ରାଜ୍ୟ | ବ୍ରହ୍ମପୁର

ସ୍କୁଲରେ ଛାଡ଼ିବାକୁ ଯାଇ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ଅପହରଣ ପରେ ହତ୍ୟା: ଅଭିଯୁକ୍ତ ଅଟକ, ପୋଲିସର ତନାଘନା

ସ୍କୁଲରେ ଛାଡ଼ିବାକୁ ଯାଇ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ଅପହରଣ ପରେ ହତ୍ୟା: ଅଭିଯୁକ୍ତ ଅଟକ, ପୋଲିସର ତନାଘନା

ବ୍ରହ୍ମପୁର ଅଫିସ,୧୬ା୧: ବ୍ରହ୍ମପୁର ଗୋଷାଣୀନୂଆଗାଁ ଥାନା ଅଧିନସ୍ଥ ସଦାନନ୍ଦ ବିହାର ସପ୍ତମ ଲେନ୍‌ର ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିବା ନେଇ ପୋଲିସ ମଙ୍ଗଳବାର ସ୍ପଷ୍ଟ କରିଛି। ସମ୍ପୃକ୍ତ ଅଭିଯୁକ୍ତ ଦେବାଶିଷ ପଣ୍ଡାଙ୍କୁ ପୋଲିସ ଚିହ୍ନଟ କରିବା ପରେ ଥାନାକୁ ଆଣି ଅଟକ ରଖି କ୍ରମାଗତ ଜେରା କରୁଥିବା ଜଣାପଡିଛି। ହତ୍ୟାର ପଛର କାରଣ କ’ଣ ରହିଛି ସେ ନେଇ ତଦନ୍ତର ବିଭିନ୍ନ ଦିଗକୁ ବଢାଇ ପୋଲିସ ଖୋଳତାଡ଼ କରୁିଛି। ତେବେ ଅଭିଯୁକ୍ତ ଦେବାଶିଷ ଶିଶୁଙ୍କୁ ପଥରରେ ଛେଚିଛେଚି ହତ୍ୟା କରିଥିବା ସ୍ପଷ୍ଟ କରିଛନ୍ତି।  

ବ୍ରହ୍ମପୁର ଏସ୍ପି ପିନାକ ମିଶ୍ରଙ୍କ ନିର୍ଦ୍ଦେଶାକ୍ରମେ ଦୁଇ ଜଣ ଏଏସ୍ପି ଶାନ୍ତନୁ ଦାସ, ପ୍ରଭାତ ରାଉତରାୟ ଏବଂ ଗୋଷାଣୀନୂଆଗାଁ ଥାନା ଆଇଆଇସି କୁଳମଣୀ ସେଠୀଙ୍କୁ ନେଇ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇ ତଦନ୍ତ କରାଯାଉଛି । ତଦନ୍ତରେ ବାଧା ସୃଷ୍ଟି ଆଶଙ୍କା କରି ସବିଶେଷ ତଥ୍ୟ ଦେବାକୁ ପୋଲିସ ମନା କରିଦେଇଛି । 

ପ୍ରକାଶ ଯେ, ଗତ ଜାନୁୟାରୀ ୧୨ରେ ଉକ୍ତ ଲେନ୍‌ରେ ଭଡାସୂତ୍ରରେ ରହି ଆସୁଥିବା ନିରୂପମା ଆଚାର୍ଯ୍ୟଙ୍କର ୭ ବର୍ଷର ପୁଅ ଅଂଶୁମାନଙ୍କୁ ଜଣେ ସମ୍ପର୍କୀୟ କେଉଁଆଡେ ଅପହରଣ କରି ନେଇଯାଇଛନ୍ତି ବୋଲି ଅଭିଯୋଗ ହୋଇଥିଲା। ଅଂଶୁମାନ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ପ୍ରଥମ ଶ୍ରେଣୀରେ ଶିକ୍ଷା ଗ୍ରହଣ କରୁଥିବା ବେଳେ ଘଟଣା ଘଟିବା ଦିନ ନିରୂପମାଙ୍କ ଘରେ ରହିଆସୁଥିବା ଜଣେ ନିକଟତମ ସମ୍ପର୍କୀୟ ଯୁବକ ଅଂଶୁମାନଙ୍କୁ ସ୍କୁଲକୁ ଛାଡିବା ପାଇଁ ନେଇଯାଇଥିଲେ । ହେଲେ ବିଳମ୍ବିତ ସମୟ ଯାଏ ଅଂଶୁମାନ କିମ୍ବା ତାଙ୍କୁ ଛାଡିବାକୁ ନେଇଯାଇଥିବା ଯୁବକଙ୍କ କୌଣସି ସନ୍ଧାନ ମିଳିବାରୁ ଗୋଷାଣୀନୂଆଗାଁ ଥାନାକୁ ଯାଇ ନିରୂପମା ଏତଲା ଦେଇଥିଲେ। ଏ ନେଇ କେସନଂ(୩/୧୯)ରେ ପୋଲିସ ଏକ ଅପହରଣ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା । ସୋମବାର ଛତ୍ରପୁର ନିକଟରୁ ଅଂଶୁମାନଙ୍କ ବିଦ୍ୟାଳୟ ପରିଚୟ ପତ୍ର ଏବଂ ହଳଦିଆପଦର ବ୍ରିଜ ନିକଟରୁ ଏକ ସ୍କୁଟି ଏବଂ ଅଂଶୁମାନଙ୍କ ରକ୍ତ ଭିଜା ସାର୍ଟକୁ ପୋଲିସ ଜବତ କରିଛି । ରକ୍ତଭିଜା ସାର୍ଟକୁ ଦେଖି ଅଂଶୁମାନଙ୍କୁ ହତ୍ୟା କରାଯାଇଥିବା ପୋଲିସ ଅନୁମାନ କରି ତଦନ୍ତର ବିଭିନ୍ନ ଦିଗକୁ ବଢାଇଥିଲା । 

ସ୍ବତନ୍ତ୍ର ଟିମ୍‌ ମାଧ୍ୟମରେ ଅଭିଯୁକ୍ତଙ୍କୁ ପୋଲିସ କାବୁ କରିଦେଇଥିବା ବେଳେ ମାରାଥନ ଜେରା ଚାଲିଥିବା ପୋଲିସ ପକ୍ଷରୁ ଜଣାଯାଇଛି । ଯୁବକ ଜଣକ ହତ୍ୟା ସ୍ଥଳ ଏବଂ ହତ୍ୟା ପରେ ମୃତଦେହକୁ କେଉଁଠି ଲୁଚାଇ ରଖିଛନ୍ତି ତାହା ଜଣାଇବା ପରେ ହତ୍ୟାରେ ବ୍ୟବହୃତ ଅସ୍ତ୍ର ଜବତ କରାଯିବ ବୋଲି ପୋଲିସ କହିଛି । ସମସ୍ତ ତଦନ୍ତ ପ୍ରକ୍ରିୟା ଶେଷ ହେବା ପରେ ହତ୍ୟାର ପ୍ରକୃତ ରହସ୍ୟ ଉନ୍ମୋଚନ ହେବ ବୋଲି ଆଇଆଇସି କୁଳମଣୀ ସେଠୀ କହିଛନ୍ତି । 

ସୂଚନାଯୋଗ୍ୟ, ସଦାନନ୍ଦ ବିହାରରେ ନିରୂପମା ଗତ ତିନି ମାସ ହେଲା ଭଡାସୂତ୍ରରେ ରହିଆସୁଛନ୍ତି । ନିରୂପମାଙ୍କ ଜଣେ ସମ୍ପର୍କୀୟ ଭାଇ ଘରେ ରହିଆସୁଥିବା ବେଳେ ସେ ଅଂଶୁମାନଙ୍କୁ ସ୍କୁଲକୁ ନେବା ଆଣିବା କରୁଥିଲେ । ହେଲେ ଘଟଣା ଘଟିବା ଦିନ ଠାରୁ ସମ୍ପର୍କୀୟ ଭାଇ ଜଣକ ଫେରାର୍‌ ରହିଥିବାରୁ ପୋଲିସର ସନ୍ଦେହ ବଢିଥିଲା । ଖବରଲେଖିବା ସୁଦ୍ଧା ଅଭିଯୁକ୍ତ ସମ୍ପର୍କୀୟ ଭାଇଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରାଉଚୁରା କରୁଥିବା ବେଳେ ଖୁବଶୀଘ୍ର ଗିରଫ କରାଯାଇ ଖବରଦାତା ସମ୍ମିଳନୀ ମାଧ୍ୟମରେ ସମସ୍ତ ତଥ୍ୟ ଜଣାଇ ଦିଆଯିବ ବୋଲି ଅତିରିକ୍ତ ଏସ୍‌ପି ଶାନ୍ତନୁ ଦାସ ସୂଚନା ଦେଇଛନ୍ତି।


All Right Reserved By

ରାଜ୍ୟ | ବ୍ରହ୍ମପୁର

ବୁଝାମଣା ନୁହେଁ, ଆନ୍ଦୋଳନ କରିବ ଏସ୍‌ୟୁସିଆଇ(ସି)

ବୁଝାମଣା ନୁହେଁ, ଆନ୍ଦୋଳନ କରିବ ଏସ୍‌ୟୁସିଆଇ(ସି)

ଭୁବନେଶ୍ୱର,୧୫।୨(ବ୍ୟୁରୋ)- ଭାରତର ପ୍ରମୁଖ ସାମ୍ୟବାଦୀ ଦଳ ଏସ୍‌ୟୁସିଆଇ(ସି) ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ନିଜ ରଣନୀତି ପ୍ରସ୍ତୁତ କରିଛି। ନିର୍ବାଚନ ଅପେକ୍ଷା ଜନଜୀବନ ସମସ୍ୟା ନେଇ ନ୍ୟାୟସଙ୍ଗତ ବାମପନ୍ଥୀ ଆନ୍ଦୋଳନ ଗଢିବା ଦଳର ମୁଖ୍ୟ ଉଦ୍ଦେଶ୍ୟ।

ବିପୁଳ ପରିମାଣର ମଦ, ମହୁଲ ପୋଚ ଜବତ

ବିପୁଳ ପରିମାଣର ମଦ, ମହୁଲ ପୋଚ ଜବତ

ପାଟଣାଗଡ, ୧୫।୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକର ରେଙ୍ଗାଲି ଏବଂ ଛେଲଖାଇ ଗ୍ରାମରେ ଅବକାରୀ ବିଭାଗ ଚଢାଉ କରି ବିପୁଳ ପରିମାଣର ଦେଶୀ ରନ୍ଧାମଦ ଏବଂ ମହୁଲ ପୋଚ ଜବତ କରିଛି। 

ଅବକାରୀ ବିଭାଗ ଚଢ଼ାଉ: ଦେଶୀ ମଦ ଜବତ, ୬ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଅବକାରୀ ବିଭାଗ ଚଢ଼ାଉ: ଦେଶୀ ମଦ ଜବତ, ୬ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ପାଟଣାଗଡ଼,୧୫।୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକର ରେଙ୍ଗାଲି ଏବଂ ଛେଲଖାଇ ଗ୍ରାମରେ ଅବକାରୀ ବିଭାଗ ଶୁକ୍ରବାର ଚଢ଼ାଉ କରିଛିି। ଏହି ଚଢ଼ାଉରେ ଜଣେ ମହିଳା ସମେତ ୫ ଜଣଙ୍କୁ ଗିରଫ କରାଯିବା ବେଳେ ୧୭୬ ଲିଟର ଦେଶୀ ରନ୍ଧା ମଦ, ୧୨୦ କେଜି ମହୁଲ ଏବଂ ରେଙ୍ଗାଲି ଜଙ୍ଗଲରୁ ୩.୫ କୁଇଣ୍ଟାଲ ମହୁଲ ପୋଚ ଜବତ କରିଥିଲେ। 

ଦୁର୍ଘଟଣାରେ ମୃତ ଯୁବକଙ୍କ ଚକ୍ଷୁଦାନ

ଦୁର୍ଘଟଣାରେ ମୃତ ଯୁବକଙ୍କ ଚକ୍ଷୁଦାନ

ଖଣ୍ଡପଡ଼ା,୧୫ା୨(ସ୍ବ.ପ୍ର.)-ନୟାଗଡ଼ ଜିଲା କଣ୍ଟିଲୋ ପଞ୍ଚାୟତ ଅନ୍ତର୍ଗତ ଫକୀର ଅତିବୁଦ୍ଧିପାଟଣାର ରନତ୍ାକର ଖଟୁଆ ଓରଫ ବଜରଙ୍ଗୀ(୧୯)ଙ୍କ ବୁଧବାର ଅପରାହ୍ନରେ ଭୁବନେଶ୍ୱରଠାରେ ବସ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା । ଏଭଳି ଏକ ଦୁଃଖଦ ଘଟଣା ପରେ ମଧ୍ୟ ତାଙ୍କ ପରିବାର ଲୋକେ ମୃତପୁଅଙ୍କ ଚକ୍ଷୁଦାନ କରିଛନ୍ତିି।

ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି: ପିଠା କାର୍ଯ୍ୟକ୍ରମରେ ୨ମିନିଟ୍‌ ନୀରବ ପ୍ରାର୍ଥନା

ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି: ପିଠା କାର୍ଯ୍ୟକ୍ରମରେ ୨ମିନିଟ୍‌ ନୀରବ ପ୍ରାର୍ଥନା

କାକଟପୁର, ୧୫।୨(ଡି.ଏନ୍‌.ଏ.):  ପୁରୀ ଜିଲା କାକଟପୁର ବ୍ଲକ ଜଳେଶ୍ୱରପଡ଼ା ପଞ୍ଚାୟତ ପକ୍ଷରୁ ସ୍ଥାନୀୟ ଶୁକପୋଖରୀଠାରେ ସତ୍ୟନାରାୟଣ ହାଇସ୍କୁଲ ପରିସରରେ ପିଠା କାର୍ଯ୍ୟକ୍ରମ  ଶୁକ୍ରବାର ଅନୁଷ୍ଠିତ ହୋଇଛି। 

ସଚିବାଳୟରୁ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସଚିବାଳୟରୁ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସଚିବାଳୟରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମ’ର ଶୁଭାରମ୍ଭ କରିଛନ୍ତି।

ସଧାରଣ ନିର୍ବାଚନ ନେଇ ପ୍ରସ୍ତୁତି ଜୋରଦାର

ସଧାରଣ ନିର୍ବାଚନ ନେଇ ପ୍ରସ୍ତୁତି ଜୋରଦାର

କାମାକ୍ଷାନଗର,୧୫।୨(ଡି.ଏନ୍‌.ଏ.): ସାଧାରଣ ନିିର୍ବାଚନକୁ ନେଇ ଢେଙ୍କାନାଳ ଜିଲା କାମାକ୍ଷାନଗର ମହାବିଦ୍ୟାଳୟରେ ଶୁକ୍ରବାର ପୋଲିଂ ଓ ପ୍ରିଜାଇଡିଂ ଅଫିସରମାନଙ୍କୁ ତାଲିମ ଦିଆଯାଇଛି ।

ପୁଲଓ୍ବାମା ଆକ୍ରମଣରେ  ଦୁଇ ଓଡ଼ିଆ ଶହୀଦଙ୍କ  ପରିବାର ସହ କଥାହୋଇ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

ପୁଲଓ୍ବାମା ଆକ୍ରମଣରେ ଦୁଇ ଓଡ଼ିଆ ଶହୀଦଙ୍କ ପରିବାର ସହ କଥାହୋଇ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଜମ୍ମୁ-କଶ୍ମୀରର ପୁଲଓ୍ବାମାଠାରେ ଗୁରୁବାର ସନ୍ଧ୍ୟାରେ ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଛନ୍ତି ୨ ଓଡ଼ିଆ। ସେମାନେ ହେଲେ ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଶିଖର ପଞ୍ଚାୟତ ପାରିଶିଖର ଗ୍ରାମର ପ୍ରସନ୍ନ କୁମାର ସାହୁ ଓ କଟକ ଜିଲା ନିଆଳି ରତନପର ଗ୍ରାମର ମନୋଜ କୁମାର ବେହେରା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଶହୀଦ ଓଡ଼ିଆ ଯବାନଙ୍କ ପରିବାର ସହ କଥା ହେବା ସହ ସମବେଦନା ଜଣାଇଛନ୍ତି। 

 ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟାପକ

ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟାପକ

ସୋର,୧୫।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋରସ୍ଥିତ ତଳନଗର କଲେଜର  ଅଧ୍ୟାପକ ରାମଚନ୍ଦ୍ର ଉପାଧ୍ୟାୟଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ  ଚଢ଼ାଉ ଚାଲିଛି। 

 ପୁଲଓ୍ବାମା ଆତଙ୍କବାଦୀ  ଆକ୍ରମଣରେ ୨ ଓଡ଼ିଆ ଯବାନ ଶହୀଦ

ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣରେ ୨ ଓଡ଼ିଆ ଯବାନ ଶହୀଦ

ନାଉଗାଁ,୧୫।୨: ଜମ୍ମୁ-କଶ୍ମୀର ପୁଲଓ୍ବାମାଠାରେ ଗୁରୁବାର ସନ୍ଧ୍ୟାରେ ଆତଙ୍କବାଦୀ  ସଂଗଠନ ଦ୍ୱାରା ହୋଇଥିବା ଆକ୍ରମଣରେ ୪୪ ଯବାନ ଶହୀଦ ହୋଇଛନ୍ତି। 

 ମିନିଟ୍ରକ ବାଇକ ମୁହଁ।ମୁହିଁ, ଜଣେ ମୃତ

ମିନିଟ୍ରକ ବାଇକ ମୁହଁ।ମୁହିଁ, ଜଣେ ମୃତ

ବାଲେଶ୍ୱର ଅଫିସ,୧୫।୨: ବାଲେଶ୍ୱର ସୁନହଟ ସ୍ଥିତ ହେମକାପଦା ବ୍ଲକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।

ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତକଲେ ହାଇକୋର୍ଟ

ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତକଲେ ହାଇକୋର୍ଟ

କଟକ ଅଫିସ, ୧୫।୨: ଷ୍ଟେଟ୍‌ ଆଡମିନିଷ୍ଟ୍ରେଟିଭ ଟ୍ରିବ୍ୟୁନାଲ (ସ୍ୟାଟ୍‌)ରେ ଖାଲି ପଡ଼ିଥିବା ପଦବୀଗୁଡ଼ିକୁ  ୪ ସପ୍ତାହ ମଧ୍ୟରେ ପୂରଣ କରିବାକୁ ପୂର୍ବରୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ସରକାର ଏ କ୍ଷେତ୍ରରେ ବିଫଳ ହୋଇଛନ୍ତି।