ଅନଗୁଳ-ଢେଙ୍କାନାଳ

ଜିଲା ରେଡ୍‌କ୍ରସ୍‌ ଶାଖା ସାଧାରଣ ବୈଠକ: ପୂରଣ ହେଲାନି ପାଣ୍ଠି ସଂଗ୍ରହ ଧାର୍ଯ୍ୟ ଲକ୍ଷ୍ୟ

ଜିଲା ରେଡ୍‌କ୍ରସ୍‌ ଶାଖା ସାଧାରଣ ବୈଠକ: ପୂରଣ ହେଲାନି ପାଣ୍ଠି ସଂଗ୍ରହ ଧାର୍ଯ୍ୟ ଲକ୍ଷ୍ୟ

ଢେଙ୍କାନାଳ ଅଫିସ, ୧୬ା୧-ରେଡ୍‌କ୍ରସ୍‌ ପାଣ୍ଠି ସଂଗ୍ରହ ଧାର୍ଯ୍ୟ ଲକ୍ଷ୍ୟଠାରୁ ବହୁ ପଛରେ ଢେଙ୍କାନାଳ ଜିଲା। ଗତ ୩ ବର୍ଷ ମଧ୍ୟରେ ସଂଗୃହୀତ ହୋଇଥିବା ପାଣ୍ଠି ଧାର୍ଯ୍ୟ ପରିମାଣଠାରୁ ୫୬% କମ୍‌। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ରବିବାର ଆୟୋଜିତ ରେଡ୍‌କ୍ରସ୍‌ ଶାଖା ସାଧାରଣ ଏବଂ କାର୍ଯ୍ୟ ନିର୍ବାହୀ ପରିଷଦର ବୈଠକରେ ଏହି ସୂଚନା ଦିଆଯାଇଛି। ପାଣ୍ଠି ସଂଗ୍ରହ ଆଶାନୁରୂପକ ହୋଇ ନ ଥିବାରୁ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଉଦ୍‌ବେଗ ବ୍ୟକ୍ତ କରିବାସହ ଆଗାମୀ ଦିନରେ ଏହାକୁ ପୂରଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

୨୦୧୬-୧୭ ଆର୍ଥତ୍କ ବର୍ଷରେ ଢେଙ୍କାନାଳ ଉପଜିଲାପାଳ  ୭ଲକ୍ଷ ୪୬ହଜାର ୬୪୦ଟଙ୍କା, ଆଞ୍ଚଳିକ ପରିବହନ ଅଧିକାରୀ ୬ଲକ୍ଷ ୪୨ହଜାର ୧୫୦ଟଙ୍କା ଏବଂ ଡେପୁଟି କଲେକ୍ଟର (ଜୁଡିସିଆଲ) ୪ଲକ୍ଷ ୫୭ହଜାର ୯୦୦ଟଙ୍କା ଆଦାୟ କରି ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଥିଲେ। ଏହିକ୍ରମରେ ୨୦୧୭-୧୮ ବର୍ଷରେ ଡେପୁଟି କଲେକ୍ଟର (ଜୁଡିସିଆଲ) ୬ଲକ୍ଷ ୮୩ହଜାର ୬୦୦ଟଙ୍କା, ଉପଜିଲାପାଳ ୬ଲକ୍ଷ ୧ହଜାର ୬୧୦ଟଙ୍କା ଏବଂ ଆଞ୍ଚଳିକ ପରିବହନ ଅଧିକାରୀ ୫ଲକ୍ଷ ୬୮ହଜାର ଟଙ୍କା ଆଦାୟ କରି ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଛନ୍ତି, ଯାହା ଧାର୍ଯ୍ୟ ଲକ୍ଷ୍ୟର ମାତ୍ର ୪୪%। 

ଜିଲାରେ ୨,୦୩୧ ଜଣ ଆଜୀବନ ରେଡ୍‌କ୍ରସ୍‌ ସଭ୍ୟ ଅଛନ୍ତି। ଜିଲାପାଳଙ୍କ ହାତରେ ଇଚ୍ଛାଧୀନ ରେଡ୍‌କ୍ରସ ପାଣ୍ଠି ବାବଦକୁ ୧୦ଲକ୍ଷ ଟଙ୍କା ରହିଛି। ପାଣ୍ଠି ବାବଦକୁ ବ୍ୟକ୍ତିଗତ ୫୦୦ଟଙ୍କା ରହିଥିବାବେଳେ ଏହାକୁ ବୃଦ୍ଧି କରିବା ସହ ଆଜୀବନ ସଭ୍ୟ ଗ୍ରହଣ କରିବାକୁ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ସେହିପରି ଅବକାରୀ ଅଧୀକ୍ଷକ ଓ ଜିଲା ସବ୍‌ରେଜିଷ୍ଟ୍ରାରଙ୍କ ସମେତ ଅନ୍ୟ ସବ୍‌ରେଜିଷ୍ଟ୍ରାରମାନେ ଅଧିକ ଆୟ ସଂଗ୍ରହ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ଅଧିକ ପାଣ୍ଠି ଦେଇଥିବା ସଂସ୍ଥାକୁ ପୁରସ୍କୃତ କରାଯିବାକୁ ନିଷ୍ପତ୍ତି ହୋଇଛି। ସିଡିଏମ୍‌ଓଙ୍କ ପକ୍ଷରୁ ୨୦୧୮-୧୯ ବର୍ଷରେ ରେଡ୍‌କ୍ରସ୍‌ ବ୍ଲଡ ବ୍ୟାଙ୍କ ପାଇଁ ୬୨ଟି ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ୨୦୧୭-୧୮ରେ ୧୨ଲକ୍ଷ ୪୦ହଜାର ୪୧୪ ଟଙ୍କାର ଜନଔଷୀ କାରବାର ହୋଇଥିବାବେଳେ  ଡିସେମ୍ବର ୨୦୧୯ ସୁଦ୍ଧା ଏହା ୧୨ଲକ୍ଷ ୯୪ହଜାର ୯୮୩ ଟଙ୍କା ଛୁଇଁଛି। ରେଡ୍‌କ୍ରସ ମହାପ୍ରାୟାଣ ଗାଡ଼ିରେ ୨୦୧୮-୧୯ ବର୍ଷରେ ମୃତଦେହ ପରିବହନ ବାବଦକୁ ୧ଲକ୍ଷ ୮୪ହଜାର ୬୫ଟଙ୍କା ସଂଗ୍ରହ ହୋଇଥିବା ସୂଚନା ଦିଆଯାଇଛି। ରେଡ୍‌କ୍ରସ ସହାୟତାରେ ଅପହଞ୍ଚ ଇଲାକାରେ ସ୍ବାସ୍ଥ୍ୟସେବା ପହଞ୍ଚାଇବାକୁ ୨ଟି ବାଇକ୍‌ ଆମ୍ବୁଲାନ୍ସ କିଣିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ  ସହକାରୀ ଜିଲାପାଳ ଶଶାଙ୍କ ଶେଖର ମିଶ୍ର, ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା, ଉପଜିଲାପାଳ ପୀତାମ୍ବର ସାମଲ, ଭବେଶ ନାୟକ, ଯୋଗାଣ ଅଧିକାରୀ ହାଡ଼ିବନ୍ଧୁ ସେଠୀ, ପଞ୍ଚାୟତ ଅଧିକାରୀ ବୀରେନ୍ଦ୍ର ହୋତା, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହେମନ୍ତ କୁମାର ନାୟକ, ରେଡ୍‌କ୍ରସ ଶାଖା ଉପସଭାପତି ବିରଞ୍ଚତ୍ ନାରାୟଣ ପାଣିଙ୍କ ସମେତ ସମସ୍ତ ତହସିଲଦାର ଉପସ୍ଥିତ ଥିଲେ|

All Right Reserved By

ଅନଗୁଳ-ଢେଙ୍କାନାଳ

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେର,୨୦।୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ନିର୍ବାଚନମଣ୍ଡଳୀ ଘଣ୍ଟପଡା ହାଇସ୍କୁଲ ପଡିଆଠାରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିିର୍ବାଚନୀ ପ୍ରଚାର କରିଛନ୍ତି।

ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ସାନଭାଇ ମାଡ଼ରେ ବଡଭାଇ ଗୁରୁତର

ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ସାନଭାଇ ମାଡ଼ରେ ବଡଭାଇ ଗୁରୁତର

ପରଜଙ୍ଗ,୨୦।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଆଳୋ ପଞ୍ଚାୟତ ଦଲକ ସାହିରେ ଶନିବାର ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗୋଟିଏ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି।

ମହାଶ୍ୱେତା, ଶ୍ରୀତମଙ୍କ ରୋଡ୍‌ ଶୋ

ମହାଶ୍ୱେତା, ଶ୍ରୀତମଙ୍କ ରୋଡ୍‌ ଶୋ

ପାଲଲହଡ଼ା, ୨୦ା୪(ଡି.ଏନ.ଏ.)- ପାଲଲହଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଅଶୋକ ମହାନ୍ତିଙ୍କ ପାଇଁ ଶୁକ୍ରବାର ରୋଡ୍‌ ଶୋ କରିଛନ୍ତି ଓଲିଉଡ କଳାକାର ମହାଶ୍ୱେତା ରାୟ ଓ ଶ୍ରୀତମ ଦାସ।

ଆଜି ଅନୁଗୋଳ ଆସିବେ ମୁଖ୍ୟମନ୍ତ୍ରୀ: ୪ ନିର୍ବାଚନମଣ୍ଡଳୀରେ କରିବେ ମାରାଥନ ପ୍ରଚାର

ଆଜି ଅନୁଗୋଳ ଆସିବେ ମୁଖ୍ୟମନ୍ତ୍ରୀ: ୪ ନିର୍ବାଚନମଣ୍ଡଳୀରେ କରିବେ ମାରାଥନ ପ୍ରଚାର

ଅନୁଗୋଳ ଅଫିସ/ବଇଣ୍ଡା/ଛେଣ୍ଡିପଦା ୨୦।୪ (ଡି.ଏନ୍‌.ଏ/ସ୍ବ.ପ୍ର.)- ନିର୍ବାଚନୀ ପ୍ରଚାର ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି।

ନଦୀ ପାର ଦନ୍ତାର ନରସଂହାର

ନଦୀ ପାର ଦନ୍ତାର ନରସଂହାର

ଅନୁଗୋଳ ଜିଲାରେ ଅନେକ ସମୟରେ ହାତୀକୁ ନେଇ ଆତଙ୍କ ଦେଖାଯାଉଛି। କେତେବେଳେ ହାତୀ ଗଁ। ନିକଟକୁ ଆସି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି ତ ପୁଣି କେବେ ସହର ମଧ୍ୟକୁ ପଶି ଭୟର ବାତାବରଣ ଖେଳାଇ ଦେଉଛନ୍ତି। 

ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.)- ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ମଝିରେ  ମାତ୍ର ୩ ଦିନ ଥିବାବେଳେ ପ୍ରାର୍ଥୀମାନେ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। 

ନିର୍ବାଚନ ପାଇଁ ରିକ୍ୟୁଜିଶନ ହେଲା ଦୁଇ ଚକିଆ ଯାନ: ଥାନାକୁ ବାଇକ୍‌ ଟାଣି ଆଣିଲା ପୋଲିସ

ନିର୍ବାଚନ ପାଇଁ ରିକ୍ୟୁଜିଶନ ହେଲା ଦୁଇ ଚକିଆ ଯାନ: ଥାନାକୁ ବାଇକ୍‌ ଟାଣି ଆଣିଲା ପୋଲିସ

ଅନୁଗୋଳ ଅଫିସ, ୨୦।୪- ନିର୍ବାଚନ ପାଇଁ ଦୁଇ ଚକିଆ ଯାନ ରିକ୍ୟୁଜିଶନ ଯୋଗୁ ଅନୁଗୋଳ ପୋଲିସ ଲୋକଙ୍କଠାରୁ ବାଇକ୍‌ ସଂଗ୍ରହ କରିଛି। ତେବେ ପୋଲିସ ବିନା ସୂଚନାରେ ହଠାତ୍‌ ଲୋକମାନଙ୍କୁ ରାସ୍ତାରେ ଅଟକାଇ ସେମାନଙ୍କ ବାଇକ୍‌ ଥାନାକୁ ନେଇଯିବା ପ୍ରଥମେ କିଛି ବୁଝାପଡି ନ ଥିଲା।

ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା

ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା

ଢେଙ୍କାନାଳ ଅଫିସ, ୨୦।୪- ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ଲୋକସଭା କ୍ଷେତ୍ର। ହାଟ୍ରିକ୍‌ ବିଜୟ ସହ ମୋଟ ୪ ଥର ଏମ୍‌ପି ରହିଆସିଥିବା ବରିଷ୍ଠ ବିଜେଡି ନେତା ତଥାଗତ ସତପଥୀ ନିର୍ବାଚନରୁ ନିଜକୁ ଦୂରେଇ ରଖିବା ପରେ ଶାସକ ଦଳକୁ ଏବେ ଘାରିଛି ଗଡ଼ରକ୍ଷା ଚିନ୍ତା।

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ବିଜେଡିର ମହିଳା ସମାବେଶ

ବିଜେଡିର ମହିଳା ସମାବେଶ

ବଇଣ୍ଡା,୧୯।୪(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧରଡ଼ପାଳ ଓ ଅଙ୍ଗପଡ଼ା ପଞ୍ଚାୟତରେ ଶୁକ୍ରବାର ବିଜେଡିର ନିର୍ବାଚନୀ ମହିଳା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବଜ୍ରପାତରେ ୧୩ ବର୍ଷର ବାଳିକା ମୃତ

ବଜ୍ରପାତରେ ୧୩ ବର୍ଷର ବାଳିକା ମୃତ

ଛେଣ୍ଡିପଦା,୧୯।୪(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଅନ୍ତର୍ଗତ କୁଶକିଳା ଗ୍ରାମରେ ଶୁକ୍ରବାର ବଜ୍ରପାତରେ ଜଣେ ୧୩ ବର୍ଷର ବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶିଶିର ବାରିକଙ୍କ ଝିଅ ଜିତା(୧୩) ।


Model This Week

କ୍ରିଷ୍ଣା
Why Dharitri