ଅନଗୁଳ-ଢେଙ୍କାନାଳ

ଟେବୁଲ, ବେଞ୍ଚରେ ଗଦା ହୋଇଛି ପୁରୁଣା ବହି: ଛାତ୍ରୀଛାତ୍ରଙ୍କୁ ବସିବାକୁ ମିଳୁନି ଜାଗା

ଟେବୁଲ, ବେଞ୍ଚରେ ଗଦା ହୋଇଛି ପୁରୁଣା ବହି: ଛାତ୍ରୀଛାତ୍ରଙ୍କୁ ବସିବାକୁ ମିଳୁନି ଜାଗା

ଅନୁଗୋଳ ଅଫିସ, ୧୭।୧: ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ  ଗ୍ରନ୍ଥାଗାର ଷ୍ଟଡି ରୁମ୍‌ରେ ବସିବାକୁ ମିଳୁନି ଜାଗା। ଛାତ୍ରୀଛାତ୍ରମାନେ ବହି ଧରି ସେଠାକୁ ଯାଉଥିଲେ ବି ପଢ଼ିବା ମୁସ୍କିଲ ହୋଇପଡ଼ୁଛି। କାରଣ ମାସେ ହେଲା ଛାତ୍ରୀଛାତ୍ରଙ୍କ ଟେବୁଲ ଓ ବେଞ୍ଚ ଉପରେ ଗଦା ହୋଇ ରହିଛି ହଜାର ହଜାର ବହି। ଏହାକୁ ନେଇ ଶିକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ କୁହୁଳୁଥିବା ଜଣାପଡ଼ିଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଓ ଗ୍ରନ୍ଥଗାର କମିଟି ସହଯୋଗ କରୁ ନ ଥିବାରୁ ଏପରି ପରିସ୍ଥିତି ଉପୁଜିଥିବା ଗ୍ରନ୍ଥାଗାରିକ ଅଶୋକ ଦାସ ଅଭିଯୋଗ କରିଛନ୍ତି।

ପ୍ରକାଶ ଯେ, ମହାବିଦ୍ୟାଳୟ ଗ୍ରନ୍ଥାଗାରରେ ଥିବା ପୁରାତନ ବହି ବିକ୍ରି କରିବାକୁ ଗତ ଜୁଲାଇ ୨୭ରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି (ନଂ.୨୧୩୫୩) କରାଯାଇଥିଲା। ବହୁ ବିଳମ୍ବରେ ଡିସେମ୍ବର ୩ରେ ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲେ ହେଁ ଅଦ୍ୟାବଧି ଶେଷ ହୋଇପାରି ନାହିଁ। ଫଳରେ ପୁରୁଣା ବହିଗୁଡ଼ିକ ଷ୍ଟଡି ରୁମ୍‌ ଟେବୁଲ ଉପରେ ପଡ଼ି ରହିଛି। ଏହାକୁ ବାଛି ବିକ୍ରି କରିବାକୁ ମହାବିଦ୍ୟାଳୟର ୧୭ଟି ବିଭାଗ ମୁଖ୍ୟଙ୍କ ସହ ସମସ୍ତ କର୍ମଚାରୀଙ୍କୁ ଅଧ୍ୟକ୍ଷ ଚିଠି କରିଥିଲେ ମଧ୍ୟ କାର୍ଯ୍ୟ ହୋଇପାରୁ ନାହିଁ। ଫଳରେ ଛାତ୍ରୀଛାତ୍ରମାନେ ସେଠାରେ ପଢ଼ିବାକୁ ଯାଇ ନିରାଶ ହୋଇ ଫେରୁଛନ୍ତି। ଏ ନେଇ ମହାବିଦ୍ୟାଳୟ ଅଧ୍ୟକ୍ଷ କହିଛନ୍ତି, ଜାଗା ଅଭାବ ଥିବାରୁ ଷ୍ଟଡି ରୁମ୍‌ରେ ବହିଗୁଡ଼ିକ ରଖାଯାଇଛି। ପ୍ରଥମେ ୫ ଟଙ୍କା ମୂଲ୍ୟରେ ଛାତ୍ରୀଛାତ୍ରଙ୍କୁ ସେଗୁଡ଼ିକୁ ବିକ୍ରି କରାଯିବ। ପରେ ବଳକା ବହି ସ୍ଥାନୀୟ ଭେଣ୍ଡରକୁ ବିକ୍ରି ହେବ। ଏଥିପାଇଁ ପ୍ରକ୍ରିୟା ଜାରି ରହିଛି। ଖୁବ୍‌ଶୀଘ୍ର ସମାଧାନ ହୋଇଯିବ। ଗ୍ରନ୍ଥାଗାରିକ ଦାସ କହିଛନ୍ତି, ବହି ବାଛିବା ପାଇଁ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଜଣାଇବାକୁ ମାସେ ତଳୁ ଅଧ୍ୟକ୍ଷଙ୍କୁ ଜଣାଇଛି। ଏପରି କି ଗ୍ରନ୍ଥାଗାର କମିଟି ମାଧ୍ୟମରେ ଏହାର ବିକ୍ରି କରିବାକୁ କହି କହି ଥକିଗଲିଣି। କିନ୍ତୁ ଅଧ୍ୟକ୍ଷ ଏଥିପ୍ରତି କୌଣସି ଗୁରୁତ୍ୱ ପ୍ରଦାନ କରୁ ନ ଥିବାରୁ ଏପରି ପରିସ୍ଥିତି ଉପୁଜୁଛି ବୋଲି ସେ ପ୍ରକାଶ କରିଛନ୍ତି।

All Right Reserved By

ଅନଗୁଳ-ଢେଙ୍କାନାଳ

ମହାଶ୍ୱେତା, ଶ୍ରୀତମଙ୍କ ରୋଡ୍‌ ଶୋ

ମହାଶ୍ୱେତା, ଶ୍ରୀତମଙ୍କ ରୋଡ୍‌ ଶୋ

ପାଲଲହଡ଼ା, ୨୦ା୪(ଡି.ଏନ.ଏ.)- ପାଲଲହଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଅଶୋକ ମହାନ୍ତିଙ୍କ ପାଇଁ ଶୁକ୍ରବାର ରୋଡ୍‌ ଶୋ କରିଛନ୍ତି ଓଲିଉଡ କଳାକାର ମହାଶ୍ୱେତା ରାୟ ଓ ଶ୍ରୀତମ ଦାସ।

ଆଜି ଅନୁଗୋଳ ଆସିବେ ମୁଖ୍ୟମନ୍ତ୍ରୀ: ୪ ନିର୍ବାଚନମଣ୍ଡଳୀରେ କରିବେ ମାରାଥନ ପ୍ରଚାର

ଆଜି ଅନୁଗୋଳ ଆସିବେ ମୁଖ୍ୟମନ୍ତ୍ରୀ: ୪ ନିର୍ବାଚନମଣ୍ଡଳୀରେ କରିବେ ମାରାଥନ ପ୍ରଚାର

ଅନୁଗୋଳ ଅଫିସ/ବଇଣ୍ଡା/ଛେଣ୍ଡିପଦା ୨୦।୪ (ଡି.ଏନ୍‌.ଏ/ସ୍ବ.ପ୍ର.)- ନିର୍ବାଚନୀ ପ୍ରଚାର ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି।

ନଦୀ ପାର ଦନ୍ତାର ନରସଂହାର

ନଦୀ ପାର ଦନ୍ତାର ନରସଂହାର

ଅନୁଗୋଳ ଜିଲାରେ ଅନେକ ସମୟରେ ହାତୀକୁ ନେଇ ଆତଙ୍କ ଦେଖାଯାଉଛି। କେତେବେଳେ ହାତୀ ଗଁ। ନିକଟକୁ ଆସି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି ତ ପୁଣି କେବେ ସହର ମଧ୍ୟକୁ ପଶି ଭୟର ବାତାବରଣ ଖେଳାଇ ଦେଉଛନ୍ତି। 

ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.)- ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ମଝିରେ  ମାତ୍ର ୩ ଦିନ ଥିବାବେଳେ ପ୍ରାର୍ଥୀମାନେ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। 

ନିର୍ବାଚନ ପାଇଁ ରିକ୍ୟୁଜିଶନ ହେଲା ଦୁଇ ଚକିଆ ଯାନ: ଥାନାକୁ ବାଇକ୍‌ ଟାଣି ଆଣିଲା ପୋଲିସ

ନିର୍ବାଚନ ପାଇଁ ରିକ୍ୟୁଜିଶନ ହେଲା ଦୁଇ ଚକିଆ ଯାନ: ଥାନାକୁ ବାଇକ୍‌ ଟାଣି ଆଣିଲା ପୋଲିସ

ଅନୁଗୋଳ ଅଫିସ, ୨୦।୪- ନିର୍ବାଚନ ପାଇଁ ଦୁଇ ଚକିଆ ଯାନ ରିକ୍ୟୁଜିଶନ ଯୋଗୁ ଅନୁଗୋଳ ପୋଲିସ ଲୋକଙ୍କଠାରୁ ବାଇକ୍‌ ସଂଗ୍ରହ କରିଛି। ତେବେ ପୋଲିସ ବିନା ସୂଚନାରେ ହଠାତ୍‌ ଲୋକମାନଙ୍କୁ ରାସ୍ତାରେ ଅଟକାଇ ସେମାନଙ୍କ ବାଇକ୍‌ ଥାନାକୁ ନେଇଯିବା ପ୍ରଥମେ କିଛି ବୁଝାପଡି ନ ଥିଲା।

ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା

ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା

ଢେଙ୍କାନାଳ ଅଫିସ, ୨୦।୪- ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ଲୋକସଭା କ୍ଷେତ୍ର। ହାଟ୍ରିକ୍‌ ବିଜୟ ସହ ମୋଟ ୪ ଥର ଏମ୍‌ପି ରହିଆସିଥିବା ବରିଷ୍ଠ ବିଜେଡି ନେତା ତଥାଗତ ସତପଥୀ ନିର୍ବାଚନରୁ ନିଜକୁ ଦୂରେଇ ରଖିବା ପରେ ଶାସକ ଦଳକୁ ଏବେ ଘାରିଛି ଗଡ଼ରକ୍ଷା ଚିନ୍ତା।

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ବିଜେଡିର ମହିଳା ସମାବେଶ

ବିଜେଡିର ମହିଳା ସମାବେଶ

ବଇଣ୍ଡା,୧୯।୪(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧରଡ଼ପାଳ ଓ ଅଙ୍ଗପଡ଼ା ପଞ୍ଚାୟତରେ ଶୁକ୍ରବାର ବିଜେଡିର ନିର୍ବାଚନୀ ମହିଳା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବଜ୍ରପାତରେ ୧୩ ବର୍ଷର ବାଳିକା ମୃତ

ବଜ୍ରପାତରେ ୧୩ ବର୍ଷର ବାଳିକା ମୃତ

ଛେଣ୍ଡିପଦା,୧୯।୪(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଅନ୍ତର୍ଗତ କୁଶକିଳା ଗ୍ରାମରେ ଶୁକ୍ରବାର ବଜ୍ରପାତରେ ଜଣେ ୧୩ ବର୍ଷର ବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶିଶିର ବାରିକଙ୍କ ଝିଅ ଜିତା(୧୩) ।

୫ ଜଣଙ୍କ ଜୀବନ ନେଲା ଦନ୍ତାହାତୀ

୫ ଜଣଙ୍କ ଜୀବନ ନେଲା ଦନ୍ତାହାତୀ

ତାଳଚେର,୧୯ା୪(ନିି.ପ୍ର): ତାଳଚେର ପୌରାଞ୍ଚଳର ଷଣ୍ଢଗାଁରେ ଗୁରୁବାର ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୫ ଜଣଙ୍କ ଜୀବନ ଯାଇଛି। ସେମାନେ ହେଲେ କାଳିଆ ସହର, ସୁନୀତା ସେଠ୍‌, ସାରଥି ସହର, ଅନୀତା ସହର ଏବଂ ତାଳଚେର ବ୍ଲକ ସନ୍ଥପଡ଼ା ଗ୍ରାମର ଭ୍ରମରବର ସାମଲ(୭୦)।

ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ଭୁବନ, ୧୯ା୪(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ପରିବା ମାର୍କେଟରେ ଥିବା ନାରାୟଣ ପୋଥାଳଙ୍କ ଗ୍ରୋସରୀ ଦୋକାନରେ ବିଦ୍ୟୁତ ସର୍ଟସର୍କିଟରୁ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ସବୁ ଜଳି ପାଉଁଶ ହୋଇଯାଇଛି ।


Model This Week

କ୍ରିଷ୍ଣା
Why Dharitri