ରାୟଗଡା

ରାଜ୍ୟସ୍ତରୀୟ ଜାତୀୟ ଭୋଟର ଦିବସ ପ୍ରତିଯୋଗିତା: ନବରଙ୍ଗପୁର ଜିଲାରୁ ଭାଗ ନେବେ ୪ ଛାତ୍ରୀଛାତ୍ର

ରାଜ୍ୟସ୍ତରୀୟ ଜାତୀୟ ଭୋଟର ଦିବସ ପ୍ରତିଯୋଗିତା:  ନବରଙ୍ଗପୁର ଜିଲାରୁ ଭାଗ ନେବେ ୪ ଛାତ୍ରୀଛାତ୍ର


ନବରଙ୍ଗପୁର,୧୩।୧(ବି.ପ୍ର)-

ଆସନ୍ତା ୧୫ ତାରିଖରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ଜାତୀୟ ଭୋଟର ଦିବସ ପ୍ରତିଯୋଗିତା ନିମନ୍ତେ ନବରଙ୍ଗପୁର ଜିଲାରୁ ୪ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ବକ୍ତୁତା ଓ ସ୍ଲୋଗାନ ପ୍ରତିଯୋଗିତା ସକାଶେ ନବରଙ୍ଗପୁର ମହାବିଦ୍ୟାଳୟର ଛାତ୍ର ଆନନ୍ଦ କୁମାର ଦାଶ, କୁଇଜ୍‌ ପ୍ରତିଯୋଗିତା ପାଇଁ ନବରଙ୍ଗପୁର ଡିଆଇଟିର ଛାତ୍ରୀ ପଙ୍କଜିନୀ ଗୌଡ଼ ଓ ପୋଷ୍ଟର ପ୍ରତିଯୋଗିତା ପାଇଁ ଡିଆଇଇଟିର ଛାତ୍ରୀ ସ୍ମୃତି ସ୍ମରଣିକା ସାମଲ ଓ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀ ଅଭିପ୍ସା ରଥ ମନୋନୀତ ହୋଇଛନ୍ତି । ଏହି ସମସ୍ତ ପ୍ରତିଯୋଗୀମାନେ ଜାତୀୟ ଭୋଟର ଦିବସ ୨୦୧୯ ନିମନ୍ତେ ଅନୁଷ୍ଠିତ ଜିଲାସ୍ତରୀୟ ମହାବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ । ଜିଲାସ୍ତରୀୟ ମହାବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟସ୍ତରୀୟ ବକ୍ତୃତା, କୁଇଜ୍‌, ସ୍ଲୋଗାନ ଓ ପୋଷ୍ଟର ପ୍ରତିଯୋଗିତା ସ୍ଥାନୀୟ ସରକାରୀ ବାଳିକା ବିଦ୍ୟାଳୟରେ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ଏ ସମସ୍ତ ପ୍ରତିଯୋଗିତାକୁ ସହକାରୀ ଜିଲାପାଳ ହେମଲତା ମାଝି, ମହିଳା ସ୍ନାତକ  ମହାବିଦ୍ୟାଳୟର ଅଧ୍ୟାପିକା ଡ. ସଂଯୁକ୍ତା ପଣ୍ଡା ଓ ରାଜା ଚୈତନ୍ୟ ଦେବ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ତଥା ନିର୍ବାଚନ ପାଠଶାଳାର ପ୍ରଶିକ୍ଷକ ଶିବ ପ୍ରସାଦ ପାଣିଗ୍ରାହୀ ବିଚାରକ ଭାବେ ରହିଥିଲେ। ଏହି ଅବସରରେ ସହକାରୀ ଜିଲାପାଳ ( ନିର୍ବାଚନ) ନିର୍ମଳ ନାୟକ ଉପସ୍ଥିତ ପ୍ରତିଯୋଗୀଙ୍କୁ ଭୋଟରଙ୍କ ନିମନ୍ତେ ଉଦ୍ଦିଷ୍ଟ ସଂକଳ୍ପ ଶପଥ ପାଠ କରାଇଥିଲେ । ମହାବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରୀଛାତ୍ରମାନଙ୍କୁ ଆସନ୍ତା ୨୫ ତାରିଖରେ  ଜିଲାସ୍ତରୀୟ ଭୋଟର ଦିବସ ପାଳନ ଅବସରରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ପୁରସ୍କୃତ କରାଯିବାର ବ୍ୟବସ୍ଥା କରାଯାଇଛି । ଏହି ସମସ୍ତ କାର୍ଯ୍ୟକ୍ରମକୁ ଜିଲା ଶିକ୍ଷା କାର୍ଯ୍ୟାଳୟର ମନୋରଞ୍ଜନ ପ୍ରହରାଜ, ନିର୍ବାଚନ ବିଭାଗର ବରିଷ୍ଠ ରାଜସ୍ବ ସହାୟକ ସୁରେନ୍ଦ୍ର ମୋହନ ଦାଶ, ଦେବେନ୍ଦ୍ର ବିଷୋୟୀ ଓ ପ୍ରୋଗାମ ଆସିଷ୍ଟାଣ୍ଟ ରାଜେନ୍ଦ୍ର ମହାଙ୍କୁଡ଼ ପରିଚାଳନାରେ ସହାୟତା କରିଥିଲେ ।

All Right Reserved By

ରାୟଗଡା

ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇ ମୃତ

ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇ ମୃତ

ଡାବୁଗାଁ, ୨୧ା୪ (ଡି.ଏନ.ଏ.)- ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ କେରଣ୍ଡି ଗ୍ରାମରେ ଶନିବାର ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇର ମୃତ୍ୟୁ ଘଟିଛି ା 

ସ୍ବାମୀର ଏସିଡ୍‌ ମାଡରେ ସ୍ତ୍ରୀ ଗୁରୁତର

ସ୍ବାମୀର ଏସିଡ୍‌ ମାଡରେ ସ୍ତ୍ରୀ ଗୁରୁତର

ମାଲକାନଗିରି,୨୧ା୪ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଏମଭି-୭୯ ଗ୍ରାମରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି।

ପୋଲିସ ଗୁଳିରେ ୨ ମାଓବାଦୀ ନିହତ

ପୋଲିସ ଗୁଳିରେ ୨ ମାଓବାଦୀ ନିହତ

ମାଲକାନଗିରି,୨୧ା୪ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ବିଜାପୁରଠାରେ ପୋଲିସ ଗୁଳିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। 

ନାହିଁନାହିଁର ଗାଁ ଜାମୁଗୁଡା: ୪୮ ପରିବାର ପାଇଁ ଗୋଟିଏ ନଳକୂପ

ନାହିଁନାହିଁର ଗାଁ ଜାମୁଗୁଡା: ୪୮ ପରିବାର ପାଇଁ ଗୋଟିଏ ନଳକୂପ

ମାଲକାନଗିରି,୨୧ା୪ (ଡି.ଏନ୍‌.ଏ.)-ଆଦିବାସୀଙ୍କ ବିକାଶ ପାଇଁ  ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ  ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। 

ଜଙ୍ଗଲରେ ନିଆଁ

ଜଙ୍ଗଲରେ ନିଆଁ

ମାଲକାନଗିରି, ୨୧ା୪ (ସ୍ବ.ପ୍ର.)- ମାଲକାନଗିରି ଜିଲା ବନବିଭାଗର ବିଭିନ୍ନ ସ୍ଥାନରେ ଥିବା ଜଙ୍ଗଲରେ  ନିଆଁ ଲାଗିଛି। ବିଭାଗର ୬ଟି ରେଞ୍ଜ୍‌ର କର୍ମଚାରୀମାନେ ନିଆଁ ଲିଭାଇବା କାର୍ଯ୍ୟରେ ଲାଗିଛନ୍ତି। ନିଆଁ ଯୋଗୁ ଜଙ୍ଗଲର ନାହିଁ ନ ଥିବା କ୍ଷତି ଘଟିଛି।

୯ମ ଶ୍ରେଣୀରେ ନାମ ଲେଖାଇ ପାରୁନାହାନ୍ତି ୪୫ ଛାତ୍ରୀ

୯ମ ଶ୍ରେଣୀରେ ନାମ ଲେଖାଇ ପାରୁନାହାନ୍ତି ୪୫ ଛାତ୍ରୀ

ଚନ୍ଦ୍ରପୁର,୨୦ା୪(ଡ଼ି.ଏନ.ଏ)-ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକର ଡ଼ାଙ୍ଗସୋରଡ଼ା ସଦର ମହକୁମାରେ ଥିବା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଥିବା ଗ୍ରାମ ମଙ୍ଗଳ ବିଭାଗର ଛାତ୍ରୀ ନିବାସରେ ୧୦୦ ଆଦିବାସୀ ଛାତ୍ରୀ ରୁହନ୍ତି

ଲୋକ ଅଦାଲତ ଉଦ୍‌ଘାଟିତ : ପ୍ରଥମ ଦିନରେ ୨ ମାମଲା ବିଚାର

ଲୋକ ଅଦାଲତ ଉଦ୍‌ଘାଟିତ : ପ୍ରଥମ ଦିନରେ ୨ ମାମଲା ବିଚାର

ରାୟଗଡା ଅଫିସ୍‌, ୨୦ା୪- ରାୟଗଡା ଜିଲା ଅଦାଲତ ପରିସରରେ ଶନିବାର ଏକ ଲୋକ ଅଦାଲତ ଉଦ୍‌ଘାଟିତ ହୋଇଯାଇଛିହାଇକୋର୍ଟ ଜଷ୍ଟିସ ସଞ୍ଜୁ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅଦାଲତକୁ ଉଦ୍‌ଘାଟନ କରିଥିଲେ ା 

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ମାଲକାନଗିରି,୨୦।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ଥିବା ସବ୍‌ଜେଲ୍‌ରୁ ଶନିବାର ଜଣେ ବିଚାରାଧୀନ କଏଦୀ ଡାକ୍ତରଖାନାରୁ ଚମ୍ପଟ୍‌ ମାରିଛନ୍ତି। ସେ ହେଲେ ରାଜୁ ବାରୋଇ(୩୫)। 

କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି ୧୧ ଗାଁର ଗ୍ରାମବାସୀ

କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି ୧୧ ଗାଁର ଗ୍ରାମବାସୀ

ମାଲକାନଗିରି,୨୦।୪ (ଡି.ଏନ୍‌.ଏ.)- ମାଲକାନଗିରି ଜିଲାରେ ଗତ ୪ ଦିନ ହେଲା ବନ ବିଭାଗ (କେନ୍ଦୁପତ୍ର) ଏବଂ କେତେକ ଘରୋଇ ସଂସ୍ଥା ଜିଲାର ବିଭିନ୍ନ ଫଡିରେ କେନ୍ଦୁପତ୍ର ତୋଳାଳିଙ୍କଠାରୁ କେନ୍ଦୁପତ୍ର ଖରିଦ କରିବା ଆରମ୍ଭ କରିଛନ୍ତି। ମାତ୍ର ମାଲକାନଗିରି ସଦର ବ୍ଲକ ଗୋରାଖଣ୍ଟା ପଞ୍ଚାୟତର ୧୧ଟି ଗ୍ରାମର ଗ୍ରାମବାସୀ କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି। 

୩ ହାର୍ଡକୋର ମାଓବାଦୀ ଗିରଫ

୩ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି,୧୯।୪ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ୩ ଜଣ ହାର୍ଡକୋର ମାଓବାଦୀଙ୍କୁ ପୋଲିସ ଗିରଫ କରିଛି।

ବିଦ୍ୟୁତ ଆଘାତରେ  ଯୁବକଙ୍କ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ପାପଡାହାଣ୍ଡି,୧୯।୪(ଡ.ିଏନ.ଏ)- ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ  ଖୁଟୁବାଇ ପଞ୍ଚାୟତ ଛାଲିପେଟା ଗ୍ରାମରେ ଗୁରୁବାର ଅପରାହ୍ନରେ ବିଦ୍ୟୁତ ଖୁଣ୍ଟରେ ଚଢି ତାର ମରାମତି ସମୟରେ ବିଦ୍ୟୁତ ଆଘାତରେ ମନ କାତିଙ୍କ ମୃତ୍ୟୁ ହୋଇଥିଲା । ଶୁକ୍ରବାର କଚିଆଗୁଡା ଗ୍ରାମବାସୀ  କ୍ଷତିପୂରଣ ଦାବି କରି ଟାୟାର ଜାଳି ରାସ୍ତାରୋକୋ କରିଥିଲେ। 

ନାଲକୋ ହିଲ୍‌ଟପ୍‌ରେ ଛାଇଗଲା କୁଆପଥର

ନାଲକୋ ହିଲ୍‌ଟପ୍‌ରେ ଛାଇଗଲା କୁଆପଥର

ଦାମନଯୋଡ଼ି/କୋରାପୁଟ,୧୯ା୪(ସ୍ବ.ପ୍ର.): କୋରାପୁଟ ଜିଲା ଦାମନଯୋଡ଼ିରେ ଶୁକ୍ରବାର ଅପରାହ୍ନରେ ପ୍ରବଳ କୁଆପଥର ବର୍ଷା ହୋଇଛି। ଏଥିରେ ନାଲକୋର ହିଲଟପ୍‌ ବରଫାବୃତ୍ତ ହୋଇ କାଶ୍ମୀରର ଭ୍ରମ ସୃଷ୍ଟି କରିଛି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri