ଅନଗୁଳ-ଢେଙ୍କାନାଳ

‘ହୋପ୍‌’ ଆଣିଲା ଗୌରବ

‘ହୋପ୍‌’ ଆଣିଲା ଗୌରବ

କାମାକ୍ଷାନଗର, ୧୬।୧(ଡି.ଏନ୍‌.ଏ.)-ଜାତୀୟସ୍ତରରେ ପୁଣିଥରେ ଚର୍ଚ୍ଚାରେ ଢେଙ୍କାନାଳ। ଜାତୀୟ ବିଜ୍ଞାନ ନାଟକ ମହୋତ୍ସବରେ ପୂର୍ବ ଭାରତ ଜୋନ୍‌ରୁ ପ୍ରତିନିଧିତ୍ୱ କରୁଥିବା ନାଟକ ‘ହୋପ୍‌: ଏ ସିମ୍ବଲ ସବ୍‌ମିଶନ’ ଦିଲ୍ଲୀରେ ସାଉଁଟିଛି ଅଜସ୍ର ପ୍ରଶଂସା। ଏଥିଲାଗି ନାଟ୍ୟକାର ଦୀନେଶ ଦାସଙ୍କୁ ମିଳିଛି ଜାତୀୟସ୍ତରରେ ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର। କେନ୍ଦ୍ର ସରକାରଙ୍କ ସଂସ୍କୃତି ବିଭାଗ ଅଧୀନ ନ୍ୟାଶନାଲ କାଉନସିଲ ଅଫ୍‌ ସାଇନ୍ସ ମ୍ୟୁଜିୟମ୍‌ ଦ୍ୱାରା ଦିଲ୍ଲୀ ପ୍ରଗତି ମଇଦାନସ୍ଥିତ ଜାତୀୟ ବିଜ୍ଞାନ କେନ୍ଦ୍ର ଅଡିଟୋରିୟମ୍‌ରେ ଶନିବାର ଆୟୋଜିତ ଜାତୀୟ ବିଜ୍ଞାନ ନାଟକ ମହୋତ୍ସବରେ ତାଙ୍କୁ ଏହି ପୁରସ୍କାର ମିଳିଛି।

ଉକ୍ତ ପ୍ରତିଯୋଗିତାରେ ଦେଶର ୫ ଜୋନ୍‌ର ଚାମ୍ପିୟନ ଏବଂ ରନର୍ସ ଅପ୍‌ ହୋଇଥିବା ୫ ଦଳ ଭାଗ ନେଇଥିଲେ। ଏଥିରେ ସାମିଲ ହୋଇଥିଲେ ‘ହୋପ୍‌: ଏ ସିମ୍ବଲ ସବ୍‌ମିଶନ’ର ଟିମ୍‌ ସଦସ୍ୟ। ନାଟକରେ ଅଭିନୟ କରିଥିବା ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ କାନପୁରା ପଞ୍ଚାୟତିରାଜ ହାଇସ୍କୁଲର ୮  ଛାତ୍ରୀଛାତ୍ର ପୂର୍ବଭାରତକୁ ପ୍ରତିନିଧିତ୍ୱ କରିଥିଲେ। ଜାତୀୟ ନାଟ୍ୟ ବିଦ୍ୟାଳୟର ଅଧ୍ୟକ୍ଷ ଡ. ଅମଲ ଆଲାନା, ଖ୍ୟାତନାମା ଅଭିନେତା, ନିର୍ଦ୍ଦେଶକ, ଲେଖକ ତଥା ‘ଥ୍ରୀ ଇଡିଅଟ୍‌’ ଚଳଚ୍ଚିତ୍ରର ସଂଳାପ ଲେଖକ ଅତୁଲ ତିୱାରୀ ଅତିଥି ଭାବେ ଯୋଗଦେଇ ନାଟ୍ୟକାର ଦୀନେଶ ଦାସଙ୍କୁ ପୁରସ୍କୃତ କରିଥିଲେ। ପଞ୍ଚାୟତିରାଜ ହାଇସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀରାମ ରାଉତଙ୍କ ନେତୃତ୍ୱରେ ନାଟ୍ୟକାର ଦୀନେଶ ଦାସ, ବିଜୟଲକ୍ଷ୍ମୀ ବିଶ୍ୱାଳ, ପ୍ରଜପ୍ତା ସାହୁ, ମନସ୍ବିନୀ ବେହେରା, ସୋନାଲିନା ସାହୁ, ସମୀର ମହାପାତ୍ର, କାହ୍ନା ଡାକୁଆ, ଦୀପକ ସାହୁ, ସ୍ବୟମ୍‌ ଶୁଭମ୍‌ ନନ୍ଦ, ଶିକ୍ଷୟିତ୍ରୀ ସୁମିତ୍ରା ଜେନା, ପରିଚାଳନା କମିଟି ସଭାପତି ସୂର୍ଯ୍ୟକାନ୍ତ ବିଶ୍ୱାଳ, 

All Right Reserved By

ଅନଗୁଳ-ଢେଙ୍କାନାଳ

ଆଜି ଅନୁଗୋଳ ଆସିବେ ମୁଖ୍ୟମନ୍ତ୍ରୀ: ୪ ନିର୍ବାଚନମଣ୍ଡଳୀରେ କରିବେ ମାରାଥନ ପ୍ରଚାର

ଆଜି ଅନୁଗୋଳ ଆସିବେ ମୁଖ୍ୟମନ୍ତ୍ରୀ: ୪ ନିର୍ବାଚନମଣ୍ଡଳୀରେ କରିବେ ମାରାଥନ ପ୍ରଚାର

ଅନୁଗୋଳ ଅଫିସ/ବଇଣ୍ଡା/ଛେଣ୍ଡିପଦା ୨୦।୪ (ଡି.ଏନ୍‌.ଏ/ସ୍ବ.ପ୍ର.)- ନିର୍ବାଚନୀ ପ୍ରଚାର ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି।

ନଦୀ ପାର ଦନ୍ତାର ନରସଂହାର

ନଦୀ ପାର ଦନ୍ତାର ନରସଂହାର

ଅନୁଗୋଳ ଜିଲାରେ ଅନେକ ସମୟରେ ହାତୀକୁ ନେଇ ଆତଙ୍କ ଦେଖାଯାଉଛି। କେତେବେଳେ ହାତୀ ଗଁ। ନିକଟକୁ ଆସି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି ତ ପୁଣି କେବେ ସହର ମଧ୍ୟକୁ ପଶି ଭୟର ବାତାବରଣ ଖେଳାଇ ଦେଉଛନ୍ତି। 

ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.)- ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ମଝିରେ  ମାତ୍ର ୩ ଦିନ ଥିବାବେଳେ ପ୍ରାର୍ଥୀମାନେ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। 

ନିର୍ବାଚନ ପାଇଁ ରିକ୍ୟୁଜିଶନ ହେଲା ଦୁଇ ଚକିଆ ଯାନ: ଥାନାକୁ ବାଇକ୍‌ ଟାଣି ଆଣିଲା ପୋଲିସ

ନିର୍ବାଚନ ପାଇଁ ରିକ୍ୟୁଜିଶନ ହେଲା ଦୁଇ ଚକିଆ ଯାନ: ଥାନାକୁ ବାଇକ୍‌ ଟାଣି ଆଣିଲା ପୋଲିସ

ଅନୁଗୋଳ ଅଫିସ, ୨୦।୪- ନିର୍ବାଚନ ପାଇଁ ଦୁଇ ଚକିଆ ଯାନ ରିକ୍ୟୁଜିଶନ ଯୋଗୁ ଅନୁଗୋଳ ପୋଲିସ ଲୋକଙ୍କଠାରୁ ବାଇକ୍‌ ସଂଗ୍ରହ କରିଛି। ତେବେ ପୋଲିସ ବିନା ସୂଚନାରେ ହଠାତ୍‌ ଲୋକମାନଙ୍କୁ ରାସ୍ତାରେ ଅଟକାଇ ସେମାନଙ୍କ ବାଇକ୍‌ ଥାନାକୁ ନେଇଯିବା ପ୍ରଥମେ କିଛି ବୁଝାପଡି ନ ଥିଲା।

ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା

ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା

ଢେଙ୍କାନାଳ ଅଫିସ, ୨୦।୪- ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ଲୋକସଭା କ୍ଷେତ୍ର। ହାଟ୍ରିକ୍‌ ବିଜୟ ସହ ମୋଟ ୪ ଥର ଏମ୍‌ପି ରହିଆସିଥିବା ବରିଷ୍ଠ ବିଜେଡି ନେତା ତଥାଗତ ସତପଥୀ ନିର୍ବାଚନରୁ ନିଜକୁ ଦୂରେଇ ରଖିବା ପରେ ଶାସକ ଦଳକୁ ଏବେ ଘାରିଛି ଗଡ଼ରକ୍ଷା ଚିନ୍ତା।

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ବିଜେଡିର ମହିଳା ସମାବେଶ

ବିଜେଡିର ମହିଳା ସମାବେଶ

ବଇଣ୍ଡା,୧୯।୪(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧରଡ଼ପାଳ ଓ ଅଙ୍ଗପଡ଼ା ପଞ୍ଚାୟତରେ ଶୁକ୍ରବାର ବିଜେଡିର ନିର୍ବାଚନୀ ମହିଳା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବଜ୍ରପାତରେ ୧୩ ବର୍ଷର ବାଳିକା ମୃତ

ବଜ୍ରପାତରେ ୧୩ ବର୍ଷର ବାଳିକା ମୃତ

ଛେଣ୍ଡିପଦା,୧୯।୪(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଅନ୍ତର୍ଗତ କୁଶକିଳା ଗ୍ରାମରେ ଶୁକ୍ରବାର ବଜ୍ରପାତରେ ଜଣେ ୧୩ ବର୍ଷର ବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶିଶିର ବାରିକଙ୍କ ଝିଅ ଜିତା(୧୩) ।

୫ ଜଣଙ୍କ ଜୀବନ ନେଲା ଦନ୍ତାହାତୀ

୫ ଜଣଙ୍କ ଜୀବନ ନେଲା ଦନ୍ତାହାତୀ

ତାଳଚେର,୧୯ା୪(ନିି.ପ୍ର): ତାଳଚେର ପୌରାଞ୍ଚଳର ଷଣ୍ଢଗାଁରେ ଗୁରୁବାର ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୫ ଜଣଙ୍କ ଜୀବନ ଯାଇଛି। ସେମାନେ ହେଲେ କାଳିଆ ସହର, ସୁନୀତା ସେଠ୍‌, ସାରଥି ସହର, ଅନୀତା ସହର ଏବଂ ତାଳଚେର ବ୍ଲକ ସନ୍ଥପଡ଼ା ଗ୍ରାମର ଭ୍ରମରବର ସାମଲ(୭୦)।

ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ଭୁବନ, ୧୯ା୪(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ପରିବା ମାର୍କେଟରେ ଥିବା ନାରାୟଣ ପୋଥାଳଙ୍କ ଗ୍ରୋସରୀ ଦୋକାନରେ ବିଦ୍ୟୁତ ସର୍ଟସର୍କିଟରୁ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ସବୁ ଜଳି ପାଉଁଶ ହୋଇଯାଇଛି ।

ଶୋଭାଯାତ୍ରା, ପଦଯାତ୍ରାରେ କମ୍ପୁଛି ଗ୍ରାମାଞ୍ଚଳ: ସହରରେ ବିଜେଡିର ଥ୍ରୀ ଡି ପ୍ରଚାର

ଶୋଭାଯାତ୍ରା, ପଦଯାତ୍ରାରେ କମ୍ପୁଛି ଗ୍ରାମାଞ୍ଚଳ: ସହରରେ ବିଜେଡିର ଥ୍ରୀ ଡି ପ୍ରଚାର

ଅନୁଗୋଳ ଅଫିସ, ୧୯।୪- ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଶେଷ ହୋଇଥିବାରୁ ତୃତୀୟ ପର୍ଯ୍ୟାୟ ପାଇଁ ପ୍ରସ୍ତୁତି ଜୋର ଧରିଛି। ଇତିମଧ୍ୟରେ ପ୍ରଚାର ପାଇଁ ପ୍ରାର୍ଥୀଙ୍କ ହାତରେ ଆଉ ମାତ୍ର ୩ ଦିନ ବାକି ରହିଛି। 


Model This Week

କ୍ରିଷ୍ଣା
Why Dharitri