ରାଜ୍ୟ | ବ୍ରହ୍ମପୁର

ହଜିବାର ୪ ଘଣ୍ଟା ପରେ ମନିପର୍ସ ଫେରିପାଇଲେ ସୁଲତା

ହଜିବାର ୪ ଘଣ୍ଟା ପରେ ମନିପର୍ସ ଫେରିପାଇଲେ ସୁଲତା

ବ୍ରହ୍ମପୁର ଅଫିସ,୧୭ା୧: ବ୍ରହ୍ମପୁର ବଡ଼ ମେଡିକାଲ ପରିସରରେ ଜଣେ ରୋଗୀଙ୍କ ସମ୍ପର୍କୀୟ ଗୁରୁବାର ନିଜର ମନିପର୍ସ ସହ କିଛି ମେଡିକାଲ ରିପୋର୍ଟ ହଜାଇ ଦେଇଥିଲେ। ମାତ୍ର ଏହାର ୪ ଘଣ୍ଟା ପରେ ସେ ନିଜର ହଜିଥିବା ପର୍ସଟି ଖୋଜି ପାଇଛନ୍ତି। ବଡ଼ ମେଡିକାଲ ଫାଣ୍ଡି ପୋଲିସର ସହାୟତା ଯୋଗୁ ଏପରି ଘଟିବା ସମ୍ଭବ ହୋଇଥିବାରୁ ରୋଗୀଙ୍କ ସମ୍ପର୍କୀୟଜଣଙ୍କ ନିଜର ଖୁସି ପ୍ରକାଶ କରିଛନ୍ତି।

ସୂଚନାନୁଯାୟୀ, ବୈଦ୍ୟନାଥପୁର ଥାନା ଅଧୀନସ୍ଥ ବ୍ରହ୍ମପୁର ବଡ଼ ମେଡିକାଲକୁ କୋଦଳା ଥାନା ଅନ୍ତର୍ଗତ ଧନଞ୍ଜୟପୁର ଗ୍ରାମର ସୁଲତା ବିଶ୍ୱାଳ ତାଙ୍କ ମା’ ଆଶା ବାରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା  କରିବା ନେଇ ଗୁରୁବାର ପୂର୍ବାହ୍ନରେ ଆସିଥିଲେ। ମଧୁମେହ ଏବଂ ରକ୍ତଚାପ ପରୀକ୍ଷା କରିବା ପାଇଁ ଡାକ୍ତର ପରାମର୍ଶ ଦେବା ପରେ ଓପିଡିରେ ଟିକଟ କାଟି ନିଦାନ କେନ୍ଦ୍ରକୁ ପୂର୍ବାହ୍ନ ୧୦ଟା ସମୟରେ ଯାଇଥିଲେ। ତେବେ ଅସାବଧାନତା କାରଣରୁ ସେ ରାସ୍ତାରେି ନିଜର ପର୍ସ ହଜାଇ ଦେଇଥିଲେ। ସେଥିରେ ନଗଦ ୨୨୬୭ ଟଙ୍କା ଏବଂ କିଛି ମେଡିକାଲ ରିପୋର୍ଟ ରହିଥିଲା। ନିହାତି ଗରୀବ ଶ୍ରେଣୀର ହୋଇଥିବା ବେଳେ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ଆସି ମନ ପର୍ସ ହଜାଇ ବସିଥିବାରୁ ଏଣେତେଣେ ଖୋଜି ବୁଲୁଥିଲେ।  ଖାଇବା ଏବଂ ନିଜ ଘରକୁ ଯିବା ପାଇଁ ଅର୍ଥ ନ ଥିବା ହେତୁ ବିସାଦ ଗ୍ରସ୍ତ ହୋଇ ବଡମେଡିକାଲ ପରିସରରେ ରହିଥିଲେ। ହେଲେ ଉକ୍ତ ମନିପର୍ସଟିକୁ ବଡ଼ ମେଡିକାଲର ମହିଳା ସୁରକ୍ଷା କର୍ମୀ ଅନୁରାଧା ନାୟକ ପାଇବା ପରେ ବଡ଼ ମେଡିକାଲ ଫାଣ୍ଡିରେ ଜିମା ଦେଇଥିଲେ। ଫାଣ୍ଡି ଅଧିକାରୀ ଜନ୍ମଞ୍ଜେୟ ମଲ୍ଲିକ ତାହାକୁ ପାଇ ମନିପର୍ସଟିର ଯାଞ୍ଚ କରିଥିଲେ। ସେଥିରେ ମେଡିକାଲ ରିପୋର୍ଟ ଥିବା ଦେଖି କୌଣସି ରୋଗୀ ନ ତୁବା ରୋଗୀ ସମ୍ପର୍କୀୟ ସମସ୍ୟା ରହିଥିବା ଦେଖି ଖୋଜାଖୋଜି ଆରମ୍ଭ କରିଥିଲେ । ପରେ ରୋଗୀ ସୁଲତା ବିଶ୍ୱାଳଙ୍କ ମନିପର୍ସ ହଜିଯାଇଥିବା ଜଣାପଡିବା ପରେ ତାଙ୍କୁ ବଡ଼ ମେଡିକାଲ ଫାଣ୍ଡିରୁ ନେବା ପାଇଁ ଖବର ଦିଆଯାଇଥିଲା । ଖବର ପାଇ ସୁଲତା ବଡମେଡିକାଲ ଫାଣ୍ଡିରେ ଅପରାହ୍ନ ୨ ଟାରେ ପହଞ୍ଚି ନିଜର ହଜିଯାଇଥିବା ମନିଫର୍ସ ଫେରିପାଇଥିଲେ। ହଜିଲା ଜିନିଷ ପୁନଶ୍ଚ ଫେରିପାଇବା ଥିବାରୁ  ବଡ଼ ମେଡିକାଲ ଫାଣ୍ଡି ପୋଲିସଙ୍କୁ ସେ କୃତଜ୍ଞତା ଜଣାଇଥିଲେ। ମହିଳାଙ୍କୁ ଖୋଜି ମନିପର୍ସ ଫେରାଇବାରେ ଏସ୍‌ଆଇ ବି.ପ୍ରଧାନ, ଏଏସ୍‌ଆଇ ରଜନୀକାନ୍ତ ଚୌଧୁରୀ ପ୍ରମୁଖଙ୍କ ସମେତ ପୋଲିସ କର୍ମଚାରୀ ଏବଂ ସୁରକ୍ଷାକର୍ମୀମାନେ ସହାୟତା କରିଥିଲେ ।

All Right Reserved By

ରାଜ୍ୟ | ବ୍ରହ୍ମପୁର

ବିଜେଡି ଶ୍ରମିକ ସେଲ୍‌ର ରାଜ୍ୟ ସମ୍ପାଦକ ହେଲେ ଗଦାଧର ମଲ୍ଲିକ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିଜୁ ଜନତା ଦଳ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଶନିବାର ବିଜେଡି ଶ୍ରମିକ ସେଲ୍‌ର ରାଜ୍ୟ ସମ୍ପାଦକ ଭାବେ ଗଦାଧର ମଲ୍ଲିକଙ୍କୁ ନିଯୁକ୍ତି ଦେଇଛନ୍ତି। 

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ମାଲକାନଗିରି,୨୦।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ଥିବା ସବ୍‌ଜେଲ୍‌ରୁ ଶନିବାର ଜଣେ ବିଚାରାଧୀନ କଏଦୀ ଡାକ୍ତରଖାନାରୁ ଚମ୍ପଟ୍‌ ମାରିଛନ୍ତି। ସେ ହେଲେ ରାଜୁ ବାରୋଇ(୩୫)। 

ରାଜ୍ୟ ସାଂଗଠନିକ ସମ୍ପାଦକ ହେଲେ କମଳାକାନ୍ତ ମହାପାତ୍ର

ରାଜ୍ୟ ସାଂଗଠନିକ ସମ୍ପାଦକ ହେଲେ କମଳାକାନ୍ତ ମହାପାତ୍ର

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ ସାଂଗଠନିକ ସମ୍ପାଦକ ଭାବେ କମଳାକାନ୍ତ ମହାପାତ୍ରଙ୍କୁ ଶନିବାର ନିଯୁକ୍ତି ଦେଇଛନ୍ତି। 

‘ବୁଥ ନାହିଁ ତ ଭୋଟ ନାହିଁ’ : ରସାଲି ଗ୍ରାମବାସୀଙ୍କ ଭୋଟ ବର୍ଜନ

‘ବୁଥ ନାହିଁ ତ ଭୋଟ ନାହିଁ’ : ରସାଲି ଗ୍ରାମବାସୀଙ୍କ ଭୋଟ ବର୍ଜନ

ଭଟଲି,୨୦ା୪(ଡି.ଏନ୍‌.ଏ.): ବୁଥ ନାହିଁ ତ ଭୋଟ ନାହିଁ । ଭୋଟ ଦେବା ଜଣେ ଭାରତୀୟ ନାଗରିକର ମୌଳିକ ଅଧିକାର ହୋଇଥିଲେ ହେଁ ‘ଗାଁରେ ବୁଥ ନ ହେଲେ ଆମେ ଭୋଟ ଦେବୁ ନାହିଁ’ ବୋଲି ଅଡ଼ି ବସିଛନ୍ତି ଭଟଲି ବ୍ଲକ୍‌ ଖରମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ରସାଳି ଗ୍ରାମବାସୀ ।

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ  ବଦ୍ରି ପାତ୍ର

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ ବଦ୍ରି ପାତ୍ର

ଆନନ୍ଦପୁର,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ଅସ୍ଥିରତା ସୃଷ୍ଟି କରୁଥିବା କିଛି ବିରୋଧୀଙ୍କ ଭିତ୍ତିହୀନ ମନ୍ତବ୍ୟ ଏବଂ ନିର୍ବାଚନୀ ହିଂସାକୁ ଉସୁକାଇବା ଘଟଣାକୁ ନେଇ ବିଧାୟକ ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଗୁହାରି କରିଛନ୍ତି।

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ଆନନ୍ଦପୁର,୨୦।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ନିର୍ବାଚନୀ ହିଂସା କ୍ରମେ ବୃଦ୍ଧି ପାଇବାରେ ଲାଗିଛି। ଏହି ଆଧାରରେ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦମାନେ ଆକ୍ଷେପ ପ୍ରତିଆକ୍ଷେପ ମୂଳକ ଭାବେ ନିଜ ନିଜ ପ୍ରତିଦ୍ୱନ୍ଦ୍ୱୀ ଦଳ ବିରୋଧରେ ଅଭିଯୋଗ କରୁଛନ୍ତି।

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେର,୨୦।୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ନିର୍ବାଚନମଣ୍ଡଳୀ ଘଣ୍ଟପଡା ହାଇସ୍କୁଲ ପଡିଆଠାରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିିର୍ବାଚନୀ ପ୍ରଚାର କରିଛନ୍ତି।

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବାଲେଶ୍ୱର ଅଫିସ, ୨୦।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ଉପର ଆଡ଼ିଆ ଗ୍ରାମରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଥିଲା।

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ନୟାଗଡ଼ ଅଫିସ,୨୦ା୪- ନିର୍ବାଜନରେ ରାଜ୍ୟ  ସରକାରଙ୍କ ବିରୋଧରେ ପ୍ରଚାର କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି।  ରାତିିସାରା ଗଛରେ ବାନ୍ଧି ଏଥିରୁ ନିବୃତ୍ତ ରହିବା ସହିତ ଏଭଳି କଲେ ଜୀବନରୁ ମାରିଦେବା ପାଇଁ ଧମକ ଦିଆଯାଇଛି। ଉକ୍ତ ଘଟଣା ଘଟିଛି ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ା ଗ୍ରାମର ରୁଷିଆ ପ୍ରଧାନଙ୍କ କ୍ଷେତ୍ରରେ।

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର/ରାଇସୁଆଁ,୨୦।୪(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ତିନି ଦିନ ବାକି। ଏହି ପରିପ୍ରେକ୍ଷୀରେ ଭାଜପା ପକ୍ଷରୁ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର କେନ୍ଦୁଝର ଜିଲାକୁ ତୋଫାନି ଗସ୍ତରେ ଆସି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆୟୋଜିତ ବିଜୟ ସଂକଳ୍ପ ସଭାରେ ଯୋଗ ଦେଇ ଉଦ୍‌ବୋଧନ ଦେଇଛନ୍ତି। 

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ  ଜିତାଇବା ଲାଗି ଆହ୍ବାନ

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ ଜିତାଇବା ଲାଗି ଆହ୍ବାନ

ପାଟଣା,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ତୁରୁମୁଙ୍ଗାସ୍ଥିତ ନିନୁହାଁ ଫୁଟବଲ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସଭା ଶନିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। 

ବିଜେଡି ରୋଡ଼୍‌ ଶୋ’ ସମୟରେ ଗୋଷ୍ଠୀକନ୍ଦଳ

ବାରିପଦା ଅଫିସ,୨୦।୪:  ରାଇରଙ୍ଗପୁର ନିର୍ବାଚନମଣ୍ଡଳୀ ଅଧୀନ ବହଳଦା କଲେଜ ନିକଟରେ ଶୁକ୍ରବାର ବିଜେଡି ରୋଡ଼୍‌ ଶୋ’ କରୁଥିବା ବେଳେ ଗଣ୍ଡଗୋଳ ଘଟିଥିଲା। 


Model This Week

କ୍ରିଷ୍ଣା
Why Dharitri