ସମ୍ବଲପୁର

ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଗ୍ରାମସଭା

ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଗ୍ରାମସଭା

ଟିକ୍ରାପଡା,୧୫ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁନ୍ତଳା ବ୍ଳକ କରମତଲା ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ୨୦୧୩ ସମ୍ପର୍କିତ ଏକ ସ୍ବତନ୍ତ୍ର ଗ୍ରାମସଭା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି।  ସ୍ଥାନୀୟ ସରପଞ୍ଚ ହିମାଳ ବୁଡେକ ସଭାରେ ଅଧକ୍ଷତା କରିଥିଲେ।  ପିଇଓ ଦେବରାଜ ମାଝୀ ସଭା ସଂଯୋଜନା କରିଥିଲେ।  ସ୍ପେ୍‌ରଡ ସଙ୍ଗଠନ ଦ୍ୱାରା କରାଯାଇଥିବା ସାମାଜିକ ସମୀକ୍ଷାର ଫଳାଫଳ ଉପରେ ଅଲୋଚନା କରାଯାଇଥିଲା।  ଏନଏଫଏସଏ ୨୦୧୩ ଅନ୍ତର୍ଗତ ସମନ୍ବିତ ଶିଶୁ ବିକାଶ ସେବା, ମମତା ଯୋଜନା, ସାଧାରଣ ବଣ୍ଟନ ବ୍ୟବସ୍ଥା ତଥା ଅନ୍ୟାନ୍ୟ ସରକାରୀ ଯୋଜନା ସମ୍ବନ୍ଧରେ ବକ୍ତାମାନେ ବକ୍ତବ୍ୟ ପ୍ରଦାନ କରିଥିଲେ।   ବ୍ଲକ ସାମାଜିକ ସମୀକ୍ଷକ କୁଶ ସାହୁ ଯୋଗାଣ ସହାୟକ ଶିବ କୁମାର ବୁଦେକ, ଫକିର ଚରଣ ରାଉତ, ନାରାୟଣ ଚନ୍ଦ୍ର ଜେନା,  କରମତଲା ସମିତି ସଭ୍ୟ ସୁବାଷଚନ୍ଦ୍ର ବୁଡେକ, ଗୁଡଭେଲା, ଦେଓଗାଁ, ପୁଇଁତଲା, ଲୋଇସିଂହା ବ୍ଲକର ସାମାଜିକ ସମୀକ୍ଷା ସଂଯୋଜକମାନେ ଉପସ୍ଥିତ ଥିଲେ।  ଲୋକ ସହାୟତା ସୂଚନା କେନ୍ଦ୍ର ମାଧ୍ୟମରେ ବିଭିନ୍ନ ଅଭିଯୋଗ ଗ୍ରହଣ କରାଯାଇ ଏହାର ସମାଧାନ ସକାଶେ ନିଷ୍ପତ୍ତି ନିଆଯାଇଥିଲା। ଉପରୋକ୍ତ ଯୋଜନାଗୁଡିକର ହିତାଧିକାରୀଙ୍କ ବିଭିନ୍ନ ସମସ୍ୟା ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ଶୀଘ୍ର ସମାଧାନ କରାଯିବ ବୋଲି ସରପଞ୍ଚ ପ୍ରକାଶ କରିଥିଲେ। 

All Right Reserved By

ସମ୍ବଲପୁର

କୋଠା ତିଆରି ହୋଇଛି, ହେଲେ ୬ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ ହୋଇନାହିଁ

କୋଠା ତିଆରି ହୋଇଛି, ହେଲେ ୬ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ ହୋଇନାହିଁ

କୁତ୍ରା, ୨୩।୪ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ ଅଧିନରେ ଥିବା ୬ଟି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପାଇଁ ଦୀର୍ଘ ଦିନରୁ ନୂତନ କୋଠା ତିଆରି ହୋଇଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇନାହିଁ। 

ସୋନପୁର ବ୍ଲକ ପରିସରର ସାଧନକେନ୍ଦ୍ର, ପାଠାଗାରରେ ତାଲା: ନଷ୍ଟ ହେଉଛି ବହି, କମ୍ପ୍ୟୁଟର

ସୋନପୁର ବ୍ଲକ ପରିସରର ସାଧନକେନ୍ଦ୍ର, ପାଠାଗାରରେ ତାଲା: ନଷ୍ଟ ହେଉଛି ବହି, କମ୍ପ୍ୟୁଟର

ସୋନପୁର,୨୩।୫(ନି.ପ୍ର.): ସୋନପୁର ବ୍ଲକ ପରିସରରେ ଖୋଲା ଯାଇଥିବା ସାଧନ କେନ୍ଦ୍ର ଓ ଜିଲାର ପ୍ରଥମ ବ୍ଲକସ୍ତରୀୟ ପାଠାଗାରରେ ସବୁବେଳେ ତାଲା ଝୁଲୁଛି। ଗତ ୨୦୧୩ ମେ ୨୩ତାରିଖରେ ବଲାଙ୍ଗୀର ଏମପି କଲିକେଶ ନାରାୟଣ ସିଂଦେଓ ମୁଖ୍ୟଅତିଥିଭାବେ ଯୋଗଦେଇ ଏହି କେନ୍ଦ୍ରକୁ ଉଦ୍‌ଘାଟନ କରିଥିଲେ। 

ବାପ୍‌ ଆରପାରେ, ମା’ର ପତା ନାଇଁ  ଅଁଧାରକେ ଠେଲି ହେଉଛେ ୩ ଛୁଆକର ଭବିଷତ୍‌

ବାପ୍‌ ଆରପାରେ, ମା’ର ପତା ନାଇଁ ଅଁଧାରକେ ଠେଲି ହେଉଛେ ୩ ଛୁଆକର ଭବିଷତ୍‌

ରାଉରକେଲା ଅଫିସ,୨୩ା ୪: କାମଧଁଦା ଖୁଜବାର ଲାଗି ମା’ ଘର ଛାଡ଼ି କେନ୍‌ଆଡ଼େ ପଲେଇଗଲେ। ଆଏଜ୍‌ତକ୍‌ ତାକର ପତା ନାଇଁ ମିଲବାର। କିଏ କହୁଛେ ଦଲାଲମାନକର ଶିଖାପଢ଼ାରେ ଦିଲ୍ଲୀ ଯାଇଛନ୍‌ ତ ଆର କିଏ କହୁଛେ ମୁମ୍ବାଇ। ଇ ବାବ୍‌ଦେ ଗଲା ୩ ବଛର ହେଲା ପଡ଼ାବାସୀକର ପାସେ କିଛି ଖବର ନଁାଇଁନ। ଏନ୍‌ତାଥି ବାପ୍‌ ରୋଗ୍‌ରେ ପଡ଼ି ଗଲା ୧୫ ତାରିଖ ଆରପାରକେ ଚାଲିଗଲେ। ପଡ଼ାବାସୀ ଚଁାଦାଭେଦା କରି ତାକର ଶବ ସତ୍‌କାର କଲେ। ଇଆଡ଼େ ମା’ବାପ୍‌ ଛେଉଁଡ୍‌ ୩ ପିଲା ଅସାହା ହେଇଯାଇଛନ୍‌। କେନ୍‌ଠାନେ ରହିବେ, କିଏ ଖାଏବାକେ ଦେବା ଭାବି ବୁଧିବାଟ ବନା ହେଇଯାଉଛେ। ପଡ଼ାବାସୀ ବି ଉପେ ଶୂଇନ୍‌ ହେଇଯାଇଛନ୍‌। ବାପ୍‌ ଚାଲିଗଲା ଉତାରୁ ୫ ବଛର୍‌ର ଝି’କେ କେହି ଝନେ ଲାଗେଲେସର ସାଂଗେ ନେଇଯାଇଛନ୍‌। ହେଲେ ଦୁଇ ନାବାଲକ ପିଲାକୁ ପାଖ୍‌ପଡ଼ିଶା ଖାଏବାକେ ଦେଇ ଘରେ ରଖିଛନ୍‌। ପିଲା ଦୁଇଟାକର ଆଏଁଖ୍‌ଥୁ ଲହ ନୁହେ ଶୁଖେ। ଏନ୍‌ତାଥି ଦୁଇ ଭାଇକର ଭବିଷତ୍‌ ଅଁଧାରକେ ଠେଲି ହେଇଯାଉଛେ। 

ଜୀବଜନ୍ତୁ, ଉଦ୍ଭିଦଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଜୀବଜନ୍ତୁ, ଉଦ୍ଭିଦଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ସୋନପୁର,୨୨।୪(ନି.ପ୍ର.): ସୁବର୍ଣ୍ଣପୁରରେ ବିଶ୍ୱ ଧରିତ୍ରୀ ଦିବସ ସୋମବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ସୋନପୁର ବନାଞ୍ଚଳ ପକ୍ଷରୁ ଡିଏଫଓଙ୍କ ସମ୍ମିଳନୀ କକ୍ଷରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। 

ନୂତନ ଆଶାକର୍ମୀ ଚୟନକୁ ଗ୍ରାମବାସୀଙ୍କ ବିରୋଧ

ନୂତନ ଆଶାକର୍ମୀ ଚୟନକୁ ଗ୍ରାମବାସୀଙ୍କ ବିରୋଧ

ଦେଓଗାଁ, ୨୨ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଗାଇବାହାଲ ପଞ୍ଚାୟତ ଗଡଦ୍ୱାରରେ ଚଞ୍ଚକତା କରି ଜନୈକା ଆଶାକର୍ମୀଙ୍କୁ ଚାକିରିରୁ ଅବ୍ୟାହତି ଦିଆଯାଇ ନୂତନ ଆଶା ନିଯୁକ୍ତି ପାଇଁ ଆରମ୍ଭ ହୋଇଥିବା ପ୍ରକ୍ରିୟାକୁ ବିରୋଧ ହୋଇଛି।

ଭଂଗା କୁରିଆରେ ବୁଢ଼ାବୁଢ଼ିକର ବିତୁଛେ ଜୀବନ: ପକାଘର ଖଁଡ଼େ ଆଶ୍‌ରେ ଭାଗୀରଥି ଆର ନୁର

ଭଂଗା କୁରିଆରେ ବୁଢ଼ାବୁଢ଼ିକର ବିତୁଛେ ଜୀବନ: ପକାଘର ଖଁଡ଼େ ଆଶ୍‌ରେ ଭାଗୀରଥି ଆର ନୁର

ଜାମଟିକ୍ରା, ୨୨।୪ (ଡି.ଏନ.ଏ):  କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକର ଲାଗି ଯୋଜନା ଉପରେ ଯୋଜନା ତିଆର କରୁଛନ୍‌। ଭିନେ ଭିନେ ଯୋଜନାରେ ସରକାର ଫିବଛର କୋଟି କୋଟି ଟଁକା ସାରୁଛନ୍‌। 

ମଉଲିକ୍‌ ସୁବିଧା ସୁଯୋଗରୁ ବଁଚିତ୍‌ ୨ ପଡ଼ାବାସୀ

ମଉଲିକ୍‌ ସୁବିଧା ସୁଯୋଗରୁ ବଁଚିତ୍‌ ୨ ପଡ଼ାବାସୀ

କେସିଙ୍ଗା,୨୨।୪(ଡି.ଏନ.ଏ.):  କେସିଙ୍ଗା ଏନ୍‌.ଏ.ସି. ୮ ନମ୍ବର ଓ୍ବାର୍ଡର ଯାଦବ ଆର ହରିଜନ ପଡ଼ାବାସୀ ମଉଲିକ ସୁବିଧାରୁ ବଁଚିତ ହେଉଥିବାର ଅଭିଯୋଗ ହେଇଛେ। ୮ ନମ୍ବର ଓ୍ବାର୍ଡର ନ୍ୟୁ ଲାଇଫ୍‌ ସ୍କୁଲ ପାସେ ଥିବାର ହରିଜନ ପଡ଼ାରେ ପାଖାପାଖି ୩୦ ପରିବାରର ୨୫୦ ଲୋକ୍‌ ରହୁଛନ୍‌। 

ସର୍ଗିଗୁଡ଼ାରେ ବଡ଼ଭାରି ପିଇଲା ପାଏନ୍‌ ସମସିଆ:  ପାଏନ୍‌ ନାଁରେ ଫ୍ଲୋରାଇଡ୍‌ ପିଉଛନ୍‌ ଗାଁବାସୀ

ସର୍ଗିଗୁଡ଼ାରେ ବଡ଼ଭାରି ପିଇଲା ପାଏନ୍‌ ସମସିଆ: ପାଏନ୍‌ ନାଁରେ ଫ୍ଲୋରାଇଡ୍‌ ପିଉଛନ୍‌ ଗାଁବାସୀ

ନୂଆପଡା ଅଫିସ,୨୨ା୪:  ନୂଆପଡ଼ା ରାଏଜର ସବୁଠାନୁ ଜହ ଫ୍ଲୋରାଇଡ୍‌ ପରଭାବିତ ଜିଲା। ଇଠାନର ପଚିଶ ପରତିଶତରୁ ଅଧ୍‌କା ଅଂଚଲରେ ଫ୍ଲୋରାଇଡ୍‌ ବାହାରୁଛେ। ନିରମଲ ପିଇଲା ପାଏନ୍‌ ଟିକେ ପାଏବାର ଲାଗି ଇଠାନେ ଲୁକ୍‌କୁ ନାନା ସମସିଆ ସଂଗେ ଯୁଝ୍‌ବାକେ ପଡ଼ୁଛେ।

ହକ୍‌ ପାଏଲେ ଦିବ୍ୟାଙ୍ଗ ଆଶୁତୋଷ

ହକ୍‌ ପାଏଲେ ଦିବ୍ୟାଙ୍ଗ ଆଶୁତୋଷ

ବିନିକା,୨୨ା୪(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ଗାଁର ହରିଶ୍ଚନ୍ଦ୍ର ହୋତାକଁର ଦିବ୍ୟାଙ୍ଗ ପୁଓ ଆଶୁତୋଷ ଶେଷେ ସରକାରୀ ଯୋଜନାରେ ବିଜୁ ପକ୍କାଘର ଖଁଡ଼େ ପଏବାରେ ସଫଲ ହେଇଛନ୍‌। 

କାଳବୈଶାଖୀ ସାଙ୍ଗକୁ ବର୍ଷା, କୁଆପଥର ମାଡ଼: କ୍ଷତିରେ ପରିବା ଓ ଫଳଚାଷୀ

କାଳବୈଶାଖୀ ସାଙ୍ଗକୁ ବର୍ଷା, କୁଆପଥର ମାଡ଼: କ୍ଷତିରେ ପରିବା ଓ ଫଳଚାଷୀ

କୁତ୍ରା/ବଡ଼ଗାଁ, ୨୧।୪ (ଡି.ଏନ.ଏ)- ସୁନ୍ଦରଗଡ ଜିଲା କୁତ୍ରା ଓ ବଡ଼ଗାଁ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସାଙ୍ଗକୁ ବର୍ଷା ଓ କୁଆପଥର ମାଡ଼ ହୋଇଛି। ଫଳରେ ପରିବା ଓ ଫଳ ଚାଷୀ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଚାପରେ ରହୁଥିବା ଜଣାପଡିଛି। 

ସିଆମାଳ ନାଳି କଙ୍କ୍ରିଟକରଣ କରିବାକୁ ଦାବି

ସିଆମାଳ ନାଳି କଙ୍କ୍ରିଟକରଣ କରିବାକୁ ଦାବି

ବିନିକା, ୨୦ା୪(ଡି.ଏନ୍‌.ଏ.):ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡି ଏବଂ ବାବୁପାଲି ପଞ୍ଚାୟତର ୫ଶହ ଏକର ଜମିରେ ସିଆମାଳ ନାଳିର ପାଣି ମାଡିଥାଏ।  ୪ଶହରୁ ଊର୍ଦ୍ଧ୍ୱ ଚାଷୀ ଏହାଦ୍ୱାରା ଉପକୃତ ହୋଇଥାନ୍ତି। 

ସର୍ଗିଗୁଡା ଗାଁରେ ଉତ୍କଟ ହେଉଛି ପାଣି ସମସ୍ୟା : ଜଳ ନାଁ ରେ ପିଉଛନ୍ତି ଜହର

ସର୍ଗିଗୁଡା ଗାଁରେ ଉତ୍କଟ ହେଉଛି ପାଣି ସମସ୍ୟା : ଜଳ ନାଁ ରେ ପିଉଛନ୍ତି ଜହର

ନୂଆପଡା ଅଫିସ, ୨୧।୪- ନୂଆପଡା ରାଜ୍ୟର ସବୁଠାରୁ ବେଶୀ ଫ୍ଲୋରାଇଡ ପ୍ରଭାବିତ ଜିଲା। ଏଠିକାର ପଚିଶ ପ୍ରତିଶତରୁ ଊର୍ଦ୍ଧ୍ୱ ଅଞ୍ଚଳ ଫ୍ଲୋରାଇଡ ପ୍ରବଣ। ବିଶୁଦ୍ଧ ପାନୀୟ ଜଳ ମୁନ୍ଦିଏ ପାଇଁ ଏଠିକାର ଲୋକଙ୍କୁ  ସଂଘର୍ଷ କରିବାକୁ ପଡିଥାଏ। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri