ରାଜ୍ୟ | ଅନଗୁଳ-ଢେଙ୍କାନାଳ

ଅନୁଗୋଳ ପୌରପାଳିକାରେ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ ଏମ୍‌ପି

ଅନୁଗୋଳ ପୌରପାଳିକାରେ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ ଏମ୍‌ପି

ଅନୁଗୋଳ ଅଫିସ,୧୬।୧: ଢେଙ୍କାନାଳ-ଅନୁଗୋଳ ଏମ୍‌ପି ତଥାଗତ ସତପଥୀ ବୁଧବାର ଅନୁଗୋଳ ପୌରପାଳିକା ଅଧୀନରେ ଥିବା ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ରାଧାରମଣପଡ଼ା ନବ ନିର୍ମିତ ଗୋଷ୍ଠୀ କେନ୍ଦ୍ର, ଟାଉନ ଉଚ୍ଚ ବିଦ୍ୟାଳୟର ଖେଳପଡ଼ିଆର ନବନିର୍ମିତ କ୍ରିଡ଼ା ସାଜସଜ୍ଜା ଗୃହ,  କଳିଙ୍ଗ ଯୁବ ବିକାଶ କେନ୍ଦ୍ରର ଗୋଷ୍ଠୀ କେନ୍ଦ୍ର ନିର୍ମାଣ, ମଙ୍ଗଳା ମନ୍ଦିର ସମ୍ମୁଖରେ ପାଠାଗାର ନିର୍ମାଣ ସହ ହୁଲୁରିସିଂହା ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣ ଆଦି ପ୍ରକଳ୍ପକୁ ଏମ୍‌ପି ଉଦ୍‌ଘାଟନ କରିଥିବା ଜଣାପଡ଼ିଛି। ଏହି ଉଦ୍‌ଘାଟନୀ ଉତ୍ସବରେ ଜିଲାପାଳ ଅନିଲ କୁମାର ସାମଲ, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ସଂସ୍ଥାର ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ପୌରନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନା, ଏମ୍‌ପିଙ୍କ ଜିଲା ପ୍ରତିନିଧି ଭକ୍ତି ପ୍ରସାଦ ଦାସଙ୍କ ସହ ବହୁ ଦଳୀୟକର୍ମୀ ଉପସ୍ଥିତ ଥିଲେ। 


All Right Reserved By

ରାଜ୍ୟ | ଅନଗୁଳ-ଢେଙ୍କାନାଳ

ଖସିଲା ପାରଦ, ତାତିରୁ ତ୍ରାହି

ଖସିଲା ପାରଦ, ତାତିରୁ ତ୍ରାହି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ ୪୦ ଡିଗ୍ରୀରୁ କମ୍‌ ତାପମାତ୍ରା ରହିଛି। 

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍‌ ଇଣ୍ଡିଆ(କେସିଆଇ)ର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ହୋଇଛନ୍ତି। 

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ

ନିରାକାରପୁର,୨୦ା୪(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ବିଦ୍ୟୁତ୍‌ ବିଭାଗ ଅଧୀନ ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ାଠାରେ ଖୁଣ୍ଟରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। 

କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି ୧୧ ଗାଁର ଗ୍ରାମବାସୀ

କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି ୧୧ ଗାଁର ଗ୍ରାମବାସୀ

ମାଲକାନଗିରି,୨୦।୪ (ଡି.ଏନ୍‌.ଏ.)- ମାଲକାନଗିରି ଜିଲାରେ ଗତ ୪ ଦିନ ହେଲା ବନ ବିଭାଗ (କେନ୍ଦୁପତ୍ର) ଏବଂ କେତେକ ଘରୋଇ ସଂସ୍ଥା ଜିଲାର ବିଭିନ୍ନ ଫଡିରେ କେନ୍ଦୁପତ୍ର ତୋଳାଳିଙ୍କଠାରୁ କେନ୍ଦୁପତ୍ର ଖରିଦ କରିବା ଆରମ୍ଭ କରିଛନ୍ତି। ମାତ୍ର ମାଲକାନଗିରି ସଦର ବ୍ଲକ ଗୋରାଖଣ୍ଟା ପଞ୍ଚାୟତର ୧୧ଟି ଗ୍ରାମର ଗ୍ରାମବାସୀ କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି। 

ବିବାହ ଭୋଜିଖାଇ ୨୦୦ ଝାଡ଼ାବାନ୍ତିରେ ଆକ୍ରାନ୍ତ

ବିବାହ ଭୋଜିଖାଇ ୨୦୦ ଝାଡ଼ାବାନ୍ତିରେ ଆକ୍ରାନ୍ତ

ରାଜଗାଙ୍ଗପୁର, ୨୦।୪ (ଡି.ଏନ.ଏ.)- ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କୁଟୁଣିଆ ଗ୍ରାମପଞ୍ଚାୟତ ଲାଠୁପଡା ଗ୍ରାମରେ ଶୁକ୍ରବାର ବିବାହ ଭୋଜିଖାଇ ୨୦୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩୦ରୁ ଅଧିକ ଶିଶୁ ଥିବା ଜଣାଯାଇଛି। ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ରାଜଗାଙ୍ଗପୁର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଜଣାପଡିଛି। ଖବରପାଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡିଏମ୍‌ଓ) ଦିଲୀପ ଷଡ଼ଙ୍ଗୀ ରାଜଗାଙ୍ଗପୁର ସରକାରୀ ଡାକ୍ତରଖାନାରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। 

ଦେବଗଡ ପୌରାଞ୍ଚଳରେ କଂଗ୍ରେସ ପ୍ରାର୍ଥୀଙ୍କ ରୋଡ୍‌ ଶୋ

ଦେବଗଡ ପୌରାଞ୍ଚଳରେ କଂଗ୍ରେସ ପ୍ରାର୍ଥୀଙ୍କ ରୋଡ୍‌ ଶୋ

ଦେବଗଡ଼, ୨୦।୪ (ସ୍ବ.ପ୍ର.) -ନିର୍ବାଚନ ମତଦାନ ପାଇଁ ଆଉ ୩ ଦିନ ବାକିଥିବାବେଳେ କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା ପ୍ରାର୍ଥୀ ଶରତ ପଟ୍ଟନାୟକ ଓ ସ୍ଥାନୀୟ ବିଧାୟକ ପ୍ରାର୍ଥୀ ଉମାଶଙ୍କର ସାହୁ ନିଜର କର୍ମୀ ତଥା ନେତାଙ୍କୁ ନେଇ ଗୁରୁବାର ସନ୍ଧ୍ୟାରେ ଦେବଗଡ ପୌରାଞ୍ଚଳର ବିଭିନ୍ନ ୱାର୍ଡରେ ଚାଲିଚାଲି ରୋଡ ଶୋ, ନିର୍ବାଚନ ପ୍ରଚାର ଏବଂ ପଥପ୍ରାନ୍ତ ସଭା କରିଥିଲେ। 

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ,୧୯।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ତହସିଲରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ଶୁକ୍ରବାର ଜୁନାଗଡ ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହୋଇଛନ୍ତି। 

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଭୋଗରାଇ,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଭିନ୍ନ ସ୍ଥାନରୁ ଶୁକ୍ରବାର ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ଓ ପୋଲିସ ଫୋର୍ସ ଅଚାନକ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିବା ସହିତ ୭ଜଣ ଚୋରା ମଦ ବିକ୍ରେତାଙ୍କୁ ଗିରଫ କରିଛନ୍ତି। 

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

ପଦ୍ମପୁର, ୧୯।୪ (ଡି.ଏନ.ଏ.) - ଭଦ୍ରକ ବ୍ଲକ ଅଧୀନ ସାବରଙ୍ଗଠାରେ ବିଜେଡିର ବିଧାନସଭା ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରୋଡ୍‌ ଶୋ କରି ନିର୍ବାଚନ ପ୍ରଚାର କରିଛନ୍ତି। 

ଖଜଣା ଦେଇ ଚିନ୍ତାରେ ଚାଷୀ

ଖଜଣା ଦେଇ ଚିନ୍ତାରେ ଚାଷୀ

କେନ୍ଦୁଝର, ୧୯।୪(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସିଲିସୁଆଁ ଗ୍ରାମର ଚାଷୀମାନେ ବିନା କାରଣରେ ଜଳ କର ଓ ଜମି ଖଜଣା ଦେଉଛନ୍ତି। ଦୀର୍ଘ ୨୦ ବର୍ଷ ହେଲା ରେଳପଥ ନିର୍ମାଣ ପାଇଁ ଜମି ଦେଇଛନ୍ତି। 

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଶେଷ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ଭୋଟଗ୍ରହଣ କରାଯାଇଥିଲା। ତେବେ ଏହି ପର୍ଯ୍ୟାୟରେ ପ୍ରାୟ ୭୨% ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।


Model This Week

କ୍ରିଷ୍ଣା
Why Dharitri