେଇ ବିଧାୟକ ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଗୁହାରି କରିଛନ୍ତି।

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ଆନନ୍ଦପୁର,୨୦।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ନିର୍ବାଚନୀ ହିଂସା କ୍ରମେ ବୃଦ୍ଧି ପାଇବାରେ ଲାଗିଛି। ଏହି ଆଧାରରେ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦମାନେ ଆକ୍ଷେପ ପ୍ରତିଆକ୍ଷେପ ମୂଳକ ଭାବେ ନିଜ ନିଜ ପ୍ରତିଦ୍ୱନ୍ଦ୍ୱୀ ଦଳ ବିରୋଧରେ ଅଭିଯୋଗ କରୁଛନ୍ତି।

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେର,୨୦।୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ନିର୍ବାଚନମଣ୍ଡଳୀ ଘଣ୍ଟପଡା ହାଇସ୍କୁଲ ପଡିଆଠାରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିିର୍ବାଚନୀ ପ୍ରଚାର କରିଛନ୍ତି।

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବାଲେଶ୍ୱର ଅଫିସ, ୨୦।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ଉପର ଆଡ଼ିଆ ଗ୍ରାମରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଥିଲା।

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ନୟାଗଡ଼ ଅଫିସ,୨୦ା୪- ନିର୍ବାଜନରେ ରାଜ୍ୟ  ସରକାରଙ୍କ ବିରୋଧରେ ପ୍ରଚାର କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି।  ରାତିିସାରା ଗଛରେ ବାନ୍ଧି ଏଥିରୁ ନିବୃତ୍ତ ରହିବା ସହିତ ଏଭଳି କଲେ ଜୀବନରୁ ମାରିଦେବା ପାଇଁ ଧମକ ଦିଆଯାଇଛି। ଉକ୍ତ ଘଟଣା ଘଟିଛି ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ା ଗ୍ରାମର ରୁଷିଆ ପ୍ରଧାନଙ୍କ କ୍ଷେତ୍ରରେ।

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର/ରାଇସୁଆଁ,୨୦।୪(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ତିନି ଦିନ ବାକି। ଏହି ପରିପ୍ରେକ୍ଷୀରେ ଭାଜପା ପକ୍ଷରୁ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର କେନ୍ଦୁଝର ଜିଲାକୁ ତୋଫାନି ଗସ୍ତରେ ଆସି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆୟୋଜିତ ବିଜୟ ସଂକଳ୍ପ ସଭାରେ ଯୋଗ ଦେଇ ଉଦ୍‌ବୋଧନ ଦେଇଛନ୍ତି। 

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ  ଜିତାଇବା ଲାଗି ଆହ୍ବାନ

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ ଜିତାଇବା ଲାଗି ଆହ୍ବାନ

ପାଟଣା,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ତୁରୁମୁଙ୍ଗାସ୍ଥିତ ନିନୁହାଁ ଫୁଟବଲ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସଭା ଶନିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। 

ବିଜେଡି ରୋଡ଼୍‌ ଶୋ’ ସମୟରେ ଗୋଷ୍ଠୀକନ୍ଦଳ

ବାରିପଦା ଅଫିସ,୨୦।୪:  ରାଇରଙ୍ଗପୁର ନିର୍ବାଚନମଣ୍ଡଳୀ ଅଧୀନ ବହଳଦା କଲେଜ ନିକଟରେ ଶୁକ୍ରବାର ବିଜେଡି ରୋଡ଼୍‌ ଶୋ’ କରୁଥିବା ବେଳେ ଗଣ୍ଡଗୋଳ ଘଟିଥିଲା। 


Model This Week

କ୍ରିଷ୍ଣା
Why Dharitri