ରାଜ୍ୟ | ଅନଗୁଳ-ଢେଙ୍କାନାଳ

ପ୍ରଶାସନ ଦେଲା ସମାଧାନ ପ୍ରତିଶ୍ରୁତି

ପ୍ରଶାସନ ଦେଲା ସମାଧାନ ପ୍ରତିଶ୍ରୁତି

ତାଳଚେର/ଅନୁଗୋଳ ଅଫିସ,୧୫ା୧ (ନି.ପ୍ର.) ୪ ଦିନ ଧରି ଚାଳଚେରରେ ଚାଲିଥିବା ଅର୍ଥନୈତିକ ଅବରୋଧ ଆନ୍ଦୋଳନ ସୋମବାର ଅପରାହ୍ନଠାରୁ ସ୍ଥଗିତ ରହିଛି। ଜିଲା ପ୍ରଶାସନ ସହିତ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଥିବା ତାଳଚେର ସୁରକ୍ଷା ମଞ୍ଚ ସଭାପତି ମୂରଲୀ ସାହୁ ସୂଚନା ଦେଇଛନ୍ତି। ତେବେ ପୂର୍ବରୁ ପ୍ରଶାସନ ଏହି ପଦକ୍ଷେପ ନେଇଥିଲେ ଆନ୍ଦୋଳନ ସହ କୋଟି କୋଟି ଟଙ୍କାର ରାଜସ୍ବ କ୍ଷତି ଘଟି ନ ଥାନ୍ତା ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି। 

ପ୍ରକାଶ ଯେ, ଗତ ୧୧ ତାରିଖ ଠାରୁ ୧୬ ଦଫା ଦାବି ନେଇ ସୁରକ୍ଷା ମଞ୍ଚ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଅର୍ଥନୈତିକ ଅବରୋଧ ଆନ୍ଦୋଳନ କରାଯାଇଥିଲା। ଏଥିଯୋଗୁ ଏମ୍‌ସିଏଲ୍‌ର ଏଠାରେ ଥିବା ହିଙ୍ଗୁଳା, ବଳରାମ, ଜଗନ୍ନାଥ, ଲିଙ୍ଗରାଜ, ଭୁବନେଶ୍ୱରୀ, ଭରତପୁର, ଅନନ୍ତ ଓ କଣିହାଁ ଆଦି ଖଣିରେ ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ ବନ୍ଦ ରହଥିଲା। ଏହି ଆନ୍ଦୋଳନ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଦୈନିକ କୋଟି କୋଟି ଟଙ୍କାର କ୍ଷତି ସହୁଥିବା ବେଳେ ନାଲ୍‌କୋ, ଏନ୍‌ଟିପିସି, ଟିଟିପିଏସ୍‌କୁ କୋଇଲା ଯୋଗାଣ ହୋଇପାରୁ ନ ଥିଲା। ଫଳରେ ଏହିସବୁ ଶିଳ୍ପରେ କୋଇଲା ସଙ୍କଟ ସୃଷ୍ଟି ହେବାର ଆଶଙ୍କା ବଢ଼ି ଯାଇଥିଲା। ଏହାକୁ ନେଇ ଉକ୍ତ ଶିଳ୍ପସଂସ୍ଥାଗୁଡ଼ିକ ଉଦ୍‌ବେଗ ପ୍ରକାଶ କରିବା ପରେ ଆନ୍ଦୋଳନ ସମସ୍ୟାର ସମାଧାନ ପାଇଁ ପ୍ରଶାସନ ଆଗକୁ ଆସିଥିଲା। ମଧ୍ୟାହ୍ନରେ ଅନୁଗୋଳ ଜିଲାପାଳ ଅନିଲ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଏସ୍‌ପି ମିତ୍ରଭାନୁ ମହାପାତ୍ର, ଏମ୍‌ସିଏଲ୍‌ ଜିଏମ୍‌ ବି. କର, ତାଳଚେର ସୁରକ୍ଷା ମଞ୍ଚ କର୍ମକର୍ତ୍ତା, ସ୍ଥାନୀୟ ବିଧାୟକ ବ୍ରଜକିଶୋର ପ୍ରଧାନ ଉପସ୍ଥିତ ରହି ଆଲୋଚନା କରିଥିଲେ। ଫେବୃୟାରୀ ୫ ସୁଦ୍ଧା ଭୁବନେଶ୍ୱରରେ ମୁଖ୍ୟ ଶାସନ ସଚିବସ୍ତରୀୟ ବୈଠକରେ ଏହି ସମସ୍ୟାର ସମାଧାନ କରାଯିବ ବୋଲି ଜିଲା ପ୍ରଶାସନ ପ୍ରତିଶ୍ରୁତି ଦେବା ପରେ ସୁରକ୍ଷା ମଞ୍ଚ ପକ୍ଷରୁ ଆନ୍ଦୋଳନକୁ ସ୍ଥଗିତ ରଖାଗଲା ବୋଲି ଘୋଷଣା କରାଯାଇଥିଲା। ଏହା ପରଠାରୁ ଟ୍ରେନ୍‌ ଯୋଗେ କୋଇଲା ପରିବହନ ଓ ଖଣି କାର୍ଯ୍ୟ ଧୀରେ ଧୀରେ ସ୍ବାଭାବିକ ହେବାରେ ଲାଗିଛି।

All Right Reserved By

ରାଜ୍ୟ | ଅନଗୁଳ-ଢେଙ୍କାନାଳ

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ଚାନ୍ଦବାଲି,୧୯ା୨(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ତଥା ମତୋ ପୋଲିସ ଫାଣ୍ଡି ଅଧୀନ ପ୍ରତାପପୁର ଗାଁ ରାସ୍ତାରୁ ଜଣେ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ମଙ୍ଗଳବାର ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି ।  

ନିର୍ବାଚନ ନେଇ ପ୍ରସ୍ତୁତି: ରାଜନଗରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରିଜାଇଡିଂ ଅଧିକାରୀଙ୍କୁ ତାଲିମ

ନିର୍ବାଚନ ନେଇ ପ୍ରସ୍ତୁତି: ରାଜନଗରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରିଜାଇଡିଂ ଅଧିକାରୀଙ୍କୁ ତାଲିମ

ରାଜନଗର, ୧୯।୨(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ତାଲିମ ଦିଆଯାଇଛି। 

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ: ଜଣେ ଗୁରୁତର

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ: ଜଣେ ଗୁରୁତର

ଯାଜପୁର ଅଫିସ/କୋରେଇ, ୧୯।୨(ସ୍ବ.ପ୍ର.): ଯାଜପୁର ଜିଲା ୨୦ ନଂ. ଜାତୀୟ ରାଜପଥର କୋରେଇ ଥାନା ଅନ୍ତର୍ଗତ ବେଣାପୁର ଛକରେ ମଙ୍ଗଳବାର ପୂର୍ବାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। 

ରାଜଧାନୀରେ ବାଘ ଆତଙ୍କ: ବାଘ ଖୋଜା ଅଭିଯାନ ପାଇଁ  ରାସ୍ତା ସିଲ୍‌, ଲୋକେ  ହନ୍ତସନ୍ତ

ରାଜଧାନୀରେ ବାଘ ଆତଙ୍କ: ବାଘ ଖୋଜା ଅଭିଯାନ ପାଇଁ ରାସ୍ତା ସିଲ୍‌, ଲୋକେ ହନ୍ତସନ୍ତ

ଭୁବନେଶ୍ୱର, ୧୯।୨(ବ୍ୟୁରୋ): ଭୁବନେଶ୍ୱର ପଳାଶପଲ୍ଲୀ ଅଞ୍ଚଳରେ ଏକ କଲରାପତରିଆ ବାଘ ବୁଲୁଛି। ଏହାକୁ ନେଇ ସୋମବାର ରାତିରୁ ଆରମ୍ଭ ହୋଇଛି ଅପରେଶନ। ବନ ବିଭାଗ ସହିତ ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କୁ ଏହି କାର୍ଯ୍ୟରେ ନିୟୋଜିତ କରାଯାଇଛି। 

ପୁଣି ମାଓବାଦୀଙ୍କ ଲାଲ୍‌ ବ୍ୟାନର୍‌: ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ

ପୁଣି ମାଓବାଦୀଙ୍କ ଲାଲ୍‌ ବ୍ୟାନର୍‌: ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ

ଦାରିଙ୍ଗିବାଡି,୧୯।୨(ଡି.ଏନ.ଏ.):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ନିକଟ  ୫୯ନଂ ଜାତୀୟ ରାଜପଥ ର ବୁଡାଗୁଡା ଛକରେ ଓଡିଶା ରାଜ୍ୟ କମିଟି ସିପିଆଇ (ମାଓବାଦୀ)ଙ୍କ ପକ୍ଷରୁ ଲାଲ ବ୍ୟାନର ସହ ପୋଷ୍ଟର ଲଗାଯାଇଛି। 

ବଢ଼ିବ ତାତି

ବଢ଼ିବ ତାତି

ଭୁବନେଶ୍ୱର,୧୯।୨(ବ୍ୟୁରୋ):ବର୍ଷା ଯୋଗୁ ଗତ ଦୁଇଦିନ ହେବ ରାଜ୍ୟରେ ଥଣ୍ଡା ପାଗ ରହିଥିଲା ।

୨୦ରେ ଆସିବେ ଯୋଗୀ

୨୦ରେ ଆସିବେ ଯୋଗୀ

ଭୁବନେଶ୍ୱର, ୧୯।୨(ବ୍ୟୁରୋ):ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆସନ୍ତା ୨୦ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସକାଳ ୧୦ଟାରେ ଯୋଗୀ ରାୟପୁର ବିମାନବନ୍ଦରରେ ପହଞ୍ଚିବେ। 

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ

ଯାଜପୁର ଅଫିସ,୧୯।୨:ଯାଜପୁର ଜିଲା ଦାନଗଦି ଓ ସୁକିନ୍ଦା ବ୍ଲକକୁ ନେଇ ଗଠିତ ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗତ ୩ ଦଶନ୍ଧି ହେଲା ଗୋଟିଏ ପରିବାର ସଦସ୍ୟ ନିର୍ବାଚିତ ହୋଇ ଆସୁଛନ୍ତି। ଶିଳ୍ପ ଓ ଖଣି ସମୃଦ୍ଧ ଏହି ନିର୍ବାଚନ ମଣ୍ଡଳୀରେ ଏଥର ପଟ ପରିବର୍ତ୍ତନ କିମ୍ବା ରାଜନୈତିକ ସମୀକରଣ ବଦଳିବାର ସମ୍ଭାବନା ରହିଥିବା ଚର୍ଚ୍ଚା ଜୋର ଧରିଛି।

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ

କଟକ ଅଫିସ, ୧୯।୨:କୋଣାର୍କ ସୂର୍ଯ୍ୟମନ୍ଦିର ସୁରକ୍ଷିତ। ମନ୍ଦିର ପ୍ରତି ସେଭଳି କୌଣସି ବିପଦ ନାହିଁ। ଏହିଭଳି କଥା ଆରମ୍ଭରୁ କହି ଆସୁଥିବା ଭାରତୀୟ ପ୍ରନତ୍ତାତ୍ତି୍ବକ ସର୍ବେକ୍ଷଣ (ଏଏସ୍‌ଆଇ) ସଂସ୍ଥା ଶେଷରେ ମାନିଛି ଯେ ମନ୍ଦିର ପ୍ରତି ବିପଦ ରହିଛି। 

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଯୋଡ଼ା, ୧୯।୨(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ବାଂଶପାଣି ରେଳ ସାଇଡିଂ ନିକଟ ଯୋଡ଼ା-ବାମେବାରୀ ରାସ୍ତା ପାର୍ଶ୍ୱରେ ଥିବା ଜଣେ ଅଭିଯୁକ୍ତଙ୍କ ଜମିରେ ଏକ ଶିଳ୍ପ ସଂସ୍ଥାର ଖଣିଜ ଗଛିତ ହେଉଛି। 

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ଭଦ୍ରକ ଅଫିସ, ୧୯।୨ - ଭଦ୍ରକ ଜିଲା ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ପୁଣି ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ମୁଖ୍ୟ କାର୍ପଟଦାର ଫେରାର ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ, ମେଶିନ, ଏସେନ୍ସ ଓ ସିଲ୍‌ ମେଶିନ ପୋଲିସ ଜବତ କରିଛି। 

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଭଣ୍ଡାରିପୋଖରୀ, ୧୯।୨ (ଡି.ଏନ.ଏ.) - ଭଣ୍ଡାରିପୋଖରୀ ସଦରମହକୁମାଠାରେ  ଥିବା ନଗୁଁଆ ପ୍ରାଥମିକ କୃଷି ସମବାୟ ସମିତିରେ ଧାନକିଣାରେ ଅନିୟମିତତା ପ୍ରତିବାଦରେ ଚାଷୀମାନେ ସୋମବାର ସମିତି କାର୍ଯ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ।